author

ବର୍ଷା ଋତୁରେ ରୁହନ୍ତୁ ନିରୋଗ, ଖାଦ୍ୟରେ ସାମିଲ କରନ୍ତୁ ଏସବୁ ଜିନିଷ

ଆରମ୍ଭ ହୋଇଯାଇଛି ବର୍ଷା ଋତୁ । ମୌସୁମୀ ମଧ୍ୟ ଓଡିଶା ଛୁଇଁ ସାରିଛି ।ତେବେ ବର୍ଷା ଋତୁରେ ଖାସ କରି ଚଟପଟା ସୁସ୍ବାଦୁ ଖାଦ୍ୟ ଖାଇବା ପାଇଁ ଭଲ ଲାଗିଥାଏ । କିନ୍ତୁ ଏହାରି ଭିତରେ ଲୋକେ ରୋଗ ପ୍ରତିରୋଧକ ଶକ୍ତି ଏବଂ ସ୍ବାସ୍ଥ୍ୟକୁ ଭୁଲି ଯାଇଥାଆନ୍ତି । ତେବେ ସ୍ୱାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ | ତେବେ ଖାଦ୍ୟରେ ରସୁଣ ଏବଂ ପିଆଜ ଅନ୍ତର୍ଭୂକ୍ତ କରିବା ଆବଶ୍ୟକ । ରସୁଣ କେବଳ ଖାଦ୍ୟକୁ ସୁଆଦିଆ କରିଥାଏ […]

ମାତ୍ର ୪୨ ଦିନରେ ୧୦ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ କଲେଣି ବାବା କେଦାରନାଥଙ୍କ ଦର୍ଶନ

ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରା ଜୋରସୋରରେ ଚାଲିଛି। ଯେଉଁଥିରେ ପ୍ରତିଦିନ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ପହଞ୍ଚୁଛନ୍ତି। ଏଥର ଯାତ୍ରାରେ କେବଳ କେଦାରନାଥ ଧାମରେ ୪୨ ଦିନରେ ୧୦ ଲକ୍ଷରୁ ଅଧିକ ଭକ୍ତ ବାବା କେଦାରଙ୍କ ଦର୍ଶନ କରି ରେକର୍ଡ ଭାଙ୍ଗିଛନ୍ତି।ପୁଷ୍କର ଧାମି ସରକାର ମଧ୍ୟ ଏଥର ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି । ଯେଉଁଥିପାଇଁ ତୀର୍ଥଯାତ୍ରୀଙ୍କ ଉତ୍ସାହ ମଧ୍ୟ ବୃଦ୍ଧି ପାଇଛି । ଖବର ମୁତାବକ, ମେ’ ୨ରେ ବାବା କେଦାରନାଥଙ୍କ କପାଟ ଖୋଲାଯାଇଥିଲା । କପାଟ […]

ଚାଷୀଙ୍କ ୨୦ତମ ପିଏମ-କିସାନ କିସ୍ତିକୁ ନେଇ ଆସିଲା ବଡ଼ ଖବର

ଚାଷୀଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା (ପିଏମ-କିସାନ) ଅଧୀନରେ ଚାଷୀମାନେ ପ୍ରତିବର୍ଷ ୬,୦୦୦ ଟଙ୍କାର ଆର୍ଥିକ ସହାୟତା ପାଇଥାନ୍ତି, ଯାହା ତିନୋଟି ୨,୦୦୦ ଟଙ୍କାର ସମାନ କିସ୍ତିରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଏ। ଏପର୍ଯ୍ୟନ୍ତ ସରକାର ୧୯ଟି କିସ୍ତି ଜାରି କରିଛନ୍ତି, ଯାହାର ଶେଷ କିସ୍ତି (୧୯ତମ) ୨୦୨୫ ଫେବୃଆରୀରେ ଚାଷୀଙ୍କ ଆକାଉଣ୍ଟକୁ ପହଞ୍ଚିଛି। ଏବେ ଚାଷୀମାନେ ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଏକ ରିପୋର୍ଟ ଅନୁସାରେ, ୨୦୨୫ ଜୁନ […]

କମ୍ବିଂ ଅପରେସନ ବେଳେ ଆଇଇଡି ବ୍ଲାଷ୍ଟ, ଜଣେ ସିଆରପିଏଫ୍ ଯବାନ ଗୁରୁତର

କମ୍ବିଂ ଅପରେସନ ବେଳେ ଆଇଇଡି ବ୍ଲାଷ୍ଟ । ଜଣେ ଯବାନ ଗୁରୁତର । ଓଡ଼ିଶା-ଝାଡଖଣ୍ଡ ସୀମାନ୍ତ ବାଙ୍କୋ ସଂଲଗ୍ନ ନିକଟରେ ଆଇଇଡି ବିସ୍ଫୋରଣ ହୋଇଛି ।ଗୁରୁତର ସିଆରପିଏଫ୍ ଯବାନଙ୍କୁ ଏଆରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି । ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଓ ରାଉରକେଲା ଏସପି ପହଞ୍ଚିଛନ୍ତି । ବିସ୍ଫୋରକ ସାମଗ୍ରୀ ଲୁଟ୍‌ ହେବା ପରଠାରୁ ଲଗାତର ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଏପର୍ଯ୍ୟନ୍ତ ସମସ୍ତ ଲୁଟ୍ ସାମଗ୍ରୀକୁ ଉଦ୍ଧାର କରାଯାଇପାରିନାହିଁ । ଏହାରି ଭିତରେ […]

ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ ।

ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ ।ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ। ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ। ପହିଲି ରଜକୁ ରାଜ୍ୟର […]

ଆଜି ରଜରେ ଏହିସବୁ ଜିଲ୍ଲାରେ ଅଧିକ ଝଡ଼ବର୍ଷା

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇଦିନ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଓଡିଶାର ଆହୁରି କିଛି ଅଞ୍ଚଳକୁ ଅଗ୍ରସର ହେବ । ଏଥି ପାଇଁ ପାଗ ଅନୁକୂଳ ରହିଛି । ତେବେ ରଜ ୩ଦିନରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ସମସ୍ତ ୩୦ ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆସନ୍ତା […]

ଯାଜପୁରରେ ଚିହ୍ନଟ ହେଲା କଲେରା : ୮ ଜଣଙ୍କ ରିପୋର୍ଟ ପଜିଟିଭ୍

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ୪୧ଟି ନମୂନା ପରୀକ୍ଷଣରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଏହା ସହ ଜିଲ୍ଲାର ଚାରୋଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଅତିକ୍ରମ କରିଛି । ଏହାରି ଭିତରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ହୋଇଛି । ସମୀକ୍ଷା […]

ଆଜିର ରାଶିଫଳ(୧୪ ଜୁନ, ୨୦୨୪)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର

ଏଣିକି ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ। ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର। ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବ। ତେବେ ସ୍କୁଲ ଖୋଲିବା ପୂର୍ବରୁ ମଧ୍ୟାହ୍ନ ଭୋଜନକୁ ନେଇ ସତର୍କ ହୋଇଛି ରାଜ୍ୟ ପିଏମ୍‌ ପୋଷଣ ୟୁନିଟ୍‌। ଶିଶୁବାଟିକାରୁ ଦଶମ ଶ୍ରେଣୀ ଯାଏ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ଆଉ ଏହି ଭୋଜନ ନିୟମିତ ଭାବେ ଅଭିଭାବକମାନେ ଖାଇ ମାନ ପରଖିବେ। ଯେପରି ପିଲାଙ୍କ ମଧ୍ୟାହ୍ନ ଭୋଜନର ଗୁଣବତ୍ତାରେ ହ୍ରାସ ନହୁଏ ସେଥିଲାଗି […]

୧୧ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ; ୧୦,୦୦୦ ନିଯୁକ୍ତି ହେବ ସୃଷ୍ଟି

ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ହେବ ।ଫଳରେ ୧୭ଟି ପ୍ରକଳ୍ପ ନିର୍ମାଣ ହେଲେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ।ରାଜ୍ୟରେ କଳକାରଖାନା ଗଢ଼ି ଉଠିଲେ ଯୁବପିଢ଼ିଙ୍କୁ ରୋଜଗାର ମିଳିପାରିବ।  ବାହାର ରାଜ୍ୟକୁ ଯାଇ ସେଠାକାର ମାଲିକମାନଙ୍କ ଠାରୁ ଓଡ଼ିଆ ଯୁବକଯୁବତୀଙ୍କୁ ନିର୍ଯାତନାର ଶିକାର ହେବାକୁ […]

ମୁନିଗୁଡ଼ା ପ୍ରେସ କ୍ଲବର ସ୍ଵତନ୍ତ୍ର ଅଧିବେଶନ।

ମୁନିଗୁଡ଼ା:ତା୧୩-୬ ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ସୁଭଦ୍ରା ଉଦ୍ଧବ ମଙ୍ଗଳ ଭବନ ପରିସରରେ ଆଜି ପୂର୍ବାହ୍ନରେ ମୁନିଗୁଡ଼ା ପ୍ରେସ କ୍ଲବର ଏକ ସ୍ବତନ୍ତ୍ର ଅଧିବେଶନ ସଭାପତି ରାଜୀବ ଲୋଚନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି।କାର୍ଯ୍ୟକ୍ରମରେ ପ୍ରେସ କ୍ଲବ ଉପ ସଭାପତି ମନୋରଞ୍ଜନ ଦଳାଇ,ସମ୍ପାଦକ ନନ୍ଦକିଶୋର ପଟ୍ଟନାୟକ,ବରିଷ୍ଠ ସାମ୍ବାଦିକ ତଥା ଉତ୍କଳ ସାମ୍ବାଦିକ ସଂଘ ରାୟଗଡ଼ା ଜିଲ୍ଲାର ଉପସଭାପତି ଶିମାଞ୍ଚଳ ପଣ୍ଡା,ଉପଦେଷ୍ଟା ରାମଚନ୍ଦ୍ର ବେହେରା ପ୍ରମୁଖ ମଞ୍ଚାସିନ ରହିଥିଲେ।ପ୍ରଥମେ ଉତ୍କଳ ସାମ୍ବାଦିକ ସଂଘର ସଂପାଦକ ସ୍ବର୍ଗତ ରାଜିବଲୋଚନ […]

ମଝି ଚିଲିକାରେ ଫସିଲା ଡଙ୍ଗା

ପୁରୀ ଜିଲ୍ଲା ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ୩୦ ଯାତ୍ରୀ ଓ ୧୫ଟି ଗାଡ଼ିକୁ ନେଇ ଉକ୍ତ ଡଙ୍ଗାଟି ଯାଉଥିଲା। ସାତପଡ଼ାରୁ ଜହ୍ନିକୁଦା ଅଭିମୁଖେ ଯାଉଥିଲା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଥିବା ସୂଚନା ମିଳିଛି।ସାତପଡ଼ାରୁ ଆଜି ଅପରାହ୍‌ଣ ୪ଟା ୪୫ରେ ଏକ ଘରୋଇ ଯାତ୍ରୀବାହୀ ଡଙ୍ଗା ଜହ୍ନିକୁଦା ଘାଟ ଅଭିମୁଖେ ବାହାରିଥିଲା। ଏହି ଡଙ୍ଗାରେ ୮ ଜଣ ମହିଳାଙ୍କ ସମେତ ୩୦ ଜଣ ଯାତ୍ରୀ ଥିଲେ। ଏଥି ସହିତ ଡଙ୍ଗାରେ […]