author

କଟକ SCB ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା

ହାଇକୋର୍ଟରେ ପହଞ୍ଚିଛି ଏସସିବି ମେଡିକାଲରେ ନବଜାତ ଶିଶୁ ଅଦଳବଦଳ ମାମଲା । ପୁରୀ-କୁମ୍ଭାରପଡା ବାସିନ୍ଦା ରତନା ବେହେରା ନାମକ ଜଣେ ଆବେଦନକାରୀ ଏନେଇ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଆବେଦନକାରୀ ପାର୍ଥନା କରିଛନ୍ତି ଯେ ଏହି ଘଟଣାର ସଠିକ ତଦନ୍ତ ହେବା ସହ ତାଙ୍କୁ ନ୍ୟାୟ ମିଳୁ । ସେପଟେ ଜବାବ ଦାଖଲ ପାଇଁ ଏସସିବିକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।ଜଷ୍ଟିସ୍ ଡକ୍ଟର ଏସକେ ପାଣିଗ୍ରାହୀଙ୍କ ଖଣ୍ଡପୀଠ କହିଛନ୍ତି, “SCB ମେଡିକାଲ କଲେଜ ଏବଂ ହସ୍ପିଟାଲ କଟକର […]

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର

ଛତିଶଗଡ ଦାନ୍ତେୱାଡା ପୁଲିସ କୁ ବଡ ସଫଳତା । ଦାନ୍ତେୱାଡାରେ ଯବାନଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ନିପାତ । ପୋଲିସ ଓ ମାଓବାଦୀଙ୍କ ମଧ୍ୟ ଗୁଳିବିନିମରେ ଟଳି ପଡିଛନ୍ତି ୩ ମାଓବାଦୀ । ବିଜାପୁର-ଦାନ୍ତେୱାଡା ସୀମାବର୍ତ୍ତୀ ଜଂଗଲ ରେ ଗୁଳି ବିନିମୟ ଚାଲିଛି ।ଖବର ଅନୁଯାୟୀ, ଇନ୍ଦ୍ରାବତୀ ନଦୀ କୂଳରେ ନକ୍ସଲମାନେ ମେଳି ବାନ୍ଧିଥିବା ନେଇ ଗୁଇନ୍ଦା ସୁତ୍ରରୁ ଖବର ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ସ୍ଥାନୀୟ ପୋଲିସଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ […]

ଭିକି କୌଶଲଙ୍କ ‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ

ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ ସେ ଏହି ଫିଲ୍ମର ସ୍ବତନ୍ତ୍ର ସ୍କ୍ରିନିଂରେ ଯୋଗ ଦେବାକୁ ଯାଉଛନ୍ତି।ଏହାପୂର୍ବରୁ ଡିସେମ୍ବର ୨୦୨୪ରେ ଫିଲ୍ମ ସାବରମତି ରିପୋର୍ଟ ମଧ୍ୟ ସଂସଦରେ ପ୍ରଦର୍ଶିତ ହୋଇଥିଲା। ଏହି ସ୍ୱତନ୍ତ୍ର ସ୍କ୍ରିନିଂ ସମୟରେ ପିଏମ ମୋଦି ମଧ୍ୟ ଅଂଶଗ୍ରହଣ କରିଥିଲେ […]

ବରଗଡ଼ରୁ ପୁରୀ ଯିବ ରଥକାଠ

ବିଶ୍ୱପ୍ରସିଦ୍ଧ ଶ୍ରୀକ୍ଷେତ୍ର ରଥଯାତ୍ରା ପାଇଁ ଚାଲିଲା ପ୍ରସ୍ତୁତି । ଘୋଷଯାତ୍ରା ପାଇଁ ବରଗଡ଼ରୁ ପୁରୀ ଯିବ ରଥକାଠ । ଏନେଇ ବରଗଡ଼ରେ ପୁରୀ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ ପହଞ୍ଚିଛନ୍ତି । ପଦ୍ମପୁର ଜଙ୍ଗଲରେ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ କରିବେ ସର୍ବେକ୍ଷଣ। ସର୍ବେକ୍ଷଣ ସମୟରେ ଏହି ଟିମ୍‌‌ ସହିତ ବରଗଡ଼଼ ଡିଏଫ୍‌‌ଓ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୫ ଡିଗ୍ରୀ ବଢ଼ିଯିବ ।

କାଳବୈଶାଖୀର ତାଣ୍ଡବ ପରେ ରାଜ୍ୟରେ ବଦଳିବ ପାଗ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୫ ଡିଗ୍ରୀ ବଢ଼ିଯିବ ।ସୂଚନା ଅନୁସାରେ, ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନ ଭିତରେ ପୁଣି ତାପାମାତ୍ରା ବୃଦ୍ଧି ପାଇବା ଆଶଙ୍କା ରହିଛି । ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିଲା ।ସେହିଭଳି ରାତି […]

ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ

ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି।  କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋର ସ୍ଥିତ ବାସଭବନ, ଅଫିସ କାର୍ଯ୍ୟାଳୟରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି।ଅଫିସ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ଫାଇଲ ପତ୍ର ଯାଞ୍ଚ କରୁଛି। ଅନ୍ୟପକ୍ଷେ ସୋର ତାଙ୍କର ୩ଟି ଘର ରହିଥିବା ଜଣାପଡିଛି। ଯାହାକୁ ସେ ଭଡ଼ା […]

କାର୍ଯ୍ୟରେ ସନ୍ଦେହ ଜନକ ରହୁଥିବା, ସଚ୍ଚୋଟତା ବା ସାଧୁତାର ଅଭାବ ଥିବା କିମ୍ବା

କାର୍ଯ୍ୟରେ ସନ୍ଦେହ ଜନକ ରହୁଥିବା, ସଚ୍ଚୋଟତା ବା ସାଧୁତାର ଅଭାବ ଥିବା କିମ୍ବା ଅପାରଗ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କର ପ୍ରକୃତ ଅବସର ଗ୍ରହଣ ସମୟ ପୂର୍ବରୁ ସରକାରୀ ସେବାରୁ ବହିଷ୍କାର କରିବା ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏପିଜି) ବିଭାଗର ସର୍କୁଲାରକୁ କଡ଼ାକଡ଼ି ଭାବେ ପାଳନ କରିବାରୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ରହିଥିବା ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ ମୁଖ୍ୟ ଶାସନ ସଚିବ ଆଜି ସମସ୍ତ […]

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ

ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନା ଯୋଗ୍ୟ, ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଥିଲା। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଥିଲା। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଥିଲା।

ଆଜିର ରାଶିଫଳ(୨୫ ମାର୍ଚ୍ଚ, ୨୦୨୫)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]

ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ୨୦୨୫ ସମ୍ମିଳନୀ ଅନୁଷ୍ଠିତ

lରାୟଗଡ:-ତା.୨୪/୦୩/୨୦୨୫- ରାୟଗଡ଼ା ଜିଲ୍ଲାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ଗତ ତା ୨୨/୦୩/୨୦୨୫ ରିଖରେ ପାଳନ କରାଯାଇଅଛି। ଏହି ସମାରୋହରେ ମୁଖ୍ୟ ଅତିଥଭାବେ ଅତିରିକ୍ତ ଜିଲ୍ଲାପାଳ, ରାୟଗଡ଼ା, ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ,ଅଧିକ୍ଷଣ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଜନ, ରାୟଗଡ଼ା ଶ୍ରୀ ଦୁସି ସୁଧାକର କୁମାର, ନିର୍ବାହୀ ଯନ୍ତ୍ରୀ, ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ସଫେଇ ବ୍ୟବସ୍ଥା, ଶ୍ରୀ ଗୋପାଳ ଚନ୍ଦ୍ର ନାୟକ, ନିର୍ବାହୀ ଯନ୍ତ୍ରୀ, ବିଦ୍ୟୁତ୍, ଶ୍ରୀ ସୁଶାନ୍ତ […]

ଏପ୍ରିଲରୁ ମହଙ୍ଗା ହେବାକୁ ଯାଉଛି ଏହିସବୁ ଗାଡ଼ି ।

ଏପ୍ରିଲରୁ ମହଙ୍ଗା ହେବାକୁ ଯାଉଛି ଗାଡ଼ି । ମାରୁତୁ ସୁଜୁକି, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଏବଂ ହ୍ୟୁଣ୍ଡାଇ ଭଳି କମ୍ପାନିଗୁଡ଼ିକ ଦର ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି । କଞ୍ଚାମାଲ ଏବଂ ପରିଚାଳନା ଖର୍ଚ୍ଚ ବୃଦ୍ଧିକୁ ନଜରରେ ରଖି କମ୍ପାନି ଗୁଡ଼ିକ ଦର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି । ମାରୁତି ସୁଜୁକି ଏହାର ସମ୍ପୂର୍ଣ୍ଣ ଲାଇନ-ଅପ୍‌ର ମୂଲ୍ୟ ବୃଦ୍ଧି କରିବାକୁ ଯାଉଛି । ମାରୁତି ସୁଜୁକି କାରର ମୂଲ୍ୟ କେତେ ବୃଦ୍ଧି ପାଇବ ସେ […]

8th Pay Commission:ଏମାନେ ହେବେନି ସାମିଲ

କେନ୍ଦ୍ର ସରକାରଙ୍କ ଦ୍ୱାରା ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ ମିଳିବା ପରଠାରୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଆଶାବାଦୀ ଯେ, ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ, ସେମାନଙ୍କ ଦରମା ଯଥେଷ୍ଟ ବୃଦ୍ଧି ପାଇବ।ତଥାପି, କିଛି ବିଭାଗ ଅଛି ଯାହା ଅଷ୍ଟମ ବେତନ କମିଶନ ଅଧୀନରେ ଆସିବ ନାହିଁ । ଅର୍ଥାତ୍ ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ମଧ୍ୟ ସେମାନଙ୍କର ଦରମା ବୃଦ୍ଧି […]