ରାୟଗଡ / ଚନ୍ଦ୍ରପୁର ୧୮/୦୮/୨୦୨୫ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ଏସ ସ୍ୱାତୀ କୁମାର, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ଚନ୍ଦ୍ରପୁର ସମିତି ଅଧ୍ୟକ୍ଷ ଶ୍ରୀ କୟାନ କିମ୍ଵାକା,ଚନ୍ଦ୍ରପୁର ଗୋଷ୍ଠୀ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।ମେଡିକାଲ କଲେଜରେ ପ୍ରଫେସର ପଦବୀ ମଧ୍ୟ ଖୁବ ଶୀଘ୍ର ପୂରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ପୂରଣ ପାଇଁ ଗୁରୁତ୍ୱାରୋପ କରିଥିଲେ […]
ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି।ଆଜି ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି। ଜିଲ୍ଲା […]
ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ପୁଣି ମଞ୍ଚରେ ଜୀବନ୍ତ ସାପ । ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି । ଜୀବନ୍ତ ସାପ ସହ ଅଭିନୟ କରିଛନ୍ତି ଅଭିନେତା । ସାପଟି ବୋଡ଼ା ପ୍ରଜାତିର ବୋଲି କୁହାଯାଉଛି ।ତେବେ ଏଠାରେ ପ୍ରଶ୍ନ ଉଠୁଛି ଦର୍ଶକଙ୍କୁ ମନୋରଞ୍ଜନ କରିବାକୁ ଏହା କଣ ଏକ ମାତ୍ର ମାଧ୍ୟମ? କିନ୍ତୁ ସାପ ସହ ଏପରି ଅଭିନୟ […]
ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା । ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର ।ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ । ଅନ୍ୟପଟେ ବିଜେପି ସରକାରରେ […]
ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।୩ ଦିନିଆ ରିମାଣ୍ଡ ଆବେଦନ ମଞ୍ଜୁର କଲେ ଜିଲ୍ଲା ଦୌରାଜଜ।ଏଫ୍ଏମ୍ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ ପରିସରରରୁ ଗିରଫ ହୋଇଥିଲେ ।ଅଧ୍ୟାପକ ସମୀର ସାହୁଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ କରିଥିଲେ ଛାତ୍ରୀ। ଏନେଇ ସମୀରଙ୍କୁ ଗିରଫ କରିଥିଲା ସହଦେବଖୁଣ୍ଟା ଥାନା ପୋଲିସ। ଆଜି ଠାରୁ ୨୦ ତାରିଖ […]
ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍ବ୍ରାଞ୍ଚ । ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ ।ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣିକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି । ଆସନ୍ତା ୨୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।ଖବର ଅନୁଯାୟୀ, OTET ପ୍ରଶ୍ନପତ୍ର ଲିକ ମାମଲାରେ ଛାନ୍ଭିନ୍ […]
ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ପ୍ରସ୍ତୁତିକୁ ଜୋରଦାର କରିଛି ଏନ୍ଡିଏ । ଗତକାଲି ପ୍ରାର୍ଥୀ ଘୋଷଣା କରିବା ପରେ ସମର୍ଥନ ଯୋଗାଡ଼ ଆରମ୍ଭ କରିଛି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ରେ କଥା ହୋଇଛନ୍ତି ରାଜନାଥ ସିଂ । କଂଗ୍ରେସ ଓ ବିଜେପି ଠାରୁ ସମଦୂରତା କଥା କହି ରାଜନୀତି କରୁଥିବା ବିଜେଡି ଉପରାଷ୍ଟ୍ରପତି ନିର୍ବାଚନରେ କେଉଁ ପଟକୁ ଢଳିବ ସେନେଇ ଅନେକ ଦିନ ଧରି ଚର୍ଚ୍ଚା ଚାଲିଛି । ଯଦିବା ଏନଡିଏ ପ୍ରାର୍ଥି […]
ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ରେଳ ଷ୍ଟେସନରୁ ଉଦ୍ଧାର ହେଲା ୨୦ ଟି ଇଂପୋର୍ଟେଡ଼ ପାର୍ସିଆନ ବିଲେଇ । ମୁମ୍ୱାଇରୁ କୋଲକାତା ହେଉଥିଲା ଚାଲାଣ ବେଳେ ଜବତ ହୋଇଛି । ତେବେ ସାନ୍ତ୍ରାଗାଛିର ଏକ ଫାର୍ମରେ ବିକ୍ରି କରିବାର ଉଦେଶ୍ୟରେ ଏହି ବିଦେଶୀ ବିଲେଇ ଟ୍ରେନ ଯୋଗେ ଚାଲାଣ ହେଉଥିବା ଅନୁମାନ କରୁଛି ବ୍ରଜରାଜନଗର ଆରପିଏଫ । ଏହି ଘଟଣାରେ ଆରପିଏଫ ମୁମ୍ବାଇର ଅମିନ ସୟଦ ଓ ତାର ପରିବାରକୁ ଅଟକ ରଖି ପଚରାଉଚରା କରୁଛି । ଚାଲାଣ […]
ଖରିଫ ଋତୁ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ଅବଧି ୫ଦିନ ବୃଦ୍ଧି କରିଛନ୍ତି। ପଞ୍ଜୀକରଣ ସମୟ ସୀମା ଚଳିତ ମାସ ୨୦ ତାରିଖ ଥିବାବେଳେ ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବା ନେଇ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।୨୦୨୫-୨୬ ଖରିଫ ପଞ୍ଚିକରଣ ପ୍ରକ୍ରିୟାକୁ ସରଳ କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । […]
ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା। ଗସ୍ତ ସମୟରେ ମନମୋହନ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା କରିପାରନ୍ତି। ସେପଟେ ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁଣ୍ଣ ହୋଇଛି। ତେଣୁ ରାଜ୍ୟ ସଭାପତି ମନମୋହନ […]
