author

ପୁଣି ସସପେଣ୍ଡ ହେଲେ ତାରା ଓ ବିଧାୟକ ରମେଶ ଜେନା ମଧ୍ୟ ନିଲମ୍ବିତ

ବିଧାନସଭା ବାହାରେ ହଙ୍ଗାମା । ଗେଟ ପାଖରେ ହାଇଡ୍ରାମା କଲେ ବିରୋଧୀ । ପୋଲିସ ବ୍ୟାରିକେଡ ଭାଙ୍ଗିଦେଲେ କଂଗ୍ରେସ ଓ ବିଜେଡି ବିଧାୟକ। କେତେବେଳେ ବିରୋଧୀଙ୍କ ହୋହାଲ୍ଲାରେ ଗୃହ ମୁଲତବୀ ହେଉଛ ତ ଆଉ କେତେବେଳେ ବିଧାୟକଙ୍କୁ ସସ୍‌ପେଣ୍ଡ ନେଇ ଚାଲିଛି ଧାରଣା । ତେବେ କଂଗ୍ରେସର ଆଉ ୨ ଜଣ କଂଗ୍ରେସ ବିଧାୟକ ହେଲେ ସସପେଣ୍ଡ । ତାରା ବାହିନୀପତି ଓ ରମେଶ ଜେନାଙ୍କୁ ଆଜି ନିଲମ୍ବନ କରିଛନ୍ତି ବାଚସ୍ପତି। ଆଜି କଂଗ୍ରେସ ବିଧାୟକ ଓ […]

ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଟନ ।

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଏହି ଅବସରରେ ହାଇକୋର୍ଟରେ ବରିଷ୍ଠ ବିଚାରପତି, ମୁଖ୍ୟମନ୍ତ୍ରୀ ଏବଂ ଆଇନ୍‌ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଥିବା ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ଗତ ଜାନୁଆରୀ ୧୯ ତାରିଖରେ ଅବସର ଗ୍ରହଣ ଏହି ପଦ ଖାଲିପଡିଥିଲା। ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର […]

ଦିନକୁ ଘଟୁଛି ୮ରୁ ଅଧିକ ଦୁଷ୍କର୍ମ। ସାମାଜିକ ଗଣମାଧ୍ୟମରେ ବଢିଛି ଶିଶୁଙ୍କ ଅଶ୍ଳୀଳ ଭିଡ଼ିଓ ।

ଶ୍ବେତପତ୍ରରେ ଅପରାଧର ଚିତ୍ର। ମୋଟ୍‌ ଆପରାଧିକ ମାମଲା ୨ ଲକ୍ଷ ଟପିଲା ଦିନକୁ ୮ରୁ ଅଧିକ ଦୁଷ୍କର୍ମ, ୩ ହତ୍ୟାକାଣ୍ଡ । ଚାର୍ଜସିଟ୍‌ ଦେବାରେ ପଛୁଆ ପୁଲିସ ବାବୁ । ୨୦୨୩ରେ ଏହି ସଂଖ୍ୟା ୧ ଲକ୍ଷ ୯୯ ହଜାର ଥିଲା ବେଳେ ୨୦୨୪ରେ ରୁଜୁ ହୋଇଥିବା ଧର୍ତ୍ତବ୍ୟ ଅପରା‌ଧ ମାମଲା ସଂଖ୍ୟା ୨ ଲକ୍ଷ ୧୪ ହଜାର ୧୧୩ ହୋଇଛି । ଏହା ମଧ୍ୟରୁ ୧,୩୯,୦୦୧ ମାମଲାରେ ଚାର୍ଜସିଟ୍‌ ଦାଖଲ କରାଯାଇଛି । ଗୃହ ବିଭାଗ […]

ଆଜିଠୁ ବଢିବ ତାତି । ହିଟ ୱେଭ ପାଇଁ ସତର୍କତା ଜାରି କଲା ପାଣିପାଗ ବିଭାଗ ।

ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଲାଗିରହିଥିବା ବେଳେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ହ୍ରାସ ପାଇଥିଲା। ତେବେ ମଙ୍ଗଳବାରଠାରୁ ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଆଗାମୀ ୭ ଦିନ ପାଗ ବିଶେଷ ଶୁଖିଲା ରହିବ। ଆଗାମୀ ୫ ଦିନ ତାପମାତ୍ରା ଧୀରେ ଧୀରେ ବଢିବାର ସମ୍ଭାବନା ରହିଛି । ବର୍ତ୍ତମାନ ତାପମାତ୍ରା ସ୍ୱଭାବିକ ତାପମାତ୍ରା ଠାରୁ ୨ ରୁ ୩ ଡିଗ୍ରୀ କମ ରହିଛି ଯାହାକି ଆଗାମୀ ୫ ଦିନ ମଧ୍ୟରେ ଧୀରେ ଧୀରେ […]

ଗତକାଲି ରାତିରୁ ରାସ୍ତା ଉପରେ ଶୋଇ ଧାରଣା ଦେଇଛନ୍ତି କଂଗ୍ରେସ ନେତା ଓ କର୍ମୀଙ୍କ ଧାରଣା

ବିଧାନସଭାରୁ କଂଗ୍ରେସର ୧୨ ବିଧାୟକ ନିଲମ୍ବିତ ଘଟଣା ପ୍ରତିବାଦରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ କର୍ମୀଙ୍କ ସହ ଧାରଣାରେ ବସିଛନ୍ତି ବିଧାୟକ । ଗତକାଲି ରାତିରୁ ରାସ୍ତା ଉପରେ ଶୋଇ ଧାରଣା ଦେଇଛନ୍ତି ।ବିଧାନସଭାରେ ବିରୋଧ କରାଯାଉଥିବାବେଳେ ପୋଲିସ ଜୋର ଜବରଦସ୍ତି ବିଧାୟକଙ୍କୁ ବିଧାନସଭାରୁ ବାହାର କରିଦେଇଛନ୍ତି ବୋଲି କଂଗ୍ରେସ ବିଧାୟକ ଅଭିଯୋଗ କରିଛନ୍ତି। ବିଧାନସଭାରୁ କଂଗ୍ରେସ ବିଧାୟକଙ୍କୁ ବାହାରକୁ ଅଣାଗଲା ଓ ବସ୍ ଯୋଗେ କଂଗ୍ରେସ ଭବନରେ ଛାଡିଲେ ବିଧାନସଭା […]

ଆଜିର ରାଶିଫଳ(୨୬ ମାର୍ଚ୍ଚ, ୨୦୨୫)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]

ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ର ଛାତ୍ରୀ ମାନଙ୍କ ସୁବିଧା ଅସୁବିଧା ବୁଝିଲେ ଜିଲ୍ଲାପାଳ

ନୂଆଗାଁ:(ପୁଷ୍ପଲତା ପ୍ରଧାନ):ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ରେ ଥିବା ଜାକେଡା ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ।ବିଦ୍ୟାଳୟର ହଷ୍ଟେଲ , ଶ୍ରେଣୀଗୃହ ବୁଲି ଦେଖିବା ସହ ସମସ୍ତ ସୁବିଧା ଅସୁବିଧା,ଖାଦ୍ୟ ଆଦି ଉପରେ ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ପଚାରି ବୁଝିଥିଲେ।ତତ୍ ସହିତ ଛାତ୍ର ଛାତ୍ରୀ ମାନେ କିପରି ସମସ୍ତ କ୍ଷେତ୍ରରେ ଅଗ୍ରସର ହେବେ ସେ ନେଇ ଆଲୋଚନା କରିବା ସହ ସୁ ପରାମର୍ଶ ଦେଇଥିଲେ ଜିଲ୍ଲାପାଳ।ଜିଲ୍ଲାପାଳ […]

ନିଶା ଦେଇ ସ୍ୱାମୀ ଗଳା କାଟିଲେ ଶାଶୁ, ସ୍ତ୍ରୀ

ବେଙ୍ଗାଲୁରୁରେ ଜଣେ ୩୭ ବର୍ଷୀୟ ରିଅଲ ଇଷ୍ଟେଟ ବ୍ୟବସାୟୀଙ୍କ ହତ୍ୟାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଲିସର କହିବା ଅନୁଯାୟୀ, ମୃତକଙ୍କ ସ୍ତ୍ରୀ ଏବଂ ଶାଶୁ ମିଶି ଏହି ଅପରାଧ କରିଛନ୍ତି। ତେବେ ୨୪ଘଣ୍ଟା ଭିତରେ ଉଭୟ ମା ଓ ଝିଅକୁ ଗିରଫ କରିବାପରେ ସେମାନଙ୍କ ବୟାନ ରେକର୍ଡ କରିଛି ପୁଲିସ । ତେବେ ହତ୍ୟା ପଛର କାରଣ ମାନସିକ ଓ ଶାରିରୀକ ନିଯ୍ୟାତନ ବୋଲି ପୁଲିସକୁ କହିଛନ୍ତି ଅଭିଯୁକ୍ତ ମା ଓ ଝିଅ । […]

୫୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାମୀ ଓ ସ୍ତ୍ରୀ

ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର ବ୍ଲକ୍ ଜ୍ଞାନ ପଞ୍ଚାୟତରେ।ଭିଜିଲାନ୍ସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅଧୀନ ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠ୍‌ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଜଣେ ହିତାଧୀକାରୀଙ୍କୁ ଗୃହ କରାଇଦେବା ନାମରେ ୧୦,୦୦୦ […]

ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ ।

ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରି। ବିଧାନସଭାରେ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧ ଲକ୍ଷ ୨୯ ହଜାର ୮୮ ଡେଲିଭରୀ ହୋଇଥିବାବେଳେ, ସେଥିରୁ ୯୯ ହଜାର ୯୯୮ଟି ଅସ୍ତ୍ରୋପଚାର ଡେଲିଭରୀ ହୋଇଛି । ସେହିପରି ୨୦୨୩-୨୪ରେ ଘରୋଇ ହସ୍ପିଟାଲରେ ୧ ଲକ୍ଷ ୪୦ ହଜାର ୧୨୬ ଡେଲିଭରୀ । ସେଥିରୁ ୧ ଲକ୍ଷ ୧୩ […]

କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡ଼ନ ଅଧିନିୟମ-୨୦୧୩ ସମ୍ବନ୍ଧରେ ତାଲିମ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଓଡ଼ିଶା ଜୀବିକା ମିଶନର ଜିଲ୍ଲା ମିଶନ ପରିଚାଳନା ଶାଖା ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ନୟାଗଡ଼ଙ୍କ ମିଳିତ ସହଯୋଗରେ ଜିଲ୍ଲାପରିଷଦ ନୟାଗଡ଼ଙ୍କ ଡିପିଆର୍‌ସି ଗୃହରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡ଼ନ ଅଧିନିୟମ-୨୦୧୩ ସମ୍ବନ୍ଧରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ ତାଲିମ ଶିବିର ଜିଲ୍ଲାର ବିଭିନ୍ନ ବିଭାଗର କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ତାଲିମ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିବାବେଳେ ଓଡ଼ିଶା ଜୀବିକା ମିଶନର […]

 IRB ସିପାହୀ, କନଷ୍ଟେବଲ ନିଯୁକ୍ତି ପାଇଁ ବୟସ ସୀମା କୋହଳ

ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏ ନେଇ ବସିଥିଲା ବୈଠକ । ବୟସ ୩ ବର୍ଷ କୋହଳ ନେଇ ନିଷ୍ପତ୍ତି ନେର କୋଟଙ୍କୁ ଜଣାଇଥିଲେ ଏଜି ।