ମହାକୁମ୍ଭରୁ ଭାଇରାଲ ହୋଇଥିବା ଅଭୟ ସିଂହ ଓରଫ ଆଇଆଇଟି ବାବା ଜୟପୁରରେ ଥିଲା ବେଳେ ପୋଲିସ ତାଙ୍କ ରୁମ୍ରେ ପହଞ୍ଚି ତାଙ୍କୁ ହେପାଜତକୁ ନେଇଛି। ପ୍ରକୃତରେ ସେ ସୋସିଆଲ ମିଡିଆରେ ଆତ୍ମହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ତେବେ ବାବାଙ୍କ ସହ କିଛି ନିଶା ଦ୍ରବ୍ୟ ମିଳିବା ପରେ ମାମଲା ନୂଆ ମୋଡ ନେଇଛି ।ତେବେ ବାବା ଗଞ୍ଜେଇକୁ ସେବନ କରୁଥିଲେ ନା ବ୍ୟବସାୟ କରୁଥିଲେ ଏନେଇ ତଦନ୍ତ ଆରମ୍ଭ କରିଛି ରାଜସ୍ଥାନ ପୋଲିସ |ପରେ ପୋଲିସ […]
ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟମେଳାର ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କରିଥିଲା ଭିନ୍ନ ସ୍ୱାଦର ଏକ ବାସ୍ତବଧର୍ମୀ ସାମାଜିକ ନାଟକ ‘ଭିନ୍ନ ଏକ ସହଯାତ୍ରୀ’ । ସୋମବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ପଞ୍ଚାନନ ଦାଶ ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ମଳୟ କୁମାର ମହାନ୍ତି । ପଞ୍ଚଧ୍ୱନି […]
ରାୟଗଡ : ତା ୦୩/୦୩/୨୦୨୫ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ, ରାୟଗଡ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପଜିଲ୍ଲାପାଳ ରାୟଗଡ, […]
ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।ପୂର୍ବରୁ କେନ୍ଦୁଝର ଏଡିଏମ ଥିବା ଆଲୋକ ପ୍ରଧାନଙ୍କୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ଥିବା ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା। ତେବେ ୧୮ ଓଏଏସ୍ ଅଧିକାରୀଙ୍କ ବଦଳି ହୋଇଛି।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅପମାନ । ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ପରେ ଚାରିଆଡୁ ଘୋର ନିନ୍ଦା । ମହାପ୍ରଭୁଙ୍କୁ ଅପମାନ ନେଇ ଥାନାରେ ମାମଲା । ସହିଦନଗର ଥାନାରେ ଅଭିଯୋଗ କରିଛନ୍ତି ଜଗନ୍ନାଥ ପ୍ରେମୀ ।ଟାଟୁ ଆଙ୍କିଥିବା ଭୁବନେଶ୍ୱର ରକି ଟାଟୁଜ୍ ଷ୍ଟୁଡିଓ ମାଲିକ ରକି ରଞ୍ଜନ ବିଶୋଇଙ୍କ ନାଁରେ ସହିଦନଗର ଥାନାରେ ମାମଲା ହୋଇଛି । ସେପଟେ ମହାପ୍ରଭୁଙ୍କୁ ଅପମାନିତ କରିଥିବାରୁ ନିଜଆଡ଼ୁ କ୍ଷମା ପ୍ରାର୍ଥନା କରିଛନ୍ତି ରକି । ଅନ୍ୟପଟେ ଟାଟୋ ଆଙ୍କିଥିବା ବିଦେଶିନୀ ମଧ୍ୟ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ବଜେନ୍ଦ୍ର ହାଇସ୍କୁଲ ର ୧୯୬୮ ବ୍ୟାଚ ସହପାଠୀ ମାନଙ୍କ ର ଏକ ବନ୍ଧୁମିଳନ ବୁଢାବୁଢିଆଣୀ ଜଳଭଣ୍ଡାର ଠାରେ ଗତ ୨ ତାରିଖ ମଧ୍ୟାହ୍ନରେ ଆନନ୍ଦ ଉଲ୍ଲାସ ମଧ୍ୟ ରେ ଅନୁଷ୍ଠିତ ହୋଇଛି। ବିଦାୟୀ ବନ୍ଧୁ ମାନଙ୍କର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା ପରେ ସହପାଠୀ ମାନଙ୍କ ମଧ୍ୟରେ ଆଲୋଚନା, ଛାତ୍ର ଜୀବନ ଅନୁଭୁତି, ସମ୍ପର୍କେ ଏବଂ ଅନେକ ସ୍ମରଣୀୟ କଥାକୁ ନିଜ ଭିତରେ ବାଣ୍ଟି ଥିଲେ,ମଉଜ ମଜଲିସ ମଧ୍ୟରେ ସାଙ୍ଗ ମନେ ସେମାନଙ୍କର […]
ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।ଯେଉଁମାନେ ପ୍ଲଟ କିଣିବେ ସେମାନେ ରାସ୍ତା ଓ ଆନୁଷଙ୍ଗୀକ ସୁବିଧା ପାଇବେ । ଡ୍ରାଫ୍ଟକୁ ଅଧ୍ୟୟନ କରିବ ବିଭାଗ । ଯଦି ଦରକାର ପଡେ […]
ଝାରସୁଗୁଡାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଲେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର କାଯ୍ୟକାରୀ ହେବ ପୋଷ୍ୟ ସନ୍ତାନ ଯୋଜନା । ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ । ସିଏସଆର ପାଣ୍ଠିର ବିନିଯୋଗରେ ମାଗଣା ଶିକ୍ଷାଦାନ କରାଯିବ । ଏନେଇ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି । କମିଟିରେ ଏମସିଏଲ କର୍ତ୍ତୁପକ୍ଷ , ମହିଳା ଓ ଶିଶୁ ବିକାଶ […]
ମାର୍ଚ୍ଚ ଆରମ୍ଭରୁ ହିଁ ସୂର୍ଯ୍ୟଙ୍କ କୋପ ବଢ଼ିଲାଣି । ପାଣିପାଗ ପୂର୍ବାନୁମାନ କହୁଛି, ଆଗକୁ ଆହୁରି ବଢ଼ିବ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ୍ ଟପିବ । ୧୨ ତାରିଖ ପରେ ଉତ୍ତର ଓଡ଼ିଶା ତାତିବ ।ସୂଚନାଯୋଗ୍ୟ, ଗତକାଲି ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଥିଲା ଟିଟିଲାଗଡ଼ । ଟିଟିଲାଗଡ଼ରେ ୩୮.୫ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୩୮.୨ ଡିଗ୍ରୀ ସେଲସିଅସ […]
ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ଏହି ୨ କୁଇଣ୍ଟାଲର ସାର୍କ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ ଏହି ମାଛଟି ଧରା ପଡ଼ିଛି ।ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବନ୍ଦରରେ ମାଛଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଦୀଘା ନଦୀ ମୁହାଣରେ ଥିବା ମତ୍ସ୍ୟ ସମ୍ପଦ […]
ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍ଷ୍ଟାଗ୍ରାମ୍ ଓ ହ୍ୱାଟସପ୍ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ଘଟଣାକୁ ନେଇ ସହିଦ ନଗର ଥାନାର ଦ୍ବାରସ୍ଥ ହେଲେ ଜଗନ୍ନାଥ ପ୍ରେମୀ। ସଂମୃକ୍ତ ଟାଟୁ ଆର୍ଟିଷ୍ଟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି।ଖବର ଅନୁଯାୟୀ, ସହିଦନଗରରେ ଥିବା ରକି ଷ୍ଟୁଡିଓ ପକ୍ଷରୁ ଦିଆଯାଇଥିବା ଷ୍ଟାଟସ୍ରେ ଜଣେ […]
