ନିଜ ସଂପତ୍ତି ତାଲିକା ଦେବେ ଆଇଏଏସ ଅଧିକାରୀ । ୨୦୨୫ ବର୍ଷ ପାଇଁ ସଂପତ୍ତି ତାଲିକା ପ୍ରଦାନ କରିବାକୁ ସମସ୍ତ ମୁଖ୍ୟ ସଚିବଙ୍କୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ଚିଠି ଲେଖିଛି । ଜାନୁଆରୀ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବେ ସଂପତ୍ତିର ବିବରଣୀ । ସମୟରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସହ ପଦୋନ୍ନତି ବନ୍ଦ କରି ଦିଆଯିବ ବୋଲି ଚେତାବନୀ ଦିଆଯାଇଛି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟର […]
ରତ୍ନ ଅଳଙ୍କାର ଗଣତିମଣତି ନେଇ ଶ୍ରୀମନ୍ଦିର ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଆଲୋଚନା କରାଯଉଛି । ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ତେଣୁ ଉକ୍ତ ସମୟରେ ରତ୍ନଭଣ୍ଡାର ଖୋଲିବା ସମ୍ଭବ ହୋଇନପାରେ । ଏଣୁ ବୈଠକରେ ଆସନ୍ତା ଜାନୁଆରୀ ମାସରେ କେଉଁ ତାରିଖରେ ରତ୍ନ ଭଣ୍ଡାର ଖୋଲିବ ସେନେଇ ତିଥି, ବାର ସହ ମାହେନ୍ଦ୍ର ବେଳ ସ୍ଥିର […]
ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ କରିବା ନିମନ୍ତେ ଏକ ଅନ୍ତର୍ବିଭାଗୀୟ କମିଟି ଗଠନ କରାଯାଇଛି।ଏହି କମିଟି ଅତିରିକ୍ତ ମୁଖ୍ୟ ସଚିବ ଜିଏ ଏବଂ ପିଜି ବିଭାଗଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି । କମିଟିର ସଦସ୍ୟ ଭାବେ ଅର୍ଥ ବିଭାଗର […]
ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍ ଦାଖଲ। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ଅଛି। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି। ଏଥିସହିତ ତାଙ୍କ ମ୍ୟାନେଜରଙ୍କ ବିରୋଧରେ ମଧ୍ୟ ଚାର୍ଜଶିଟ୍ ଦାଖଲ ହୋଇଛି। ସନ୍ଧ୍ୟା ଥିଏଟର ପରିଚାଳନା ସଂସ୍ଥାକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି।ତାଙ୍କ ବ୍ୟକ୍ତିଗତ କର୍ମଚାରୀ, ସୁରକ୍ଷା ଦଳ ଏବଂ ଚଳଚ୍ଚିତ୍ର ପ୍ରଯୋଜନା […]
ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ପୀଡ଼ିତା ଘର ପାଖ ଦୋକାନକୁ ସଉଦା ଆଣିବାକୁ ଯାଇଥିବା ବେଳେ ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ ଦେଇ ଛାତିରେ ହାତ ମାରିବା ସହିତ ଦୁଷ୍କର୍ମ ଉଦ୍ୟମ କରିବା ନେଇ ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିଛନ୍ତି।ଛାତ୍ରୀ ଜଣକ ପଞ୍ଚମ […]
ଏଣିକି ଅନଲାଇନ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ୱ । ମୋବାଇଲ ନଂ ଅପଡେଟ ନଥିବାରୁ ଓଟିପି ପାଉ ନଥିବା ବ୍ୟକ୍ତିଙ୍କୁ ହେବ ସହାୟକ । ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ । ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ […]
କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ । ଡିସିପି ଋଷିକେଶ ଖିଲାରିଙ୍କ ସହ ଆଡିସନାଲ ଏସପି ମୀନାକ୍ଷୀ ଠାକୁର, ଜିଲ୍ଲା ଜଜ ମାନସ ରଞ୍ଜନ ବାରିକ ଜେଲ ପରିଦର୍ଶନ କରି ସୁପରିଚାଳନାର ତଦାରଖ କରୁଛନ୍ତି । ଜେଲର ବାତାବରଣ, କଏଦୀଙ୍କ ସୁରକ୍ଷାର ସମୀକ୍ଷା କରିଛନ୍ତି । ଗତ ଅକ୍ଟୋବରରେ ଚୌଦାର ଜେଲରୁ ଦୁଇ କଏଦୀଙ୍କ ଚମ୍ପଟ ପରେ ଜେଲ ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ । ଏବେବି ପୋଲିସ ଚମ୍ପଟ କଏଦୀଙ୍କ ପତ୍ତା ପାଇପାରିନାହିଁ । […]
ଗୋକୁଳାନନ୍ଦ,ଅନନ୍ୟା ନନ୍ଦଙ୍କ ଗୀତରେ ଝୁମିଲେ ଦର୍ଶକ ରାୟଗଡା ଜିଲ୍ଲା ଲୋକ ମୋହତ୍ସବ ଚଇତି ଆଜି ବହୁ ଆଡମ୍ବର ସହକାରେ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡିଆରେ ଉଦ୍ଘାଟନ ହୋଇଯାଇଛି l ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ତତ୍ୱାବଧାନରେ ରାୟଗଡା ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣି ଓ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ନିକଟରୁ ଆଜ୍ଞାମାଳ ଓ ମଶାଲ ସମେତ କଳସ ଯାତ୍ରା କରି ହଜାର ହଜାର ସଂଖ୍ୟାରେ ଜନ ସମୂହ, ପାରମ୍ପରିକ ଲୋକନୃତ୍ୟ ସହ ସାଂସ୍କୃତିକ […]
ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଗ୍ରୀନ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ସଡକ ସୁରକ୍ଷା ମାସ ଆସୁଥିବାରୁ ପିୟୁସିସି କୋହଳ କରାଯାଇଛି । ୨୦୧୯ ରେ ଯେଉଁ ଫାଇନ ବଢ଼ାଯାଇଛି କୋହଳ କରିବାକୁ ତର୍ଜମା କରିବୁ ବୋଲି […]
ଭାରତରେ କୋଭିଡ୍-୧୯ ମହାମାରୀ ବୃହତ୍ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ ସ୍ଥିତି ଉପୁଜାଇବ ବୋଲି ବ୍ରିଟେନ୍ରେ ଥିବା ଜଣେ ଭାରତୀୟ ବଂଶୋଦ୍ଭବ ଡାକ୍ତର ସତର୍କ କରାଇଛନ୍ତି।ବିଶେଷଜ୍ଞମାନେ କହିଛନ୍ତି ଯେ, ଦେଶରେ ଶ୍ୱାସକ୍ରିୟା ଜନିତ ରୋଗ ଏକ ବଡ଼ ସଙ୍କଟ ଧୀରେ ଧୀରେ ବିକଟାଳ ରୂପ ନେଉଛି। […]
ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ୬୦ ପ୍ଲାଟୁନ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଶକ୍ତିଶାଳୀ ବାହିନୀକୁ ନିୟୋଜିତ କରାଯିବ। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପ୍ରଶାସନ କଠୋର ଟ୍ରାଫିକ ଡାଇଭର୍ସନ, ନିର୍ଦ୍ଦିଷ୍ଟ ପାର୍କିଂ ଜୋନ୍ , ବ୍ୟାରିକେଡ୍ ଏବଂ ସାର୍ବଜନୀନ ସମ୍ବୋଧନ […]
ଯାତ୍ରା ଜଗତରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗତକାଲି ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ ହୋଇଥିବାବେଳେ ଆଜି କଳିଙ୍ଗ ଗଣନାଟ୍ୟର ଜଣେ ହାସ୍ୟାଭିନେତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ଦେବେନ୍ଦ୍ର ଦାଶ ଓରଫ୍ ବୁଧିଆନା କଳିଙ୍ଗ ଗଣନାଟ୍ୟର ଥିଲେ। ଦୀର୍ଘ ୫୦ ବର୍ଷର ଯାତ୍ରା କ୍ୟାରିୟରରେ ହସର ଫୁଆରା ଫୁଟେଇଥିବା ବୁଧିଆଙ୍କ ମୃତ୍ୟୁ ବେଳକୁ ୬୩ ବର୍ଷ ହୋଇଥିଲା |ମିଳିଥିବା ସୂଚନା ମୁତାବକ ଆଜ୍ମା ବା ଶ୍ୱାସରେ ପୀଡିତ ଥିବା ବୁଧିଆ ନନାଙ୍କର […]
