ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ପରେ ତାଙ୍କୁ ଏହି ଦାୟିତ୍ୱ ମିଳିଛି। ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମିର ନିର୍ଦ୍ଦେଶକ ସହିତ ୨୦୨୩ ଡିସେମ୍ବର ୩୧ରେ ସେ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଥିଲେ।ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା […]
ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି ଟେଷ୍ଟ କରାଯିବ। SDJM କୋର୍ଟରେ ସହମତି ପ୍ରକାଶ କରିଛନ୍ତି । ଗୁଜରାଟରେ ହେବ ସମସ୍ତ ଟେଷ୍ଟ । ୪ ପୋଲିସ କର୍ମଚାରୀଙ୍କ ନାର୍କୋ ଟେଷ୍ଟ, ବ୍ରେନ୍ ମ୍ୟାପିଂ ଏବଂ ପଲିଗ୍ରାଫ ଟେଷ୍ଟ କରାଯିବ । ଟେଷ୍ଟ ପାଇଁ ଅନୁମତି ଲୋଡ଼ିଥିଲା କ୍ରାଇମବ୍ରାଞ୍ଚ । ଭୁବନେଶ୍ବର SDJM କୋର୍ଟରେ ହାଜର ହୋଇଥିଲେ ପୋଲିସ କର୍ମଚାରୀ […]
୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ମହିଳା କନିଷ୍ଠ ଯନ୍ତ୍ରୀ l କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ କାର୍ଯ୍ଯାଳୟ ଠାରେ ମହିଳା କନିଷ୍ଠ ଯନ୍ତ୍ରୀ ଭାନୁମୋତି ଟୁଡୁଙ୍କୁ ଧରିଛି ଜୟପୁର ଭିଜିଲାନ୍ସ ଟିମ୍ l କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ଘୁମର, ଆସନା, ଫୁଲଭଟ୍ଟା,ମସିଗାଁ ଏବଂ ଦିଗାପୁର ପଞ୍ଚାୟତ ଦାୟିତ୍ୱରେ ରହିଥିବା ସହକାରୀ ଯନ୍ତ୍ରୀ ଏକ ଗୁହାଳ ଗୃହ ବିଲ୍ ପାସ୍ କରାଇବା ନେଇ ଜଣେ ଠିକାଦାରଙ୍କଠାରୁ ୫୦୦୦ ଟଙ୍କା […]
‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ କିସ୍ତି ଅପେକ୍ଷାରେ ହିତାଧିକାରୀ ରହିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା […]
ଏଣିକି ଉଧାର ମାତୃତ୍ୱ(ସରୋଗେସୀ) ଦ୍ୱାରା ମା’ ହେଉଥିବା ମହିଳା କର୍ମଚାରୀଙ୍କୁ ଏଣିକି ୧୮୦ଦିନ ଓ ପୁରୁଷ କର୍ମଚାରୀଙ୍କୁ ୧୫ଦିନର ମାତୃତ୍ୱ ଓ ପିତୃତ୍ୱ ଛୁୂଟି ମଳିବ । ସରୋଗେସୀ ପାଇଁ ରାଜ୍ୟ ସରକାରଙ୍କ ଏହି ନୂଆ ଛୁଟି ନିୟମ କାର୍ଯ୍ୟକାରୀ ହୋଇଛି ।ଅର୍ଥ ବିଭାଗର ବିଜ୍ଞପ୍ତି ଅନୁସାରେ, ଜଣେ ରାଜ୍ୟ ମହିଳା କର୍ମଚାରୀ ଯଦି ଦୁଇରୁ କମ୍ ଜୀବିତ ସନ୍ତାନ ଥାଇ ‘ସରୋଗେଟ ମା’ ହୁଅନ୍ତି ତା’ହେଲେ ସେ ୧୮୦ଦିନ ମାତୃତ୍ୱ ଛୁଟି ପାଇବାକୁ ଯୋଗ୍ୟ ବିବେଚିତ […]
ଏସ୍ସିବି ମେଡିକାଲରେ କାର୍ଯ୍ୟରତ ନର୍ସଙ୍କ ଜାରି ରହିଛି କାର୍ଯ୍ୟ ବନ୍ଦ ଆନ୍ଦୋଳନ । ଗତ ବୁଧବାର ଠାରୁ ଦଶ ଦଫା ଦାବି ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଏସ୍ସିବିରେ କାର୍ଯ୍ୟରତ ଏକ ହଜାର କୋଡ଼ିଏ ଜଣ ନର୍ସ । ସରକାରଙ୍କ ଏସମା ସତ୍ୱେ ଆନ୍ଦୋଳନ କରିବା ସହ ଦୁଇ ଦିନ ହେବ ଜରୁରୀ ସେବାକୁ ବାଦ ଦେଇ ଓପିଡ଼ି ଏବଂ ୱାର୍ଡ ସେବାକୁ ସଂଘ ପକ୍ଷରୁ ବନ୍ଦ କରାଯାଇଛି। ତେବେ ଆଜିଠାରୁ ଓଟି, ଆଇସିୟୁ ଓ […]
ଶ୍ରୀମନ୍ଦିରରେ ବାହାରୁ ଥିବା ମହାପ୍ରଭୁଙ୍କ ଅବଢ଼ାର ମାନ ଯାଞ୍ଚ ହେବ। ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମାନ ଯାଞ୍ଚ ପାଇଁ ସ୍ୱତନ୍ତ୍ର ଭାବ ନିଯୁକ୍ତ ହେବେ ଫୁଡ ଇନସ୍ପେକ୍ଟର। ଏନେଇ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ରହିବାକୁ ପଡ଼ିବ। ଶ୍ରୀଜଗନ୍ନାଥ ମନ୍ଦିରରେ […]
ଲୋକସେବା ଭବନରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ହେଉଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ […]
ଅନିର୍ଦ୍ଦିଷ୍ଟ କାଳ ପାଇଁ ପଞ୍ଚ ଲିଙ୍ଗେଶ୍ୱର ମନ୍ଦିରରେ ଦର୍ଶନ ବନ୍ଦ । ଲଗାଣ ବର୍ଷା ଯୋଗୁ ଝରଣାରେ ପ୍ରଖର ସ୍ରୋତ ଆସିବାରୁ ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବା ଓ ପାଖକୁ ଯିବା ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ମନ୍ଦିର ବାହାରେ ଭୋଗ କରି ଫେରିବା ପାଇଁ ଭକ୍ତଙ୍କୁ କୁହାଯାଇଛି। ଏବେ ରାଜ୍ୟରେ କିଛି ଦିନ ହେବ ବହୁତ ବର୍ଷା ଲାଗି ରହିଛି। ଯାହା ଫଳରେ ପଞ୍ଚ […]
ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମ ଡାଉନ୍ ଟାଉନ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍ ପ୍ରଦାନ କରାଯାଇଛି । ବୁଧବାର ଗୁଆହାଟିସ୍ଥିତ ଆସାମ ଡାଉନ୍ ଟାଉନ ବିଶ୍ୱବିଦ୍ୟାଳୟର ଏକାଦଶ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଆସାମ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଓ ସମ୍ମାନୀୟ ଅତିଥି ଆସାମ ଜନସ୍ୱାସ୍ଥ୍ୟ, ନିଯୁକ୍ତି, ପର୍ଯ୍ୟଟନ ଓ ଦକ୍ଷତା ବିଭାଗ ମନ୍ତ୍ରୀ ଜୟନ୍ତ ବରୁଆ […]
ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ମଣ୍ଡଳ ସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ପଞ୍ଚାୟତ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଯୋଗଦେଇ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଓ ଆବଶ୍ୟକତା ଉପରେ କହିଥିଲେ।ବି ଆର୍ ସି ସି ଜ୍ୟୋତ୍ସ୍ନାରାଣୀ ସେଠୀ,ଅତିରିକ୍ତ ବ୍ଲକ୍ […]
