author

ଭଦ୍ରକ ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ ।

ଭଦ୍ରକ ଧୂଷୁରୀ ଥାନା ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଆହତ ହୋଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ କଟକ ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଧାମନଗର ବ୍ଲକ ଗୁଡୁପୋଖରୀ ବଜାରରେ ଘଟିଛି ଏଭଳି ଘଟଣା । ଘଟଣା ସ୍ଥାନରେ ପୁଲିସର ତଦନ୍ତ ଆରମ୍ଭ ହୋଇଛି ।ପରିସ୍ଥିତିକୁ ନଜରରେ ରଖି ଘଟଣାସ୍ଥଳରେ ଭାରତୀୟ ନ୍ୟାୟ ସଂହିତାର ୧୬୩ ଧାରା ଲାଗୁ କରାଯାଇଛି […]

ମଙ୍କି ପକ୍ସ ପାଇଁ ସବୁ ଜିଲ୍ଲାକୁ ଗାଇଡଲାଇନ ଜାରି ।

ମଙ୍କି ପକ୍ସ ପାଇଁ ଜାରି ହେଲା ଗାଇଡଲାଇନ । ସବୁ ଜିଲ୍ଲା ଓ ବିମାନ ବନ୍ଦର ଅଥରୀଟିଙ୍କୁ ଗାଇଡଲାଇନ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ।ଭାରତରେ ମଙ୍କିପକ୍ସ ସଂଖ୍ୟା ବହୁତ କମ ଅଛି । ଯେଉଁମାନେ ଇଣ୍ଟରନ୍ୟାସନାଲ ଟ୍ରାଭେଲ କରୁଛନ୍ତି ଏବଂ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଆଇସୋଲେଟ କରି ସେମାନଙ୍କର ନମୁନା ପରୀକ୍ଷା ପାଇଁ କୁହାଯାଇଛି। ସେମାନେ ଏନେଇ ସେଲ୍ଫ ଡିକ୍ଲାରେସନ ଫର୍ମ ଦେବେ […]

ବନ୍ଧା ହେବେ ରୋଡ୍ ରୋମିଓ । କ୍ରାଇମବ୍ରାଞ୍ଚ ତଦନ୍ତ ଦେଲେ ଡିଜିପି ।

ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ ରୋମିଓଙ୍କୁ ବାନ୍ଧିବ ପୁଲିସ। ଏନେଇ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ଡିଜିପିଙ୍କ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲରୁ ନିନ୍ଦା କରାଯାଉଛି। ଏହି […]

ନକଲି ଗୁଟ୍‌ଖା କାରଖାନାରେ ଚଢାଉ

ବ୍ରହ୍ମପୁର ସଦର ଥାନା ବାଉଁଶିଆପଲ୍ଲୀ ସ୍ଥିତ ବେଆଇନ ଗୁଟଖା କାରଖାନାରେ ପୁଲିସ ଚଢ଼ାଉ କରିଛି।କାରଖାନାରେ ନିୟୋଜିତ ୫ଜଣ କର୍ମଚାରୀ ଓ ମାଲକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ପୂର୍ବରୁ ଗୁଟଖା କାରାଖାନାର ମାଲିକ ନରେନ୍ଦ୍ର ସାହୁ ତିନି ଥର ଗିରଫ ହୋଇଥିବା ସୂଚନା ମିଳିଛି। ଏହି ଚଢାଉରେ ପୋଲିସକୁ ବିପୁଳ ପରିମାଣର ଗୁଟ୍‌ଖା ଜବତ ହୋଇଛି । ତେବେ ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ମଡେଲ ଡିଗ୍ରୀ କଲେଜରେ ଇଂରାଜୀ ସମ୍ମାନ ଖୋଲିବା ଓ ଖେଳପଡ଼ିଆ ନିର୍ମାଣ ଦାବି

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଏକମାତ୍ର ସରକାରୀ ମହାବିଦ୍ୟାଳୟ ଭାବେ ମଡେଲ ଡିଗ୍ରୀ କଲେଜ ୨୦୧୬ ମସିହାରେ ସ୍ଥାପିତ ହୋଇ ବିଜ୍ଞାନ ଓ କଳା ଶ୍ରେଣୀରେ ଶିକ୍ଷାଦାନ ଅବ୍ୟାହତ ରଖିଥିବାବେଳେ ଏଠାରେ ଇଂରାଜୀ ବିଷୟରେ ସମ୍ମାନ ନଖୋଲିବା ଯୋଗୁଁ ଏହି ଅଞ୍ଚଳର ଛାତ୍ରଛାତ୍ରୀମାନେ ବହୁ ଆବଶ୍ୟକୀୟ ଇଂରାଜୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ ସରକାର ଇତି ମଧ୍ୟରେ ଦୁଇଜଣ ଉଚ୍ଚଶିକ୍ଷିତ ଓଡ଼ିଆ ଲୋକସେବା ଆୟୋଗ ଦ୍ବାରା ମନୋନୀତ ଇଂରାଜୀ ଭାଷା ଅଧ୍ୟାପକ କଲେଜରେ ନିଯୁକ୍ତି ଦେଇସାରିଛନ୍ତି। ଇଂରାଜୀ […]

ମଡେଲ ଡିଗ୍ରୀ କଲେଜରେ ଇଂରାଜୀ ସମ୍ମାନ ଖୋଲିବା ଓ ଖେଳପଡ଼ିଆ

ମଡେଲ ଡିଗ୍ରୀ କଲେଜରେ ଇଂରାଜୀ ସମ୍ମାନ ଖୋଲିବା ଓ ଖେଳପଡ଼ିଆ ନିର୍ମାଣ ଦାବିନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଏକମାତ୍ର ସରକାରୀ ମହାବିଦ୍ୟାଳୟ ଭାବେ ମଡେଲ ଡିଗ୍ରୀ କଲେଜ ୨୦୧୬ ମସିହାରେ ସ୍ଥାପିତ ହୋଇ ବିଜ୍ଞାନ ଓ କଳା ଶ୍ରେଣୀରେ ଶିକ୍ଷାଦାନ ଅବ୍ୟାହତ ରଖିଥିବାବେଳେ ଏଠାରେ ଇଂରାଜୀ ବିଷୟରେ ସମ୍ମାନ ନଖୋଲିବା ଯୋଗୁଁ ଏହି ଅଞ୍ଚଳର ଛାତ୍ରଛାତ୍ରୀମାନେ ବହୁ ଆବଶ୍ୟକୀୟ ଇଂରାଜୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ ସରକାର ଇତି ମଧ୍ୟରେ ଦୁଇଜଣ ଉଚ୍ଚଶିକ୍ଷିତ ଓଡ଼ିଆ ଲୋକସେବା ଆୟୋଗ […]

ସମ୍ବଲପୁର ଗାୟିକା ରୁକ୍ ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍‌ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା ଜଣାଯାଇଛି।ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।। ମାତ୍ର ସ୍ଲୋ ପଏଜନ୍‌ ଯୋଗୁ ରୁକ୍‌ସାନାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଜଣେ ସମ୍ବଲପୁରୀ ଗାୟକଙ୍କ ନାଁରେ ପରିବାର ଲୋକ ଅଭିଯୋଗ ଆଣିଛନ୍ତି।ଦୁଇ ମାସ ଧରି ରୁକୁ ସୁନା ନିର୍ଯ୍ୟାତନା ଦେଇ ଆସୁଥିବା […]

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ଆଜି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍ ରହିଛି । ଏଣିକି ଅବସରପ୍ରାପ୍ତ ଅଧ୍ୟାପକ ପଢାଇବେ ପାଠ । ଦେଶ ବାହାରେ ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ପାଠ ପଢାଇବେ । ଅନଲାଇନରେ ପାଠ ପଢାଇବେ ଅଧ୍ୟାପକ ।ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ […]

ଭାଜପା ସରକାର୧୦୦ ଦିନର ସତ କାହାଣୀ

ରାଜ୍ୟରେ ମୋହନ ସରକାରକୁ ୧୦୦ ଦିନ ପୂରୁଛି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି। ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ ଏବଂ ସାଂସଦ ସାମିଲ ହେବେ | ରାଜ୍ୟ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ମୋଦି ଗତ ୧୦ ବର୍ଷରେ ଗରିବ ବାସହୀନଙ୍କୁ ପକ୍କାଘର,୫ କେଜି […]

ମିଶନ ଚନ୍ଦ୍ରୟାନ-୪କୁ କ୍ୟାବିନେଟ୍‌ ମଞ୍ଜୁରୀ

ଚନ୍ଦ୍ରଯାନ-୩ ର ସଫଳତା ପରେ ଚନ୍ଦ୍ରଯାନ-୪କୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଚନ୍ଦଯାନ-୪ ମିଶନକୁ ମଞ୍ଜୁରୀ ମିଳିଛି । । ଏହି ମିଶନ ଅନୁଯାୟୀ, ଭାରତୀୟ ମହାକାଶଚାରୀଙ୍କୁ ଚନ୍ଦ୍ରରେ ଅବତରଣ କରାଇ ସେମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବ। ସେହିପରି ଏହି ମିଶନରେ ଚନ୍ଦ୍ରରୁ ଚଟାଣ ଓ ମାଟି ପରି ନମୁନା ସଂଗ୍ରହ କରି ଭାରତ ଅଣାଯିବ, ଯାହାକୁ ନେଇ ଭାରତୀୟ ମହାକାଶ ଗବେଶଣା ସଂଗଠନ(ଇସ୍ରୋ) ପକ୍ଷରୁ […]

OSSSC୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ ଏହାର ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହି ଚାକିରି ପାଇଁ ଆପଣଙ୍କ ବୟସ ୨୧-୩୮ ହୋଇଥିବା ଆବଶ୍ୟକ। ଏସଇବିସି ପରିକ୍ଷାର୍ଥୀଙ୍କୁ ୫ବର୍ଷ ପାଇଁ ଛାଡ କରାଯାଇଛି। ସେହିପରି ଏସସି-ଏସଟି ନାମାଙ୍କନ କରିଥିବା ପ୍ରାର୍ଥୀଙ୍କୁ ୫ବର୍ଷ ପାଇଁ ମଧ୍ୟ ଛାଡ କରାଯିବ। ମହିଳାଙ୍କୁ ୫ବର୍ଷ ଓ ପିଡବ୍ଲୁଡି ପରିକ୍ଷାର୍ଥୀଙ୍କୁ ୧୦ବର୍ଷ ଯାଏଁ […]

ଚଳିତବର୍ଷ ୩୧୦୦ ଟଙ୍କା ଏମଏସପିରେ ଏକ କୋଟି ମେଟ୍ରିକ ଟନ୍ ଧାନ ସଂଗ୍ରହ ହେବ: ମୁଖ୍ୟମନ୍ତ୍ରୀ

ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ […]