author

ମହାକୁମ୍ଭ ଆରମ୍ଭ ଖୁସି ଭିତରେ ସାମ୍ନାକୁ ଆସିଲା ସାଧୁଙ୍କ ଆତ୍ମହତ୍ୟା ।

ବିଶ୍ବର ଅନ୍ୟତମ ବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳା। ଏହାକୁ ମାନବ ଜାତିର ସବୁଠୁ ବଡ଼ ସାଂସ୍କୃତିକ ସମାଗମ ବୋଲି ମଧ୍ୟ ବିଶ୍ବାସ କରାଯାଏ। ଆଜି ପୌଷ ପୂର୍ଣ୍ଣିମା ଉପଲକ୍ଷେ ଥିଲା ପ୍ରଥମ ସ୍ନାନ । ପ୍ରଥମ ଦିନରେ ହିଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି । ପ୍ରଥମ ଦିନରେ ପ୍ରାୟ ୧ କୋଟି ଲୋକ ସ୍ନାନ କରିଛନ୍ତି । ତେବେ ପ୍ରଥମ ସାହୀ ସ୍ନାନ ଆସନ୍ତା କାଲି ଅର୍ଥାତ ମକର ସଂକ୍ରାନ୍ତି ଉପଲକ୍ଷେ ଅନୁଷ୍ଠିତ […]

ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ ।

କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ” ଓଡ଼ିଶାରେ IT ପ୍ରଫେସନାଲଙ୍କର ଅଭାବ ନାହିଁ । ଓଡ଼ିଶାକୁ ଆଗାମୀ ଦିନରେ ଏକ ବଡ଼ IT ହବ୍‌ କରିବା ଲକ୍ଷ୍ୟ ରଖାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା ହୋଇଛି । ” ସେ ଆହୁରି କହିଛନ୍ତି ବର୍ତ୍ତମାନ 4 ଶିକ୍ଷାନୁଷ୍ଠାନରେ ସେମି କଣ୍ଡକ୍ଟର ଶିକ୍ଷା ଆରମ୍ଭ ହୋଇଥିବା ବେଳେ ଆଉ ୫ଟି କଲେଜରେ ସେମି କଣ୍ଡକ୍ଟର ଶିକ୍ଷା ପାଇଁ ପ୍ରସ୍ତାବ ଦେଉଛି । […]

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର

ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡାଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷର ହୋଇଛି । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ମଧ୍ୟ ଉପସ୍ଥିତ ରହିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେବା ସହ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ […]

ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍‌

ଲୋକସେବା ଭବନରେ ମାତିଛନ୍ତି ଦଲାଲ । ଚାକିରି କରାଇଦେବାକୁ କହି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଏମିତି ଜଣେ ଠକ ଦଲାଲର କଳାକାରନାମା ପଦାକୁ ଆସିଛି । କ୍ୟାପିଟାଲ ଥାନା ପୁଲିସ୍‌ ଦଲାଲ ବ୍ୟାସଦେବ ରଣାକୁ ଗିରଫ କରିଛି। ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା। ଏହିକ୍ରମରେ ସେ ଜଣଙ୍କ ଠାରୁ ଚାକିରି କରାଇ ଦେବା ନାଁରେ ପ୍ରାୟ ୧୨ ଲକ୍ଷ ଟଙ୍କା ନେଇ […]

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ। ପୁରୁଣା ଜାହାଜ ଗୁଡିକୁ ଭଙ୍ଗାଯାଇ ସେଥିରୁ ଇସ୍ପାତ, ଆଲୁମିନିୟମ ଓ ତମ୍ବା ଆଦି ବାହାର କରାଯାଇ ସେଥିରୁ ବିଭିନ୍ନ ଯନ୍ତ୍ରପାତି ପ୍ରସ୍ତୁତ କରାଯିବ। ତେବେ ଏହି ଜାହାଜ ଭଙ୍ଗା କେନ୍ଦ୍ର ପ୍ରତିଷ୍ଠା କ୍ଷେତ୍ରରେ […]

ରାଜଧାନୀରେ ହଷ୍ଟେଲ ରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ରାଜଧାନୀରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ରୁମ୍‌ର ଫ୍ୟାନରୁ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ ।ମୃତା ଛାତ୍ରୀଜଣକ +୨ ଦ୍ୱିତୀୟ ବର୍ଷର ଛାତ୍ରୀ। ଉତ୍କଳିକା ସ୍ୱାଇଁ ବୋଲି ଜଣାଯାଇଛି |ଉତ୍କଳିକା ରହୁଥିବା ରୁମ୍‌ରେ ୩ ଜଣ ରହୁଥିବାବେଳେ ଅନ୍ୟ ୨ ଜଣ ଛୁଟିରେ ଗାଁକୁ ଯାଇଥିଲେ । ତେବେ ଉତ୍କଳିକାଙ୍କ ମୃତ୍ୟୁ ସଂପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ […]

ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ,ଶ୍ରଦ୍ଧାଳୁଙ୍କ ଲାଗି ୭ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ତ୍ରିବେଣୀ ସଙ୍ଗମରେ ମହାକୁମ୍ଭ ସୋମବାରଠୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଦିବ୍ୟ ଆସ୍ଥା ସ୍ଥଳିରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳ । ଏହି ମେଳା ଆସନ୍ତା ଦେଢ଼ ମାସ ଅର୍ଥାତ୍ ଫେବ୍ରୁଆରୀ ୨୬ ତାରିଖ ଯାଏଁ ଚାଲିବ । ଗତକାଲି ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଗଙ୍ଗାସାଗରରେ ପହଞ୍ଚିଥିଲେ । ୧୫ ତାରିଖ ସକାଳ ପର୍ଯ୍ୟନ୍ତ ମହେନ୍ଦ୍ର ବେଳାରେ ମକରବୁଡ଼ ଦେବାଲାଗି ଲକ୍ଷାଧିକ ଲୋକ ଗଙ୍ଗାସାଗରରେ ପହଞ୍ଚିଲେଣି। ମେଳାରେ ତୀର୍ଥଯାତ୍ରୀଙ୍କ ସୁବିଧା […]

ଆଜି ସରିବ ବିଶ୍ବପ୍ରସିଦ୍ଧ ବରଗଡ ଧନୁଯାତ୍ରା

ଆଜି ହେଉଛି ଏଗାର ଦିନ ଧରି ଚାଲିଥିବା ବରଗଡ ଧନୁଯାତ୍ରା ଅନ୍ତିମ ଦିବସ । କଂସର ବଧ ସହ ପରିସମାପ୍ତି ଘଟିବ ଏଗାର ଦିନ ମହାନାଟକ । ତେବେ ଅନ୍ତିମ ଦିନରେ କୃଷ୍ଣବଲରାମଙ୍କ ହସ୍ତରେ କୁବଳୟା ହସ୍ତୀ ବଧ, ଚାଣ୍ଡୁର ଓ ମୁଷ୍ଟିକ ଆଦି ମଲ୍ଲ ନିଧନ , ଶିବ ଧନୁ ଭଙ୍ଗ, ଉଗ୍ରସେନଙ୍କ ରାଜ୍ୟାଭିଷେକ ଏବଂ ଦେବକୀ ବାସୁଦେବଙ୍କୁ କାରାଗାରରୁ ମୁକ୍ତି ଆଦି ଦୃଶ୍ୟ ଅଭିନୀତ ହେବ । ସୁଚନା ଅନୁଯାୟୀ ଉଦଘାଟିତ ହୋଇଥିଲା ୭୭ […]

ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ପୂର୍ଣ୍ଣିମା ନୀତି। ଆଜି ମହାପ୍ରଭୁଙ୍କର ୩୯ଟି ନୀତି ରହିଥିବାରୁ ବିଭିନ୍ନ ସେବାୟତ ନିଯୋଗ ସହ ସମନ୍ୱୟ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ପ୍ରତି ବର୍ଷ ରତ୍ନ ସିଂହାସହନରେ ବିରାଜମାନ ଚତୁର୍ଦ୍ଦା ମୂର୍ତ୍ତି ୪ ଥର ସୁନା ବେଶ ହୋଇଥାନ୍ତି । ପୌଷ ପୂର୍ଣ୍ଣିମାରେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି। ରତ୍ନ ସିଂହାସନରେ ବିରଜାମାନ ଚତୁର୍ଦ୍ଦା ମୂର୍ତ୍ତିଙ୍କର […]

ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିଲା ରାଜଭବନ ଉଦ୍ୟାନ

ଆଜିଠାରୁ ସାଧାରଣ ଲୋକଙ୍କ ପାଇଁ ରାଜଭବନ ଉଦ୍ୟାନ ଖୋଲିବ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ।ଅପରାହ୍ନ ୨ଟା୩୦ରୁ ସଂଧ୍ୟା ୫ଟା ଯାଏଁ ଉଦ୍ୟାନ ପିରଦର୍ଶନ ସମୟ ଧାଯ୍ୟ କରାଯାଇଛି। କେବଳ ମୋବାଇଲ ଆପ୍ ପଞ୍ଜୀକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ। ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍‌ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ ଆପ୍ […]

ବରଗଡରେ ନିର୍ମାଣ ହେବ ସ୍ଥାୟୀ ରଙ୍ଗମହଲ

ବରଗଡ଼ରେ ନିର୍ମାଣ ହେବ ଭବ୍ୟ କଂସ ରାଜମହଲ। ସ୍ଥାୟୀ ରାଜମହଲ ପାଇଁ ଖର୍ଚ୍ଚ ହେବ ୧୨କୋଟି ୮୦ ଲକ୍ଷ ଟଙ୍କା। ରବିବାର ବରଗଡ଼ ଗସ୍ତରେ ଯାଇ ଧନୁଯାତ୍ରା ଦେଖିବା ସହ ମଥୁରା ନଗରୀରେ ମୁଖ୍ୟମନ୍ତ୍ରୀ କରିଛନ୍ତି ଏହି ଘୋଷଣା। ଏହା ସହ ଡିପିଆର ପ୍ରସ୍ତୁତ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଯମୁନା ନଦୀ ବୋଲାଉଥିବା ଜିରା ନଦୀରେ ଆନିକଟ ପାଇଁ ୮୦ କୋଟି ଟଙ୍କା ମଞ୍ଜୁରୀ ହୋଇଛି । କେନାଲର ସୋନ୍ଦର୍ୟ୍ୟକରଣ ପାଇଁ ୩୦ କୋଟି ଟଙ୍କା […]

ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ମହେନ୍ଦ୍ର ।

ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି।ସୂଚନା ଥାଉକି, ଦୀର୍ଘଦିନ ଧରି ଶିମିଳିପାଳରେ କାଠ ମାଫିଆ ଓ ଶିକାରୀ ମାନଙ୍କୁ ଧରିବାରେ ବନବିଭାଗକୁ ସହାୟତା କରି ଆସୁଥିଲା । ଦୁଇ ବର୍ଷ ପୂର୍ବେ ତାକୁ ଅନୁଗୁଳ ସାତକୋଶିଆ ଅଭୟାରଣ୍ୟକୁ ନିଆଯାଇଥିଲା । କିଛି ମାସ ପୂର୍ବରୁ ଶିମିଳିପାଳକୁ ଫେରିବା […]