କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ପୁରୀ ସୋମବାର କହିଛନ୍ତି ଯେ ଆଣ୍ଡାମାନ ସାଗରରେ ଏକ ବିଶାଳ ଅଶୋଧିତ ତୈଳ ଏବଂ ଗ୍ୟାସ ଭଣ୍ଡାର ମିଳିଛି। ଭାରତ ଆଣ୍ଡାମାନ ସାଗରରେ ପ୍ରାୟ ଦୁଇ ଲକ୍ଷ କୋଟି ଲିଟର ଅଶୋଧିତ ତୈଳ ଭଣ୍ଡାର ପାଇପାରିବ।ମନ୍ତ୍ରୀ କହିଛନ୍ତି ଯେ ଆଣ୍ଡାମାନ ସାଗରରେ ୧୮୪,୪୪୦ କୋଟିର ଅଶୋଧିତ ତୈଳ ମିଳିପାରେ ବୋଲି ଆକଳନ କରାଯାଇଛି। ଯଦି ଆକଳନ ସତ ହେଲା ତେବେ ଭାରତର GDP ପ୍ରାୟ ୫ ଗୁଣ […]
ନିୟନ୍ତ୍ରଣକୁ ଆସୁନି ଡାଇରିଆ । ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ଜିଲ୍ଲାକୁ ବ୍ୟାପିଛି ଝାଡାବାନ୍ତି । ଯାଜପୁର ପରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଓ ପୁରୀରୁ ଡାଇରିଆ ମାଡିଗଲାଣି । ସବୁଠୁ ଅଧିକ ପ୍ରଭାବିତ ଯାଜପୁର ଜିଲ୍ଳାର କୋରେଇ, ବଡ଼ଚଣା । ଧର୍ମଶାଳାରେ ସ୍ଥିତିରେ ସାମାନ୍ୟ ସୁଧାର ଆସୁଥିବାବେଳେ, ଯାଜପୁର ଓ ବରୀ ବ୍ଲକରେ ହଇଜା ବ୍ୟାପୁଥିବା ଦେଖିବାକୁ ମିଳିଛି । । ରାଜ୍ୟର ଏପର୍ଯ୍ୟନ୍ତ ଗଲାଣି ୨୧ଜୀବନ । ୧୭୦୦ରୁ ଅଧିକ ଆକ୍ରାନ୍ତ […]
ରେସିଡେଣ୍ଟ ସାର୍ଟିଫିକେଟ ଓ କାଷ୍ଟ ସାର୍ଟିଫିକେଟ ପ୍ରାୟ ସମସ୍ତଙ୍କର ଆବଶ୍ୟକ ପଡ଼ିଥାଏ ।ଏଥିପାଇଁ ପ୍ରତି ୬ ମାସରେ ଥରେ ହିତାଧିକାରୀଙ୍କୁ ତହସିଲ ଅଫିସକୁ ଦୈଡିବାକୁ ପଡିଥାଏ । କିନ୍ତୁ ଏବେ ଏଥିରୁ ମିଳିବାକୁ ଯାଉଛି ମୁକ୍ତି । ଉପଭୋକ୍ତାଙ୍କୁ ଆଉ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡିବ ନାହିଁ । ଥରେ କାଷ୍ଟ ସାର୍ଟିଫିକେଟ ବା ଜାତିଗତ ପ୍ରମାଣପତ୍ର ବାହାର କଲେ ତାହା ସବୁଦିନ ପାଇଁ କାମରେ ଲାଗିବ । ଅନୁସୂଚିତ ଜାତି ଓ ଜନଜାତିର ଲୋକଙ୍କୁ […]
ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି । କୋଲକାତାରେ ଜରୁରୀ ଅବତରଣ କଲା ଆମେରିକାରୁ ଆସିଥିବା ବିମାନ । ଆମେରିକା କାର୍ଲିଫର୍ଣ୍ଣିଆର ସାନ୍-ଫ୍ରାନ୍ସିକୋରୁ ମୁମ୍ବାଇ ଯାଉଥିବା ଏହି ବିମାନ କୋଲକାତା ବିମାନବନ୍ଦରରେ ଅବତରଣ କରିଛି । ଏୟାରଇଣ୍ଡିଆର ବିମାନ ଏଆଇ ୧୮୦ ସୋମବାର ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର […]
ସୁପ୍ରିମକୋର୍ଟ ନିୟମରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଏହି ପରିବର୍ତ୍ତନ ରାଷ୍ଟ୍ରପତିଙ୍କ ମଞ୍ଜୁରୀରେ କରାଯାଇଛି। ଏବେ ସୁପ୍ରିମକୋର୍ଟ ରେଜିଷ୍ଟ୍ରି ଓ କାର୍ଯ୍ୟାଳୟ ଶନିବାର ମଧ୍ୟ ଖୋଲା ରହିବ। ପୂର୍ବରୁ ସୁପ୍ରିମକୋର୍ଟ ରେଜିଷ୍ଟ୍ରି କାର୍ଯ୍ୟାଳୟ ଶନିବାର ବନ୍ଦ ରହୁଥିଲା। ହେଲେ ଏବେ ସଂଶୋଧନ ପରେ ଶନିବାର ସକାଳ ୧୦ରୁ ମଧ୍ୟାହ୍ନ ଗୋଟାଏ ପର୍ଯ୍ୟନ୍ତ ରେଜିଷ୍ଟ୍ରି କାର୍ଯ୍ୟାଳୟ ଖୋଲା ରହିବ। ମିଳିଥିବା ନୋଟିସ୍ ଅନୁସାରେ ସମ୍ବିଧାନର ଅନୁଚ୍ଛେଦ ୧୪୫ ଅନୁସାରେ ସୁପ୍ରିମକୋର୍ଟ ଦ୍ୱାରା ରାଷ୍ଟ୍ରପତିଙ୍କ ମଞ୍ଜୁରୀରେ ସୁପ୍ରିମକୋର୍ଟ ରୁଲସ୍ ୨୦୧୩ […]
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ, ଜୁନ୍ ୨୦ରେ ଖୋଲିବ ସମସ୍ତ ସ୍କୁଲ । ଏହି ଅବସରରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଆସନ୍ତା ଜୁନ୍ ୨୦ ତାରିଖରୁ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯିବ । ଏନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି କରିଛନ୍ତି । ପ୍ରଧାନ […]
ବେଙ୍ଗାଲୁରୁର ଜୟନଗରର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ରାପିଡୋ ବାଇକ୍ ଚାଳକ ଜଣେ ମହିଳା ଯାତ୍ରୀଙ୍କୁ ଆକ୍ରମଣ କରୁଥିବାର ଦେଖାଯାଉଛି। ମହିଳା ଜଣକ ମଝିରେ ବାଇକରୁ ଓହ୍ଲାଇବା ପରେ ଅସାବଧାନତାର ସହ ବାଇକ ଚଳାଇବା ପାଇଁ ଡ୍ରାଇଭରଙ୍କ ବିରୋଧରେ ପ୍ରତିବାଦ କରିଥିଲେ। ଏହି କଥାକୁ ନେଇ ଦୁହିଁଙ୍କ ମଧରେ ବଚସା ହୋଇଥିଲା ଓ ରାପିଡୋ ଚାଳକ ଜଣକ ମହିଳାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ପୋଲିସ ଖବର ମୁତାବକ, ପ୍ରଥମେ ମହିଳା ଏବଂ […]
ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଯଦି କେହି ଅଦିନିଆ ରଥଯାତ୍ରା କରିବେ ତେବେ ତାଙ୍କ ଉପରେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ। ଏନେଇ ଶ୍ରୀ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି | ଗଜପତି ମହାରାଜା ମଧ୍ୟ ପତ୍ର ଲେଖି ସାରିଛନ୍ତି | ଗତବର୍ଷ ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ମଧ୍ୟ ଗଜପତି ମହାରାଜ କଡ଼ା ଚେତାବନୀ ଦେଇଥିଲେ । ସାମ୍ବାଦିକ ସମ୍ମିଳନୀରେ ଗଜପତି ମହାରାଜ କହିଥିଲେ, ଅଦିନିଆ ରଥଯାତ୍ରା […]
କେନ୍ଦ୍ରାପଡ଼ାରେ ପୁଣି କୁମ୍ଭୀର ଆତଙ୍କ । କୁମ୍ଭୀର ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଆଳି ବ୍ଲକ୍ କୋଲଢ଼ିଅ ପଞ୍ଚାୟତ ମହାନ୍ତିଗାଁରେ। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା ପରେ ଗାଁ ଲୋକେ ଏକାଠି ହୋଇ ପାନିଆଯୋର ଭିତରେ ଖୋଜାଖୋଜି […]
ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି । ଦୂଷିତ ପାଣି ଓ ବାସି ଖାଦ୍ୟ ଖାଉଥିବାରୁ ଏହା ବ୍ୟାପୁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଟେଲ, ଢାବା, ଫାଷ୍ଟ ଫୁଡ୍ ଦୋକାନରେ ରେଡ୍ ଚାଲିଛି । କେନ୍ଦ୍ରାପଡ଼ା, ଯାଜପୁର, ଭୁବନେଶ୍ବର ସବୁଠି ରେଡ୍ କରାଯାଉଛି । ରାଜଧାନୀରେ ଖାଦ୍ୟ ସୁରକ୍ଷା ବିଭାଗ ଓ ବିଏମ୍ସି ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି । ଖାଦ୍ୟର ଗୁଣବତ୍ତା ନେଇ […]
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଜନଗଣନା ଏବଂ ଜାତି ଗଣନା ସହିତ ଜଡିତ ସରକାରୀ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି ଗୃହ ମନ୍ତ୍ରାଳୟ। ଜନଗଣନା ଆଇନ ୧୯୪୮ ଅନୁଯାୟୀ ଅଧିସୂଚନା ଜାରି ହୋଇଛି। ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା କାର୍ଯ୍ୟ । ୨୦୨୬ ଅକ୍ଟୋବର ପହିଲାରେ ପ୍ରଥମ ପର୍ଯ୍ୟାୟ ଏବଂ ଓ ୨୦୨୭ ମାର୍ଚ୍ଚ ୧ରେ ଦ୍ୱିତୀୟ ପର୍ଯ୍ୟାୟ ଗଣନା କରାଯିବ ।ଏବେ ଜନଗଣନା ସହିତ ଜଡିତ ବିଭିନ୍ନ ସଂସ୍ଥା ସକ୍ରିୟ ହେବେ। ପ୍ରଥମେ କର୍ମଚାରୀ ନିଯୁକ୍ତି, […]
