author

ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍‌ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ କରିଥିବାବେଳେ ୫ଜଣ ବ୍ୟକ୍ତି ନିଖୋଜ

୨ ଜୁଲାଇ,୨୦୨୫ ବିଗତ ଜୁଲାଇ ୧ ତାରିଖରେ ତେଲେଙ୍ଗାନା ରାଜ୍ୟର ସଙ୍ଗାରେଡ୍ଡୀ ଜିଲ୍ଲା ସ୍ଥିତ ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍‌ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ କରିଥିବାବେଳେ ୫ଜଣ ବ୍ୟକ୍ତି ନିଖୋଜ ରହିଥିବାର ସୂଚନା ମିଳିଛି। ଏଥିସହ ୪ଜଣ ଓଡ଼ିଆ ବ୍ୟକ୍ତି ଆହତ ହୋଇ ନିକଟତମ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।  ଏହି ସମସ୍ତ ଓଡ଼ିଆ ବ୍ୟକ୍ତି ସିଗାଚୀ ଫାର୍ମା କମ୍ପାନୀର କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ଉକ୍ତ ଓଡ଼ିଆ ବ୍ୟକ୍ତିମାନଙ୍କର ଉଦ୍ଧାର କାର୍ଯ୍ୟ […]

ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ରହିବ ବର୍ଷାର ପ୍ରକୋପ

ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଏବଂ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ […]

ଆଜିର ରାଶିଫଳ(୩ ଜୁଲାଇ, ୨୦୨୫)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଯାତ୍ରାମଞ୍ଚରେ ପ୍ରଥମ ଥର ଦେଖିବାକୁ ମିଳିବ ରୋବଟିକ୍ ଡଗ୍

ମଣିଷ ରୋବୋଟ ଦେଖିଥିବେ, କିନ୍ତୁ ଏବେ ଦେଖିବାକୁ ମିଳିବ ଆକର୍ଷଣୀୟ ରୋବୋଟିକ୍ ଡଗ୍‌। ଏହି ଡଗ୍ ମେସିନ ସାହାଯ୍ୟରେ ବର୍ତ୍ତମାନ ଲୋକଙ୍କ ମନୋରଞ୍ଜନ କରାଇବ। ଏହି ଡଗ୍‌କୁ ବର୍ତ୍ତମାନ ଯାଜ୍ଞସେନୀ ଅପେରା ଯାତ୍ରା ପେଣ୍ଡାଲରେ ଲୋକଙ୍କୁ ଏଣ୍ଟରଟେନ କରାଇବ। ନୂଆ ପାର୍ଟି, ପ୍ରଦର୍ଶନରେ ବି ନୂଆ ଇନୋଭେସନ। ତେବେ ଯାତ୍ରା ମଞ୍ଚରେ ଦର୍ଶକଙ୍କ ମନୋରଞ୍ଜନ କରିବା ପୂର୍ବରୁ ନିଜ ଯାଦୁ ଦେଖାଇଛି ରୋବଟିକ୍ ଡଗ୍।ସବୁଠୁ ଆକର୍ଷଣୀୟ କଥା ହେଉଛି ଏହି ରୋବଟକୁ ଯାହା ପଚରାଯାଉଛି, ସେ ତା’ର […]

ଚିଟଫଣ୍ଡ ଜମାକାରୀଙ୍କୁ ଆସନ୍ତା ୩, ୪ ମାସ ଭିତରେ ମିଳିବ ଟଙ୍କା: ମୁଖ୍ୟମନ୍ତ୍ରୀ

ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି।ଆସନ୍ତା ୩, ୪ ମାସ ଭିତରେ ଆଉ ୫ ଲକ୍ଷ ଜମାକାରୀ କ୍ଷତିପୂରଣ ପାଇବେ ।। ଗତ ୧୦ ବର୍ଷରେ ୨ […]

ପ୍ରେମୀଯୁଗଳଙ୍କ ବାହାଘର କରାଇଲେ ଥାନା ଅଧିକାରୀ ।

ଯାଜପୁର ଜିଲ୍ଲା ବଡ଼ଚଣା ଥାନାରେ ଏକ ଘଟଣା ଘଟିଛି ।ପ୍ରେମୀଯୁଗଳଙ୍କ ବାହାଘର କରାଇଲେ ଥାନା ଅଧିକାରୀ । ଉଭୟଙ୍କ ଭଲ ପାଇବାକୁ ଗ୍ରହଣ କରିନଥିଲେ ପରିବାର । ଦୁହେଁ ଘର ଛାଡି ଚାଲି ଯାଇଥିଲେ । ପୋଲିସ ଉଭୟଙ୍କୁ ଥାନାକୁ ଆଣି ପରିବାର ଲୋକଙ୍କୁ ବୁଝାସୁଝା କରି ବାହାଘର କରାଇଛନ୍ତି । ଚଣ୍ଡିତଳ ଗାଁର କେଶବ ସାମଲଙ୍କ ପୁଅ ରିତୁ ସେହି ଗାଁର ଫକୀର ମଲିକ ଝିଅ ରିନୁଙ୍କୁ ଗତ ୬ବର୍ଷ ହେବ ଭଲ ପାଉଥିଲେ। ପରିବାର […]

ବିଜେପି ପାର୍ଟି କାର୍ଯ୍ୟାଳୟରେ ଜଗନ୍ନାଥ ପ୍ରଧାନ

ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବୁଧବାର ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ଯ୍ୟାଳୟରେ ଭେଟିଛନ୍ତି। ସେ ଶୃଙ୍ଖଳା କମିଟି ଆଗରେ ନିଜର ମତ ରଖୁଛନ୍ତି। ଶ୍ରୀ ପ୍ରଧାନ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଲା ପରେ କିଛି ବଡ଼ଧରଣର ଘଟଣା ଘଟିବ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ତେବେ ଆଇନକୁ ସମ୍ମାନ ଦେଉଛି କହି ଏକ୍ସରେ ସୂଚନା ଦେଲେ […]

ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ

ବିଏମଏସି ଅଫିସରେ ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । ଅଫିସରେ କାମ କରୁଥିବା ସମୟରେ ହୋଇଯାଇଥିଲେ ଚେତାଶୂନ୍ୟ । ଅସୁସ୍ଥ ଅନୁଭବ କରିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଛାତି ଯନ୍ତ୍ରଣା ଏବଂ ଯେଉଁଠି ଆକ୍ରମଣ ବେଳେ ଆହତ ହୋଇଥିଲେ ସେହି ଜାଗାରେ ଚିକିତ୍ସା କରାଯାଉଛି। ତଳି ପେଟରେ ବହୁତ୍ ଆଘାତ ଲାଗିଥିବାରୁ ଅସହ୍ୟ ହୋଇପଡ଼ିଛନ୍ତି। ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। […]

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବନ ମହୋତ୍ସବ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ତଥା ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ବାବଧାନରେ ନୟାଗଡ କୋର୍ଟ ପରିସରରେ ଚଳିତ ବର୍ଷର ବନ ମହୋତ୍ସବ କୋର୍ଟ କର୍ମଚାରୀ, ଅଧିକାର ମିତ୍ର, ଆଇନ ସେବା ପ୍ରାଧିକରଣ କର୍ମଚାରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ବନ ମହୋତ୍ସବକୁ ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା […]

ପୁରୀ ଦଳାଚକଟା ଘଟଣା: ତଦନ୍ତ ପାଇଁ ସ୍ବତନ୍ତ୍ର କମିଟି ଗଠିତ

ପୁରୀ ଶରଧାବାଲି ଦଳାଚକଟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିଶନରଙ୍କ ନେତୃତ୍ବରେ ଗଠିତ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି।ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ନିର୍ଦ୍ଦେଶନାମା ଜାରି ହୋଇଛି।ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁ । ଏହି ୪ ଜଣ ଓଏଏସ୍‌ […]

ମଧ୍ୟବିତ୍ତ ବର୍ଗଙ୍କୁ ଏବେ GSTରୁ ମିଳିବ ଆଶ୍ୱସ୍ତି! ଟୁଥପେଷ୍ଟ, ବାସନ, ପୋଷାକ ଓ ଜୋତା ହେବ ଶସ୍ତା

ଚଳିତ ବର୍ଷର ଆୟକର ରିହାତି ପରେ କେନ୍ଦ୍ର ସରକାର ଏବେ ମଧ୍ୟବିତ୍ତ ଓ ନିମ୍ନ ଆୟ ଶ୍ରେଣୀର ପରିବାରଙ୍କ ପାଇଁ ସାମଗ୍ରୀ ଓ ସେବା କର (ଜିଏସ୍‌ଟି) ହ୍ରାସ କରିବାକୁ ଯୋଜନା କରୁଛନ୍ତି । ସୂତ୍ରରୁ ପ୍ରକାଶ ଯେ, ସରକାର ୧୨ ପ୍ରତିଶତ ଜିଏସ୍‌ଟି ସ୍ଲାବକୁ ସମ୍ପୂର୍ଣ୍ଣ ରଦ୍ଦ କରିବା କିମ୍ବା ଏହା ଅଧୀନରେ ଥିବା ଅନେକ ସାମଗ୍ରୀକୁ ୫ ପ୍ରତିଶତ କର ବ୍ରାକେଟକୁ ସ୍ଥାନାନ୍ତର କରିବା ଉପରେ ବିଚାର କରୁଛନ୍ତି ।GST ପରିଷଦର ଆଗାମୀ ୫୬ତମ […]

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲଦଣ୍ଡ।

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲଦଣ୍ଡ। ଅଦାଲତ ଅବମାନନା ଅଭିଯୋଗରେ ଇଣ୍ଟରନ୍ୟାସନାଲ୍ କ୍ରାଇମ୍ ଟ୍ରିବ୍ୟୁନାଲ୍ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର ଜଷ୍ଟିସ୍ ମହମ୍ମଦ ଗୁଲାମ ମୁତର୍ଜା ମଜୁମଦାରଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି।”ଢାକା ଟ୍ୟୁୟୁନ’ ରିପୋର୍ଟ ମୁତାବକ ଜଷ୍ଟିସ ମହମ୍ମଦ ଗୁଲାମ ମୁର୍ତଜା ମଜୁମଦାର ଏହି ମାମଲାର ଶୁଣାଣି କରିଛନ୍ତି । ସୂଚନା ମୁତାବକ ଗତବର୍ଷ ଶେଖ ହସିନାଙ୍କ ଏକ ଅଡିଓ କ୍ଲିପ ଲିକ୍ ହୋଇଥିଲା । ଏହି […]