author

ଗୌଡ଼ ଥୁଆବାରୀ ଗ୍ରାମରେ ଶହୀଦ ଶ୍ରାଦ୍ଧଦିବସ ପାଳିତ

ନୂଆଗାଁ: ସ୍ବାଧିନତା ସଂଗ୍ରାମ ର ଅଗ୍ରଗାମୀ ଗୋଡ଼ ଥୁଆବାରୀ ଗ୍ରାମ ର ପ୍ରବାଦ ପୁରୁଷ କଣ୍ଡୁରୀ ପରିଡ଼ା , ବୁଦ୍ଧି ପରିଡ଼ା ,ଦୟା ବେହେରା , ଏନ୍ତୁଡି ଶାଳସାଜିଥିବା ପୂର୍ଣ୍ଣପୀଠ ଗୌଡ଼ ଥୁଆବାରୀ ଗ୍ରାମବାସୀ ଙ୍କ ଆନୁକୂଲ୍ୟରେ ୮୩ ତମ ପ୍ରଜାମଣ୍ଡଳ ଶହୀଦ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି।ଏହି ଶ୍ରାଦ୍ଧ ଦିବସରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶହୀଦ ସ୍ତମ୍ବ ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପତାକା ଉତ୍ତୋଳନ କରିଥିଲେ।ସମାଜସେବୀ ଶଙ୍କର୍ଷଣ ବେହେରା ଙ୍କ […]

ଦୁର୍ଗାପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁର୍ଗାପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ବାର୍ତ୍ତାରେ ରାଷ୍ଟ୍ରପତି କହିଛନ୍ତି, ଦୁର୍ଗାପୂଜାର ପବିତ୍ର ଅବସରରେ ମୁଁ ଭାରତ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।ସେ ଆଉ କହିଛନ୍ତି, ଆସନ୍ତୁ ପ୍ରାର୍ଥନା କରିବା ଯେ ମା’ ଦୁର୍ଗା ଆମକୁ ଏକ ନ୍ୟାୟପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ସମାନ ସମାଜ ଗଠନ ପାଇଁ ଶକ୍ତି, ସାହସ ଏବଂ ସଂକଳ୍ପ ଦିଅନ୍ତୁ। ମହାଶକ୍ତିର ଏହି ପବିତ୍ର ଅବସରରେ ଆସନ୍ତୁ […]

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ରତନ ଟାଟାଙ୍କ ଶେଷକୃତ୍ୟ

ପଞ୍ଚଭୂତରେ ବିଲୀନ ହୋଇଛି ରତନ ଟାଟାଙ୍କ ପାର୍ଥିବ ଶରୀର। ମୁମ୍ବାଇରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ସୀ ରୀତିନୀତିରେ ରତନ ଟାଟାଙ୍କ ଅନ୍ତିମ ସତ୍କାର ସମ୍ପାଦନ ହୋଇଛି।ଭାରତୀୟ ଶିଳ୍ପଜଗତର ରତ୍ନ ଭାବେ ପରିଚିତ ରତନ ଟାଟା । ବିଭିନ୍ନ ସମୟରେ ସେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସମ୍ମାନିତ ହୋଇଛନ୍ତି। ୨୦୦୦ ମସିହାରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନରେ ତାଙ୍କୁ ସମ୍ମାନିତ କରିଥିଲେ ଭାରତ ସରକାର । ଏବେ ଭାରତ ରତ୍ନ […]

ନୟାଗଡ଼ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ସଦର ମହକୁମାରେ ଆରମ୍ଭ ହେଲା ସାର୍ବଜନୀନ ଦୁର୍ଗାପୂଜା। ୧୯୬୧ ମସିହାରେ ସ୍ଥାନୀୟ ପ୍ରଶାସନ ଏବଂ ଜନସାଧାରଣଙ୍କ ତରଫରୁ ଆରମ୍ଭ ହୋଇଥିବା ଏହି ଦୁର୍ଗାପୂଜା ଚଳିତ ବର୍ଷ ସ୍ବତନ୍ତ୍ରତାର ସହିତ ପାଳନ କରାଯାଉଛି। ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରତ୍ୟେକ ଘରୁ ଚୂଲିଚାନ୍ଦା ଆଦାୟ ଏକ ପରମ୍ପରା ଭାବେ ଚାଲିଥିବା କାରଣରୁ ଏହାର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି। ନୟାଗଡ଼ କଚେରୀ ବଜାର ଠାରେ ଥିବା ଦୁର୍ଗା ମଣ୍ଡପରେ ଚାଲିଥିବା ଏହି ଦୁର୍ଗାପୂଜାରେ ପ୍ରତ୍ୟହ ପ୍ରବଳ ଜନ […]

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ରାଜ୍ୟରେ ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବି ଜୋର ଧରିଛି । କିଛି ଦିନ ତଳେ ଆଶାୟୀ ପ୍ରାର୍ଥୀମାନେ ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଭୁବନେଶ୍ୱର ଲୋୟର ପିଏମଜିରେ ଜୋରଦାର ଆନେ୍ଦାଳନ କରିଥିବାବେଳେ ଆଜି କଟକରେ ଆଶାୟୀମାନେ ଜୋରଦାର ପ୍ରତିବାଦ କରିଛନ୍ତି ।ଆଶାୟୀମାନେ ଅଭିଯୋଗ କରିଛନ୍ତି ଯେ ପରୀକ୍ଷା କରିବା ପାଇଁ ଏକ କଳା ତାଲିକାଭୁକ୍ତ କମ୍ପାନୀକୁ ମନୋନୀତ କରାଯାଇଛି ଏବଂ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ଉଚିତ। ଏହି ଆନ୍ଦୋଳନ ଓଡିଶା […]

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ନିର୍ବାଚନ ସରିବାର ପ୍ରାୟ ସାଢେ ତିନି ମାସ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଗୁରୁବାର ସେ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ବିଜେପି ରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି ତାଙ୍କୁ କଟକ ବାରବାଟୀରୁ ପ୍ରାର୍ଥୀ କରିଥିଲା। ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍‌ରେ ସାଲେପୁରରୁ ଜିତିଥିଲେ।ଗୁରୁବାର ଅପ୍ରତ୍ୟାଶିତ ଘଟଣାକ୍ରମେ ବିଜେଡିରୁ […]

ଅଶ୍ଲୀଳ ନାଚି ଚେୟାର ମାଡ଼ ଖାଇ ଥାନାରେ ଅଭିଯୋଗ କଲେ ନିଶା

ନିଶା ମହାରଣାଙ୍କ ଉପରେ ହୋଇଥିବା ଚେୟାର ମାଡ଼କୁ ନେଇ ସେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଚେୟାର ମାଡ଼ ପୂର୍ବରୁ ଯୁବକ ଜଣକ ତାଙ୍କୁ ଅଶ୍ଲୀଳ ଇଙ୍ଗିତ କରିଥିବା ନିଶା ଏଫ୍‌ଆଇଆର୍‌ରେ ଲେଖିଛନ୍ତି। ତେଣୁ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି। ସୂଚନାମୁତାବକ ମଙ୍ଗଳବାର ରାତିରେ ଯାଜପୁର ଜିଲ୍ଲା କୋରେଇ ଥାନା ରଗଡି ଗାଁ ସ୍ଥିତ ମାଆ କାମୁଡେଇ ପଡ଼ିଆରେ ‘ସ୍ଵପ୍ନ ମହଲ’ ଖେଳୁଥିଲା। ନିର୍ଦ୍ଧାରିତ ସମୟରେ ଯାତ୍ରା […]

ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ ।

ମିଛ ଜମି ଦେଖାଇ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟ ଅଭିଯୋଗରେ ଗିରଫ ହୋଇଛି ବିଲଡର ଓ ଫିଲ ପ୍ରଯୋଜକ ନିରଞ୍ଜନ ରଣା । ଶତାଧିକ ଲୋକଙ୍କ ଠାରୁ କୋଟି କୋଟି ଟଙ୍କା ଠକିଥିବା ନେଇ ଅଭିଯୋଗ ରହିଛି |ଖବର ଅନୁଯାୟୀ, ଜମି ଦେବା ନାଁରେ ଲୋକଙ୍କୁ ଠକେଇ କରିଥିଲେ ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା । ଏପିରିକି ଏହି ଟଙ୍କାରେ ଫିଲ୍ମ ମଧ୍ୟ ନିର୍ମାଣ କରୁଥିବାର ଅଭିଯୋଗ ଆସିଥିଲା । ଏପିରିକି ଟଙ୍କା ନେବା […]

କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।

କଟକ ବଡ଼ ଡାକ୍ତରଖାନାରେ ଗୁରୁବାର ପଶିଛି ଭିଜିଲାନ୍ସ ଟିମ୍‌। ଲାଞ୍ଚ ନେବାବେଳେ ହେପାଟୋଲୋଜି ବିଭାଗର ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସ୍ମୃତିରଞ୍ଜନ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ହେପାଟୋଲୋଜି ବିଭାଗରେ ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ଭାବରେ କାର୍ଯ୍ୟ କରୁଥିଲେ। ନିର୍ଦ୍ଦିଷ୍ଟ ଔଷଧ ପ୍ରଦାନ ପାଇଁ ହେପାଟାଇଟିସ ସି ପାଇଁ ଏସ୍‌ସିବିରେ ଚିକିତ୍ସିତ ହେଉଥିବା ଜଣେ ଗରିବ ରୋଗୀଙ୍କ ପୁଅଙ୍କଠାରୁ ୨୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି […]

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ 

ନୟାଗଡ଼,(ଓଡ଼ିଶା ଦର୍ପଣ) ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ, ସଚିବ  ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ, “ସେବା”, ନୟାଗଡ ଠାରେ “ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ” ପାଳିତ ହୋଇଯାଇଅଛି । ପ୍ରାଧିକରଣର ସଚିବ ତଥା ବରିଷ୍ଠବର୍ଗ  ବିଚାରପତି ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ ମାନସିକ ଅବସାଦ ଗ୍ରସ୍ତ ଅନ୍ତେବାସୀ ମାନଙ୍କର ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ତତ୍ପରେ ଅନ୍ତେଃବାସୀ ମାନକୁ  ନେଇ ଆଇନଗତ […]

କାହିଁକି ରତନ ଟାଟାଙ୍କ ସହ ଓଡିଶା ସଂପର୍କ ନିବିଡ ଅଟେ |

ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ତେବେ ଓଡ଼ିଶା ଓ ରତନ ଟାଟାଙ୍କ ମଧ୍ୟରେ ସମ୍ପର୍କ ଥିଲା ଅତି ନିବିଡ଼ । ଓଡିଶାର ଶିଳ୍ପ, ଅର୍ଥନୈତିକ ପ୍ରଗତି, ସମାଜସେବା କ୍ଷେତ୍ରରେ ରତନ ଟାଟାଙ୍କର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା ଓ ଅତୁଳନୀୟ ଅବଦାନ । ଓଡ଼ିଶାର ଯାଜପୁରର କଳିଙ୍ଗନଗର ଇସ୍ପାତ କାରଖାନା, ଗୋପାଳପୁରରେ ପ୍ରତିଷ୍ଠା ହୋଇଛି ଟାଟା […]

ମେଢ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନା ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଲିବେ ଭୁବନେଶ୍ୱର ଓ କଟକର ବିଭିନ୍ନ ପୂଜା ମଣ୍ଡପ । ବୁଧବାର ଏନେଇ ସୂଚନା ଦେଇଛନ୍ତି ଏକାମ୍ର ବିଧାୟକ ବାବୁ ସିଂ । ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମାଙ୍କ ଦର୍ଶନ କରିବେ ଓ ଲୋକଙ୍କୁ ଭେଟିବେ ।ଭୁବନେଶ୍ୱର, କଟକ ସହ ନିଜ ଜିଲ୍ଲା କେନ୍ଦୁଝରରେ ବିଭିନ୍ନ ମଣ୍ଡପ ବୁଲି ମା ଦୁର୍ଗାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ମହାଷ୍ଟମୀରେ ଦିନ ୧୧ ଟାରୁ […]