ନୟାଗଡ଼,(ଓଡ଼ିଶା ଦର୍ପଣ):ପୃଥିବୀ ସାମ୍ରାଜ୍ୟବାଦ, ଉପନିବେଶବାଦ ଓ ପୁଞ୍ଜିବାଦର ଦଂଶନରେ ତ୍ରାହି ତ୍ରାହି ଡାକୁଥିଲା ବେଳେ ସର୍ବହରା ଶ୍ରେଣୀ ମୁକ୍ତିମନ୍ତ୍ରର ଉଦଗାତା କାର୍ଲମାର୍କ୍ସ ୧୮୧୮ମସିହା ମଇ୫ତାରିଖରେ ଜର୍ମାନୀରେ ଜନ୍ମଗ୍ରହଣ କରିଥିଲେ । ତାଙ୍କରି ଲେଖା କମ୍ୟୁନିଷ୍ଟ ଇସ୍ତାହାର ଓ ଦାସ୍ କ୍ୟାପିଟାଲ ସାରା ବିଶ୍ୱରେ ନିପୀଡିତ ଶ୍ରେଣୀର ମୁକ୍ତି ଆନ୍ଦୋଳନକୁ ଚଳଚଞ୍ଚଳ କରିଥିଲା ଏବଂ ପ୍ୟାରିକମ୍ୟୁନ୍, ଆମେରିକା ଚିକାଗୋର ଶ୍ରମିକ ଆନ୍ଦୋଳନ, ଋଷ୍ ବିପ୍ଳବ, ଭାରତର ସ୍ଵାଧୀନତା ସଂଗ୍ରାମରେ ମାର୍କସବାଦ ମୁଖ୍ୟ ଚାଳିକାଶକ୍ତି ଭାବରେ କାର୍ଯ୍ୟ କରିଥିଲା ବୋଲି […]
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]
ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ୧୯୪୧ରୁ ୧୯୪୫ ମଧ୍ୟରେ ହୋଇଥିବା ଦ୍ବିତୀୟ ବିଶ୍ବଯୁଦ୍ଧ ବେଳେ ସୋଭିଏତ ୟୁନିୟନକୁ ସହାୟତାକୁ ସ୍ମରଣ କରି ସମ୍ମାନ ଦେବାକୁ ଯାଉଛି ଶକ୍ତିଶାଳୀ ଋଷ । ନାଜି ହିଟଲର ବିରୋଧରେ ବିଜୟର ୮୦ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବାକୁ ଋଷ ଘୋଷଣା କରିଛି । ଚଳିତ […]
ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା OSSC । ବିଭିନ୍ନ ବର୍ଗର SI ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ରଦ୍ଦ ହୋଇଛି । ଏହା ସହ ସାନି ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି OSSC । ତେବେ ସିଲାବସ୍ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଅଭିଯୋଗ କରିଥିଲେ ପରୀକ୍ଷାର୍ଥୀ । ପରିଚାଳନା ତ୍ରୁଟି ପାଇଁ ପୁଣି ଥରେ OSSC ପକ୍ଷରୁ ଦୁଃଖପ୍ରକାଶ କରାଯାଇଛି ।ତ୍ରୁଟି […]
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ରିପୋର୍ଟ ଗ୍ରହଣ ପରେ ଗଣମାଧମକୁ ସୂଚନା ଦେଇ ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ଯେ, ଦିଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଅନ୍ତରୀଣ ତଦନ୍ତ କରି […]
ଭାରତ-ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ଦିଲ୍ଲୀରୁ ଆସୁଛି ବଡ ଖବର। ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟକୁ ମକ୍ ଡ୍ରିଲ୍ ନିର୍ଦ୍ଦେଶ ଜାରି ହୋଇଛି। ସାମରିକ ସୁରକ୍ଷା ସୁନିଶ୍ଚିତ କରିବାକୁ ମକ୍ ଡ୍ରିଲ୍ କରିବାକୁ ପରାମର୍ଶ ଦିଆଯାଇଛି। ମେ ୭ ରେ ହେବ ମକଡ୍ରିଲ ସେପଟେ ପହଲଗାମ ପ୍ରତିଶୋଧ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ବସୁଛି ମାରାଥନ ବୈଠକ । ଏହା ଭିତରେ ଆଜି ଏନଏସଏ ଅଜିତ ଡୋଭାଲ , ପ୍ରତିରକ୍ଷା ସଚିବ ରାଜେଶ କୁମାର […]
ପହଲଗାମ ଆତଙ୍କୀ ହମଲା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥାହେଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ସୋମବାର ଫୋନରେ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତା ସମୟରେ ପୁଟିନ୍ ଘଟଣାକୁ କଡ଼ା ନିନ୍ଦା କରିଛନ୍ତି।ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ ଘୋଷଣା କରିଛି। ଏହା ପଛରେ ରହିଥିବା ଆତଙ୍କୀ, ଷଡ଼ଯନ୍ତ୍ରକାରୀଙ୍କୁ ନିହାତି ଭାବେ ଦଣ୍ଡିତ କରାଯିବା ଜରୁରୀ ବୋଲି ପୁଟିନ କହିବା ସହିତ ଏ କ୍ଷେତ୍ରରେ ଭାରତକୁ ଆମର […]
ଦୀଘାରେ ଜଗନ୍ନାଥ ଧାମ ନାଁକୁ ନେଇ ବିବାଦ ପ୍ରସଙ୍ଗ । ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ । ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା । ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ଜଗନ୍ନାଥ ଧାମ, ଶ୍ରୀପୁରୁଷତ୍ତୋମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି । ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର । ଅନ୍ୟ କୌଣସି ସ୍ଥାନକୁ […]
ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ । ମୁକ୍ତିମଣ୍ଡପକୁ ମାର୍ଗଦର୍ଶିକା ତିଆରି ପାଇଁ କୁହାଯାଇଛି । ସେବାୟତମାନଙ୍କ ପାଇଁ SOP ଅଣାଯିବ । କେଉଁ ସେବାୟତ କେଉଁ ସେବା କରିବେ ଉଲ୍ଲେଖ ରହିବ । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କହିବା ବିବାଦ ପ୍ରସଙ୍ଗରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହୋଇଛି। ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ […]
ଦୀଘା ମନ୍ଦିରରୁ ହଟିଲା ଜଗନ୍ନାଥ ଧାମ ଲେଖା । ପୁରୀରେ ପ୍ରବଳ ବିରୋଧ ପରେ ନଇଁଲେ ମମତା । ସୋସିଆଲମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ଅମିତ ମାଲବ୍ୟ । ବିଜେପି ମିଡିଆ ସେଲ ଅଧ୍ୟକ୍ଷ ଅଛନ୍ତି ଅମିତ ମାଲବ୍ୟ । ସେ ଏକ୍ସରେ ଲେଖିଛନ୍ତି, ହିନ୍ଦୁ ଏକାଠି ହେଲେ ସବୁ ସମ୍ଭବ । ଫେଲ ମାରିଲା ମମତାଙ୍କ ବିଭାଜନ ରଣନୀତି । କିନ୍ତୁ ୱେବସାଇଟରେ ଏବେ ବି ଅଛି ‘ଜଗନ୍ନାଥ ଧାମ’। ୱେବସାଇଟରେ ସ୍ପଷ୍ଟ ଭାବେ ଲେଖା […]
ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କରିଛନ୍ତି।ବଳକା ଦାରୁରୁ ମୂର୍ତ୍ତି ତିଆରି ହେବା କଥା ପୁରା ମିଛ । ନିମ୍ବ କାଠରେ ତିଆରି ହୋଇଛି ମହାପ୍ରଭୁ । […]
ଆଜି ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି। ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି।ଅନ୍ୟପଟେ ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ […]
