author

ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ ।

ଓଡ଼ିଶା ପୋଲିସ ପରୀକ୍ଷା ସ୍ଥଗିତ । ଆସନ୍ତା ମାର୍ଚ୍ଚ ୮ ଓ ୯ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବନ୍ଦ ରଖିଛି OPRB । ଓଡ଼ିଶା ପୋଲିସର ଗ୍ରୁପ-‘ବି’ ଏକ୍ସଜାମକୁ ଅନ୍ୟାଦେଶ ଯାଏଁ ସ୍ଥଗିତ ରଖାଯାଇଛି । ଏନେଇ ବୋର୍ଡ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ରିଲିଜ୍ କରି ସୂଚନା ଦିଆଯାଇଛି । ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା ଏବଂ ଏସଆଇ ପରୀକ୍ଷା ଗୋଟିଏ ଦିନରେ ଥିବାରୁ ପରୀକ୍ଷାର୍ଥୀ ତଥା ଚାକିରି ଆଶାୟୀ ଅସନ୍ତୋଷ […]

ଦୁର୍ଘଟଣା ରୋକିବାକୁ ରବିବାର ଓ ବୁଧବାର ପାଳନ ହେବ ଶୂନ୍ୟ ସହନଶୀଳତା ଦିବସ

ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟରେ ଗାଡି ଚଳାଇବା ଏବଂ ସଚେତନତା ଅଭାବ ଯୋଗୁଁ ବାରମ୍ବାର ଦୁର୍ଘଟଣା ହେବା ସହ ଧନଜୀବନ ହାନି ଘଟୁଛି ।ଏଣିକି ପ୍ରତ୍ୟେକ ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ । ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସଡ଼କ ସୁରକ୍ଷା […]

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡ଼ି ଓ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ

ସୁରୁଖୁରୁରେ ହେବ ଶ୍ରୀଜିଉଙ୍କ ଦୋଳପୂର୍ଣ୍ଣିମା ନୀତି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଆସନ୍ତା ୧୩ ଓ ୧୪ ତାରିଖରେ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର ବାଜିଛି। ସୁରୁଖୁରୁରେ ନୀତି ସମ୍ପାଦନ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦିଆଯାଇଛି।ସୁରୁଖୁରୁରେ ନୀତି ସମ୍ପାଦନ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦିଆଯାଇଛି […]

ଆଜିଠୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ।

ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ଯାଏଁ ଚାଲିବ । ଦ୍ବିତୀୟ ପର୍ଯ୍ୟାୟରେ ଆସନ୍ତା ୧୦ ତାରିଖରେ ବଜେଟ୍ ଉପରେ ଆଲୋଚନା ହେବ । ସେହିପରି ମାର୍ଚ୍ଚ ୨୯ ତାରିଖରେ ବିଧାନସଭାରେ ସରକାର ବ୍ୟୟ ମଞ୍ଜୁରି ବିଲ୍ ଉପସ୍ଥାପନା କରିବେ । ଆରମ୍ଭରୁ ଗୃହ ବେଶ ସରଗରମ ହେବ ବୋଲି ଆଶା କରାଯାଉଛି । ବିଜୁବାବୁଙ୍କ ପ୍ରତି ଅସମ୍ମାନ ବ୍ୟତୀତ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ମହିଳାଙ୍କ ଉପରେ […]

ଆଜିର ରାଶିଫଳ(୭ ମାର୍ଚ୍ଚ, ୨୦୨୫)

ମେଷଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ […]

ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ !୨୪୫ ପ୍ରଶ୍ନ ପଚାରିଥିବା ସୂଚନା

ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ଆଜି ହୋଇଛି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ବୟାନ ରେକର୍ଡ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା ।ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଏଡିଜେ ୨୪୫ ପ୍ରଶ୍ନ ପଚାରିଥିବା ସୂଚନା ମିଳିଛି। ପୁଞ୍ଜିଲାଲ ଅଧିକାଂଶ ପ୍ରଶ୍ନର ଉତ୍ତରରେ ‘ନା’ କହିଥିବା ଜଣାପଡିଛି। ଏପରିକି ଆସନ୍ତା ୧୩ ତାରିଖରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ କରିବାକୁ ପୁଞ୍ଜିଲାଲ କୋର୍ଟରେ ଅପିଲ […]

ସରକାରୀ ବାବୁଙ୍କ ପୁଳା ପୁଳା ସୁନା ଗହଣା

ଗୁରୁବାର କଟକରେ ରାଜ୍ୟ ପରିବହନ ପ୍ରାଧିକରଣ (STA)ର ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ସହ ଜଡିତ ନଅଟି ସମ୍ପତ୍ତି ଉପରେ ଭିଜିଲାନ୍ସ ଅଧିକାରୀମାନେ ଏକକାଳୀନ ଚଢାଉ କରିଛି। ପ୍ରଦୀପ ଜ୍ଞାତ ଆୟ ଉତ୍ସଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ଚଢାଉ କରାଯାଇଥିଲା, ଯାହା ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ ଏବଂ କଟକ ସମେତ ବିଭିନ୍ନ ସ୍ଥାନରେ କରାଯାଇଥିଲା।ଯେଉଁଠି ଆଖି ପକାଇଲେ ଖାଲି ସୁନା ଗହଣା। ସୁନା ଚୁଡ଼ି, କାନ ଫୁଲ, ମୁଦି ଓ ଭଳିକି ଭଳି ସୁନା […]

ନୟାଗଡ଼ ଜିଲ୍ଲାରେ ସୁରୁଖୁରୁରେ ଶେଷ ହେଲା ମାଟ୍ରିକ ପରୀକ୍ଷା

ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ବର୍ଷ ଅନୁଷ୍ଠିତ ମାଟ୍ରିକ ପରୀକ୍ଷା ନୟାଗଡ଼ ଜିଲ୍ଲାରେ ଆଜି ସୁରୁଖୁରୁରେ ଶେଷ ହୋଇଛି। ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାର ୭୫ଟି କେନ୍ଦ୍ରରେ ୧୧୪୯୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏହି ସବୁ କେନ୍ଦ୍ର ଗୁଡ଼ିକରେ ୭୫ ଜଣ ନିରୀକ୍ଷକ ନିଯୁକ୍ତି ହୋଇଥିଲେ। ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୨ଟି ଫ୍ଲାଇଙ୍ଗ ସ୍କ୍ୱାଡ଼ ଏବଂ ବୋର୍ଡ଼ ଦ୍ୱାରା ୪ଟି ଫ୍ଲାଇଙ୍ଗ ସ୍କ୍ୱାଡ଼ ଜିଲ୍ଲାରେ ଚାଲିଥିବା ପରୀକ୍ଷା କେନ୍ଦ୍ର ଗୁଡ଼ିକ ତଦାରଖ କରିଥିଲେ। […]

ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା; ‘ବିଶ୍ୱାସର ଆତ୍ମଲିପି’ରେ ଭାବପ୍ରବଣ ହେଲେ ଦର୍ଶକ

ନୟାଗଡ଼,(ଓଡ଼ିଶା ଦର୍ପଣ): ରାଜ୍ୟସ୍ତରୀୟ ନାଟ୍ୟମେଳାର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସ୍ବସ୍ତି ଝଙ୍କାର, ରାଉରକେଲା ପ୍ରଯୋଜିତ ନାଟକ ‘ବିଶ୍ୱାସର ଆତ୍ମଲିପି’ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍‌ଣ-କ୍ଷତାକ୍ତ । ଏକ ସୁନ୍ଦର ଦାମ୍ପତ୍ୟ ଜୀବନ ମଧ୍ୟରେ କିପରି ସନ୍ଦେହ ଦୁଇଟି ଆତ୍ମାକୁ କ୍ଷତ ବିକ୍ଷତ କରେ ତାହାର ଏକ ସୁନ୍ଦର ପ୍ରତିଫଳନକୁ ନିଖୁଣ ଅଭିନୟ ମାଧ୍ୟମରେ ପରିପ୍ରକାଶ କରିଥିଲେ କଳାକାର ମାନେ।ସନ୍ଦେହ’ ପୁରୁଷର ସହଜାତ ପ୍ରବୃତ୍ତି ଏବଂ ସମର୍ପଣରେ ନାରୀ ହୁଏ ମହନୀୟାମହୀୟସୀ । […]

‘ଯଦି ଏକ ମହିଳା ସିନ୍ଦୁର ଓ ମଙ୍ଗଳସୂତ୍ର ପିନ୍ଧିବେନି ତେବେ ସ୍ବାମୀମାନେ କାହିଁକି ଆଗ୍ରହ ଦେଖାଇବେ’

“ଯଦି ମହିଳା ସିନ୍ଦୁର ଓ ମଙ୍ଗଳସୂତ୍ର ନ ପିନ୍ଧିବେ ତେବେ ସ୍ବାମୀମାନେ କାହିଁକି ସ୍ତ୍ରୀଙ୍କ ପ୍ରତି ଆଗ୍ରହ ଦେଖାଇବେ”, ଏପରି ଏକ ବୟାନ ଦେଇ ଏବେ ଚର୍ଚ୍ଚାରେ ମହାରାଷ୍ଟ୍ର ପୁନେ ଜିଲ୍ଲା କୋର୍ଟ । ବାସ୍ତବରେ ଏକ ଛାଡପତ୍ର ମାମଲାର ଶୁଣାଣିବେଳେ ଏପରି ଏକ ଅଜବ ବୟାନ ଦେଇଛନ୍ତି କୋର୍ଟ । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।ପୁଣେର ଓକିଲ ଅଙ୍କୁର ଆର ଜାହାଗିରଦାରଙ୍କ ଦ୍ୱାରା ଶେୟାର କରାଯାଇଥିବା ଏକ ଲିଙ୍କଡଇନ ପୋଷ୍ଟରେ କୁହାଯାଇଛି […]

ଏଣିକି କେଦାରନାଥ ଯାତ୍ରା ହେବ ସହଜ;ମାତ୍ର ୩୬ ମିନିଟରେ ହେବ ବାବାଙ୍କ ଦର୍ଶନ

ଆଉ ୮-୯ ଘଣ୍ଟା ନୁହେଁ, ୩୬ ମିନିଟରେ ହେବ କେଦାରନାଥ ଯାତ୍ରା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ କେଦାରନାଥ ରୋପ୍ ୱେ ଏବଂ ହେମକୁଣ୍ଡ ସାହିବ ରୋପ୍ ୱେ ପ୍ରୋଜେକ୍ଟକୁ ମଞ୍ଜୁରୀ ମିଳିଛି । ହେମକୁଣ୍ଡ ସାହିବ ରୋପ ୱେ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗୋବିନ୍ଦଘାଟରୁ ହେମକୁଣ୍ଡ ସାହିବ ଯାଏ ୧୨.୪ କିମି ରୋପୱେ ନିର୍ମାଣ କରାଯିବ।ଏଥିପାଇଁ ୨୭୩୦କୋଟି ଟଙ୍କା ଖର୍ଚ୍ଚ ହେବ।ବାବା କେଦାରନାଥଙ୍କ କଠିନ ଯାତ୍ରା ପାଇଁ […]

ପୁଣି ହାତକୁ ଦୁଇ ହାତ ହେବେ ଅନୁଭବ

ବାନ୍ଧବୀ ଜାଗୃତିଙ୍କ ସହ ଦିତୀୟ ଇନିଂସ ଆରମ୍ଭ କରିବେ ସୁପରଷ୍ଟାର ! ପୁଣି ବିବାହ ବନ୍ଧନରେ ବାନ୍ଧିହେବେ ଅନୁଭବ ମହାନ୍ତି । ‘ଆଇ ଲଭ ୟୁ’ ଷ୍ଟାର ଅନୁଭବଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଆଉ ଚର୍ଚ୍ଚାର କାରଣ ସାଜିଛନ୍ତି ତାଙ୍କର ବାନ୍ଧବୀ ଜାଗୃତି ଶୁକ୍ଲା । ଆଜି ଭୁବନେଶ୍ବରର ଏକ ତାରକା ହୋଟେଲରେ ଉଭୟଙ୍କ ନିର୍ବନ୍ଧ ହେବ ବୋଲି ମଧ୍ୟ କୁହାଯାଉଛି । ୧୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହେବେ ଦୁଇ […]