*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।* *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
ପ୍ରଥମ ମଙ୍କିପକ୍ସ ଟିକାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ମଞ୍ଜୁରୀ । ଡେନମାର୍କ ବାୟୋକେଟ୍ କମ୍ପାନି ବାଭାରିଆନ୍ ନର୍ଡିକ୍ର ଏମ୍ଭିଏ-ବିଏନ୍ ଏମ୍ପକ୍ସ ଟିକାକୁ ମଞ୍ଜୁରୀ ମିଳିଛି । ଏହି ଟିକାକୁ ୪ ସପ୍ତାହ ବ୍ୟବଧାନରେ ୧୮ବର୍ଷା କିମ୍ବା ଉର୍ଦ୍ଧ୍ବ ରୋଗୀଙ୍କୁ ଦୁଇଟି ଡୋଜ୍ ଦିଆଯିବ । ବିଶ୍ୱ ସ୍ଥାସ୍ଥ୍ୟ ସଂଗଠନ ଏହି ବିବୃତ୍ତିରେ କହିଛି ଯେ, ପୂର୍ବରୁ ଦିଆଯାଇଥିବା ଏମଭିଏ-ବିଏନର ଗୋଟିଏ ଡୋଜ୍ ଟିକା ପ୍ରାୟ ୭୬ପ୍ରତିଶତ ପ୍ରଭାବଶାଳୀ ଦର୍ଶାଇଥିଲା । ବର୍ତ୍ତମାନ ଦ୍ୱିତୀୟ ଡୋଜ୍ ଟିକା ୮୨ପ୍ରତିଶତ […]
ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (ୟୁଆଇଡିଏଆଇ) ଦ୍ୱାରା ଆଧାର କାର୍ଡର ମାଗଣା ଅପଡେଟ୍ ପାଇଁ ଶେଷ ତାରିଖ ୧୪ ସେପ୍ଟେମ୍ବର ୨୦୨୪ ସ୍ଥିର କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହାର ତାରିଖ ବୃଦ୍ଧି କରାଯାଇଛି। ୟୁଆଇଡିଏଆଇ ଏହାର ଅଫିସିଆଲ୍ ଏକ୍ସ ଆକାଉଣ୍ଟ ମାଧ୍ୟମରେ ଏନେଇ ସୂଚନା ଦେଇଛି ଯେ ଆଧାରର ମାଗଣା ଅପଡେଟ୍ ପାଇଁ ଶେଷ ତାରିଖ ୧୪ ସେପ୍ଟେମ୍ବରରୁ ୧୪ ଡିସେମ୍ବର ୨୦୨୪କୁ ବୃଦ୍ଧି କରାଯାଇଛି। ଏପରି ପରିସ୍ଥିତିରେ, ଆଧାରରୁ ନାମ, ଠିକଣା କିମ୍ବା ଜନ୍ମ […]
ଢେଙ୍କାନାଳରେ କଲେଜ ବାଇପାସ ନିକଟରେ ଟ୍ରକ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ମହିଷାପାଟ ବାଇପାସ ନିକଟରେ ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଦେଖିବାକୁ ମିଳିଛି। ସେହିପରି ମହିଷାପାଟ ବାଇପାସ ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଦୁର୍ଘଟଣାରେ ମୃତ ଯୁବକଙ୍କ ନିକଟ ସମ୍ପର୍କୀୟ ପରିବାରକୁ କ୍ଷତିପୂରଣ ଏବଂ ଗୁରୁତର ହୋଇଥିବା ଯୁବକଙ୍କୁ ଆର୍ଥିକ ସହାୟତା ସହ ମାଗଣା ଚିକିତ୍ସା ଦାବିରେ ମହିଷାପାଟ ବାଇପାସ ନିକଟରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ।ଭୁବନେଶ୍ବର ଫେରୁଥିବାବେଳେ ମନ୍ତ୍ରୀ […]
‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ତେଜିଲା ରାଜନୀତି । ବିରୋଧୀ ବିଜେଡି କହିଛି, ବିଜେପି ସରକାର ହେଉଛି କେବଳ ନେମ୍ ଚେଞ୍ଜର ସରକାର । ତେବେ ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୨୯,୧୫,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୭୯ ଦେୱାନି ମାମଲା […]
ସୁଭଦ୍ରା ଫର୍ମ ରେଜିଷ୍ଟ୍ରେସନ୍ ପାଇଁ ଟଙ୍କା ନେଇ ବନ୍ଧା ହେଲେ ସିଏସସି କର୍ମଚାରୀ। ବଲାଙ୍ଗିର ଟିଟିଲାଗଡ଼ ଥାନା ମନି ଗାଁର ସିଏସସି କର୍ମଚାରୀ ଆକାଶ ସାହୁ ସୁଭଦ୍ରା ଫର୍ମ ପୂରଣ କରିବାକୁ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା। ପ୍ରତି ଫର୍ମ ପାଇଁ ଶହେ ଟଙ୍କା ନେଉଥିବା ଅଭିଯୋଗ ହେବା ପରେ ତଦନ୍ତ କରି ତାଙ୍କୁ ଗିରଫ କରିଛି ପୋଲିସ୍ ।ସେ ଫର୍ମ ଆବେଦନ ପାଇଁ ଜଣାକୁ ୧୩୦ ଟଙ୍କା ଲେଖାଏଁ ନେଉଥିଲେ। ଏନେଇ ଟିଟିଲାଗଡ଼ ବିଡିଓ ଥାନାରେ […]
ରାୟଗଡ:-ତା. ୧୪/୦୯-ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୩୪୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୫,୧୭,୦୯୪ (ପଞ୍ଛାବନ ଲକ୍ଷ ସତର ହଜାର ଚଉରାନବେ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିବାରରେ ଯୋଡ଼ି ହୋଇଛନ୍ତି ଜଣେ ନୂଆ ଅତିଥି, ଯାହାଙ୍କ ନାଁ ହେଉଛି ‘ଦୀପଜ୍ୟୋତି’। ମୋଦୀ ଟ୍ୱିଟରେ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନରେ ଥିବା ଗାଈ ଏହି ବାଛୁରୀକୁ ଜନ୍ମ ଦେଇଛି । ଏବଂ ବାଛୁରୀର କପାଳରେ ଜ୍ୟୋତି ଚିହ୍ନ ଥିବାରୁ ବାଛୁରୀର ନାମ ଦୀପଜ୍ୟୋତି ରଖିଛନ୍ତି ମୋଦୀ । ସୋସିଆଲ୍ ମିଡିଆରେ ବାଛୁରୀ ସହ ନିଜ ଭିଡିଓକୁ ପୋଷ୍ଟ କରି ଖୁସି ସେୟାର କରିଛନ୍ତି। ଛୋଟ ବାଛୁରୀ ସହ ଖୋଦ୍ […]
ଆସନ୍ତାକାଲି ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ, ବୈଷ୍ଣବସମ୍ମତ ବିଜୟା ଏକାଦଶୀ ଉପବାସ। ତେବେ ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ। ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। କାଲିଠାରୁ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆରମ୍ଭ ହେବ । ଦଶ ହଜାର ପଦଯାତ୍ରା ହେବ । ରାଜଧାନୀରୁ ଆରମ୍ଭ କରି ପ୍ରତି ରାଜସ୍ୱ ଗାଁରେ ହେବ ପଦଯାତ୍ରା । ପ୍ରତି ପଞ୍ଚାୟତରେ ଜିପିଏଲଏଫଙ୍କ ନେତୃତ୍ୱରେ ହେବ । ଏସଏଚଜି ମା’ ମାନେ ମଧ୍ୟ ଗାଁ ଗାଁରେ […]
୧୭ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ କିସ୍ତି ଆକାଉଣ୍ଟକୁ ଆସିବ। ପ୍ରଥମ କିସ୍ତି ଟଙ୍କା ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଭିନ୍ନ ରାଜ୍ୟର ୧୦ଲକ୍ଷ ପିଏମ୍ ଆବାସ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବାଣ୍ଟିବେ ପ୍ରଧାନମନ୍ତ୍ରୀ ।ସେହି ଦିନ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି। ଡିବିଟି ମାଧ୍ୟମରେ ପ୍ରଥମ କିସ୍ତି ବାବଦକୁ ୩୧୮୦ କୋଟି ପଠାଇବେ ପ୍ରଧାନମନ୍ତ୍ରୀ ବୋଲି କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ଏହା ଓଡ଼ିଶାରୁ ଆରମ୍ଭ କରିବା ରାଜ୍ୟ ପାଇଁ ସୌଭାଗ୍ୟ ବୋଲି […]
