ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ ଏହାର ଅପବ୍ୟବହାର କରାଯାଉଥିବ ତେବେ ସେଠାରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୁଗ୍ମସଚିବ ଜି. ପାର୍ଥସାରଥି ମୁଖ୍ୟଶାସନ ସଚିବଙ୍କୁ ଅବଗତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏନେଇ ରାଜ୍ୟ ସରକାରଙ୍କ ଗୃହବିଭାଗ ଯୁଗ୍ମସଚିବ ଶରତ ଚନ୍ଦ୍ର ମାରାଣ୍ଡି ୨୯ ମାର୍ଚ୍ଚରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରାଜ୍ୟ ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ନୂତନ କର୍ମକର୍ତ୍ତା ନିର୍ବାଚନ ନୟାଗଡ଼ କେସି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସର୍ବସମ୍ମତି କ୍ରମେ ସଭାପତି ରୂପେ ଭାଗିରଥି ଦାସ ଏବଂ ସାଧାରଣ ସମ୍ପାଦକ ଭାବେ ଲକ୍ଷ୍ମୀଧର ସାହୁ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି ଭାବେ ଵାଲାରସେନ ପାତ୍ର,ସହ ସମ୍ପାଦକ ଉମାକାନ୍ତ ମିଶ୍ର ଏବଂ କୋଷାଧ୍ୟକ୍ଷ ଭାବେ ତାରୁନ ଖାଁ ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ କମିଟିକୁ ଅଜିତ କୁମାର ମିଶ୍ର, […]
ଆତଙ୍କୀ ଆକ୍ରମଣ ପରେ ଷ୍ଟେସନରେ ହାଇ ଆଲର୍ଟ । ଆରପିଏଫ୍ ଦ୍ବାରା ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ କରାଯାଉଛି ।ପହଲଗାମ ଆତଙ୍କୀ ଆକ୍ରମଣ ପରେ ଷ୍ଟେସନରେ ବଢିଲା ସୁରକ୍ଷା। ଭୁବନେଶ୍ୱର ରେଲୱେ ଷ୍ଟେସନରେ RPFର ଫ୍ଲାଗ ମାର୍ଚ୍ଚ। ପଇଁତରା ମାରୁଛନ୍ତି ଦୁଇ ସେକ୍ସନ ଫୋର୍ସ। ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସବୁ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି । ଷ୍ଟେସନରେ ଥିବା ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର ।
ଓପିଏସ୍ସି ଓ ଓଏସ୍ଏସ୍ସି ଦ୍ବାରା ପରିଚାଳିତ ଦୁଇଟି ପୃଥକ ପରୀକ୍ଷାରେ ବିଭ୍ରାଟ ଦେଖା ଦେବା ପରେ ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ। ଦୋଷୀଙ୍କୁ ଛଡ଼ାଯିନାହିଁ। ଏହାଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନାମୁତାବକ ରାଜ୍ୟରେ ଦୁଇଟି ନିଯୁକ୍ତି ପରୀକ୍ଷାରେ ପ୍ରଶ୍ନପତ୍ର ତ୍ରୁଟି ଯୋଗୁ ପରୀକ୍ଷାର୍ଥୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ […]
ଓଡ଼ିଆ ସିନେମାକୁ ନବେ ବର୍ଷ ।ଇତିମଧ୍ୟରେ ଓଡ଼ିଆ ସିନେମାର ମୋଡ଼ ବିଭିନ୍ନ କ୍ଷେତ୍ର ଦେଇ ଆଗକୁ ବଢ଼ିଛି। ୧୯୩୬ରେ ଓଡ଼ିଆ ସିନେମା ଜଗତକୁ ସେତେବେଳେ ୨୯ହଜାର ୭୮୧ଟଙ୍କା ୧୦ଅଣା ବଜେଟରେ ସୀତା ବିବାହ ଚଳଚ୍ଚିତ୍ର ଏକ ଆଶାର ମଞ୍ଜି ବୁଣିଥିଲା। ହେଲେ ଅବସୋସର କଥା ୮୮ବର୍ଷରେ ବି ଆଜି ଓଡ଼ିଆ ଚଳଚ୍ଚିତ୍ରକୁ ଅନେକ ପ୍ରଶ୍ନ ଘେରି ରହିଛି। ନିମ୍ନମାନର ଚଳଚ୍ଚିତ୍ର, ବିଷୟବସ୍ତୁ, କପି ଆଦିର ଅପବାଦରୁ ଧୀରେ ଧୀରେ ପୁନଃ ମୁଣ୍ଡ ଟେକୁଛି ଚଳଚ୍ଚିତ୍ର ଜଗତ। ସମ୍ପ୍ରତି […]
କିଛି ଦିନ ପୂର୍ବରୁ ସୁନା ଦର ଅଚାନକ ଲକ୍ଷେ ଟଙ୍କାରେ ପହଞ୍ଚିଥିଲା । ତାପରେ ଧିରେ ଧିରେ ସୁନା ଦର ଖିସିବାରେ ଲାଗିଛି । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ?ଏପ୍ରିଲ ୨୮ ଅର୍ଥାତ୍ ସୋମବାର ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୯୭,୫୩୦ ଟଙ୍କା ରହିଛି । ଗତକାଲି ଏହା ୯୮,୨୧୦ ଟଙ୍କା ଥିଲା । ଏଥିରେ ୬୮୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ ସୁନା ଦାମ୍ […]
ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ।ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି ସାଦୀକୁଲ । ଗତ ୨୨ ତାରିଖରେ ୟୁନିଟ୍-୩ ଅଞ୍ଚଳରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଇଥିଲା ଅଭିଯୁକ୍ତ । ଏନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ ।ସୂଚନାନୁସାରେ , ଗତ ୨୨ ତାରିଖ […]
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, କଠୋର ହେଉଛି ଭାରତ । ପାକିସ୍ତାନ ବିରୋଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଜାରି ରହିଛି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । । ପହଲଗାମ୍ ଅତଙ୍କୀ ଅକ୍ରମଣ ପରେ ଏହା ଦ୍ୱିତୀୟ ବଡ କାର୍ଯ୍ୟାନୁଷ୍ଠାନ ବୋଲି କୁହାଯାଉଛି । ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ ବନ୍ଦ […]
ଭାରତରେ ରହୁଥିବା ପାକିସ୍ତାନ ନାଗରିକ ପାଇଁ ୪୮ ଘଣ୍ଟାର ଡେଡଲାଇନ୍ ଦିଆଯାଇଛି । ଭାରତ ନଛାଡ଼ିଲେ, ମିଳିବ କଡ଼ା ଦଣ୍ଡ । ୩ ବର୍ଷର ଜେଲ ଦଣ୍ଡାଦେଶ ସହ ୩ ଲକ୍ଷ ଟଙ୍କାର ଜୋରିମାନା ଭୋଗିବେ । SAARC ଭିସା ଧାରୀ: ୧୨ ପ୍ରକାରର ସ୍ୱଳ୍ପମିଆଦୀ ଭିସା (ଯଥା- ଭିସା ଅନ୍ ଆରାଇଭାଲ, ବ୍ୟବସାୟ, ପର୍ଯ୍ୟଟକ, ପୀଠସ୍ଥାନ ଯାତ୍ରା, ସାମ୍ବାଦିକ, ଛାତ୍ର, କନଫରେନ୍ସ ଇତ୍ୟାଦି) ଧାରୀ ପାକିସ୍ତାନୀ ନାଗରିକଙ୍କୁ ୨୬ ଏପ୍ରିଲ ୨୦୨୫ ସୁଦ୍ଧା ଭାରତ ଛାଡ଼ିବାକୁ […]
ଫ୍ରାନସ ଠାରୁ ୨୬ ରାଫେଲ କିଣିବ ଭାରତ । ୬୩ ହଜାର କୋଟିର ଡିଲରେ ଆଜି ବାଜିବ ମୋହର। ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସହ ଭର୍ଚୁଆଲ ମିଟିଂରେ ଯୋଗଦେବେ ଫାନ୍ସ ପ୍ରତିରକ୍ଷା ମନ୍ତ୍ରୀ ସେବାଷ୍ଟିନ ଲେକର୍ନୁ । ଭାରତ ଫ୍ରାନସ ଠାରୁ ୨୬ଟି ରାଫେଲ ନେଭି ଜେଟ୍ ପାଇଁ ମେଗା ଡିଲ ଉପରେ ହେବ ଡିଲ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସୁରକ୍ଷା କ୍ୟାବିନେଟ୍ ବୈଠକରେ ଯୁଦ୍ଧବିମାନ କିଣିବାକୁ ଅନୁମତି ମିଳିଛି । […]
ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ସ୍ୱତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ।୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ। ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ। ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର। ଓଡ଼ିଶାର […]
କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ। । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ପାଇଁ […]
