ରାଜ୍ୟ ସରକାରଙ୍କ ତାଗିଦ୍ ସତ୍ତ୍ୱେ ସୁଧୁରୁନାହାନ୍ତି ଶ୍ରୀମନ୍ଦିର ସେବାୟତ। ଆଜି ପୁଣି ଲାଗିଛନ୍ତି ପିଟାପିଟି। ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି ହୋଇଛନ୍ତି। ଏଥିରେ ଜଣେ ବରିଷ୍ଠ ସେବାୟତ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି |ଏହା ପରେ ସିଂହଦ୍ଵାର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି।। ଉଭୟଙ୍କ ମଧ୍ୟରୁ କେହି ବି ଥାନାରେ କାହା ନାଁରେ ଏତଲା ଦେଇନାହାନ୍ତି ।ଅଭିଯୋଗ ହେଉଛି ଶ୍ରଦ୍ଧାଳୁଙ୍କୁ ପାଦୁକା ବଣ୍ଟନ ବେଳେ ପାଉଣା […]
ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ବହୁ ଚିଠି ଏବେ କଂଗ୍ରେସ ପାଖରେ ଅଛି। ଉକ୍ତ ଚିଠିଗୁଡ଼ିକ ଖୁବ୍ ଐତିହାସିକ ଗୁରୁତ୍ୱ ବହନ କରୁଥିବା ବେଳେ ପ୍ରାୟ ୧୬ ବର୍ଷ ହେଲାଣି କଂଗ୍ରେସ ତାହାକୁ ଫେରାଇବା ନାଁ ଧରୁନି। । ତେଣୁ ସମସ୍ତ ଚିଠିଗୁଡ଼ିକୁ ଫେରସ୍ତ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଛି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଓ ପୁସ୍ତକାଳୟ ସୋସାଇଟି (PMML) ।୧୯୭୧ ମସିହାରେ ଚିଠିକୁ ନେହରୁ ମେମୋରିଆଲ୍ ମ୍ୟୁଜିୟମ ଏବଂ ଲାଇବ୍ରେରୀରେ ଜମା କରାଯାଇଥିଲା […]
ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଇ ସମସ୍ୟା ଶୁଣିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୋଡ଼ ଧରିଲେ ଦିବ୍ୟାଙ୍ଗ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି । ନିଜର ଅଭିଯୋଗ ଜଣାଇବା ପାଇଁ ବାଲେଶ୍ବରରୁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଧାଇଁ ଆସିଛନ୍ତି ଏହି ବ୍ୟକ୍ତି ଜଣକ । ଘରେ ଭାଇ […]
ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ୧୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥିପାଇଁ ସୋମବାରରୁ ବରଗଡ଼ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ କଳାକାରଙ୍କ ରିହର୍ସଲ (ପୂର୍ବାଭ୍ୟାସ)ର ଶୁଭାରମ୍ଭ ହୋଇଛି।୧୪ ଗୋଟି ରଙ୍ଗମଞ୍ଚରେ ଅଭିନୟ କରିବେ କଳାକାର। ବରଗଡ଼ ଧନୁଯାତ୍ରାରେ ଦର୍ଶକ ମଧ୍ୟ ଜଣେ ଜଣେ କଳାକାର ପାଲଟି ଯାଇଥାନ୍ତି।ଚଳିତ ବର୍ଷ ଧନୁଯାତ୍ରାକୁ ଆହୁରି ଆକର୍ଷଣ କରିବା ପାଇଁ ଜୋରଦାର ପ୍ରସ୍ତୁତ ହୋଇଛି। […]
ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ, ନାଳ ଓ ନଦୀକୁ ସଂଯୋଗ କରୁଥିବା ଅଞ୍ଚଳରେ ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରି ୧୪ ତାରିଖରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ।ଏଥିପାଇଁ ପର୍ଯ୍ୟଟକଙ୍କ ଲାଗି ଏହି ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର […]
ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର । ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ । E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ । ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ […]
ପୁରୀ ଜ଼ିଲ୍ଲା କଣାସ ବ୍ଲକ ବୀରକେଶରପୁର ଗାଁର ହରଚଣ୍ଡୀ ପ୍ରସାଦ କଣାସ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଝୁଲିଲା ତାଲା । ରୋଗୀ ସେବା ବାଧାପ୍ରାପ୍ତ । ଆଜିକୁ ୫ଦିନ ଧରି ସ୍ବାସ୍ଥ୍ୟ କେନ୍ଦ୍ର ମୁଖ୍ୟ ଫାଟକରେ ଝୁଲୁଛି ତାଲା । ମେଡିକାଲର ଡାକ୍ତର ସମ୍ବିତ ଜେନା ହସ୍ପିଟାଲରେ ମଦ୍ୟପାନ କରୁଥିବାର ଫଟୋ ଭାଇରାଲ ହେବାରେ ଲାଗିଛି । ଏହାକୁ ନେଇ ତାତିଛନ୍ତି ସ୍ଥାନୀୟ ଲୋକେ ।ସ୍ବାସ୍ଥ୍ୟକେନ୍ଦ୍ରରେ ପୁରୀ କଣାସ ବ୍ଲକ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ପଞ୍ଚାୟତବାସୀ ସ୍ବାସ୍ଥ୍ୟ […]
ନିଜ ତବଲାର ଧ୍ୱନୀରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଦେଉଥିବା ବିଶିଷ୍ଟ ତବଲା ବାଦକ ଉସ୍ତାଦ ଜାକିର ହୁସେନଙ୍କ ପରଲୋକ ଘଟିଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ ଉସ୍ତାଦ ଜାକିର ହୁସେନ । ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ତାଙ୍କୁ ବିବେଚନା କରାଯାଏ ।ନିଜର […]
ଢେଙ୍କାନାଳରେ ପ୍ରତିଷ୍ଠା ହେବାକୁ ଯାଉଛି ୱାରି ସୋଲାର ଏନର୍ଜୀ କାରଖାନା । ଢେଙ୍କାନାଳର ନେଉଳପୋଇରେ ପଚିଶ ହଜାର କୋଟିର ସୋଲାର ପାୱାର କଂପାନୀ ହେବାକୁ ଯାଉଛି । ସୋଲାର ପାୱାର ପ୍ଲାଣ୍ଟର ଭୂମି ପୂଜନ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର |ଏହି ଅବସରରେ ଆୟୋଜିତ ଭୂମି ପୂଜନ ଉତ୍ସବରେ ଯୋଗଦେଇ ମନ୍ତ୍ରୀ କୃଷ୍ଣ ପାତ୍ର ଉପସ୍ଥିତ ଜନସାଧରଣଙ୍କୁ ଉଦବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିକଶିତ ଓଡିଶାର […]
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ଜାରି ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର […]
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ।ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ରାତ୍ର ୨ଟାରୁ ଶ୍ରୀମନ୍ଦିର ଦ୍ବାରଫିଟା ଯାଇ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ସହ ଅନ୍ୟାନ୍ୟ ନୀତି କାନ୍ତି ବଢ଼ି ୫ଟା ୩୦ ରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ସମ୍ପନ୍ନ ହୋଇଛି । […]
ମହାପ୍ରଭୁଙ୍କ ଭୋଗ କହି ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଛି ଅପମିଶ୍ରିତ ଖଜା, ଯାହାକୁ ନେଇ ସୁଆର-ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ଅଭିଯୋଗ କରିଛନ୍ତି। ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ । ଯଦି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ବାହାରୁ ଖଜା କିଣୁଛନ୍ତି, ତେବେ ଭଲ ଜିନିଷରେ ତିଆରି ଖଜା ନିଅନ୍ତୁ । କିନ୍ତୁ ମହାପ୍ରସାଦ ଭାବି ଏହାକୁ କିଣନ୍ତୁ ନାହିଁ । ବ୍ୟବସାୟୀ ମାନେ ମହାପ୍ରସାଦ କହି ବିକ୍ରି କରନ୍ତୁ ନାହିଁ । ଯଦି ଏଭଳି […]
