ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି ।ସେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି।ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ। ଏନେଇ କିମ୍ସ କ୍ୟାନ୍ସର ହସ୍ପିଟାଲ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ମନୋଜ ସାହୁ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ପରିସରରେ ଥିବା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ପ୍ରକଳ୍ପ ମେଳା ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ ଯୋଗଦାନ କରି ବିଜ୍ଞାନ ମେଳାକୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବସନ୍ତ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଉଦଘାଟନୀ ସଭାରେ ସମ୍ମାନିତ ଅତିଥି ଭାବେ […]
ଭାରତ ଓ ଇଂଲଣ୍ଡ ଦଳ ଶୁକ୍ରବାର ରାତିରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଉ ଦିନକ ପରେ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଇଂଲଣ୍ଡ ଦ୍ବିତୀୟ ଆନ୍ତର୍ଜାତିକ ଦିନିକିଆ କ୍ରିକେଟ୍ ମ୍ୟାଚ୍ ଏଥି ପାଇଁ ଆୟୋଜକ ଓଡ଼ିଶା କ୍ରିକେଟ୍ ସଂଘ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ସବୁଜ ଘାସ ଗାଲିଚା ଓ ଫ୍ଲଡ୍ ଲାଇଟ୍ରେ ଝଲସୁଥିବା ବାରବାଟୀ ଷ୍ଟାଡିୟମ୍ ଏବେ ଭାରତ, ଇଂଲଣ୍ଡ ଦଳର ଖେଳାଳିଙ୍କୁ ଅପେକ୍ଷା କରିଛି।ଏହି ଅବସରରେ ଖେଳାଳୀଙ୍କ ଖାଦ୍ୟ ଉପରେ ବିଶେଷ ଧ୍ୟାନ ଦିଆଯାଇଛି । […]
ମୋ ବସ୍ ନେଇ ବଡ଼ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ । ‘ମୋ ବସ୍’ର ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍’ । ଏନେଇ କହିଛନତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗଣମାଧ୍ୟମକୁ ଆଜି ସେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି ।ଏହା ସହ ସେ କହିଛନ୍ତି, ଦୁର୍ଘଟଣା ରୋକିବାକୁ ବସ୍ ଆଗରେ ଓ ପଛରେ କ୍ୟାମେରା ଲାଗିବ। ଡ୍ରାଇଭର ଆଲର୍ଟ ରହିବାପାଇଁ ବସ୍ରେ ଆଡସ ମଧ୍ୟ ଲାଗିବ। ଯଦି […]
ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି, ଦିଲ୍ଲୀରେ ଏକଜିଟ୍ ପୋଲ୍ ଏକଜାଟ୍ ପୋଲରେ ପରିଣତ ହୋଇଛି । ନୂଆଦିଲ୍ଲୀ ଆସନରୁ ହାରିଛନ୍ତି ଅରବିନ୍ଦ କେଜ୍ରିଓ୍ୱାଲ, ଆଉ ଜିତିଛନ୍ତି ବିଜେପି ପ୍ରାର୍ଥୀ ପରଭେଶ ବର୍ମା । ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ତେବେ ଦିଲ୍ଲୀ ନିର୍ବାଚନ ଫଳାଫଳ ଆସିବା ପରେ ଦିଲ୍ଲୀ ସଚିବାଳୟରେ ଦୌଡଧାପଡ଼ ସ୍ଥିତି ଦେଖାଦେଇଛି । ଆମ୍ ଆଦମୀ ପାର୍ଟିର ନେତା ସଚିବାଳୟରେ ନଜର ଆସିଛନ୍ତି । […]
ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି। ଆଜି ପ୍ରଫେସର ଦୀପକ କୁମାର ସାହୁଙ୍କୁ ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମପତି ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି(ଭିଏସଏସୟୁଟି), ବୁର୍ଲାର ନୂଆ କୁଳପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି […]
ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାକି ରହିଥିବା ମହିଳାଙ୍କୁ ମାର୍ଚ୍ଚ ୮ ତାରିଖ ପୂର୍ବରୁ ହେବ ଡିବିଟି । ମହିଳା ଦିବସରେ ମିଳିବ ଦ୍ବିତୀୟ କିସ୍ତି।ସୂଚନାଯୋଗ୍ୟ, ପୂର୍ବରୁ ୩.୩୮ ଲକ୍ଷ ହିତାଧିକାରୀଙ୍କ […]
ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ତେବେ ଦିଲ୍ଳୀ ସିଟ୍ ରୁ ପରାଜୟ ବରଣ କରିଛନ୍ତି ଅରବିନ୍ଦ କେଜ୍ରିୱାଲ । ଏହି ସିଟ୍ ରୁ ବିଜେପି ପ୍ରାର୍ଥି ପରବେଶ ବର୍ମା ବିଜୟ ଲାଭ କରିଛନ୍ତି । ଶେଷରେ ବାଜି ମାରିଲା ବିଜେପି । ସେହିପରି କାଲକାଜୀ ସିଟ୍ […]
ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ବୋଉ […]
ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ କର୍ମଚାରୀଙ୍କୁ ସର୍ବନିମ୍ନ ୧୦ ହଜାର ଟଙ୍କା ପେନସନ୍ ମିଳିବାକୁ ସୁନିଶ୍ଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, କେନ୍ଦ୍ର କ୍ୟାବିନେଟ ୟୁନିଫଆଡ ପେନସନ ଯୋଜନାକୁ ଅନୁମୋଦିତ କରିଛନ୍ତି । ୨୦୨୫ ପହିଲାରୁ ଏହା କାର୍ୟ୍ୟକାରୀ ହେବାର ଅଛି । ଓଡ଼ିଶା ସରକାର ମଧ୍ୟ […]
ଉଦ୍ୟୋଗପତି ଗୌତମ ଅଦାନୀଙ୍କ ସାନ ପୁଅ ଜିତ୍ ଅଦାନୀ ଏବଂ ଦିଭା ଶାହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ଅବସରରେ ଗୌତମ ଅଦାନୀ ୧୦ ହଜାର କୋଟି ଟଙ୍କା ଦାନ କରିଛନ୍ତି।ହେଲଥ କେୟାର, ଏଜୁକେସନ ଏବଂ ସ୍କିଲ ଡେଭଲପମେଣ୍ଟରେ ଖର୍ଚ୍ଚ ହେବ ।ତାଙ୍କ ସାନ ପୁଅ ଜିତ୍ଙ୍କ ବିବାହ ଅବସରରେ ଗୌତମ ଆଦାନୀ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ତାଙ୍କ ବୋହୂଙ୍କୁ “ବେଟି ଦିବା” ବୋଲି ସମ୍ବୋଧନ କରିଥିଲେ । ସେ ଲେଖିଛନ୍ତି, “ସର୍ବଶକ୍ତିମାନ […]
