author

ଜଟଣୀ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ଗିରଫ

ଗିରଫ ହେଲେ କୁବେର ସରକାରୀ ବାବୁ ସୂର୍ଯ୍ୟମଣି ପାଟଯୋଶୀ । ଜଟଣୀ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ହେଉଛନ୍ତି ସୂର୍ଯ୍ୟମଣି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଛନ୍ତି ।ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସର ୧୦ଟି ଟିମ୍‌ ଗତକାଲି ଶ୍ରୀ ପାଟ୍ଟଯୋଶୀଙ୍କ ବାସଭବନ ସମେତ ୧୦ଟି ସ୍ଥାନରେ ଚଢ଼ଉ କରିଥିଲା । ଚଢ଼ଉ ବେଳେ ନଗଦ ୧୭ ଲକ୍ଷ ଟଙ୍କା ସହିତ ୧୧ଟି ଦାମୀ ପ୍ଲଟ୍‌ର ରେକର୍ଡପତ୍ର ଜବତ କରାଯାଇଥିଲା। ପ୍ରାଥମିକ […]

ଗୃହରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ ।

ଗୃହରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ । ମଙ୍ଗଳବାର ଘଟିଥିବା ଘଟଣାକୁ ସମ୍ପର୍କରେ ଗୃହରେ ବାଚସ୍ପତି ବିବୃତି ରଖିଛନ୍ତି । ବାଚସ୍ପତିଙ୍କ ବିବୃତି ପରେ ଗୃହକୁ ଫେରିଲେ ବିଜେଡି ସଦସ୍ୟ । ବାଚସ୍ପତିଙ୍କ ବିବୃତି ଦାବି କରି କକ୍ଷ ତ୍ୟାଗ କରିଥିଲେ ବିଜେଡି ସଦସ୍ୟ । ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭରୁ ବିରୋଧୀ ସଦସ୍ୟ ବିଭିନ୍ନ ଉପାୟରେ ପ୍ରତିବାଦ କରୁଥିଲେ । ପୋଷ୍ଟର, ବ୍ୟାନର ଧରି ପ୍ରତିବାଦ କରୁଥିଲେ। ମାର୍ଚ୍ଚ ୨୦ ରୁ କଳା […]

ଜିଲ୍ଲା ସ୍ତରୀୟ ୯୦ତମ ଓଡିଶା ଦିବସ ୨୦୨୫ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l”ସମସ୍ତ ଅନୁଷ୍ଠାନ ବାଣିଜ୍ୟକ ପ୍ରତିଷ୍ଠାନ ଗୁଡିକ ଓଡ଼ିଆରେ ନାମ ଲେଖିବାକୁ ଗୁରୁତ୍ୱ

“ରାୟଗଡ:-ତା. ୨୬/୦୩-ରାୟଗଡା ଜିଲ୍ଲାସ୍ଥରୀୟ ୯୦ତମ ଓଡିଶା ଦିବସ ୨୦୨୫ ପାଳନ ଉପଲକ୍ଷେ ଆଜି ସକାଳ ଘ.୧୧.୩୦ମି ସମୟରେ ଶ୍ରୀ ନବୀନ ଚନ୍ଦ୍ର ନାୟକ, ଓ.ପ୍ର.ସେ.(ବ), ଅତିରିକ୍ତ ଜିଲ୍ଲାପାଳ, ରାୟଗଡଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ଚିନ୍ତନ କକ୍ଷ ସଭା ଗୃହ ରାୟଗଡ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ,ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ପ୍ରକଳ୍ପ ପ୍ରଶାସକ ଆଇଟିଡିଏ, ଶ୍ରୀ ଚନ୍ଦ୍ର କାନ୍ତ […]

ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ- ଅରୁଣ ସାହୁ

କଂଗ୍ରେସର ହାଇଡ୍ରାମାକୁ ସାଥ ଦେଇଛି ବିଜେଡି। କଂଗ୍ରେସ ଓ ବିଜେଡି ବିଧାନସଭାରେ ବାହାରେ ପ୍ରତିବାଦ କରିଛନ୍ତି। ଉଭୟ ବିଧାନସଭା ଭିତରକୁ ପଶିବାକୁ ଉଦ୍ୟମ କରିଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଛି। ଏହି ସମୟରେ ପୋଲିସ ସହ ମୁହିଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ବ୍ୟାରିକେଡ ଭାଙ୍ଗି ଦେଇଛନ୍ତି କଂଗ୍ରେସ ଓ ବିଜେଡି।ଏହାରି ଭିତରେ ଭାଜପା ସରକାରଙ୍କ ଉପରେ ଗର୍ଜିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି, ଭାରତ ବର୍ଷରେ ଏହା ଅଭାବନୀୟ ଘଟଣା । […]

ପୁଣି ବନ୍ଦେ ଭାରତ ଟ୍ରେନକୁ ଢେଲା ମାଡ଼

ପୁରୀ-ରାଉରକେଲା ବନ୍ଦେ ଭାରତ ଟ୍ରେନ ଉପରକୁ ପଥର ମାଡ଼ । ପୁରୀରୁ ରାଉରକେଲା ଆସୁଥିବା ବନ୍ଦେ ଭାରତ ଟ୍ରେନ ଆଜି ଅପରାହ୍ନରେ କଲୁଙ୍ଗା ଷ୍ଟେସନ ଦେଇ ଆସୁଥିବା ବେଳେ ପଥର ମାଡ଼ ହୋଇଛି । ତେବେ ଏହି ଆକ୍ରମଣରେ ୨ଟି ବଗିର କାଚ ଭାଙ୍ଗି ଚୁରମାର ହୋଇଯାଇଛି । ହେଲେ ଦୁର୍ବୃତ୍ତଙ୍କ ଏହି ଆକ୍ରମଣରେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନଥିବା ସୂଚନ ରହିଛି । ହେଲେ କିଏ ଏବଂ କାହିଁକି ଢେଲା ମାଡ଼ କରିଛି ତାର […]

ନୟାଗଡ଼ର ସତ୍ୟନାରାୟଣ ଜାତୀୟ ସ୍ତରୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ପ୍ରଥମ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ସ୍ତରରେ ଅନୁଷ୍ଠିତ ୪ର୍ଥ ସର୍ବଭାରତୀୟ ମୁଟ କୋର୍ଟ ବା ଛାୟା ଅଦାଲତ ପ୍ରତିଯୋଗିତାରେ ନୟାଗଡ଼ ମାଟିର ପୁଅ ସତ୍ୟ ନାରାୟଣ ରଥ ବାଜିମାତ କରି ଚାମ୍ପିୟାନସ ଟ୍ରଫି ହାସଲ କରିଛନ୍ତି। ତାଙ୍କର ଏହି ବିରଳ କୃତିତ୍ୱରେ ସମଗ୍ର ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ସୂଚନା ଯୋଗ୍ୟ ଯେ ଶ୍ରୀମାନ ରଥ ବର୍ତ୍ତମାନ ଆଇଆଇଟି ଖାଡ଼ଗପୁର ଅଧିନସ୍ଥ ରାଜୀବ ଗାନ୍ଧୀ ସ୍କୁଲ ଅଫ ଇଣ୍ଟେଲେକଚୁଆଲ ଲ’ କଲେଜରେ ଆଇନ ବିଷୟରେ ଅଧ୍ୟୟନ କରୁଛନ୍ତି। […]

କୁକୁର ପାଇଁ ବୋହୂଙ୍କ ବିରୋଧରେ ହାଇକୋର୍ଟରେ ଫେରାଦ ଦେଲେ ଶାଶୁ

ବୋହୁ ନେଇଗଲା ପୋଷା କୁକୁର । କୋର୍ଟରେ ପହଞ୍ଚିଲା ମାମଲା । ଏଭଳି ଭିତ୍ତିହିନ ଅଭିଯୋଗ ପାଇଁ ଏବେ ତଣ୍ଡ ଗଣିବେ ଅଭିଯୋଗକାରୀ । ସେପଟେ ହାଇକୋର୍ଟରେ କେସ ଚାଲିଲା ସତ। ହେଲେ ଓଲଟା ଶାଶୁଙ୍କ ଉପରେ ଜୋରିମାନା ଲଗାଇଦେଲେ ହାଇକୋର୍ଟ। ତେବେ କାହିଁକି? ଶାଶୂ ତ କେସ୍ କରିଥିଲେ ତାହାଲେ ହାଇକୋର୍ଟ ଓଲଟା ତାଙ୍କ ଉପରେ ଜୋରିମାନା କାହିଁକି ଲଗାଇଲେ?ସୂଚନା ଅନୁସାରେ, କଟକର ଜଣେ ମହିଳା ତାଙ୍କ ଯୌତୁକ ସାମଗ୍ରୀ ସହ ଘରର ପୋଷା କୁକୁରକୁ […]

ବିଜେପି ଲଞ୍ଚ କଲା ‘ସୌଗାତ-ଏ-ମୋଦୀ’

ମୁସଲମାନଙ୍କ ପର୍ବ ଇଦରେ ଭାରତୀୟ ଜନତା ପାର୍ଟିର ନିଆରା ଅଭିଯାନ। ଗରିବ ଲୋକଙ୍କୁ ବିଜେପି ବାଣ୍ଟିବ ଉପହାର। ବିଜେପିର ସଂଖ୍ୟାଲଘୁ ସୌଗାତ୍-ଇ-ମୋଦି ଅଭିଯାନ ଚଳାଇ ୩୨ ଲକ୍ଷ ଗରିବ ମୁସଲମାନଙ୍କୁ ଗିଫ୍ଟ ଦେବ। ଏହି ଅଭିଯାନ ଦିଲ୍ଲୀ ନିଜାମୁଦ୍ଧିନ୍‌ରୁ ଆରମ୍ଭ ହେବ। ଏହି ଅଭିଯାନ ଅଧୀନରେ ଏକ ପ୍ୟାକେଟ ଦିଆଯିବ। ଯେଉଁଥିରେ ପୋଷାକ ସହିତ ସିନ୍ଦୁର, ଖଜୁରି ଏବଂ ଫଳ ଭଳି ଖାଦ୍ୟ ସାମଗ୍ରୀ ରହିବ। ତେବେ ଏଥିରେ ମହିଳାମାନଙ୍କ ପାଇଁ ସୁଟ୍ ଏବଂ ପୁରୁଷମାନଙ୍କ ପାଇଁ […]

ଭିଜିଲାନ୍ସ ଜାଲରେ କୁତ୍ରା ତହସିଲର ଅମିନ

ଓଡିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ସୁନ୍ଦରଗଡ଼ର କୁତ୍ରା ତହସିଲର ଅମିନଙ୍କୁ ୬୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି।ଜମି ପଟ୍ଟା କରାଇ ଦେବାକୁ ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି । ତେବେ ପଟ୍ଟା କରାଇ ଦେବାକୁ ଅମିନ ଜଣକ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ହେଲେ ଏତେ ଟଙ୍କା ଦେଇ ପାରିବେନି ବୋଲି ଅଭିଯୋଗକାରୀ କହିଥିଲେ । ପରେ ୬ ହଜାର ଟଙ୍କାରେ କଥା ଫାଇନାଲ ହୋଇଥିଲା । ବୁଧବାର ଲାଞ୍ଚ ନେବା […]

ଆମେରିକାରେ ଟ୍ରମ୍ପ ଗୋଲ୍ଡ କାର୍ଡ, ଦିନକରେ ୪୪ ହଜାର କୋଟି ବିକ୍ରି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ‘ଗୋଲ୍ଡ କାର୍ଡ’ ଭିସା କାର୍ଯ୍ୟକ୍ରମ ଔପଚାରିକ ଭାବେ ଆରମ୍ଭ ହେବାକୁ ଯାଉଛି । କିନ୍ତୁ ତା’ ପୂର୍ବରୁ ଏହାକୁ କିଣିବା ପାଇଁ ବିଦେଶୀ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି । ଦିନକରେ ଲୋକେ ୧ ହଜାର ଗୋଲ୍ଡ କାର୍ଡ କିଣିନେଇଛନ୍ତି । ଆମେରିକାର ବାଣିଜ୍ୟ ସଚିବ ହାୱର୍ଡ ଲୁଟ୍‌ନିକ୍‌ ଏହି ସୂଚନା ଦେଇଛନ୍ତି । ଡୋନାଲ୍ଡ ଟ୍ରମ୍ପଙ୍କ ଗୋଲ୍ଡ କାର୍ଡ ଯୋଜନା ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ […]

ପ୍ରେସରୁମ ଖୋଲିବା ଦାବିରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ପ୍ରତୀକ ଧାରଣା, ଅପ୍ରେଲ ୯ରେ  ଜିଲାସ୍ତରୀୟ ଆନ୍ଦୋଳନ

ନୟାଗଡ଼,(ଓଡ଼ିଶା ଦର୍ପଣ): ପ୍ରେସରୁମ ଖୋଲିବା ଦାବି ନେଇ ଆଜି ପୂର୍ବାହ୍ନ ସାଢେ ୧୦ଟା ସମୟରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ   ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରତୀକ ଧାରଣା ଦିଆ ଯାଇଥିଲା। ପୂର୍ବାହ୍ନ ସାଢେ ୧୦ଟା ସମୟରୁ ଆନ୍ଦୋଳନ ଚାଲୁ ରହିଥିବା ବେଳେ ଅପରାହ୍ନ ୧ଘଟିକା ପର୍ଯ୍ୟନ୍ତ କୌଣସି ଅଧିକାରୀ ଓ ପଦାଧିକାରୀ ଆନ୍ଦୋଳନ ସ୍ଥଳକୁ ଆସିନଥିଲେ। ଅନ୍ୟପକ୍ଷେ ଜିଲାପାଳଙ୍କ କାର୍ଯ୍ୟଳୟକୁ ଜିଲାପାଳ ଏବଂ ଅତିରିକ୍ତ ଜିଲ୍ଲାପାଳ […]

‘ଏ ସରକାର ରହିବନି- ବିଜେଡି ବିଧାୟକ ଅରୁଣ ସାହୁ

ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରାଯାଇଚି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କହିଛନ୍ତି, ଆଇନ ଅନୁସାରେ ବିଧାନସଭା ଭିତରକୁ ଯାଇ ନ ପାରେ, କିନ୍ତୁ ବିଧାନସଭା ଭିତରକୁ ଜଣେ ପୂର୍ବତନ ବିଧାୟକ ଯାଇପାରିବ। ବାଚସ୍ପତିଙ୍କ ଏଭଳି କୌଣସି ନିର୍ଦେଶ ନଥିବା ମଧ୍ୟ ପୁଲିସ୍ କହିଥିଲେ। ପୁଲିସ୍ ଲଗାଇ ମାଡ ମରାଗଲା ଏବଂ ଉଠାଇ ନିଆଗଲା। ଯାହା ଜଣାପଡୁଛି ବିଧାନସଭା ଉପରେ ବାଚସ୍ପତିଙ୍କ ନିୟନ୍ତ୍ରଣ ନାହିଁ। ଏକଛତ୍ରବାଦ ଶାସନ […]