ସେପ୍ଟମ୍ବର ୧୪ ତାରିଖ ଦିନ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୁଲିସ ଅଧିକାରୀଙ୍କର ବି ହେବ ପଲିଗ୍ରାଫ ଟେଷ୍ଟ। ଏଥିନିମନ୍ତେ ସେମାନଙ୍କୁ ଧରି ଆସନ୍ତାକାଲି ଗୁଜରାଟ ଯିବ କ୍ରାଇମବ୍ରାଞ୍ଚ ଟିମ୍।ପୂର୍ବରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣଙ୍କର ନାର୍କୋ ଟେଷ୍ଟ, ବ୍ରେନମ୍ୟାପିଂ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଭୁବନେଶ୍ବର SDJM କୋର୍ଟ ଅନୁମତି ପ୍ରଦାନ କରିସାରିଛନ୍ତି । ଶୁକ୍ରବାର ଅନ୍ୟ ୪ ଜଣଙ୍କର ପଲିଗ୍ରାଫ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ୱଚ୍ଛତା ହିଁ ସେବା ଅଭିଯାନ-୨୦୨୪ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି।ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଚ୍ଛତା ପ୍ରତି ଅଧିକ ଦାୟିତ୍ୱବାନ କରିବା ଉଦ୍ଦେଶ୍ୟରେ ଏହି ପ୍ରତିଯୋଗିତାର ମୂଳ ଉଦ୍ଦେଶ୍ୟ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲ୍ଲାର ସମସ୍ତ ୮ଟି ବ୍ଲକ ଏବଂ ପୌରାଞ୍ଚଳର ୬୪ ଜଣ କୃତି ଛାତ୍ରଛାତ୍ରୀମାନେ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ […]
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଶିକ୍ଷାବର୍ଷ ୨୦୨୪-୨୫ରେ +୨ ବୋର୍ଡ ପରୀକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବାକୁ ଯାଉଛି। ଦ୍ବାଦଶ ଶ୍ରେଣୀ ବିଜ୍ଞାନ, କଳା ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାରେ ନୂଆ କରି ଇଣ୍ଟରନାଲ ଆସେସମେଣ୍ଟ ପଦ୍ଧତି ଆପଣାଇବାକୁ ଯୋଜନା ପ୍ରସ୍ତୁତ କରିଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅବା କନିଷ୍ଠ ମହାବିଦ୍ୟାଳୟରେ ୨୦ ନମ୍ବର ବିଶିଷ୍ଟ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା କରାଯିବ। ଅବଶିଷ୍ଟ ୮୦ ନମ୍ବର ପରୀକ୍ଷା ସିଏଚଏସଇ ପକ୍ଷରୁ ହେବ। ଉଭୟ ପରୀକ୍ଷା ନମ୍ବରକୁ ଏକତ୍ର […]
ଜନତାଙ୍କ ବନ୍ଧୁ ହେଉ ପୋଲିସ । ମହିଳାଙ୍କ ପ୍ରତି ହିଂସାକୁ ବରଦାସ୍ତ କରାଯିବନି । ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଅପିଲ । ଶନିବାର ଜିଲ୍ଲାପାଳ ଓ ଏସ୍ପିଙ୍କ ମିଳିତ ସମ୍ମିଳନୀର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ ।ରାତିରେ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀଙ୍କୁ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଖାସ କରି ଥାନାରେ ମହିଳାଙ୍କ ପ୍ରତି ଉଚିତ ବ୍ୟବହାର କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁର୍ନୀତି, ଅନିୟମିତା, କ୍ଷମତା ଦୂରୁପଯୋଗକୁ ବରଦାସ୍ତ […]
ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଗତ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜନୀତିକ ଦଳମାନଙ୍କୁ ଅର୍ଥ ଦାନ କରିବାର ଏକ ମାଧ୍ୟମ ହେଉଛି ନିର୍ବାଚନୀ ବଣ୍ଡ। କେନ୍ଦ୍ର ସରକାର ୨୦୧୭ରେ ନିର୍ବାଚନ ବଣ୍ଡ ସ୍କିମ୍ ଘୋଷଣା କରିଥିଲେ। ଏହି ସ୍କିମ୍ ୨୯ ଜାନୁୟାରୀ ୨୦୧୮ରେ ଆଇନଗତ ଭାବରେ କାର୍ଯ୍ୟକାରୀ ହୋଇଥିଲା।ଜନାଧିକାର ସଂଘର୍ଷ ପରିଷଦ ଏପ୍ରିଲ […]
ଓଡିଶାରେ ‘ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି […]
ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ।ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା। ଭଦ୍ରକ ସହର ସହ ଦୋବଲ ଏବଂ ଧାମନଗରରେ ଉତ୍ତେଜନାମୂଳକ ସ୍ଥିତି ଦେଖାଦେଇଛି । ସ୍ଥିତିକୁ ଦେଖି ଜିଲ୍ଲା ପ୍ରଶାସନ ଧାରା […]
ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇଥିଲା।ଏହି ବୈଠକରେ ଶିକ୍ଷାବିତ୍, ପୂର୍ବତନ କୁଳପତି, ୟୁଜିସି ସଦସ୍ୟ ସାମିଲ ହୋଇଥିଲେ।ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଖୁବ୍ ଶୀଘ୍ର ପଦବୀ ପୂରଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ସରକାର କିମ୍ବା ପ୍ରଶାସନ ନୁହେଁ, ଶିକ୍ଷକ […]
ପଶ୍ଚିମ ଓଡ଼ିଶାରେ ହେବ ଚିଡ଼ିଆଖାନା । ବିଶ୍ବ ପର୍ଯ୍ୟଟନ ଦିବସ ଉପଲକ୍ଷେ ଜୟଦେବ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପଶ୍ଚିମ ଓଡ଼ିଶାରେ ନୂଆ ଚିଡ଼ିଖାନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି ।ଓଡିଶାର ପର୍ଯ୍ୟଟନ ବିକାଶ ପାଇଁ ଅନେକ ଯୋଜନା କରିଛି ରାଜ୍ୟ ସରକାର । ସମ୍ବଲପୁର ଚିଡ଼ିଆଖାନାର ସମ୍ପ୍ରସାରଣ କରିପାରନ୍ତି ରାଜ୍ୟ ସକରାର । ଓଡିଶାରେ ଆଡଭେଞ୍ଚର ସ୍ପୋର୍ଟ୍ସ ପାଇଁ ଅନେକ ସୁଯୋଗ […]
ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]
ନୂଆଗାଁ: ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡା କ୍ଲଷ୍ଟର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ଭାବେ ମାଇଛେଳି ଗ୍ରାମପଞ୍ଚାୟତ ସରପଞ୍ଚ ସ୍ୱାଗତିକା ପ୍ରିୟଦର୍ଶିନୀ ପ୍ରଧାନ ଯୋଗଦେଇ ଶିଶୁ ମାନଙ୍କ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ଚିନ୍ତାମଣି ବିଦ୍ୟାପୀଠର ଶିକ୍ଷକ ବିନାୟକ ପରିଡ଼ା, ହରିହର ତ୍ରିପାଠୀ ,ହ୍ରୁଶିକେଶ ପ୍ରଧାନ ଙ୍କ ସହିତ ଶିକ୍ଷକ ପ୍ରମୋଦ କୁମାର ଖଣ୍ଡୁଆଳ , […]
