author

ନାହାନ୍ତି ମହିଳା କମିଶନ : ପଡି ରହିଛି ୨୮୬୯ ଟି ମାମଲା

ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, ୨୦୨୪-୨୫ ବର୍ଷରେ ୨୮୬୯ ଟି ମାମଲା ପେଣ୍ଡିଂ ରହିଛି ।ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗୀରରେ ସର୍ବାଧିକ ୩୭୨୯ ଅସହାୟ ଓ ସ୍ବାମୀ ପରିତ୍ୟକ୍ତା ମହିଳା ଅଛନ୍ତି । ସେମାନଙ୍କ ବିକାଶ ପାଇଁ ଧନ୍ଦାମୂଳକ ତାଲିମ ଦିଆଯାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ […]

ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି , କିଙ୍ଗ୍ ସ୍ନେକ୍ ଓ କଇଁଛ ଜବତ

ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି , କିଙ୍ଗ୍ ସ୍ନେକ୍ ଓ କଇଁଛ ଜବତ କରିଛି କଷ୍ଟମ ବିଭାଗ । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍‌ରୁ ଚେନ୍ନାଇ ଭାୟା ଭୁବନେଶ୍ୱର ଦେଇ ହେଉଥିଲା ଚାଲାଣ । ଚେନ୍ନାଇର ଜଣେ ଯୁବକଙ୍କୁ ଅଟକ ରଖି କଷ୍ଟମ ବିଭାଗର ପଚରାଉଚରା ଜାରି ରହିଛି । ସିଟି ଫରେଷ୍ଟର ଟିମ୍ ଜରିଆରେ […]

ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ପରେ ହିଁ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବ

ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ଭାଜପାର ସାଙ୍ଗଠନିକ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ ।ସବୁଠୁ ବଡ଼ କଥା ହେଲା, ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ଭାଜପା ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି। ଏପ୍ରିଲ ୧୪ ତାରିଖରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା […]

ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ।

ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ବିଭିନ୍ନ ମଡେଲ୍‌ର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଚୀନ ସାଗରରେ ଥିବା ଲଘୁଚାପର ଅଂଶ ବଙ୍ଗୋପସାଗରକୁ ପଶିବ ଆସନ୍ତା ସପ୍ତାହରେ । ଏହା ପ୍ରଭାବରେ ଏପ୍ରିଲ ୩ରୁ ୫ ତାରିଖ ଭିତରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । […]

ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଲା ଭାରତ ।

ମ୍ୟାନମାର୍‌ରେ ହୋଇଥିବା ଭୟଙ୍କର ଭୂକମ୍ପ ପରେ, ଭାରତ ତୁରନ୍ତ ମାନବୀୟ ସହାୟତା ଭାବରେ ୧୫ ଟନ୍‌ରୁ ଅଧିକ ରିଲିଫ ସାମଗ୍ରୀ ପଠାଇଛି। ଭାରତୀୟ ବାୟୁସେନା (IAF)ର C-୧୩ ଓ ଜେ ବିମାନ ହିଣ୍ଡନ ବାୟୁସେନା ଷ୍ଟେଶନରୁ ଉଡ଼ାଣ ଭରି ରିଲିଫ୍‌ ସାମଗ୍ରୀ ଧରି ମ୍ୟାନ୍‌ମାର୍‌ରେ ପହଞ୍ଚିଥିଲା। ପର୍ଯ୍ୟାପ୍ତ ପରିମାଣରେ ତମ୍ବୁ ସାଙ୍ଗକୁ କମ୍ବଳ, ଖାଦ୍ୟ, ଜଳ ବିଶୋଧକ, ସ୍ୱାସ୍ଥ୍ୟ କିଟ୍, ସୌର ଲ୍ୟାମ୍ପ, ଜେନେରେଟର ସେଟ୍ ଏବଂ ଅତ୍ୟାବଶ୍ୟକ ଔଷଧିୟ ସାମଗ୍ରୀ ପଠାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ଏନ୍‌କାଉଣ୍ଟରରେ ଟଳିଲେ ୧୬ ରୁ ଅଧିକ ମାଓବାଦୀ

ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।ଖବର ଅନୁଯାୟୀ, ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆର୍‌ଜି ଓ ସିଆର୍‌ପିଏଫ୍‌ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍‌ ଆରମ୍ଙ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ […]

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ !

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ୨୦୦୦ ବ୍ୟାଚ୍‌ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍‌ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍‌ଏସ୍‌ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । […]

୧୨ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

୧୨ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ। ଧରାପଡି ଛେଚା ଖାଇଲେ ଫରେଷ୍ଟର। ଶେଷରେ ବନ୍ଧା ହୋଇ ଜେଲ ଗଲେ। ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି । ସୂଚନା ଅନୁସାରେ ଶୁକ୍ରବାର ନରସିଂହଙ୍କ ପଡ଼ିଶା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ଦୁଷ୍କର୍ମ […]

ବଢୁଛି ସୁନା ଦାମ : ୯୨ ହଜାର ଟପିଲା

ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍‌ ଇଣ୍ଡିଆ ସରାଫା ଆସୋସିଏଶନ କହିଛି।ରୁପାର କିଲୋପିଛା ଦାମ୍ ୩୦୦୦ ଟଙ୍କା ବୃଦ୍ଧି ପାଇ ୧,୧୪,୦୦୦ ଟଙ୍କା ହୋଇଛି। ଗତ ତିନି ଦିନ ଭିତରେ ରୁପା ୪୦୦୦ ଟଙ୍କା ମହଙ୍ଗା ହୋଇଛି । ଏହା ପୂର୍ବରୁ ଚଳିତ ମାସ ୧୯ରେ ରୁପା ୧,୧୪,୦୦୦ […]

ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

OWSSB ( ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ ) ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଇନଚାର୍ଜ ଭାବେ କାର୍ଯ୍ୟରତ ଅଛନ୍ତି । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ । ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି । ତେବେ ବର୍ତ୍ତମାନ […]

ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍,ସରକାରଙ୍କୁ ଘେରିବ ବିରୋଧୀ

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ୨.୯୦ ଲକ୍ଷ କୋଟି ଟଙ୍କାର ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି। କିଛି ବିଭାଗର ଖର୍ଚ୍ଚଦାବି ଗୃହରେ ଆଲୋଚନା ପରେ ପାରିତ କରାଯାଇ ଥିବାବେଳେ ଶୁକ୍ରବାର ୨୨ଟି ବିଭାଗର ଖର୍ଚ୍ଚଦାବି ଗିଲୋଟିନ ଜରିଆରେ ପାରିତ ହୋଇଛି। ଆଜି ଗୃହରେ ବ୍ୟୟ ମଞ୍ଜୁରୀ ବିଧେୟକ ଆଗତ କରାଯାଇ ଏହା ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଗୃହରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ପୂର୍ବରୁ ମୁଖ୍ୟ ବିରୋଧୀ ବିଜେଡ଼ି ସରକାରଙ୍କୁ ଘେରିବା […]

ପୁଣି ଏକାଠି ନବୀନ-ପାଣ୍ଡିଆନ୍! କେତେ ସତ

ଦୀର୍ଘଦିନ ପରେ ପୁଣି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ ଆଇଏଏସ ଭି.କେ ପାଣ୍ଡିଆନ୍‌ଙ୍କୁ ଏକାଠି ଦେଖିବାକୁ ମିଳିଛି କିନ୍ତୁ ଏହାର ସତ୍ୟତା ଏପର୍ଯ୍ୟନ୍ତ ଜଣାପଡି ନାହିଁ । ୨୦୨୪ ନିର୍ବାଚନ ପରେ ନବୀନଙ୍କ ସହ ପାଣ୍ଡିଆନ୍‌ଙ୍କୁ ଦେଖିବାକୁ ମିଳୁ ନ ଥିଲା। ଦଳୀୟ ନେତା ନବୀନ ନିବାସରେ ପାଣ୍ଡିଆନ୍‌ଙ୍କୁ ଭେଟୁଥିଲେ ମଧ୍ୟ ନବୀନଙ୍କ ସହ ଗୋଟିଏ ଫ୍ରେମ୍‌ରେ ସେ ନଜର ଆସୁନଥିଲେ। ତେବେ ନିକଟରେ ନବୀନ ତାମିଲନାଡୁ ମୁଖ୍ୟମନ୍ତ୍ରୀ […]