ଭଦ୍ରକ ଗ୍ରାମାଞ୍ଚଳ ଥାନା SI ନିଲମ୍ବିତ। ତଦନ୍ତ ପାଇଁ ଅସଲି ପୋଲିସ ନକଲି ପୋଲିସକୁ ପଠାଇ ନିଲମ୍ବିତ ହୋଇଛନ୍ତି ।ଘରୋଇ ମାମଲା ରୁଜୁ ପରେ ତଦନ୍ତ ପାଇଁ ଯାଇଥାନ୍ତେ ତଦନ୍ତକାରୀ ଅଧିକାରୀ । କିନ୍ତୁ ନିଜେ ନ ଯାଇ ସରକାରୀ ବାଇକ୍ ଦେଇ ମଧ୍ୟସ୍ଥି ଭାବେ ଜନୈକ ଯୁବକଙ୍କୁ ତଦନ୍ତ ପାଇଁ ପଠାଇଥିଲେ ପୋଲିସ ବାବୁ । ମଧ୍ୟସ୍ଥି ଜଣକ ମଧ୍ୟ ଗାଁକୁ ଯାଇ ଅଭିଯୋଗକାରିଣୀଙ୍କ ଘରେ ପହଞ୍ଚି କିଛି ଟଙ୍କା ମଧ୍ୟ ମାଗିଥିଲେ । ସ୍ଥାନୀୟ […]
ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ ମିଳିଛି।ସବୁ ଦିଗରୁ ପୋଲିସ ତଦନ୍ତ ଜାରି ରଖିଥିବାବେଳେ କିଛି ମାତ୍ରାରେ ସଫଳତା ମିଳିଛି । କାରଣ ଘଟଣାରେ ୨ ଯବାନଙ୍କ ସମେତ ୭ ଜଣ ଅଟକ ଥିବା ସୂଚନା ରହିଛି । ହତ୍ୟା ପୂର୍ବରୁ ଓ ପରର ସିସିଟିଭି ଫୁଟେଜ୍ ପୋଲିସ ସଂଗ୍ରହ କରିଛି । ପୋଲିସ ପୂର୍ବରୁ ଚାରି ଜଣ ସନ୍ଦିଗ୍ଧଙ୍କୁ ଉଠାଇ ନେଇ ପଚରାଉଚରା କରିଥିଲା । ତେବେ ସେମାନଙ୍କ […]
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ବିଭିନ୍ନ […]
ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]
ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆଜି ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି। ମଝି ଆକାଶରେ ଜଣେ ଯାତ୍ରୀ ହଠାତ୍ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ର ବିମାନକୁ ଜରୁରୀକାଳନୀ ଅବତରଣ କରାଯାଇଛି। ଭୁବନେଶ୍ବର ବିମାନବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସୂଚନାମୁତାବକ ଆଜି ଦିନ ୪ଟା ୫୩ ମିନିଟ ସମୟରେ AirIndiaExpress-1295 ବିମାନ ୧୭୪ ଯାତ୍ରୀଙ୍କୁ ନେଇ ବାଙ୍ଗଲୋରରୁ ଗୌହାଟି ଯାଉଥିବା ସମୟରେ ଜଣେ ଯାତ୍ରୀଙ୍କର ଛାତିରେ ଯନ୍ତ୍ରଣା […]
ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା ପରିପ୍ରେକ୍ଷୀରେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ କରାଯାଇଥିଲା । ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମତ୍ସ୍ୟ ଓ ପ୍ରାଣୀସମ୍ପଦ […]
ସାହିତ୍ୟରେ ନୋବେଲ ପୁରସ୍କାର ଘୋଷଣା ହୋଇଛି । ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ କରିଥିବା କ୍ରାଜନାହୋରକାଇଙ୍କ ଲେଖାର କେତେକ ସ୍ବତନ୍ତ୍ରତା ରହିଛି । ତାହା ହେଉଛି ଲମ୍ବା ଓ ଜଟିଳ ବାକ୍ୟ ଓ ସେଥିରେ ଲୁଚି ରହିଥିବା ଗଭୀର ଦାର୍ଶନିକ ଅର୍ଥ । […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍ରେ ମିଳିବ ୧୬ ହଜାର ଟଙ୍କା। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର। ଅନ୍ୱେଷା ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା। ପୋଷ୍ଟ ମାଟ୍ରିକ ସ୍କଲାରସିପ୍ରେ ଛାତ୍ରମାନଙ୍କୁ ୧୬ ହଜାର ଟଙ୍କା ମିଳିବ। ସେହିପରି ପୋଷ୍ଟ ମାଟ୍ରିକ ସ୍କଲାରସିପ୍ରେ ଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା।
କେଉଁ ଦିନ ପାଳିବେ ଦୀପାବଳୀ ବା ପୟାଶ୍ରାଦ୍ଧ। କେଉଁ ତାରିଖରେ ଏହାକୁ ପାଳନ କରାଯିବ ତାକୁ ନେଇ ସୃଷ୍ଟି ହୋଇଛି ଦ୍ଵନ୍ଦ।ରାଧାରମଣ ପ୍ରେସ ପଞ୍ଜିକା ବା ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକା ଗୁଡିକରେ ଦୀପାବଳି ବା ପୟା ଶ୍ରାଦ୍ଧ ଅକ୍ଟୋବର ୨୦ ତାରିଖ ଉଲ୍ଲେଖ ରହିଥିବା ବେଳେ ଅନ୍ୟ ପଞ୍ଜିକାରେ ୨୧ ତାରିଖ ଉଲ୍ଲେଖ ରହିଛି ।20 ତାରିଖ ଦିନ 3 ଟା 45 ପର ଠାରୁ ପର ଦିନ ଅର୍ଥାତ୍ ଅକ୍ଟୋବର 21 ତାରିଖ 5 […]
ଦକ୍ଷିଣ ଦିଲ୍ଲୀର ଅମ୍ବେଦକର ନଗର ଥାନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ମଦନଗୀରରେ ରହୁଥିବା ଦିନେଶ ନାମକ ଜଣେ ବ୍ୟକ୍ତି ଶୋଇଥିବା ବେଳେ ତାଙ୍କ ପତ୍ନୀ ତାଙ୍କ ଉପରେ ଫୁଟୁଥିବା ତେଲ ଢାଳି ଦେଇଥିଲେ ଓ ଆଘାତ ସ୍ଥାନରେ ଲଙ୍କାଗୁଣ୍ଡ ଛିଞ୍ଚିଥିଲେ। ଦିନେଶଙ୍କ ଚିତ୍କାର ଶୁଣି ପଡ଼ୋଶୀ ଓ ମକାନ ମାଲିକଙ୍କ ପରିବାର ତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣା ଅନୁସାରେ ପୋଲିସ ଏକ ମାମଲା ରୁଜୁ କରିଛି । ଏହି ଘଟଣାଟି […]
ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳ ୟରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍. ଗୋପାଳନ ବୈଠକରେ କହିଥିଲେ ଯେ, ଚଳିତ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି । ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ […]
‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍ । ପୋଲିସ୍ ଏସ୍ଆଇ ନିଯୁକ୍ତି ଘୋଟାଲା ଲିଙ୍କରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ରେଡ୍ କରିଛି କ୍ରାଇମବ୍ରାଞ୍ଚ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍ ଚାଲିଛି । ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ସୂଚନା ମିଳିଛି। ବିଜୟନଗର ଯାଉଥିବା କିଛି ପରୀକ୍ଷାର୍ଥୀ ‘ବଣିକ’ କୋଚିଂରେ ପଢ଼ୁଥିବା ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ […]
