author

ବଢିଲା କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସୁରକ୍ଷା।

ଅପରେସନ ସିନ୍ଦୂର ପରେ, ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଙ୍କ ସୁରକ୍ଷାରେ ଏକ ବୁଲେଟପ୍ରୁଫ୍ ଗାଡି ସାମିଲ କରିଛି । ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ଅପରେସନ ସିନ୍ଦୂର ସମ୍ପର୍କରେ ବୈଦେଶିକ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ନିରନ୍ତର ବୈଠକ କରିଥିଲେ । ଏପରି ପରିସ୍ଥିତିରେ, ବର୍ତ୍ତମାନର ପରିସ୍ଥିତିକୁ ବିଚାର କରି ତାଙ୍କର ସୁରକ୍ଷା ବୃଦ୍ଧି କରାଯାଇଛି ।ବୈଦେଶିକ […]

ଜଷ୍ଟିସ ଗବାଇଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଗ୍ରହଣ କରିବା ପୂର୍ବରୁ, ସେ ତାଙ୍କ ମାଆଙ୍କଠାରୁ ଆଶୀର୍ବାଦ ନେଇଥିଲେ । ସିଜେଆଇ ଭାବରେ ଶପଥ ନେବା ମାତ୍ରେ ସେ ପ୍ରଥମେ ତାଙ୍କ ମାଆ କମଳତାଇ ଗବାଇଙ୍କର ପାଦ ଛୁଇଁଥିବା ଦେଖାଯାଇଥିଲା । ଜଷ୍ଟିସ୍ ଗବାଇ ଭାରତର ପ୍ରଥମ ବୌଦ୍ଧ ମୁଖ୍ୟ […]

ଆଇଏମଡି କହିନାହିଁ, ୨୩ ରୁ ୨୮ ତାରିଖ ମଧ୍ୟରେ ବାତ୍ୟା ସୃଷ୍ଟି ହେବା ନେଇ ଚର୍ଚ୍ଚା

ଏ ବର୍ଷ ପୁଣି ମେ ମାସରେ ବାତ୍ୟା ସମ୍ଭାବନା। ଆଇଏମଡି କହିନାହିଁ। କିନ୍ତୁ ବାତ୍ୟାକୁ ନେଇ ଚର୍ଚ୍ଚା ଜୋର ଧରିଲାଣି । ଆଣ୍ଡାମାନ ସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୬ରୁ ୧୮ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୩ରୁ ୨୮ ତାରିଖ ଭିତରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ବୋଲି ବାଂଲାଦେଶର ଜଣେ ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । କିନ୍ତୁ […]

ଭୁବନେଶ୍ୱରରେ ୪ ବର୍ଷର ଶିଶୁକୁ ଅପହରଣ କଲା ଧରମଭାଇ ।

ଭୁବନେଶ୍ୱରର ଭୋଇ ନଗରରୁ ଚାରି ବର୍ଷ ଶିଶୁ ପୁତ୍ର ଅପହରଣ ଘଟଣା । କିଛି ଘଣ୍ଟା ମଧ୍ୟରେ ଶିଶୁକୁ ଉଦ୍ଧାର କଲା ସହିଦନଗର ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ। ବାପା ମା ଘର ଭିତରେ ଥିବା ସମୟରେ ବାହାରେ ଖେଳୁଥିବା ଶିଶୁ ପୁତ୍ରକୁ ଅପହରଣ କରି ଫେରାର ହୋଇଯାଇଥିଲା ଅଭିଯୁକ୍ତ ଅଭିଷେକ ଦିଗଲ ଓରଫ ସୋନୁ । ବେଙ୍ଗାଲୁରରେ ସୋନୁ ସହ ଅଭିଯୋଗକାରିଣୀ ଗୋରିତା ସିଂଙ୍କ ଦେଖା ହେଇଥିଲା । ସମ୍ପର୍କ ବଢିବା ସହ ସୋନୁକୁ […]

ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଏସବୁ ଜିଲାକୁ ୟେଲୋ ଓ୍ବାନିଂ

ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନ ବେଳା ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ତିନି ଦିନରେ ଅନେକ ସ୍ଥାନର ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବଢ଼ିଯିବ । ଦିନବେଳା ଗରମ ଓ ଗୁଳୁଗୁଳି ନାକେଦମ କରିବ । କିନ୍ତୁ ସନ୍ଧ୍ୟାରେ ମାଡ଼ି ଆସିବ କାଳବୈଶାଖୀ । ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ […]

Ban Turkey: ସୋସିଆଲ ମିଡିଆରେ ଟ୍ରେଣ୍ଡ । ପୁଣେରୁ ହେଲା ଆରମ୍ଭ ।

ଭାରତ ବିରୋଧରେ ପାକିସ୍ତାନ ସହ ଠିଆ ହୋଇଛି ତୁର୍କୀ । ଆତଙ୍କବାଦୀ ପାକିସ୍ତାନ ସହିତ ଠିଆ ହୋଇ ନିଜର ପ୍ରକୃତ ଚେହେରା ଦେଖାଇଛି ତୁର୍କୀ। ଭାରତକୁ ଆକ୍ରମଣ କରିବାକୁ ପାକିସ୍ତାନ ବ୍ୟବହାର କରିଥିବା ଡ୍ରୋନ ତୁର୍କୀର ବୋଲି ସୂଚନା ରହିଛି ।ତେବେ ଭାରତ-ପାକିସ୍ତାନ ଉତ୍ତେଜନା ଏବଂ ଇସଲାମାବାଦକୁ ତୁର୍କୀର ଖୋଲା ସମର୍ଥନ ପରେ, ଦେଶର ଅନେକ ସ୍ଥାନରେ ଏକ ବ୍ୟାପକ “ତୁର୍କୀ ବ୍ୟାନ” ଆନ୍ଦୋଳନ ଦେଖାଦେଇଛି। ମହାରାଷ୍ଟ୍ରର ପୁଣେରେ, ବ୍ୟବସାୟୀମାନେ “ତୁର୍କୀ ସେଓକୁ ବର୍ଜନ” କରିବାକୁ ନିଷ୍ପତ୍ତି […]

ପାରାଦୀପରେ ହଇଚଇ: ତୈଳବାହୀ ଜାହାଜରେ ୨୧ ପାକିସ୍ତାନୀ ନାବିକ

ପାରାଦୀପ ବନ୍ଦର ଏସ୍‌ପିଏମ୍‌ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ ମଧ୍ୟରୁ ୨୧ଜଣ ପାକିସ୍ତାନୀ ଥିବା ମଙ୍ଗଳବାର ଜଣାପଡ଼ିଛି। ଏ ନେଇ ଇମିଗ୍ରେଶନ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି। ଜାହାଜରେ ପାକିସ୍ତାନୀ ନାବିକ ଥିବାରୁ ପଣ୍ୟ ଖଲାସ ସମୟ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବାକୁ ଇମିଗ୍ରେଶନ ବିଭାଗ ମେରାଇନ ପୋଲିସ, ପାରାଦୀପ ବନ୍ଦର ପ୍ରଶାସନକୁ ଅବଗତ କରାଇଛି। ପାକିସ୍ତାନୀ ନାଗରିକ ଭାରତ […]

ଆଜିର ରାଶିଫଳ(୧୪ ମଇ, ୨୦୨୫)

ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]

ମାଦକ ଦ୍ରବ୍ୟ ଉତ୍ପାଦନ ଓ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ

lରାୟଗଡ:-ତା. ୧୩/୦୫-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏହା ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ନିଷଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ […]

ବଙ୍ଗୋପସାଗରରେ ଉଡ଼ିଲା ଡ୍ରୋନ୍‌

ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦ ଟାରେ ପ୍ରତିରକ୍ଷା ବିଭାଗ ଓ ତାଳସାରୀ ମେରାଇନ ଥାନା ସହଯୋଗରେ ଏକ ବଡ଼ ଡ୍ରୋନ ଆକାଶମାର୍ଗକୁ ଛଡ଼ାଯାଇଛି । ଏହି ସାମରିକ ଡ୍ରୋନ୍‌ ବଙ୍ଗୋପସାଗରରେ ଜଳଯାନରେ ଆସୁଥିବା ସମସ୍ତ ସନ୍ଦିଗ୍ଧ ଅନୁପ୍ରବେଶକାରୀଙ୍କ ଗତିବିଧି ଉପରେ ନଜର ରଖିବ ବୋଲି ଡ୍ରୋନର ଅପରେଟର କହିଛନ୍ତି ।ଏହାଛଡା ୩ ଜଣ ନେଭି ଅଫିସର ତାଳସାରୀ ସାମୁଦ୍ରିକ ଥାନାରେ ଓଡ଼ିଶା ସରକାରଙ୍କ ପକ୍ଷରୁ ନିୟୋଜିତ କରାଯାଇଛି […]

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର

ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି ନୀତିରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ରଣଧୀର ଜୟସ୍ୱାଲ ପ୍ରକାଶ କରିଛନ୍ତି। ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ। ବାକି ଥିବା ବିଷୟ ହେଉଛି ପାକିସ୍ତାନ […]

ଯାଜପୁର ଛତିଆରେ ବୋମା ବିସ୍ଫୋରଣ, ୨ ମୃତ

ଯାଜପୁର ଛତିଆରେ ବୋମା ବିସ୍ଫୋରଣ ରେ ୨ଜଣଙ୍କ ମତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେହିପରି ବୋମା ବିସ୍ଫୋରଣରେ ୨ଟି ବାଇକ ଜଳିଯାଇଥିବା ଜଣାପଡ଼ିଛି। ବିସ୍ଫୋରଣ ପଛର କାରଣ ଜଣାପଡ଼ିନାହିଁ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ଦେହକୁ ପୋଲିସ ଜବତ କରିଛି । ସ୍ଥାନୀୟ ପୋଲିସ ଘଟଣାରେ ପହଞ୍ଚି, ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାକୁ ନେଇ ବୋମା ମାଡ଼ […]