ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୫ କି.ମି. ୧୬ନଂ ଜାତୀୟ ରାଜପଥର ଜାମୁଝାଡ଼ି ନିକଟରେ ପଶ୍ଚିମବଙ୍ଗ ହାଓ୍ବଡ଼ାର ବିଧାୟକ ଗୌତମ ଚୌଧୁରୀଙ୍କ କାର୍(WB 12BK 8988) ଧକ୍କାରେ ରାଧାକାନ୍ତ ଲେଙ୍କା(୫୬)ନାମକ ଜଣେ ସ୍କୁଟି(OD 22H 1442) ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଘର ସ୍ଥାନୀୟ ସୋର ଥାନା ସାଜନପୁର ଅଞ୍ଚଳରେ।ସୂଚନା ଅନୁସାରେ, ବିଧାୟକ ଗୌତମ ଚୌଧୁରୀ ତାଙ୍କ ସାନ ଭାଇ ଅପୂର୍ବ ସିହ୍ନାଙ୍କ କାର୍ ନେଇ ପୁରୀ ଯାଇଥିଲେ । ସେଠାରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ସାରି […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଶ୍ରମକୋଡ୍ ବାତିଲ କରି ପୂର୍ବବତ୍ ଶ୍ରମିକ ଆଇନ ଲାଗୁ କରିବା ଦାବିନେଇ ଶ୍ରମିକ ସଂଗଠନ ମାନଙ୍କର ମିଳିତ ମଞ୍ଚର ଆହ୍ଵାନ କ୍ରମେ ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ କରି ନୟାଗଡ଼ ଜିଲ୍ଲା ସଦର ମହକୁମାରେ ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ନେତୃତ୍ବରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ହରତାଳ ପାଳନ କରାଯାଇଛି। ଜୁଲାଇ ୯ର ଏହି ଆନ୍ଦୋଳନ ମୋଦି ସରକାରର ମନମାନି ତଥା ଶ୍ରମିକ -କୃଷକ ବିରୋଧୀ ପଦକ୍ଷେପ ବିରୋଧରେ ସାଧାରଣ ଜନତାର ଦୁର୍ବାର ରଣହୁଙ୍କାର […]
ଆଇପିଏସ୍ ସ୍ତରରେ ଅଦଳ ବଦଳ ହୋଇଛି । ଆଇପିଏସ୍ ଅଧିକାରୀଙ୍କ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୧୯୪ ବ୍ୟାଚ୍ର ଆଇପିଏସ୍ ସଞ୍ଜୀବ ପଣ୍ଡାଙ୍କୁ ADG ନକ୍ସଲ ବିରୋଧୀ ଅପରେସନ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ […]
ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। । ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡ଼ା ଘରୁ ନିଜ ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା। ୩ ଦିନ ଧରି ଭିଜିଲାନ୍ସ ଟିମ୍ ତାଙ୍କୁ ନଜରରେ ରଖିଥିବା ସୂଚନା ମିଳିଛି। ତାଙ୍କ ଗାଡ଼ିରୁ ୫୦୦ ଟଙ୍କିଆ […]
ପୁରୀରେ ପୁଣି ମାତିଲେ ମନ୍ଦିର ଲୁଟେରା । ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିର ଭିତରେ ପଶି ହୁଣ୍ଡି ଲୁଟି ନେଇଛନ୍ତି ଦୁର୍ବୃତ୍ତ ।ପୁରୀ ରେଳ ଷ୍ଟେସନ ନିକଟ ରାମ ମନ୍ଦିରରୁ ହୁଣ୍ଡି ଲୁଟ୍ କରି ନେଇଛନ୍ତି ଦୁର୍ବୃତ୍ତ । ତେବେ ଲୁଟ୍ ସମୟର ଭିଡିଓ ସିସିଟିଭି କ୍ୟାମେରାରେ କଏଦ ହୋଇଛି ।କିଛିଦିନ ତଳେ ଖବର ଆସିଥିଲା ଯେ, ଏଟିଏମ ତାଡି ଟଙ୍କା ନେଇଯାଉଛନ୍ତି ଦୁର୍ବୃତ୍ତ। ସିସିଟିଭି କ୍ୟାମେରାରେ ସ୍ପ୍ରେ ମାରି ଟଙ୍କା ଲୁଟୁଛନ୍ତି ଦୁବୃର୍ତ୍ତ। ଏହି ଘଟଣା […]
ଗୁଜୁରାଟର ଭଦୋଦରା ଜିଲାରୁ ଏକ ଚିନ୍ତାଜନକ ଏବଂ ଦୁଃଖଦ ଖବର ଆସିଛି। ବୁଧବାର ସକାଳେ ଭଦୋଦରା ଏବଂ ଆନନ୍ଦ ଜିଲାକୁ ସଂଯୋଗ କରୁଥିବା ଗମ୍ଭୀରା ସେତୁ ହଠାତ ନଦୀରେ ଭୁଶୁଡ଼ି ପଡ଼ିଲା। ତେବେ ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଖବର ପାଇବା ମାତ୍ରେ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିବା ସହ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ପୋଲ ଦୁଇ ଫାଳ ହେବା ସମୟରେ ଅନେକ […]
ଡେଲାଙ୍ଗରେ ବହୁ ସଂଖ୍ୟାରେ କୁକୁଡା ମଡକକୁ ନେଇ ବାର୍ଡଫ୍ଲ୍ୟୁ ରୋଗ ଆଶଙ୍କା କରାଯାଉଛି । ୨ ଦିନ ହେଲାଣି ଡେଲାଙ୍ଗ ଅଞ୍ଚଳରେ ଶହ ଶହ ସଂଖ୍ୟାରେ କୁକୁଡା ମରୁଛନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି । କିଛି ଦିନ ହେବ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା, ଶିଶୁଆପଡା, ସିଂହବ୍ରହ୍ମପୁର ଓ ବଡଆଙ୍କୁଲା ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି । ଆଂକୁଲା ଓ ଗୋଡ଼ିପୁଟ ମାଟିଆପଡା ଅଞ୍ଚଳର ଦୁଇଟି ଫାର୍ମରେ ଶହ ଶହ […]
ନୀଳାଦ୍ରି ବିଜେ ପରେ ଆଜିଠାରୁ ରତ୍ନବେଦୀରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ହେଲେ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାରେ ବଡ଼ ବିଭ୍ରାଟ ଅଭିଯୋଗ ହୋଇଛି । ଗଳାବାଟ ଦେଇ ଶ୍ରୀମନ୍ଦିର ଭିତରକୁ ପଶିଗଲେ କିଛି ଯୁବକ ।ନୀଳାଦ୍ରିବିଜେରେ ମାଳ ମାଳ ସୁରକ୍ଷା କର୍ମୀ ଶ୍ରୀମନ୍ଦିର ବାହାରେ ଜଗିଥିବା ବେଳେ, ଶ୍ରୀମନ୍ଦିର ଭିତରେ ମଧ୍ୟ ମାଳ ମାଳ ପୋଲିସ ମୁତୟନ ରହିଥିଲେ। ଏହାରି ଭିତରେ ଦକ୍ଷିଣ ଦ୍ୱାର ମେଘନାଦ ପାଚେରୀ ଭିତରେ ୪ଜଣ ସନ୍ଦିଗ୍ଧ ଯୁବକ ଚଢ଼ିଥିଲେ । କେଉଁ […]
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଜାମିନ ଆବେଦନ ଶୁଣାଣୀ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ କରିଥିଲେ ଜାମିନ ଆବେଦନ । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ଙ୍କ ନିକଟରେ ସମସ୍ତେ ଆବେଦନ କରିଥିଲେ । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚଲିକାରେ ଜାମିନ ମିଳିଛି । ଏ ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ ପ୍ରଧାନଙ୍କ ଓକିଲ । […]
ଦୁଇଦିନ ଧରି ହୀରାକୁଦ ବନ୍ଧର ୨୦ଟି ଗେଟ୍ ଖୋଲା ରହିବା ପରେ ମଙ୍ଗଳବାର ସନ୍ଧ୍ୟାରେ ୪ଟି ଗେଟ୍କୁ ବନ୍ଦ କରାଯାଇଛି। ବର୍ତ୍ତମାନ ୧୬ ଗେଟ୍ ଦେଇ ମହାନଦୀକୁ ପାଣି ନିଷ୍କାସିତ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୬.୧୫ ଫୁଟକୁ ହ୍ରାସ ପାଇଛି। ହୀରାକୁଦ ଡ୍ୟାମ୍ ବାମପଟର ୧୧ ଗେଟ୍ ଖୋଲା ରହିଛି । ଡାହାଣ ପଟର ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୯ ହଜାର ୧୦ କ୍ୟୁସେକ୍ ଜଳ […]
ରାଜ୍ୟରେ ଗତ କିଛିଦିନ ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବୁଧବାରଠାରୁ କମିବ। ତେବେ ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାର (୧୦ ତାରିଖ)ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, […]
ଆଜି ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଶୁଣାଣୀ ହେବ । ଜାମିନ ଆବେଦନ ଶୁଣାଣୀ କରିବେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ ଜାମିନ ଆବେଦନ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ଙ୍କ ନିକଟରେ ସମସ୍ତେ ଆବେଦନ କରିଛନ୍ତି । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୁଲିସ ।ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), […]
