author

କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ

କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ । ନଭେମ୍ବର ୫ ରେ ଡଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ । ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ । ନଭେମ୍ବର ୧ରୁ ୫ ଯାଏଁ ବ୍ରତ ପାଳନ କରାଯିବ । ସେହିପରି କାର୍ତ୍ତିକ ବ୍ରତ ଓ ବଡ଼ ଓଷା ପାଇଁ […]

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା । ଅପରାହ୍ନ ୨ଟା ୫୫ ମିନିଟ୍‌ରେ ସ୍ଥାନାନ୍ତର କାର୍ଯ୍ୟ ଶେଷ ହୋଇଛି । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି । ଏସଓପି ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି । ଗଣତି ମଣତି କେବେ […]

ଓଡ଼ିଆରେ ନାମ ଫଳକ ନ ଲେଖିଲେ ସାବଧାନ । ୧୦୦ ଗୋଟି ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ

ବିଧାନସଭାରେ ବିଜେଡ଼ି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ଏଯାବତ୍ ମୋଟ୍ ୨୮୫୨ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଛି । ଏହା ମଧ୍ୟରୁ ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନ କରିଥିବା କାରଣରୁ ପ୍ରତିଷ୍ଠାନର ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି ।ଆଇନ […]

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ ମହାନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ଚାଲୁଥିଲା ଚିକିତ୍ସା । ତେବେ ଓଡିଶା ବାସୀଙ୍କ ଭଲପାଇବା ଓ ଆଶୀର୍ବାଦରୁ ୮ ଦିନ ପରେ ସୁସ୍ଥ ହେଇ ଆଜି ଘରକୁ ଫେରିଲେ ବୁଦ୍ଧାଦିତ୍ୟ ।ସୂଚନାନୁଯାୟୀ, ଗତ ଆଠ ଦିନ ତଳେ ବୁଦ୍ଧାଦିତ୍ୟ ମହାନ୍ତି ଘରେ ଥିବା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଫୁସଫୁସ୍ […]

ରଦ୍ଦ ହୋଇନାହିଁ କଟକ-ଭୁବେନଶ୍ୱର ମେଟ୍ରୋ ପ୍ରକଳ୍ପ- ନଗର ଉନ୍ନୟନ ମନ୍ତ୍ରୀ

କଟକ ଓ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ରଦ୍ଦ କରାଯାଇନି । ଭୁବନେଶ୍ୱରରେ ମେଟ୍ରୋ ରେଳପ୍ରକଳ୍ପ ଏବେ ପରୀକ୍ଷାଧୀନ ରହିଛି ।ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ , କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ଏହି ପ୍ରକଳ୍ପ ଏବେ ରାଜ୍ୟ ସରକାରଙ୍କ ପରୀକ୍ଷାଧୀନ ରହିଛି । ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ କରାଯାଇଛି । କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା […]

ନବରାତ୍ରିର ଦ୍ବିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କ ଉପାସନା

ଶାରଦୀୟ ନବରାତ୍ରି ଆଜି ଦ୍ବିତୀୟ ଦିନ । ଏହି ୯ ଦିନରେ ମା’ ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ । ପ୍ରଥମେ ଦିନରେ ମା’ ଶୈଳପୁତ୍ରୀଙ୍କୁ ପୂଜା କରାଯାଏ । ଏହିଦିନ ଲୋକ ବ୍ରତ ରଖିବା ପରେ ନିଜ ଘରେ କଳସ ସ୍ଥାପନା କରନ୍ତି । ସେହିପରି ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ଆରାଧନା କରାଯାଏ । ମା’ ବ୍ରହ୍ମଚାରିଣୀଙ୍କ କୃପାରୁ ମନୁଷ୍ୟ ନିଜର ଆନ୍ତରିକ ଶାନ୍ତି ପାଇଥାଏ ।ଶାନ୍ତ,ବୈରାଗ୍ୟ,ସଦାଚାର,ଶିଷ୍ଟାଚାର,ତ୍ୟାଗ,ତପ ଏବଂ ବୁଦ୍ଧିର […]

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ-ବ୍ୟାରିକେଡ ଭାଙ୍ଗିଲା ବିଜେଡି

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିଛନ୍ତି । ତେବେ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୁଲିସ।ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ […]

ସରକାରୀ ପ୍ରେସ୍‌ରେ ଛପାଯିବ ପ୍ରଶ୍ନପତ୍ର

ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି । ଆଗକୁ ଯେପରି କୌଣସି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ନହୁଏ ସେଥିଲାଗି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି ।ଏବେ ପ୍ରଶ୍ନପତ୍ରଗୁଡିକ ସରକାରୀ ପ୍ରେସରେ ଛପାଯିବ । ପରୀକ୍ଷା କେନ୍ଦ୍ରରେ ବ୍ୟବହାର ହେବ ଏଆଇ ଟୁଲ୍ ଓକାକ୍, ଏନଆଇସି ପାଖରେ ରହିବ ସିସିଟିଭି କଣ୍ଟ୍ରୋଲ୍ । ପରୀକ୍ଷା ଅଧିକାରୀଙ୍କ ଉପସ୍ଥିତରେ ପରିଚାଳନା କରୁଥିବା ସଂସ୍ଥାଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶ୍ନ ପତ୍ର ପ୍ରିଣ୍ଟିଂଗ ମାର୍ଗଦର୍ଶିକା ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ […]

ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା: ଗୃହ ୪ଟା ଯାଏଁ ମୁଲତବି

ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ। ଗୃହ ଚଳାଇ ଦେଉନାହାନ୍ତି ବିରୋଧୀ। ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ। ବାଚସ୍ପତିଙ୍କ ଅନୁରୋଧ ସତ୍ତ୍ଵେ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି କରିଛନ୍ତି। ଏହି କାରଣ ପାଇଁ ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ୟ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି ପ୍ରଶ୍ନକାଳ ସ୍ୱାଭାବିକ ହେବ, ହେଲେ ସେମିତି କିଛି ବି ଦେଖିବାକୁ ମିଳିନି […]

ଲଘୁଚାପ ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ ବର୍ଷା । ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ତାରିଖ ବେଳକୁ […]

ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ

ଜଣାଶୁଣା ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ । ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଦେଇଛନ୍ତି ସୂଚନା । ସେ ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ। ୧୯୮୨ ଅଗଷ୍ଟ ୨୯ରେ ରାଷ୍ଟ୍ରପତି ଗିଆନି ଜୈଲ ସିଂହଙ୍କଠୁ ଅର୍ଜୁନ ପୁରସ୍କାର ପାଇଥିଲେ । ୨୦୨୪ରେ ତାଙ୍କୁ ବିଜୁ ପଟ୍ଟନାୟକ […]

ଚୌଦ୍ବାର ଥାନାରେ ଅଟକ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା! ୩ ପୋଲିସ ସସପେଣ୍ଡ

କଟକ ଚୌଦ୍ବାର ଥାନା ପରିସରରେ ପୁଲିସର ଥାର୍ଡ ଡିଗ୍ରି ଘଟଣାରେ କାର୍ଯ୍ୟାନୁଷ୍ଠାନ । ଚୌଦ୍ବାର ଥାନା ଦାୟିତ୍ବରେ ଥିବା ଏସିପି ବିଶ୍ବ ରଞ୍ଜନ ସାହୁଙ୍କୁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ବିଶ୍ବରଞ୍ଜନଙ୍କୁ ନିଲମ୍ବିତ କରାଯାଇଛି । ଅନ୍ୟ ସବ୍‌ ଇନ୍ସପେକ୍ଟର ନିରଞ୍ଜନ ଗୋଡା ଏବଂ କନେଷ୍ଟବଳ କମଳ ଲୋଚନ ମାଝୀଙ୍କୁ ମଧ୍ୟ ସସ୍‌ପେଣ୍ଡ କରାଯାଇଛି । ।ଢେଙ୍କାନାଳ ଜିଲ୍ଲା ଶଙ୍କରପୁର ଅଞ୍ଚଳର ରସାନନ୍ଦ ନାୟକଙ୍କ ଥାନାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । […]