author

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ ।

ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ୍‌ ଆସିଛି, ମେସେଜ୍‌ ଆସିଛି ଯାଆନ୍ତୁ ।ଏନ୍‌ପିସିଆଇ ତ୍ରୁଟି ଯୋଗୁଁ ଯୋଜନାରେ ସାମିଲ ହୋଇପାରି ନଥିବା ମହିଳାମାନେ ବ୍ୟାଙ୍କକୁ ଯାଇ ସମସ୍ୟା ଦୂର କରନ୍ତୁ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି ଯେ, ଏନ୍‌ପିସିଆଇଜନିତ ସମସ୍ୟା ପାଇଁ ଏପର୍ଯ୍ୟନ୍ତ ୩,୩୧,୦୦୦ ହିତାଧିକାରୀ […]

ପଖାଳ ଖାଇ ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ।

ପଖାଳ ଖାଇ ହଷ୍ଟେଲ ଛାତ୍ରୀ ଅସୁସ୍ଥ । ତେଲକୋଇ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ଦେଖିବାକୁ ମିଳିଛି ଏଭଳି ଘଟଣା । ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଛି l ହଷ୍ଟେଲ ୱାଡେନଙ୍କ କହିବା କଥା, ପ୍ରତ୍ୟେକ ଦିନ ସକାଳେ ଛୁଆମାନେ ସୁଜି ଖାଇଥାନ୍ତି । ଆଜି ସୁଜି ନଥିବାରୁ ୨୨ଜଣ ଛାତ୍ରୀ ପଖାଳ ଖାଇଥିଲେ ବୋଲି ବିଦ୍ୟାଳୟର ୱାଡେନ କହିଛନ୍ତି । ତା’ପରେ ସମସ୍ତ ୨୨ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ । […]

‘ରାମାୟଣ ଶୋ’ର ରାମ ସଙ୍ଗମରେ ବୁଡ଼ ପକାଇଲେ

‘ରାମାୟଣ’ରେ ରାମ ଭୂମିକାରେ ଲୋକଙ୍କ ମନରେ ରାଜ୍‌ କରୁଥିବା ଅରୁଣ ଗୋଭିଲଙ୍କୁ ସମସ୍ତେ ଜାଣନ୍ତି। ୧୯୮୭ ମସିହାରେ ରାମାନନ୍ଦ ସାଗରଙ୍କ ‘ରାମାୟଣ’ରେ ମୁଖ୍ୟ ଭୂମିକା ନିଭାଇ ସେ ଘରେ ଘରେ ପରିଚିତ ପାଲଟିଥିଲେ। ଦର୍ଶକଙ୍କ ମନରେ ଆଜି ବି ସେ ଭଗବାନ ରାମଙ୍କ ପରିଚୟ ନେଇ ରହିଛନ୍ତି। ସେଥିପାଇଁ ସେ ଯୁଆଡ଼େ ବି ଯାହାନ୍ତି ତାଙ୍କୁ ରାମଙ୍କ ନାମରେ ଲୋକେ ସମ୍ବୋଧନ କରନ୍ତି। ସେହି ରୂପେଲି ପରଦାର ରାମ ଏବେ ଯାଇ ମହାକୁମ୍ଭରେ ପହଞ୍ଚିଚନ୍ତି । ଅରୁଣ […]

ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଯୋଗଦାନ କରିଥିବା ନୂତନ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଏକ୍ସ-କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିନିଧି ମାନେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଯୋଗଦାନ କରିଥିବା ଶିକ୍ଷାଧିକାରୀଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଜିଲ୍ଲା ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତିରଞ୍ଜନ ଦାଶ, ଭକ୍ତ […]

କେନ୍ଦୁଝରରେ ଷ୍ଟିଲ୍ ପ୍ଲାଣ୍ଟ କରିବ JSW

କେନ୍ଦୁଝରରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ସରକାରଙ୍କ ସହ MOU ସ୍ଵାକ୍ଷର କଲା ଜେଏସ୍‌ଡ଼ବ୍ଲୁ । କେନ୍ଦୁଝରରେ ଆଇରନ ବେଲ୍ଟ ଥିବାରୁ ମୁଖ୍ୟମନ୍ତ୍ରୀ ଆଗ୍ରହ ପ୍ରକାଶ କରିଥିଲେ । ୫ ମିଲିୟନ ଟନ୍ ଉତ୍ପାଦନ ପ୍ଲାଣ୍ଟ ହେବ । ପୋସ୍କୋ ସହ କରିବୁ କି ଆମେ ନିଜେ କରିବୁ ପରେ ନିଷ୍ପତ୍ତି ନେବୁ ବୋଲି ଜେଏସ୍‌ଡବ୍ଲୁ ମୁଖ୍ୟ ସଜନ ଜିନ୍ଦଲ କହିଛନ୍ତି । ସେହିଭଳି ରାୟଗଡ଼ାରେ ନୂଆ ପ୍ଲାଣ୍ଟ ପ୍ରତିଷ୍ଠା କରିବ ବେଦାନ୍ତ । ଏନେଇ ବେଦାନ୍ତ […]

ଘରେ ପୁଣି ଚୋର ପଶିବା ପରେ , କଣ କହିଲେ ନିରଞ୍ଜନ?

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପୁଣି ପଶିଲା ଚୋର। ଗତ ୨୬ ତାରିଖରେ ତାଙ୍କ ନୟାପଲ୍ଲୀସ୍ଥିତ ଏନ୍‌-୨୯ ଘରୁ ଚୋରି ହୋଇଥିବାବେଳେ ସୋମବାର ରାତିରେ ଏନ୍‌-୨୫ ଘରେ ପୁଣି ​‌ଚୋରି ଉଦ୍ୟମ ହୋଇଛି। କିନ୍ତୁ ଏଥର ଧରାପଡ଼ିଛି ଚୋର। ଝରକା ଭାଙ୍ଗି ଘରେ ପଶିବାବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ। ଏହାପରେ ତାକୁ ପୁଲିସ ଜିମା ଦେଇଛନ୍ତି। ଏହା ମଧ୍ୟରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏତେ ସୁରକ୍ଷା […]

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ରେ ମୋଦିଙ୍କ ଉଦ୍‌ବୋଧନ,ବିକାଶର ଶିଖର ଛୁଇଁବ ଓଡ଼ିଶା

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି କହିଛନ୍ତି, ମୁଁ ଖୁସି ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ଟିମ୍ ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଆଗେଇନେବାର ପ୍ରୟାସ ଆରମ୍ଭ କରିଛନ୍ତି। ମୋଦି କହିଛନ୍ତି ଜାନୁଆରୀରରେ ମୋର ଦ୍ବିତୀୟ ଓଡ଼ିଶା ଗସ୍ତ । […]

ଅସୁସ୍ଥ ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପୁଣି ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । ଫଳରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି ।ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା […]

ମହାକୁମ୍ଭ ବୁଡ ନେଇ ରାଜନୀତି ‘ଗଙ୍ଗାରେ ଗାଧୋଇଲେ ଗରିବୀ ଶେଷ ହେବ ନାହିଁ’ -ଖଡ଼ଗେ

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ।ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ସିଧା ସଳଖ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ ଗାଧୋଇବା ଦ୍ୱାରା ଗରିବୀ ଦୂର ହେବ ନାହିଁ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସହ କୁମ୍ଭ ସ୍ନାନ ପାଇଁ ପ୍ରୟାଗରାଜରେ ପହଞ୍ଚିଥିବା ବେଳେ ତାଙ୍କର ଏଭଳି କଟାକ୍ଷ ଆସିଛି। ସେପଟେ ଖଡଗେଙ୍କ ବୟାନକୁ ନେଇ […]

ମହାକୁମ୍ଭ ଯାଉଥିବା ସ୍ପେଶାଲ୍ ଟ୍ରେନ ଉପରେ ପଥର ମାଡ଼ ।

ପ୍ରୟାଗରାଜ ଯାଉଥିବା ଟ୍ରେନ୍ ଉପରେ ପଥର ମାଡ । ହରପାଲପୁର ଠାରେ ଟ୍ରେନ ଉପରକୁ ପଥର ମାଡ କରାଯାଇଛି । ଆକ୍ରମଣକାରୀମାନେ ଟ୍ରେନ୍ ଉପରକୁ ପଥର ମାଡ କରିବା ସହ ଭଙ୍ଗାରୁଜା ବି କରିଛନ୍ତି ।ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ, ରାତି ପ୍ରାୟ ୧ଟା ସମୟରେ ଝାନ୍ସୀ ଡିଭିଜନର ହରପାଲପୁର ଷ୍ଟେସନରେ କିଛି ଦୃବୁତ୍ତ ଟ୍ରେନ ଉପରେ ଆକ୍ରମଣ କରିଥିଲେ । ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଦେଖିବା ପାଇଁ ମିଳୁଛି […]

ପୁରୀ ଶ୍ରୀମନ୍ଦିରକୁ ବାହାରିଲା ପ୍ରଥମ ରଥ କାଠ ।

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଆସୁଛି ରଥ କାଠ। ନୟାଗଡ ଦଶପଲ୍ଲାରୁ ପୁରୀ ଅଭିମୁଖେ ଗଡିଛି ରଥକାଠ ବୋଝେଇ ହୋଇଥିବା ୩ଟି ଟ୍ରକ୍। ପ୍ରଥମ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ ଏବଂ ୫୩ ଖଣ୍ଡ ଧଉରା କାଠ ଆସୁଛି ପୁରୀ ଶ୍ରୀମନ୍ଦିର । ସରସ୍ୱତୀ ପୂଜା ପୂର୍ବରୁ ରଥଖଳାରେ କାଠ ପହଞ୍ଚିବା ବିଧି ରହିଛି ।ଦଶପଲ୍ଲାର ପୋଖରୀଗୋଚ୍ଛା ଓ ଟାକେରା ସେକନ୍ସରୁ ରଥ କାଠ ପଠାଯାଉଛି। ରଥ ନିର୍ମାଣ ପାଇଁ ଅସନ , ଧଉରା, […]

‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାପ ବନ୍ଦରରୁ ସିଧା ଜନତା ମୈଦାନକୁ ଗଲେ ମୋଦି। ସେଠି ‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉଦଘାଟନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦଚନ୍ଦ୍ର ସ୍ୱାଇଁ ଯୋଗଦେଇଛନ୍ତି। ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ ସମ୍ମେଳନରୁ ଶିଳ୍ପପତି […]