author

ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ହେବ ସମ୍ଭାବନା

ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର […]

କରୋନାର ନୂଆ ଭାରିଆଣ୍ଟ ପ୍ରତି ସତର୍କ ରହିବାକୁ ପରାମର୍ଶ

କରୋନାର ନୂଆ ଭାରିଆଣ୍ଟ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର । ଏହି ନୂଆ ଭାରିଆଣ୍ଟ ହେଉଛି LF7 ଓ NB 1.8 । ତେବେ ନୂଆ ଭାରିଆଣ୍ଟର କୌଣସି ନିର୍ଦ୍ଧିଷ୍ଟ ଚିକିତ୍ସା ନାହିଁ । କିନ୍ତୁ ଭଲ କଥା ହେଉଛି ଏହି ନୂଆ ଭାରିଆଣ୍ଟ ଏତେଟା ମାରାତ୍ମକ ନୁହେଁ । ସାଧାରଣ ଥଣ୍ଡା, ଜ୍ବର ଚିକିତ୍ସାରେ ଆକ୍ରାନ୍ତ ଉପଶମ ହେଉଥିବା ଡାକ୍ତର କହିଛନ୍ତି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା […]

ପାକିସ୍ତାନ ପାଇଁ ଗୁପ୍ତଚର କାମ କରି ମହିଳା ୟୁଟ୍ୟୁବର ଗିରଫ

ହରିୟାଣାର ଜଣେ ପ୍ରସିଦ୍ଧ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ହରିୟାଣାର ହିସାରରୁ ସିଭିଲ ଲାଇନ୍ସ ପୁଲିସ ତାଙ୍କୁ ଗିରଫ କରିଛି। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହିତ ଜ୍ୟୋତି ନିୟମିତ ଯୋଗସୂତ୍ର ରକ୍ଷା କରିବା ସହିତ ଭାରତ ସମ୍ବନ୍ଧରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ପ୍ରଦାନ କରୁଥିବା ଜଣାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି। ହ୍ବାଟ୍ସଆପ, ଟେଲିଗ୍ରାମ ଏବଂ ସ୍ନାପଚାଟ୍‌ ଜରିଆରେ ସେ ଏହି ତଥ୍ୟ ପ୍ରଦାନ କରୁଥିଲେ।ତେବେ ସୂଚନା ଅନୁସାରେ ୨୦୨୩ ମସିହାରେ ଜ୍ୟୋତି ମଲହୋତ୍ରା କମିଶନ ମାଧ୍ୟମରେ […]

ଦୁଇ ନାବାଳକଙ୍କୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ସୂଚନା ଅନୁଯାୟୀ, ଚଳିତ ବର୍ଷ ମାର୍ଚ୍ଚ ମାସ ୨୩ ତାରିଖରେ ବ୍ରଜରାଜନଗର ଥାନାରେ ଏହି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଥିଲା। ଅଭିଯୁକ୍ତ ଅଜିତ ନାଗ ଜଣେ […]

ଭିଜିଲାନ୍ସ ଜାଲରେ ବାସୁଦେବପୁର ବ୍ଲକ୍ JE

ରାସ୍ତା କାମର ବକେୟା ବିଲ୍ ପାଇଁ ରାସ୍ତା ଉପରେ ନେଉଥିଲେ ଲାଞ୍ଚ । ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ନିୟୁଇଣ୍ଡିଆ ସାହି ସ୍ଥିତ ଭଡ଼ା ଘରେ ଠିକାଦାରଙ୍କଠୁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଜେଇ।ସୂଚନାଯୋଗ୍ୟ ଯେ, କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ଏକ ରାସ୍ତା କାମର ବିଲ୍ ପାଇଁ ଠିକାଦାରଙ୍କୁ ଲାଞ୍ଚ ମାଗିଥିଲେ । ଏ ନେଇ ଭିଜିଲାନ୍ସକୁ ଜଣାଇଥିଲେ […]

ଯାଜପୁର ଜିଲ୍ଲାରେ ଟାଟାର ୬୪ ହଜାର କୋଟିର ପ୍ରକଳ୍ପ

ଯାଜପୁର ଜିଲ୍ଲାରେ ଟାଟା କରିବ ୬୪ ହଜାର କୋଟି ଟଙ୍କାର ନିବେଶ । ଆସନ୍ତା ୨୨ ତାରିଖରେ ମୁଖ୍ୟମନ୍ତ୍ରୀ କରିବେ ଶିଳାନ୍ୟାସ ।ଯାଜପୁରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ହେବା ସହ ୪ଟି ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଏହାଦ୍ବାରା ୩୪ ହଜାର ଲୋକଙ୍କୁ ନିଯୁକ୍ତି ମିଳିବ। ମୋଟ୍‌ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ ଓ ଉଦ୍‌ଘାଟନ ହେବ। କେବଳ MOU ନ କରି କାର୍ଯ୍ୟ ଜାରି ରଖିଛନ୍ତି। […]

ମହାପ୍ରସାଦକୁ ଅସମ୍ମାନ। ହୋଟେଲର ଡାଇନିଂ ଟେବୁଲ୍‌ରେ ବସି କଲେ ପ୍ରସାଦ ସେବନ

ମହାପ୍ରସାଦକୁ ଅସମ୍ମାନ କରାଇଥିବା ଭଳି ଘଟଣା ଦେଖିବାକୁ ମିଳିଛି। ଯାହା ଏବେ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେପଟେ ଏହି ଖବର ପ୍ରଘଟ ହେବା ପରେ ଜଗନ୍ନାଥ ପ୍ରେମୀ ଓ ସେବାୟତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହା ମହାପ୍ରସାଦକୁ ସଂପୂର୍ଣ୍ଣ ଅସମ୍ମାନ ବୋଲି ସ୍ପଷ୍ଟ ଜଣାପଡୁଛି । କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ଜଡ଼ିତ ମହାପ୍ରଭୁଙ୍କ ମହାପ୍ରସାଦ ଦୁର୍ମୂଲ୍ୟ ହୋଇଥିବା ବେଳେ ଏଭଳି କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ […]

ରାଜ୍ୟରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବିଦେଶରେ କରୋନା ସଂକ୍ରମଣ ନେଇ ରାଜ୍ୟ ସରକାର ଆଲର୍ଟ ଅଛନ୍ତି । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଦେଇଛନ୍ତି ପ୍ରତିକ୍ରିୟା ।ଥାଇଲାଣ୍ଡ, ହଂକଂ, ସିଙ୍ଗାପୁରରେ କରୋନା ସଂକ୍ରମୀତଙ୍କ ସଂଖ୍ୟା ବଢ଼ିଛି । ସର୍ବାଧିକ ସଂକ୍ରମଣ ମାମଲା ହଂକଂରୁ ଆସିଛି ।କେନ୍ଦ୍ର ସରକାରଙ୍କ ସହ ମଧ୍ୟ ଯୋଗାଯୋଗରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରହିଛି । ସବୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ଓ କଲେଜରେ ଟେଷ୍ଟିଂ ଚାଲିଛି । ସୂଚନାମୁତାବକ ହଂକଂ ଓ ସିଙ୍ଗାପୁର ଭଳି ଦେଶମାନଙ୍କରେ କୋଭିଡ-୧୯ ମାମଲାରେ […]

କଟକ: ବିସ୍କୁଟ କାରଖାନାରେ ଭୟାବହ ଅଗ୍ନିକାଣ୍ଡ।

ବିସ୍କୁଟ କାରଖାନାରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।ଖବର ଅନୁଯାୟୀ, କଟକ ଜଗତପୁରରେ ଏକ ବିସ୍କୁଟ କମ୍ପାନୀ ରହିଛି । ଯେଉଁଥିରେ ଶନିବାର ଦିନ ସକାଳ ସମୟରେ ହଠାତ୍‌ ନିଆଁ ଲାଗିଥିବାର ଦେଖିଥିଲେ କର୍ମଚାରୀ । ଏହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା […]

ଆଜି ବିଶ୍ବବ୍ୟାପୀ ପାଳନ ହେଉଛି ଆର୍ଟ ଅଫ୍‍ ଗିଭିଂ ଦିବସ ।

ବିଶ୍ବବ୍ୟାପୀ ପାଳନ ହେଉଛି ଆର୍ଟ ଅଫ୍‍ ଗିଭିଂ ଦିବସ । ସମାଜରେ ପରସ୍ପରକୁ ସାହାଯ୍ୟ, ସହଯୋଗ, ଶାନ୍ତି, ମୈତ୍ରୀ ଓ ସୌହାର୍ଦ୍ଦ୍ୟ ବାଣ୍ଟିବା ଲକ୍ଷ୍ୟରେ ୨୦୧୩ ମସିହା ମେ’ ୧୭ ତାରିଖଠାରୁ ଶିକ୍ଷାବିତ୍‍ ଓ ଅଚ୍ୟୁତ ସାମନ୍ତଙ୍କ ଦ୍ବାରା ଆରମ୍ଭ କରାଯାଇଥିଲା ‘ଆର୍ଟ ଅଫ୍‍ ଗିଭିଂ’ ପ୍ରୟାସ । ଯାହାକି ସମଗ୍ର ବିଶ୍ବରେ ପ୍ରସାର ଲାଭ କରି ସାରିଛି । ଜାତି, ଧର୍ମ, ବୟସ, ଲିଙ୍ଗ, ଜନ୍ମସ୍ଥାନ ନିର୍ବିଶେଷରେ ଏହି ଦିନଟି ସମସ୍ତଙ୍କ ପାଇଁ ଆଶା, ଖୁସି […]

ଆଜି ବି ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ପାଣିପାଗ କେନ୍ଦ୍ର ପୂର୍ବାନୁମାନ ହେଲା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ନୂଆପଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି କିମ୍ବା ତା’ଠାରୁ ଅଧିକ ରହିପାରେ। ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।ପୁରୀ, ଖୋର୍ଦ୍ଧା, […]

ରବିବାର ଲଞ୍ଚ ହେବ ଇସ୍ରୋର ଇଓଏସ୍-୯ ମିଶନ

ଇସ୍ରୋ (ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ)ର ପିଏସ୍‌ଏଲ୍‌ଭି-ସି୬୧/ଇଓଏସ୍‌-୦୯ ମିଶନ ଉତ୍‌କ୍ଷେପଣ ତାରିଖ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ରବିବାର ସକାଳ ୫.୫୯ରେ ସତୀଶ ଧୱନ ମହାକାଶ କେନ୍ଦ୍ର ଶ୍ରୀହରିକୋଟାରୁ ଏହା ଲଞ୍ଚ୍‌ ହେବ । ଏହା ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ । ନିକଟରେ ଜାରି ଏକ ଟାଇମ୍‌ଲାପ୍ସ ଭିଡିଓ ଏହି ମିଶନର ପ୍ରସ୍ତୁତିକୁ ଆହୁରି ରୋଚକ କରିଛି ।ପିଏସ୍‌ଏଲ୍‌ଭି-ସି୬୧ ମିଶନ ଇଓଏସ୍‌-୯ (ରିସାଟ୍‌-୧ବି) ଉପଗ୍ରହକୁ ନେଇ ଯିବ । ଏହା ଏକ ଉନ୍ନତ ରାଡାର ଇମେଜିଂ […]