ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ ‘ଆମ ସୁବାହକ’ ଯୋଜନା । ପୂର୍ବ ସରକାରଙ୍କ ସ୍କୁଟି ଯୋଜନାର ରୂପରେଖ ବଦଳିଲା । ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣାଇଦେବେ ସରକାର । ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ କାର୍ । ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଜଣଙ୍କୁ ଦିଆଯିବ କାର୍ । ଚତୁର୍ଥ ବର୍ଷରେ ୩୫୦ […]
ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ଦିଆଯିବନି । କେନ୍ଦ୍ର ସରକାରଇ- କେୱାଇସି ବନ୍ଦ କରିଛନ୍ତି, ସମୟ ବଢେଇଲେ ଆମେ ବଢେଇବୁ । ବାଦ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ ।ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଦୀପାବଳି ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।ଖାଲି ୨ ଘଣ୍ଟାର ସମୟ ନୁହେଁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ମଧ୍ୟ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି […]
ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ ବିଭାଗ । ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ ପକ୍ଷୀ ସୁରକ୍ଷା ପାଇଁ ୨୧ ଟି ଟିମ୍ ଗଠିତ କରାଯାଇଛି । ଟାଙ୍ଗୀ-୧୧, ରମ୍ଭା-୨, ବାଲୁଗାଁ-୪, ନୂଆପଡା-୨, ସାତପଡା-୨ ସହିତ ଲ୍ୟାଣ୍ଡ ମୋବାଇଲ ଟିମ୍ […]
ପ୍ରତ୍ୟେକ ଜିନିଷରେ ଦରଦାମ ବୃଦ୍ଧି ହୋଇଛି। ଖାଇବା ଜିନିଷ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ। ରୋଗୀଙ୍କୁ ପୁଷ୍ଟିକର ଓ ସ୍ବାସ୍ଥ୍ୟଯୁକ୍ତ ଖାଦ୍ୟ ଦେବା ଲକ୍ଷ୍ୟରେ ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରୋଗୀଙ୍କ ପାଇଁ ସାଧାରଣ ଖାଦ୍ୟ ଦର ପୂର୍ବରୁ ୧୧୦ ଟଙ୍କା ରହିଥିବା ବେଳେ ଏହା ୧୨୭ ଟଙ୍କାକୁ ବୃଦ୍ଧି କରାଯାଇଛି। ଶିଶୁ ରୋଗୀଙ୍କ ଖାଦ୍ୟ ଦର […]
ମନୋଜ ମିଶ୍ର ହୋଇପାରନ୍ତି ବିଜେଡିର ନୂଆପଡା ପ୍ରାର୍ଥୀ । ଏନେଇ ଚୂଡାନ୍ତ ନିଷ୍ପତ୍ତି ହୋଇଥିବା ବେଳେ କେବଳ ଘୋଷଣା ବାକି ଥିବା ସୂଚନା ମିଳିଛି । ମନୋଜ ମିଶ୍ରଙ୍କ ନାଁରେ ମୋହର ବାଜିଥିବା ବି ଚର୍ଚ୍ଚା ହେଉଛି । ବିଜେଡିର ପୂର୍ବତନ ନୂଆପଡା ଜିଲ୍ଲା ସଭାପତି ହେଉଛନ୍ତି, ମନୋଜ ମିଶ୍ର । ୨୦୨୪ ସାଧାରଣ ନିର୍ବାଚନ ସମୟରେ ସେ ଜିଲ୍ଲା ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ । ବର୍ତ୍ତମାନ ସେ ବିଜେଡିର ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ […]
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥାଏ । ହଠାତ୍ ଜଣେ ବ୍ୟକ୍ତି ବ୍ୟାଗ୍ରେ ଏକ କଳା ରଙ୍ଗର ଛେଳି ଛୁଆ ନେଇ ସେଠି ପହଞ୍ଚିଲେ । କହିଲେ, ‘ସାର୍ ମୋ ଘର ଉପରେ ୧୧ କେଭି ବିଜୁଳି ତାର ଯାଇଛି । ଏହାର ସଂସ୍ପର୍ଶରେ ଆସି ମୋର ୩ଟି ଛେଳି ମରି ସାରିଲେଣି । ଏବେ ଏଇ ଗୋଟାକୁ ଆପଣ ବଞ୍ଚାଇ ଦିଅନ୍ତୁ ।ତେଣୁ ଛେଳିର ମାଲିକ ନିଆଳି ଅଠାନ୍ତରର ବିଷ୍ଣୁଚରଣ ବେହେରା ଏହାକୁ ଏକ ବ୍ୟାଗ୍ରେ ନେଇ […]
ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ ନୂଆ ମାନକ ପ୍ରକ୍ରିୟା (SOP) ଜାରି କରିଛି। ଏହା ପୂର୍ବ ନିୟମଗୁଡ଼ିକୁ ବାତିଲ କରି ଏକରୂପତା ଓ ଜନସାଧାରଣଙ୍କ ସୁବିଧା ପାଇଁ କାମ କରିବ।। ଏଥିରେ ମୁଖ୍ୟତଃ ଚାରିଟି ଦିଗ ଉପରେ ଫୋକସ କରାଯାଇଛି । ଗ୍ରାମାଞ୍ଚଳରେ ଜଳାଶୟ କିସମକୁ ଛାଡ଼ି, ପାର୍ଟ ପ୍ଲଟ୍ ପଞ୍ଜୀକରଣ ବିନା କୌଣସି ପୂର୍ବ ସର୍ତ୍ତରେ ଅନୁମତିପ୍ରାପ୍ତ । ଉପବିଭାଜନ […]
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର୍ କରିବାକୁ ୩ ଜଣିଆ କମିଟି ଗଠନ ହୋଇଛି । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଅଜୟ ରସ୍ତୋଗିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଘଟଣାର ତଦନ୍ତ ନିରପେକ୍ଷ ହେବା ଉଚିତ୍ ବୋଲି କହିଛନ୍ତି ସର୍ବୋଚ୍ଚ […]
ଡିସେମ୍ବର ୨୪ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ସୋମବାର ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ପ୍ରାୟ ୧୧ ଦିନ ଧରି ବିଶ୍ବର ସର୍ବ ବୃହତ ମୁକ୍ତାକାଶ ରଙ୍ଗ ମଞ୍ଚରେ କଳା ପ୍ରଦର୍ଶନ କରିବେ କଳାକାର। କଂସଙ୍କ ଅଟ୍ଟହାସ୍ୟରେ କମ୍ପିବ ବରଗଡ଼। ସେହିଭଳି ସବୁଥର ଭଳି ଏଥର ମଧ୍ୟ କଂସ ଚରିତ୍ର ପାଇଁ ହେବ କଳାକାର ଚୟନ କରାଯିବ।ଗତବର୍ଷ ରାଜ୍ୟ ସରକାର ବରଗଡ଼଼ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଲାଗି ଅନୁଦାନ […]
ଶେଷରେ ଚୌଦ୍ଵାର ଜେଲରକୁ ବଦଳି କରାଯାଇଛି। ଜେଲର ସନ୍ତୋଷିନୀ ଦାଶଙ୍କୁ ଚୌଦ୍ଵାର ଜେଲରୁ କଣ୍ଟାବାଞ୍ଜି ଉପକାରାଗାରକୁ ବଦଳି କରାଯାଇଛି। ସନ୍ତୋଷିନୀଙ୍କ ସ୍ଥାନରେ କଣ୍ଟାବାଞ୍ଜି ସବଜେଲ୍ର ଜେଲର ତଥା ଅଧୀକ୍ଷକ ରଘୁରାଜ ମାଝୀଙ୍କୁ ନିଯୁକ୍ତ କରାଯାଇଛି। ଏଣିକି ରଘୁରାଜ ଚୌଦ୍ଵାର କାରାଗାରର ଜେଲର ଭାବେ ଦାୟିତ୍ଵ ନିର୍ବାହ କରିବେ। ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି। ଅନ୍ୟପଟେ ଗୁମର ଖୋଲିଲେ ଜେଲ୍ ଡିଆଇଜି ଅନୁସୟା ଜେନା । କହିଲେ, ଡ୍ୟୁଟିରେ ଅବହେଳା କରିଥିଲେ […]