ଗୋପାଳପୁର ସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର ପକ୍ଷରୁ ପ୍ରଥମ ଥର ଉଡ଼ନ୍ତା ମାଛ ଚେଲିପୋଗନ ଆର୍ଟିସେପ୍ସ ଚିହ୍ନଟ ହୋଇଛି l ଏହା ପ୍ରଥମେ ପ୍ରଶାନ୍ତ ମହାସାଗରରେ ରହୁଥିବା ବେଳେ ବର୍ତମାନ ଭାରତ ମହାସାଗରରେ ପ୍ରଥମ ଥର ଚିହ୍ନଟ ହୋଇଛି l ଏହି ମାଛଟି ୨୦୨୧ ମସିହାରେ ପଶ୍ଚିମବଙ୍ଗର ପେଟୁଆଘାଟ ମାଛ ଅବତରଣ କେନ୍ଦ୍ରରୁ ସଂଗ୍ରହ କରାଯାଇଥିଲା l ମାଛର ଡେଣାଗୁଡ଼ିକ ଠିକ ଲମ୍ବା ଓ ଓସାରିଆ ରହିଥିବାରୁ ସମୁଦ୍ରରେ ପ୍ରାୟ ୧୦ ରୁ ୧୫ ମିଟର […]
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।ଏପରିକି ଗତବର୍ଷ କଟକ ବାଲିଯାତ୍ରା ସମୟରେ ଏହାକୁ ଜାତୀୟ ମାନ୍ୟତା ଦେବାକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରତିଶ୍ରୁତି ଦେଇଥିଲେ । […]
ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ […]
ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ଗୌତମ ଆଦାନୀଙ୍କ ସାନ ପୁଅ ଜିତ ଆଦାନୀ ଆସନ୍ତାକାଲି ବିବାହ ବନ୍ଧନରେ ଆବଦ୍ଧ ହେବେ। ସେ ତାଙ୍କ ବିବାହ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜିତ ଆଦାନୀ ବିବାହ ପୂର୍ବରୁ ପ୍ରତିବର୍ଷ ୫୦୦ ଲୋକଙ୍କ ଉପରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି।ଗୌତମ ଅଦାନୀ କହିଛନ୍ତି ଯେ, ତାଙ୍କ ପୁଅ ଜୀତ ଏବଂ ବୋହୂ ଦିଭା ଏକ ପୁଣ୍ୟ ସଂକଳ୍ପ ସହ ନିଜର ବୈବାହିକ ଜୀବନ ଆରମ୍ଭ କରିବାକୁ […]
ବୌଦ୍ଧ ଜିଲ୍ଲାରେ ଦେଖିବାକୁ ମିଳିଛି ସ୍ୱାସ୍ଥ୍ୟ ସେବାର ଏପରି ବିକଳ ଚିତ୍ର। ଯାହାକୁ ନେଇ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।। ଗର୍ଭବତୀ ମହିଳା ଜଣକ ହେଲେ ଡିଗିସିରା ଗାଁ ର ରବୀନ୍ଦ୍ର ଜାନୀଙ୍କ ପତ୍ନୀ ରଞ୍ଜିତା ଜାନି । ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଣା କଟକ ଗୋଷ୍ଠୀ ଚିକିତ୍ସାକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବୌଦ୍ଧ ଜିଲ୍ଲାର ଡିଗିସିରା ଗାଁର ରବୀନ୍ଦ୍ର ଜାନୀଙ୍କ ପତ୍ନୀ ରଞ୍ଜିତା ଜାନିଙ୍କୁ ସକାଳୁ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ଏହା […]
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା । କେନ୍ଦୁଝର, ଗଞ୍ଜାମଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେରାପୁଟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଜଗତସିଂହପୁର, ନୟାଗଡ଼, କଟକ, ଖୋର୍ଦ୍ଧାରେ ଘନ କୁହୁଡି ଆଶଙ୍କା । ୮ ତାରିଖ ଯାଏଁ ୪ ଜିଲ୍ଲାକୁ ଘନ କୁହୁଡି ନେଇ ଚେତାବନୀ ।
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଦେଶ ପରେ ଆମେରିକାରେ ଅବୈଧ ଅନୁପ୍ରବେଶକାରୀଙ୍କୁ ହଟାଇବା ପ୍ରକ୍ରିୟା ଜାରି ରହିଛି । ଏହିକ୍ରମରେ ବୁଧବାର ପଞ୍ଜାବ ଅମୃତସରରେ ୧୦୦ରୁ ଅଧିକ ଲୋକ ଆମେରିକାର ଏକ ବିମାନ ଯୋଗେ ଫେରିଥିଲେ । ଏଥିରେ ଲୋକଙ୍କ ହାତକୁ ହାତକଡ଼ି ଓ ଗୋଡକୁ ଚେନ୍ରେ ବନ୍ଧାଯାଇଥିଲା ବୋଲି ଖବର ସୋସିଆଲ୍ ମିଡିଆରେ ଭାଇରାଲ ହୋଇଥିଲା ।ଆମେରିକାରୁ ଫେରିଥିବା ପଞ୍ଜାବର ହରବିନ୍ଦର ସିଂ କହିଛନ୍ତି, ୪୦ ଘଣ୍ଟା ପର୍ଯ୍ୟନ୍ତ ସେମାନଙ୍କ ହାତରେ ହାତକଡ଼ି ଓ ପାଦରେ ବେଡି […]
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅନେକ ଅଭିଯୋଗ ଦୀର୍ଘଦିନ ଧରି ବିଭିନ୍ନ ସ୍ତରରେ ତ୍ୱରିତ ପଦକ୍ଷେପ ନେବାରେ ବିଳମ୍ବିତ ହେଉଛି । ଯାହାଦ୍ଵାରା ଅଭିଯୋଗକାରୀ ସମାନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସବୁ ବିଭାଗର ସଚିବଙ୍କୁ ଚିଠି ଲେଖି ତୁରନ୍ତ ସମାଧାନ ପାଇଁ ପଦକ୍ଷେପ […]
ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଏହାପୂର୍ବରୁ ୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ଉଭୟ ସରକାରୀ ଓ ବିରୋଧୀ ଦଳ ବିଧାୟକ ଯୋଗ ଦେଇ ଆଗତ ହେବାକୁ ଥିବା ବଜେଟ୍କୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ତେବେ ଏଥିର ବଜେଟ୍ରେ କାହା ପାଇଁ କଣ ରହିବ ତାହାରି ଉପରେ ରହିଛି ସଭିଙ୍କ ନଜର । କାରଣ କେନ୍ଦ୍ରରେ ଫେବୃଆରୀ ୧ ତାରିଖରେ ସଂସଦରେ ବଜେଟ୍ ଉପସ୍ଥାପନ […]
ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ । ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷାର ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟାପକ ବ୍ୟବସ୍ଥା କରିଛି ।ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ। ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମେଟ୍ରିକ […]
ଭାଙ୍ଗିଲା ରେକର୍ଡ । ଭାରତୀୟ ବଜାରରେ ୮୬ହଜାର ପାର୍ କଲା ସୁନା ଦର । ସୁନା ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି ।୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ରେକର୍ଡ ୮୬ହଜାର ୫୧୦ ଟଙ୍କା ହୋଇଛି। ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୩୦୦ ଟଙ୍କା ଛୁଇଁଛି।୪ ଦିନରେ ୬୮୦୦ ଟଙ୍କା ମହଙ୍ଗା ହୋଇଛି। ଇଣ୍ଟରନ୍ୟାସନାଲ ମାର୍କେଟରେ ଦରବୃଦ୍ଧି ଓଡ଼ିଶା ମାର୍କେଟରେ ପ୍ରଭାବ ପଡିଛି। ଏଭଳି ଦରବୃଦ୍ଧି ହେଲେ ଖୁବଶୀଘ୍ର […]
କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ । ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ । ୧୦ ପୂର୍ବରୁ ଏଥିରୁ ନିବୃତ୍ତ ରହିବାକୁ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି । ଫେବୃଆରୀ ୧୦ରୁ ହେବ ବଡ଼ ଧରଣର ଧରପଗଡ଼ । ସେହିପରି, ଆଗ ଓ ପଛ କାଚ ଦେଇ ଅତି କମରେ ୭୦ ପ୍ରତିଶତ ଦେଖାଯିବା ଜରୁରୀ । ବାମ ଓ ଡାହାଣ ପାର୍ଶ୍ବ କାଚ ଦେଇ ଅତି […]
