ରାଜ୍ୟରେ ଉତ୍କଟ ଚାକିରି ସମସ୍ୟା । ବେକାରୀର ଚିତ୍ର ଉଦ୍ବେଗ ଜନକ। କର୍ମ ନିୟୋଜନ ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି ୧୨ ଲକ୍ଷ, ହେଲେ ନିଯୁକ୍ତି ପାଇଛନ୍ତି ମାତ୍ର ୨୨୭୪। ତାଲିମ ନେଲେ ୧୮ ଲକ୍ଷ, ନିଯୁକ୍ତି ପାଇଛନ୍ତି ମାତ୍ର ୧ଲକ୍ଷ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ୧୦ ବର୍ଷରେ ରାଜ୍ୟ ସରକାର ୧୮ ଲକ୍ଷ ୪୨ ହଜାର ୬୭ ଜଣଙ୍କୁ ତାଲିମ ଦେଇଥିଲେ । ହେଲେ ସେମାନଙ୍କ ମଧ୍ୟରୁ କେବଳ ୧ ଲକ୍ଷ ୫ ହଜାର ୪୪୪ […]
ଯାତ୍ରାରେ ଚାଲିଥିବା ଅଶ୍ଲୀଳତା ନୃତ୍ୟ ଯୋଗୁଁ ସମାଜ ଉପରେ ପଡୁଛି କୁପ୍ରଭାବ । ପଥଭ୍ରଷ୍ଟ ହେଉଛନ୍ତି ଯୁବ ସମାଜ । ବନ୍ଦ ହେବ ଯାତ୍ରାରେ ପରିବେଷଣ ହେଉଥିବା ଅଶ୍ଲୀଳତା ନୃତ୍ୟ । ଆଉ ଚାଲିବନି ଅଶ୍ଲୀଳ ନୃତ୍ୟ ।ଏଥିପାଇଁ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି । ଏହି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଖୁବ୍ଶୀଘ୍ର ସଂସ୍କୃତି ବିଭାଗ ଏଥିପାଇଁ ମାର୍ଗଦର୍ଶିକା ଆଣିବାକୁ ଯାଉଛି । ଏ ବାବଦରେ କ’ଣ ପଦକ୍ଷେପ ନିଆ ଯାଇପାରିବ […]
ଆସନ୍ତାକାଲି ଓଡ଼ିଶାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିବ ବିଜେପି। ଏଣେ ୯ ତାରିଖରେ ଦଳର ରାଜ୍ୟସଭା ପ୍ରାର୍ଥୀ ନାମାଙ୍କନ ଭରିବେ। ଏନେଇ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ […]
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେବତୀ ରମଣ ଜୋଶୀଙ୍କ ଘରେ ଭିଜିଲାନ୍ସ ଚଢଉ ଚାଲିଛି । ଏସିଏଫଙ୍କ ୧୪ ଲକ୍ଷ ୫୦ ହଜାର ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ସମ୍ୱଲପୁର ଡିଅର ପାର୍କ ନିକଟରେ ଥିବା ସରକାରୀ ବାସଭବନ, ଅଫିସ୍ ରୁମ୍ ଓ ଅଇଁଠାପାଲିରେ ଥିବା ତିନି ମହଲା କୋଠାରେ ସମେତ ସମ୍ବଲପୁରର ଚର୍ଚ୍ଚ ଛକ ନିକଟରେ ଥିବା ବ୍ରିଜଧାମ ହାଉସିଂ […]
ଆସନ୍ତା ୭ ତାରିଖ ବେଳକୁ ଏକ ପଶ୍ଚିମା ଝଡ଼ ପଶ୍ଚିମ ହିମାଳୟ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ-ଭାରତର ସଂଲଗ୍ନ ସମତଳ ଅଞ୍ଚଳରେ ୮ ତାରିଖରେ ରହିବ। ଏହା ପ୍ରଭାବରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ସହ ୧୦ ତାରିଖଠାରୁ ରାଜ୍ୟରେ ଥଣ୍ଡା ବୃଦ୍ଧି ହେବାର ସମ୍ଭାବନା ରହିଛି। ତେବେ ଆଜି କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଏବଂ ମାଲକାନଗିରି ଜିଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର […]
୭୦ ହଜାର ଟଙ୍କା ନେଉଥିଲେ, ଡାକ୍ତରୀ ଡିଗ୍ରୀ ଦେଉଥିଲେ। ଅଷ୍ଟମ ଶ୍ରେଣୀ ପାସ୍ କରିଥିବା ଲୋକେ ମଧ୍ୟ ଏହି ସାର୍ଟିଫିକେଟ କିଣି ପାଲଟି ଥିଲେ ଡାକ୍ତର । । ଏଭଳି ଏକ ରାକେଟକୁ ଧରିବାରେ ସଫଳ ହୋଇଛି ଗୁଜରାଟର ସୁରଟ ପୁଲିସ। ଏହି ଗ୍ୟାଙ୍ଗର ମୁଖ୍ୟଙ୍କ ସହିତ ଟଙ୍କା ଦେଇ ଡାକ୍ତରୀ ଡିଗ୍ରୀ କିଣିଥିବା ୧୪ ନକଲି ଡାକ୍ତରଙ୍କୁ ଗିରଫ କରିଛି ପୁଲିସ। ଏହି ଗ୍ୟାଙ୍ଗର ଡାଟାବେସ୍ରେ ୧୨୦୦ଟି ନକଲି ଡାକ୍ତରୀ ଡିଗ୍ରୀ ଥିବା ଜଣାପଡ଼ିଛି।ବୋର୍ଡ ଅଫ […]
ଜାନୁଆରୀ ୧୭ରେ ହେବ ଓଷ୍ଟେଟ ପରୀକ୍ଷା । ଓଡିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ କରୁଛି ମାଧ୍ୟମିକ ଶିକ୍ଷା ପରିଷଦ। ସକାଳ ୧୦ ରୁ ଦିନ ୧୨.୩୦ ପର୍ଯ୍ୟନ୍ତ ହେବ ପ୍ରଥମ ସିଟିଙ୍ଗ ପରୀକ୍ଷା । ସେହିପରି ଅପରାହ୍ନ ୨ ଟାରୁ ୪.୩୦ ପର୍ଯ୍ୟନ୍ତ ହେବ ଦ୍ୱିତୀୟ ସିଟିଙ୍ଗ ପରୀକ୍ଷା । www.bseodisha.ac.in ବୋର୍ଡର ୱେବସାଇଟରେ ଉପଲବ୍ଧ ହେବ ଆଡ଼ମିଟ କାର୍ଡ। ଜାନୁଆରୀ ୮ରୁ ଆଡ଼ମିଟ କାର୍ଡ ଡାଉନଲୋଡ଼ କରି ପାରିବେ ପରୀକ୍ଷାର୍ଥୀ । ପେପର୍-୧ରେ […]
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଏବଂ ବରଗଡ଼ର ୯ଟି ସ୍ଥାନରେ ରେଡ୍ କରାଯାଉଛି। ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ଯାଞ୍ଚ କରାଯାଇଛି।ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ […]
ସିପାହି କନେଷ୍ଟବଳ ପଦରେ ନିଯୁକ୍ତି ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ କରିବାକୁ ହାଇକୋର୍ଟ ଓଡିଶା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ବିଭିନ୍ନ ବାଟାଲିୟନରେ ୧୩୬୦ଟି କନେଷ୍ଟବଳ ସିପାହୀ ପଦ ପୂରଣ ପାଇଁ ୨୦୨୪ ସେପ୍ଟେମ୍ବର ୨୨ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଜାରି ରହିଥିବା ନିଯୁକ୍ତି ପ୍ରକ୍ରିୟାରେ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ କରାଯିବ । ଏ ସଂପର୍କରେ ଓଡ଼ିଶା ପୋଲିସ ସିଲେକ୍ସନ୍ ବୋର୍ଡ ଅଧ୍ୟକ୍ଷ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରିବାକୁ […]
ବିଶ୍ଵ ପ୍ରସିଦ୍ଧ ବରଗଡ଼ ୭୭ ତମ ଧନୁଯାତ୍ରାରେ କୃଷ୍ଣ, ବଳରାମ ଓ ରାଧା ପାଇଁ କଳାକାର ଚୟନ ହୋଇଛି। ସ୍ଵପ୍ନିଲ ମହାପାତ୍ର କୃଷ୍ଣ ଭୂମିକାରେ ଅଭିନୟ କରିବାକୁ ଚୟନ ହୋଇଥିବା ବେଳେ ଦିବ୍ୟାଂଶୁ ବିର୍ତ୍ତିଆ ବଳରାମ ଏବଂ ସାଇନା ପ୍ରଧାନ ରାଧା ଭୂମିକାର ଅଭିନୟ କରିବେ।ସୂଚନାଥାଉକି, ଚଳିତବର୍ଷ ବରଗଡ଼ ଧନୁଯାତ୍ରା ୭୭ ବର୍ଷରେ ପଦାର୍ପଣ କରିଛି । ଜାନୁୟାରୀ ୦୩ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଏଗାର ଦିନ ଆୟୋଜିତ ହେବ ମହୋତ୍ସବ । […]
ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ ଚର୍ଚ୍ଚାରେ ରହିଥିବା କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ ଲିମା ପଞ୍ଚାୟତ ନୂଆଗୁଡାର ମାଣ୍ଡିଆ ରାଣୀ ରାଇମତି ଘିଉରିଆଙ୍କୁ ଗୁରୁବାର ଭୁବନେଶ୍ୱର କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଇଟି)ର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡକ୍ଟରେଟ୍ ଉପାଧି ପ୍ରଦାନ କରିଛନ୍ତି।ସମ୍ମାନିତ ହେବା ପରେ ନିଜ ସଂଘର୍ଷର କାହାଣୀ କହିଛନ୍ତି ରାଇମତି । ସ୍କୁଲ ସମୟରେ ନିଜ ଘରେ ପାଠ ପଢିବା ସମୟ ରେ ନିଜ […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
