author

ରଥଯାତ୍ରାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। 

ପୁରୀରେ ପ୍ରଶାସନିକ ସ୍ତରରେ ଅଦଳବଦଳ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମୀକ୍ଷା। ପୁରୀରେ ପହଞ୍ଚି ରଥଯାତ୍ରାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଗଠନମୂଳକ ନିଷ୍ପତ୍ତି ଉପରେ ଜୋର ଦେଇଥିବା ଜଣାପଡ଼ିଛି ।ଫୋକସରେ ରହିଛି ଶୃଙ୍ଖଳିତ ବାହୁଡ଼ା, ସୁନାବେଶ ଓ ନୀଳାଦ୍ରିବିଜେ ନୀତିକାନ୍ତି ସଂପାଦନା । ସେହିପରି ଭିଡ଼ ନିୟନ୍ତ୍ରଣ, ପୋଲିସ ଓ ମେଡିକାଲ ଟିମ ମୁତୟନ ଉପରେ କଠୋର ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଆଗକୁ କୌଣସି ପ୍ରକାର ତ୍ରୁଟି ଘଟିଲେ ଏହା […]

ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବର୍ଷିଲା ବିଜେଡି

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ଦୃଢ ନିନ୍ଦା କରିଛି ବିଜୁ ଜନତା ଦଳ। ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ କରି ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି।ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛି ବିଜେଡି। ମାମଲାରେ ଆହୁରି ଅନେକ ଦୋଷୀ ଅଛନ୍ତି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଯିଏ ମୁଖ୍ୟ ଷଡ଼ଯନ୍ତ୍ରକାରୀ ନିଜେ ସ୍ୱୀକାର କରିଛନ୍ତି ଯେ ଦୁର୍ବୃତ୍ତମାନେ ତାଙ୍କ ଲୋକ। ଏଥିଲାଗି ପୋଲିସ ତାଙ୍କୁ ତୁରନ୍ତ ଗିରଫ କରୁ। […]

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଓଏଏସ୍ ସଂଘର ପ୍ରତିବାଦ ଜାରି

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାର ଅଫିସର ମାନେ ଛୁଟିରେ ଗଲେ । ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ ।ପୁରୀରେ ଓଏଏସ ସଂଘର ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। […]

ତହସିଲଦାରଙ୍କ ବାବୁ ଗିରି ପାଇଁ କାରଣ ଦର୍ଶାଅ ନୋଟିସ୍

ଘସିପୁରା ତହସିଲଦାର ଅଭୟ ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ କଲା ରାଜସ୍ୱ ବିଭାଗ। ଲୋକଙ୍କୁ ବାହାରେ ଚପଲ ରଖି ତହସିଲ ଭିତରକୁ ଆସିବାକୁ ଅଫିସ୍ ବାହାରେ ନୋଟିସ୍ ଲଗାଇଥିଲେ ତହସିଲଦାର । ଲୋକଙ୍କୁ ବସାଇବାକୁ ଚୌକି ଦେଉନଥିଲେ ଏବଂ ଖରାପ ବ୍ୟବହାର କରୁଥିଲେ । ହେଲେ କର୍ମଚାରୀ ମାନେ ଜୋତା ପିନ୍ଧି ଅବାଧ ପ୍ରବେଶ କରୁଥିଲେ। ଏହି କାର୍ଯ୍ୟାଳୟରେ ଅଭୟ କୁମାର ସ୍ୱାଇଁ ଯୋଗଦେବା ପରଠାରୁ ଲୋକଙ୍କ ପାଇଁ ଥିବା ଚୌକିକୁ ମଧ୍ୟ ହଟାଇଥିଲେ। ହେଲେ ବଡବଡିଆ […]

 ପୁଣି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ଏଲନ ମସ୍କ ମୁହାଁମୁହିଁ । 

ଏଲନ ମସ୍କ ଟ୍ରମ୍ପଙ୍କ ବିଗ୍ ବିୟୁଟିଫୁଲ୍ ବିଲ୍‌ ବିପକ୍ଷରେ ଲଗାତର ସ୍ୱର ଉତ୍ତୋଳନ କରୁଛନ୍ତି ଏବଂ ବିଲ୍‌କୁ ବିରୋଧ କରୁଛନ୍ତି। ଏବେ ଲାଗୁଛି ଟ୍ରମ୍ପଙ୍କ ଧୈର୍ଯ୍ୟର ସୀମା ମଧ୍ୟ ଲଙ୍ଘି ଯାଇଛି ଏବଂ ସେ ବି ମସ୍କଙ୍କୁ ଧମକ ଦେଇଛନ୍ତି। ଟ୍ରମ୍ପଙ୍କ ଏହି ବିଲକୁ ପାଗଳାମୀ ଓ କରଦାତାଙ୍କ ଉପରେ ବୋଝ ବୋଲି କହିଛନ୍ତି ମସ୍କ । ସିନେଟ୍ ବିଲକୁ ମଂଜୁରୀ ଦେଲେ, ଏହାର ପରଦିନ ହିଁ ଆମେରିକା ପାର୍ଟି ନାଁରେ ଏକ ନୂଆ ରାଜନୈତିକ ଦଳ […]

ମା’ ହେବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ

ମହାରାଷ୍ଟ୍ର ତଡ଼ଭା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଆସିଥିବା ୩ ବର୍ଷିୟା ବାଘୁଣୀ ଏବେ ଗର୍ଭବତୀ ଅଛନ୍ତି।ବନବିଭାଗ ସୂଚନା ମୁତାବକ, ସୁଦୂର ମହାରାଷ୍ଟ୍ରରୁ ଆସିଥିବା ଜିନ୍ନତକୁ ଜାନୁଆରୀ ପହିଲାରୁ ଯମୁନାଗଡ଼ସ୍ଥିତ ‘ସ୍ୱତନ୍ତ୍ର ଏନକ୍ଲୋଜର’ରେ ଛଡ଼ାଯାଇଥିଲା। ସ୍ୱତନ୍ତ୍ର ଡାକ୍ତରୀ ଦଳ ବାଘୁଣୀର ଗତିବିଧି ଓ ସ୍ୱାସ୍ଥ୍ୟ ଉପରେ ନିରନ୍ତର ନଜର ରଖୁଥିଲେ। ଦେଢ଼ ମାସେ ତଳେ ବାଘୁଣୀକୁ ଏନ୍‌କ୍ଲୋଜରରୁ ଜଙ୍ଗଲକୁ ଛଡ଼ାଯାଇଛି। ଏହାପରେ ବାଘୁଣୀଟି ଯମୁନାଗଡ଼ଠାରୁ ଗୁଡୁଗୁଡିଆ ଜଙ୍ଗଲରେ ଘୂରି ବୁଲୁଛି। ସୁବର୍ଣ୍ଣରେଖା ନଦୀ ପହଁରି ଝାଡ଼ଖଣ୍ଡ ମୁହାଁ ହୋଇନାହିଁ […]

Icici-Axis-HDFC ବ୍ୟାଙ୍କ ମାନଙ୍କୁ ଜନକଲ୍ୟାଣ ଯୋଜନାରେ ଅଧିକ ୠଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା କୃଷି ୠଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା (PMEGP), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହୠଣ, ଶିକ୍ଷାୠଣ ଓ ରପ୍ତାନୀ ୠଣ ଆଦି ବିଭିନ୍ନ ଯୋଜନାରେ […]

BMC ଆଟାକ୍‌ ଘଟଣାରେ ମୁହଁ ଖୋଲିଲେ ଜଗନ୍ନାଥ ପ୍ରଧାନ ।

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । । ଆଉ ଆକ୍ରମଣର କାରଣ ମଧ୍ୟ କହିଛନ୍ତି । ଜଗା ପ୍ରଧାନ ପ୍ରତିକ୍ରିୟାରେ କହିଛନ୍ତି, 34 ନମ୍ୱର ଓ୍ବାର୍ଡର ଏସଏଚଜି ମହିଳାଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିଆଯାଉଛି । ଏହି କଥାକୁ ନେଇ ସେହି ଓ୍ୱାର୍ଡର କର୍ପୋରେଟର ସ୍ୱଚ୍ଛ ସାଥୀଙ୍କୁ ତାଗିଦ କରିଥିଲେ […]

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବିଜେପିରୁ ୫ ନିଲମ୍ବିତ

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ମଙ୍ଗଳବାର ବିଜେପିରୁ ୫ ଜଣଙ୍କୁ ନିଲମ୍ବନ କରାଯାଇଛି। । ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସମସ୍ତଙ୍କୁ ସସ୍‌ପେଣ୍ଡ କରାଯାଇଛି । ନିଲମ୍ବିତ ହୋଇଥିବା ୫ ଜଣ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ, ଅନ୍ୟମାନେ ହେଲେ ରଶ୍ମି […]

ଆଜିଠୁ ଏହି ଗାଡ଼ିକୁ ପେଟ୍ରୋଲ ଡିଜେଲ୍ ବନ୍ଦ

ପୁରୁଣା ଗାଡିକୁ ପେଟ୍ରୋଲ ମନା। ପ୍ରଦୂଷଣ ରୋକିବାକୁ ଦିଲ୍ଲୀ ସରକାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜିଠୁ ପେଟ୍ରୋଲ ପମ୍ପରେ ପୁରୁଣା ଗାଡିକୁ ମିଳିବନି ତେଲ। ଏଣ୍ଡ-ଅଫ୍-ଲାଇଫ୍ ଭେଇକିଲ୍ ଅଧିନରେ ଦିଲ୍ଲୀ ସରକାର ପୁରୁଣା ଗାଡ଼ିଗୁଡିକୁ ରାସ୍ତାରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି । ଅର୍ଥାତ୍, ଯେଉଁ ଗାଡ଼ିଗୁଡ଼ିକ ୧୫ବର୍ଷରୁ ଅଧିକ ହୋଇସାରିଛି ସେଗୁଡ଼ିକ ଆଉ ରାସ୍ତାରେ ଗଡ଼ିବ ନାହିଁ । ପୁରୁଣା ଗାଡ଼ିଗୁଡ଼ିକୁ ଚିହ୍ନଟ କରାଯାଇ ସେଗୁଡ଼ିକୁ ଜବତ କରାଯିବ । ଏଣ୍ଡ-ଅଫ୍-ଲାଇଫ୍ ଭେଇକିଲ୍ ଗୁଡ଼ିକ […]

ଉନ୍ନୟନ କମିଶନର ଅନୁ ଗର୍ଗ ପୁରୀ ଗସ୍ତରେ ଆସି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ତିନି ଭକ୍ତଙ୍କ ମୃତ୍ୟୁ ଘଟଣାରେ ପ୍ରାଥମିକ ତଦନ୍ତ ଆରମ୍ଭ ।ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରତିକ୍ରିୟାରେ କହିଛନ୍ତି, “ମତେ ଏହି ଘଟଣା ତଦନ୍ତ ପାଇଁ 30 ଦିନ ସମୟ ଦିଆଯାଇଛି । ଦଳାଚଟକାରେ ଭକ୍ତଙ୍କ ମୃତ୍ୟୁ ବହୁତ୍ ଦୁଃଖଦ ଘଟଣା। କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା ସେ ନେଇ ତଦନ୍ତ ହେବ। କେବଳ ସେତିକି ନୁହେଁ ଆଗାମୀ ଦିନରେ ଏହି ଭଳି ସ୍ଥିତି ଯେଭଳି ଆଉ ହେବ ନାହିଁ ସେନେଇ […]

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣ ସ୍ତମ୍ଭ ଚତୁଃପାଶ୍ୱର୍ରେ ନୂତନ ବାଡ଼ । ଭକ୍ତମାନେ ଅସନ୍ତୋଷ

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣ ସ୍ତମ୍ଭ ଚତୁଃପାଶ୍ୱର୍ରେ ନୂତନ ବାଡ଼ ଲାଗିଛି । ବ୍ରିଟିଶ ଅମଳର ପୁରୁଣା ଲୁହା ବାଡ଼ କଢ଼ାଯାଇ ପିତ୍ତଳର ବାଡ଼ ଲଗାଯାଇଛି । ୧୬ କୋଣୀ ଏହି ଶିଳାସ୍ତମ୍ଭର ଉପରି ଭାଗରେ ସୂର୍ଯ୍ୟଙ୍କ ସାରଥି ଅରୁଣ ଅଧିଷ୍ଠିତ ହୋଇଛନ୍ତି । ଅରୁଣଙ୍କ ସମାନ ଉଚ୍ଚତାରେ ବଡ଼ଦେଉଳ ରତ୍ନବେଦି ରହିଛି ବୋଲି କୁହାଯାଏ । ଅଷ୍ଟାଦଶ ଶତାବ୍ଦୀରେ ତତ୍କାଳୀନ ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନ କାଳରେ କୋଣାର୍କରୁ ସ୍ଥାନାନ୍ତର ହୋଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ […]