author

ବଡ଼ ସୂଚନା: ରାଶନକାର୍ଡରୁ ଏହିମାନେ ପଡିବେ ବାଦ୍‌

୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ E-KYC। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଓଡ଼ିଶାରେ ବହୁ ବିଦେଶୀ, ଯେଉଁମାନେ ରାସନ କାର୍ଡ ପାଇବା ପାଇଁ ଯୋଗ୍ୟ ନୁହଁନ୍ତି, ସେମାନଙ୍କୁ ରାସନ କାର୍ଡ ମିଳିଛି । ବର୍ଷ ବର୍ଷ ଧରି ସେମାନେ କାର୍ଡରେ ମାଗଣା ରାସନ ସାମଗ୍ରୀ ଉଠାଇ ଚାଲିଛନ୍ତି । ବଡ କଥା ହେଉଛି, ସେମାନଙ୍କ ମଧ୍ୟରେ ବହୁ ସଂଖ୍ୟାରେ ବାଙ୍ଗଲାଦେଶୀ ଓ ରୋହିଙ୍ଗ୍ୟା ଥିବା ଜଣାପଡିଛି । ଆଉ […]

ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଜେଲ୍ ଯିବେ । ବୁଧବାର ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ନିମ୍ନ ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ରାମମୂର୍ତ୍ତି । ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ ପୂର୍ବତନ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ | ଆଇପିସି ଦଫା-୩୦୨(ହତ୍ୟା)ରେ ଆଜୀବନ କାରାଦଣ୍ଡ ଓ ୫୦ ହଜାର ଟଙ୍କା […]

ରାଜ୍ୟରେ ପୁଣି ବେଧଡ଼କ ଚାଲିବ ଡ୍ୟାନ୍ସବାର ।

ମାତ୍ର କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ବେଧଡ଼କ ଚାଲିବ ଡ୍ୟାନ୍ସବାର । କିନ୍ତୁ ଆଉ ପୂର୍ବଭଳି ମହିଳା ଡ୍ୟାନ୍ସରଙ୍କୁ ଛୁଇଁ ହେବ ନାହିଁ କିମ୍ବା ତାଙ୍କ ଉପରକୁ ଫିଲ୍ମ ଷ୍ଟାଇଲରେ ଟଙ୍କା ଉଡ଼ାଇ ହେବନାହିଁ । ମହିଳା ଡ୍ୟାନ୍ସରମାନଙ୍କର ପୋଷାକ ପରିଧାନରେ ବି ଶାଳୀନତା ରହିବ ।ଆଜି ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲସ-୨୦୨୪’ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ଅବକାରୀ ଆଇନ-୨୦୦୮ର ଧାରା ୯୦ରେ ପ୍ରଦତ୍ତ କ୍ଷମତାର ଉପଯୋଗ […]

୮୪୩ ଅଫିସରଙ୍କ ଦରମା ବନ୍ଦ କଲେ ମୟୂରଭଞ୍ଜ ଜିଲ୍ଲାପାଳ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପଛରେ ପଡ଼ିଯାଇଛି ମୟୂରଭଞ୍ଜ ଜିଲ୍ଲା। ଆୟତନରେ ବଡ଼ ହେଲେ ବି ତାଲିକାରେ ପଛରେ ରହିଛି ଏହି ଜିଲ୍ଲା। ଏପରି ରିପୋର୍ଟ ପ୍ରକାଶ ପାଇବା ପରେ ଆକ୍ସନ ମୁଡକୁ ଆସି କଠୋର ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ। ଜଣେ ଅଧେ ନୁହେଁ ବରଂ ଏକାଥରେ ୮୪୩ ସରକାରୀ ଅଧିକାରୀ ଙ୍କ ଦରମା ବନ୍ଦ ପାଇଁ ପ୍ରତି ବ୍ଲକ କୁ ଚିଠି କରିଛନ୍ତି ମୟୂରଭଞ୍ଜ ଜିଲାପାଳ ହେମକାନ୍ତ ସୟ।ଜିଲ୍ଲାରେ ଗ୍ରାମ୍ୟ ଗୃହ ନିର୍ମାଣ କାର୍ଯ୍ୟରେ ଟ୍ୟାଗିଂ ପାଇଁ […]

ଶ୍ରୀମନ୍ଦିରରେ ନଭେମ୍ବର ୧ରେ ଦୀପାବଳି

ଶ୍ରୀମନ୍ଦିରରେ ନଭେମ୍ବର ୧ରେ ଦୀପାବଳି । ଏହି ଦିନ ପୟାଶ୍ରାଦ୍ଧ ବି ପଡୁଛି । ଏଭଳି ସ୍ଥିତିରେ ଅନ୍ୟ ପାଞ୍ଜିରେ ଅକ୍ଟୋବର ୩୧ରେ ଦୀପାବଳି ପଡୁଛି ବୋଲି ଉଲ୍ଲେଖ ହେବା ଲୋକଙ୍କୁ ବିଭ୍ରାନ୍ତିରେ ପକାଉଛି । ପୂର୍ବରୁ ଦୁର୍ଗାପୂଜାକୁ ନେଇ ଦ୍ବନ୍ଦ୍ବ ଉପୁଜିଥିଲା। ଏବେ ଦୀପାବଳିକୁ ନେଇ ଦ୍ବନ୍ଦ୍ବ ଉପୁଜୁଛି। ଏଭଳି ଦ୍ବନ୍ଦ୍ବ ଭିତରେ ପେଷି ହୋଇ ଯାଉଛନ୍ତି ସାଧାରଣ ଜନତା। ଫଳସ୍ବରୂପ ତିଥି, ନକ୍ଷତ୍ର ଆଦି ଗଣତିକୁ ନେଇ ପାଞ୍ଜି ଓ ପାଞ୍ଜିକାରଙ୍କ ଉପରୁ ଲୋକଙ୍କ […]

୧୯ ବର୍ଷ ପରେ ପୁଣି ଓଡ଼ିଶା ଫେରିପାରେ ଦକ୍ଷିଣ କୋରିଆ ଇସ୍ପାତ କମ୍ପାନି ପୋସ୍କୋ ।

୧୯ ବର୍ଷ ପରେ ପୁଣି ଓଡ଼ିଶା ଫେରିପାରେ ଦକ୍ଷିଣ କୋରିଆ ଇସ୍ପାତ କମ୍ପାନି ପୋସ୍କୋ । ଏଥିପାଇଁ ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ସହ ଅନୁବନ୍ଧିତ ହୋଇଥିବା ଜଣାପଡ଼ିଛି । ଉଭୟ କମ୍ପାନିଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ୱାକ୍ଷର ହୋଇଛି । ଏଠାରୁ ବାର୍ଷିକ ୫ ମିଲିୟନ ଟନ୍ ଷ୍ଟିଲ ଉତ୍ପାଦନ ହେବା ଲକ୍ଷ୍ୟ ରହିଛି । ପୂର୍ବରୁ ୨୦୦୫ରେ ଓଡ଼ିଶା ସରକାର ଓ ପୋସ୍କୋ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଥିଲା । ଏହି MOU ଅନୁସାରେ ଓଡ଼ିଶାରେ ୧୨ […]

ଦୀପାବଳିରୁ ବଢିବ ଶୀତ ! ୨ ଡିଗ୍ରୀ କମିବ ରାତି ତାପମାତ୍ରା

କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ।୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି।ଦିନକ ପରେ ଦୀପାବଳି। ଏତେବେଳକୁ ଶୀତ ପଡିବା କଥା, ହେଲେ ଶୀତ ଅନୁଭୂତ ହୋଇନାହିଁ। ବାତ୍ୟା […]

ଅଦିନ ରଥ ଯାତ୍ରା; ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା

ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି ବୋଲି ସେ ଚିଠିରେ ଲେଖିଛନ୍ତି। ଗଜପତି ଚିଠିରେ ଲେଖିଛନ୍ତି, ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ […]

ଏବେ ଓଡିଶାର ୯ଟି ସ୍ଥାନରେ କମିଲା ପେଟ୍ରୋଲ ଓ ଡିଜେଲ ଦର

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ଏହି ଫାଇଦା ମିଳିବ । ତେବେ କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ୍ ୪ ଟଙ୍କା ୪୫ ପଇସା ହ୍ରାସ ହୋଇଛି। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ୍ ୪ଟଙ୍କା ୩୨ ପଇସା ହ୍ରାସ ପାଇଛି । ଗନ୍ଧିପାଲିରେ ପେଟ୍ରୋଲ ୪ ଟଙ୍କା ୧୯ ପଇସା […]

ଆଜିର ରାଶିଫଳ ଜାଣନ୍ତୁ (୩୦ ଅକ୍ଟୋବର, ୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।   ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।   ମିଥୁନ: […]

ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି

ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆଜି ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି […]

ବାହାଗନା ଟ୍ରେନ୍ ଟ୍ରାଜେଡି : ତିନି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ବର୍ଷେ ପରେ ବାହାନଗା ଟ୍ରେନ୍‌ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର ମହନ୍ତ ଓ ପପୁ କୁମାର।ମାମଲାର ବିବରଣୀରୁ ପ୍ରକାଶ ଯେ ବାହାନଗା ଘଟଣାରେ ରେଳ ବିଭାଗ କର୍ମଚାରୀ ସୋରର ସିନିୟର ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ, ସିନିୟର ସେକ୍ସନ ଇଂଜନିୟର (ସିଗନାଲ) ଅରୁଣ କୁମାର ମହନ୍ତ, ଟେକନିସିଆନ […]