ଶିମଳିପାଳ ଅଣାଯାଇଥିବା ବାଘୁଣୀ ‘ଜିନ୍ନତ’ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି। ଶିମିଳିପାଳ ଆରସିସିଏଫଙ୍କ ସୂଚନା ଅନୁସାରେ, ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’। ୧୫ ନଭେମ୍ବରରେ ‘ଜିନ୍ନତ’କୁ କୋର୍ ଏରିଆକୁ ଛଡ଼ାଯାଇଥିଲା। ତେବେ ‘ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଟିମ୍ ‘ଜିନ୍ନତ’ ଉପରେ ନଜର ରଖିଛି।ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡ଼ିଶା ସୀମା ପାର କରି ଝାଡ଼ଖଣ୍ଡ ଜଙ୍ଗଲରେ ପ୍ରବେଶ କରିଛି। ତେବେ ଅନୁଧ୍ୟାନକାରୀ ଟିମ୍ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ […]
ଭୁଲ୍ ରାସ୍ତା ଦେଖାଇଲା ଗୁଗୁଲ ମ୍ୟାପ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଟ୍ରକ୍ ଡ୍ରାଇଭର। ସାରା ଦେଶରେ ଏଭଳି ଘଟଣା ଦେଖିବାକୁ ମିଳୁଥିବା ବେଳେ ଏବେ ଓଡ଼ିଶାରେ ମଧ୍ୟ ଏଭଳି ଘଟଣା ଦେଖିବାକୁ ମିଳିଛି। କନ୍ଧମାଳ-ଗଂଜାମ ସୀମାନ୍ତ ଗାଜଲବାଡ଼ି ନିକଟ ୫୯ ଜାତୀୟ ରାଜପଥ ଘାଟି ରାସ୍ତାରେ ଏକ ଟ୍ରକ୍ ଗତ ୩ ଦିନ ଧରି ଫଶି ରହିଛି। ଡ୍ରାଇଭର ଜଣକ ମ୍ୟାପ୍ରେ ସର୍ଟକର୍ଟ ରାସ୍ତା ଦେଖି ଯାଉଥିବା ବେଳେ କିଛି ବାଟ ଯିବା ପରେ ଏକ […]
ନୂଆ ଟେକ୍ନୋଲୋଜି ଦେଲା ନୂଆ ଜୀବନ। ଏଆଇ କ୍ୟାମେରା ବଞ୍ଚାଇ ଦେଲା ହାତୀଙ୍କ ଜୀବନ। ରାଉରକେଲା ଡିଭିଜନରୁ ଏପରି ଏକ ଭଲ ଖବର ଆସିଛି। ସୂଚନା ଅନୁସାରେ ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ରେଳବାଇ ଧାରଣା ପାଖରେ ବୁଲୁଥିବା ହାତୀପଲଙ୍କ ଗତିବିଧି ସମ୍ପର୍କରେ ରାଉରକେଲା ବନଖଣ୍ଡ ଅଫିସ୍କୁ ଏଆଇ କ୍ୟାମେରା ସତର୍କ ସୂଚନା ଦେଇଥିଲା। ସୂଚନା ଆଧାରରେ ବନଖଣ୍ଡ ଅଧିକାରୀ ରେଳବାଇକୁ ଟ୍ରେନ୍ ଗତି ଧୀର କରିବାକୁ କହିଥିଲେ। ଏଥିସହ ବନ କର୍ମଚାରୀ ମଧ୍ୟ ଘଟଣାସ୍ଥଳରେ ପ ହଞ୍ଚି […]
ରାଜ୍ୟ ସଭା ପାଇଁ ସୁଜିତ୍ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସେପ୍ଟେମ୍ବର ୭ ତାରିଖରେ ସୁଜିତ କୁମାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ ଉପରାଷ୍ଟ୍ରପତି ଜଗଦୀପ ଧନକଡ। ଏହାର କିଛି ସମୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଏବଂ ଇସ୍ତଫା ଦେବାର ଘଣ୍ଟାଏ ପରେ ବିଜେପିରେ ସାମିଲ ହୋଇଥିଲେ।
ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ଭାଇ ଅର୍ଜିତ ମହାନ୍ତି ଏବଂ ଅର୍ପିତା ମହାନ୍ତି ବୋଲି ଜଣାପଡିଛି।ପ୍ରତି ଆଶାୟୀଙ୍କ ଠାରୁ ୨୦ ରୁ ୩୦ ହଜାର ଟଙ୍କା ନେଉଥିଲେ ଅଭିଯୁକ୍ତ । ଅଭିଯୁକ୍ତମାନଙ୍କ ଠାରୁ ଏକ ଦାମୀ କାର, ଏକ ସ୍କୁଟି, ଦୁଇଟି ଫୋନ, ନଗଦ […]
ହଙ୍ଗା ପଡିଲା ନିଜକୁ ମାଓବାଦୀ କହି ଲୋକଙ୍କୁ ପ୍ରଜାକୋର୍ଟରେ ଧମକ ଦେଇ ବଟି ଆଦାୟ କରିବା । ପୋଲିସ ହାତରେ ଧରାପଡିଲେ ପାଞ୍ଚ ଜଣ ନକଲି ମାଓବାଦୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ଏଭଳି ଘଟଣା ସାମ୍ନାକୁ ଆସିଛି ।ଚିତ୍ରକୋଣ୍ଡା ଥାନା ବଡ଼ପଦର ପଞ୍ଚାୟତର ନାଏବ ସରପଞ୍ଚ ଭକ୍ତରାମ ଶୀଶା ଚିତ୍ରକୋଣ୍ଡା ଥାନାରେ ଗତ ୩ ତାରିଖରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପାଞ୍ଚ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ପାଞ୍ଚ ଜଣଙ୍କ […]
ଓଏଏସ୍ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ ପାଳନ କରି ନ ଥିବାରୁ ସେମାନଙ୍କୁ ଆସନ୍ତା ୧୦ ତାରିଖ ସୁଦ୍ଧା ବଦଳି ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି। ନଚେତ୍ ୧୧ ତାରିଖରେ ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବ ବୋଲି କୁହାଯାଇଛି।ସୂଚନା ଅନୁସାରେ ଅଗଷ୍ଟ ୧୭ ଏବଂ […]
ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।ଏହାସହ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ପରିଷଦଙ୍କୁ ନିମନ୍ତ୍ରଣ ଦେବାକୁ ଓଡିଶା ଆସିଛନ୍ତି ଉତ୍ତରପ୍ରଦେଶ ସରକାରର ଦୁଇ ମନ୍ତ୍ରୀ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଥିବା ପ୍ରୟାଗରାଜ ମହାକୁମ୍ଭରେ ୪୩ କୋଟିରୁ ଅଧିକ ତୀର୍ଥ ଯାତ୍ରୀ, ସାଧୁସନ୍ଥ, ତପସ୍ୱୀ ଓ ପର୍ଯ୍ୟଟକଙ୍କ ସମାଗମ ହେବ ବୋଲି ଆଶା ରଖିଛି […]
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।ସୋମବାର ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୬ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, […]
ମେଷଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି […]
ତା. ୮/୧୨/୨୦୨୪.ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକର ମାରୀଚଗୁଡା ଠାରେ ଚଇତି -୨୦୨୪ ଶୁଭାରମ୍ଭ ହୋଇଛି l ମରିଚ଼ଗୁଡ଼ା ଗ୍ରାମରେ ସୌରା ଆଦିବାସୀ ମାନଙ୍କର ଭାଷାର ଉତ୍ପତିସ୍ଥଳ ଓ ମୂଖ୍ୟ ଉପାସନା ପୀଠ ଅକ୍ଷର ଧାମ୍ ମନ୍ଦିରରେ ସ୍ଥାନୀୟ ପୂଜକଙ୍କ ଦ୍ୱାରା ହୋମ ଯଜ୍ଞ ଓ ପୂଜାର୍ଚନା କରାଯାଇଥିଲା l ଏଥିରେ ରାୟଗଡ଼ା ଜିଲ୍ଲାର ୧୧ଗୋଟି ବ୍ଲକକୁ ୧୧ଟି କୋଳସ ସହ ଆଜ୍ଞାମାଳ ଆଣି ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଖିଲାମୁଣ୍ଡା ମାଙ୍କ ପାଖରେ ଏକତ୍ରିତ ହୋଇ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ,ରଣପୁରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାକୁ ରଣପୁର ବ୍ଲକ ଶିକ୍ଷାଧିକାରିଣୀ ବନଲତା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏକାଡେମୀ ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ଗଦାଧର ବେଉରା, ଅଧ୍ୟକ୍ଷ ପ୍ରାଣନାଥ […]
