ଗତ ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ।କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଆୟକର ବିଲ୍କୁ ପ୍ରତ୍ୟାହାର କରିଛନ୍ତି।ଏହି ବିଲ ୬ ଦଶନ୍ଧି ପୁରୁଣା ଆୟକର ଆଇନ ୧୯୬୧କୁ ବଦଳାଇବ। ଭାଜପା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ସିଲେକ୍ଟ କମିଟି ଏହାକୁ ସମୀକ୍ଷା କରିବା ପରେ ଅନେକ […]
ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅଧୀନ ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ପୁଣି ଏକ ଗବେଷଣା ସଫଳ ହୋଇଛି । ଏଣିକି ବ୍ୟକ୍ତିର ଛେପରୁ ଭବିଷ୍ୟତରେ ତାଙ୍କୁ ହେବାକୁ ଥିବା ରୋଗ ବିଷୟରେ ଜଣାପଡ଼ିବ। ଏନେଇ ଏକ କିଟ୍ ପ୍ରସ୍ତୁତ କରାଯାଇଛି । ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଏବଂ ଏହି ବିଭାଗର ଷ୍ଟାର୍ଟଅପ୍ ୱିଣ୍ଡ ଡିଏନ୍ଏ ଲାଇଫ୍ସାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ ମିଳିତ ଉଦ୍ୟମରେ ଏହା ପ୍ରସ୍ତୁତ ହୋଇଛି । […]
ପାଳନ ହେଲା ଜାତୀୟ ହସ୍ତତନ୍ତ ଦିବସ। ଓଡ଼ିଶା ହସ୍ତତନ୍ତର ଅନ୍ଲାଇନ୍ ବ୍ୟବସାୟିକ ପ୍ଲାଟ୍ଫର୍ମ ‘ଆର୍ଟସ ଅଫ୍ ଉଇଭିଂ’ ତରଫରୁ ଅତି ଆକର୍ଷଣୀୟ ଏବଂ ନିଆରା ଭାବରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି।। ଏବର୍ଷ ‘ଆର୍ଟସ ଅଫ୍ ଉଇଭିଂ (ଏଓଡବ୍ଲ୍ୟୁ) ତାଙ୍କର ଓଡିଶା ହସ୍ତତନ୍ତ ସାମଗ୍ରୀକୁ ଏଆଇ (AI) ମଡେଲ୍ ମାଧ୍ୟମରେ ଦର୍ଶାଇବା ଆରମ୍ଭ କରିଛନ୍ତି, ଯାହା ଅତ୍ୟନ୍ତ କମ ଖର୍ଚ୍ଚ ଓ ତ୍ୱରିତ ଉପାୟରେ ଉତ୍ପାଦମାନଙ୍କୁ ବିଶ୍ୱସ୍ତରରେ ଉପସ୍ଥାପନ କରିବାରେ ସାହାଯ୍ୟ କରିଛି । ଏହି […]
ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ଅର୍ଥାତ ଶନିବାର ଦିନ ସୁଭଦ୍ରା ତୃତୀୟ […]
ଭାରତର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (RIL)ର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏହି ବର୍ଷ ମଧ୍ୟ ତାଙ୍କର ପାଞ୍ଚ ବର୍ଷ ପୁରୁଣା ନିଷ୍ପତ୍ତି ଜାରି ରଖିଛନ୍ତି। ଲଗାତାର ପଞ୍ଚମ ବର୍ଷ ପାଇଁ ସେ ଦରମା ନ ନେବା ନିଷ୍ପତ୍ତି ନିଷ୍ପତ୍ତି ବଜାୟ ରଖିଛନ୍ତି ଏବଂ ଆର୍ଥିକ ବର୍ଷ ୨୦୨୫(FY25) ରେ କମ୍ପାନୀରୁ କୌଣସି ଦରମା ନେଇ ନାହାଁନ୍ତି। କରୋନା ମହାମାରୀ ପରେ ସୃଷ୍ଟି ହୋଇଥିବା ପରିସ୍ଥିତି ଯୋଗୁଁ, ମୁକେଶ […]
ରାଜ୍ୟରେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ନୂଆପଡ଼ା । ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, […]
ନିର୍ବାଚନ କମିସନ(ଇସି)ଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ସେପ୍ଟେମ୍ବର ୯ରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଇସି ପୂର୍ବରୁ ଘୋଷଣା କରିସାରିଛନ୍ତି। ବର୍ତ୍ତମାନ ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ କରାଯାଇଛି। ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବାବେଳେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ଅଗଷ୍ଟ ୨୫କୁ ଧାର୍ଯ୍ୟ କରାଯାଇଛି। ସେପ୍ଟେମ୍ବର ୯ରେ ଗଣତି କରାଯାଇ […]
ପୁଲିସ ପରିଚୟ ଦେଲେ, ସୁନା ଅଳଙ୍କାର ନେଇ ଚାଲିଗଲେ ।ଏଭଳି ଘଟଣା ଅନୁଗୁଳ ସହରରେ ଘଟିଥିବା ବେଳେ ଏହା ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି ।ସୂଚନାଯୋଗ୍ୟ ଯେ, କ୍ଷୀରୋଦ ପ୍ରଧାନ ନାମକ ଜଣେ ବ୍ୟକ୍ତି ବେକରେ ଚେନ୍ ଆଉ ହାତରେ ମେଞ୍ଚାଏ ସୁନା ମୁଦି ପିନ୍ଧି ସହର ଆଡୁ ନିଜ ଘର ହୁଲୁରିସିଂହାକୁ ଯାଉଥିଲେ । ଦିବ୍ୟଜ୍ୟୋତି ହଲ୍ ଛକ ନିକଟରେ ହଠାତ ଦୁଇ ଜଣ ବ୍ୟକ୍ତି ଆସି ତାଙ୍କୁ ଅଟକାଇଥିଲେ । ସେମାନଙ୍କ ମଧ୍ୟରୁ […]
ନିଶାରେ ଶୋଇପଡ଼ିଲେ ଡ୍ରାଇଭର । ଅଧାବାଟରେ ଅଟକିଲେ ରୋଗୀ । ଜଣେ ଗର୍ଭବତୀ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଏଭଳି ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି । ୧୦୮ ଆମ୍ବୁଲାନ୍ସ ଭିତରେ ରୋଗୀ ଥିବା ବେଳେ ଡ୍ରାଇଭର ଜଣଙ୍କ ନିଶାରେ ଶୋଇପଡ଼ିଛନ୍ତି । ଗଜପତି ଜିଲ୍ଲା ଆର. ଉଦୟଗିରି ବ୍ଲକ୍ କାନିକିପଦର୍ରେ ନଜର ଆସିଛି ଏପରି ଘଟଣା । ସୂଚନାନୁଯାୟୀ କାନିକିପଦର୍ ଗାଁର ବିଜୟ ରଇତଙ୍କ ପତ୍ନୀ ନନ୍ଦିନୀ ରଇତଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ବିଳମ୍ବିତ […]
ଜଗତସିଂହପୁର ପୋଲିସ ଏସ୍ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏସ୍ଆଇ ଜଣେ ନାବାଳିକା ଝିଅକୁ ବିବାହ କରି ଘରୁ ତଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ପରେ ଜଗତସିଂହପୁର ସଦର ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଖାଲି ଏତିକି ନୁହେଁ, ଏତଲାର 4 ମାସ ପରେ ବି କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି। ଜଗତସିଂହପୁର ଏସପିଙ୍କ ସୂଚନା ଅନୁସାରେ, ଅଭିଯୁକ୍ତ SIଙ୍କୁ ନିଲମ୍ବିତ କରାଯାଇଛି। ଚାକିରିରୁ ନିଲମ୍ବନ ପରେ ଅଭିଯୁକ୍ତ SI ଫେରାର […]
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଛାତ୍ରୀ ପୋଡି ଘଟଣାରେ ଏସ୍ପି ସିଦ୍ଧାର୍ଥ କଟାରିଆଙ୍କ ସାମ୍ବାଦିକ ସମ୍ମିଳନୀ l ଘଟଣାର ନିରପେକ୍ଷ ତଦନ୍ତ ଚାଲିଥିବା ଏସ୍ପି କହିଛନ୍ତି l ତେବେ ବ୍ଲାକମେଲ କରିଥିବା ଅଭିଯୋଗରେ ଚେନ୍ନାଇରୁ ପ୍ରେମିକ ଗିରଫ । ରାଜ୍ୟ ବାହାରରୁ ଅଭିଯୁକ୍ତକୁ ପଟ୍ଟାମୁଣ୍ଡାଇ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ତାକୁ ପୋଲିସ ଓଡ଼ିଶା ଆଣୁଛି । ଖୁବଶୀଘ୍ର ଛାତ୍ରୀ ମୃତ୍ୟୁ ଘଟଣାରୁ ପରଦା ହଟିବ । ବ୍ରେକଅପ ପରେ ଯୁବକ ଜଣଙ୍କ […]
ଢେଙ୍କାନାଳ ଜିଲାର ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣି ନିକଟରେ ରେଙ୍ଗାଲି ଶାଖା କେନାଲରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବା ଫଳରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।ବସଟି ପରଜଙ୍ଗରୁ ଭୁବନେଶ୍ୱର ଯାଉଥିଲା । ରେଙ୍ଗାଳି ଶାଖା କେନାଲକୁ ବସ ଖସି ପଡିଛି l ବସରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୨୦ଜଣ ଗୁରୁତର ହୋଇଛନ୍ତି ।କାମାକ୍ଷାନଗର ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଅନେକ ଯାତ୍ରୀଙ୍କ […]
