author

ଯେଉଁ ପିଲା ସମ୍ପକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ ।

ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ପରୀକ୍ଷା ନିୟନ୍ତ୍ରକ କହିଲେ, ପ୍ରଶ୍ନପତ୍ରରେ ଆଉଟ୍ ଅଫ୍ ସିଲାବସ୍ ନୁହେଁ ବରଂ ଚଏସ୍ ଡେଫିସିଟ୍ ସମସ୍ୟା ଥିଲା । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । କିନ୍ତୁ ଏହି ତ୍ରୁଟି ରେଗୁଲାର ପିଲାଙ୍କ କ୍ଷେତ୍ରରେ ହୋଇଛି କିନ୍ତୁ ଏକ୍ସରେଗୁଲାର ପିଲାଙ୍କ କ୍ଷେତ୍ରରେ ନୁହେଁ ।ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ ଡେଫିସିଟ ସମସ୍ୟା ରହିଛି । ପିଲାଙ୍କୁ […]

 ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। 

ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ମା’ମାନଙ୍କୁ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ । ମହିଳାଙ୍କ […]

ଗଗନଯାନ ମିଶନ: ୪ ମହାକାଶଚାରୀଙ୍କ ସହ ପରିଚିତ ହେଲା ଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କେରଳର ତିରୁଅନନ୍ତପୁରମରେ ଥିବା ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗଗନଯାନ ଅଭିଯାନରେ ମହାକାଶକୁ ଯିବାକୁ ଥିବା ୪ ବୀର ମହାକାଶଚାରୀଙ୍କ ସହ ଦେଶକୁ ପରିଚିତ କରାଇଛନ୍ତି। ବିକ୍ରମ ସାରାଭାଇ ସ୍ପେସ ସେଣ୍ଟରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଅଙ୍ଗଦ ପ୍ରତାପ, ଅଜିତ କୃଷ୍ଣନ ଏବଂ ଶୁଭାଂଶୁ ଶୁକ୍ଲା ଗଗନଯାନ ମିଶନ ପାଇଁ ମନୋନୀତ ମହାକାଶଚାରୀ ଅଟନ୍ତି। ସେ ଏହି ୪ଜଣଙ୍କୁ ‘ମହାକାଶଚାରୀ […]

ଓଡ଼ିଶାରେ ମୋଟ ବାଘ ସଂଖ୍ୟା ୩୦। ଏହା ସହ ଅଛନ୍ତି ଆଉ ୮ଟି ଛୁଆ।

ରାଜ୍ୟର ବାଘ ଗଣନା ରିପୋର୍ଟ ସାମ୍ନାକୁ ଆସିଛି ।ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍‌ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି ବାଘକୁ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବାବେଳେ ଶିମିଳିପାଳରେ ଆଉ ୩ଟି ବାଘର ଉପସ୍ଥିତି ଥିବା ପ୍ରମାଣ ମିଳିଛି। ଏହି ୩ଟି ବାଘକୁ ମିଶାଇ କେବଳ ଶିମିଳିପାଳରେ ୨୭ଟି ବାଘ ରହିଛନ୍ତି। ଏଥିମଧ୍ୟରୁ ୧୪ଟି ମାଈ ଓ ୧୦ଟି ଅଣ୍ଡିରା ହୋଇଥିବାବେଳେ ବାକି ୩ଟି ସମ୍ପର୍କରେ ତଥ୍ୟ ମିଳିପାରିନାହିଁ। ସେହିଭଳି କେନ୍ଦୁଝର ଟେରିଟୋରିଆଲ ଓ କେନ୍ଦୁଝର […]

ଓଡ଼ିଆ ସ୍କୁବା ଡାଇଭର ବାପା ଓ ଝିଅଙ୍କ ପୁଣି କମାଲ ।

ଦୁବାଇରେ ରହୁଥିବା ବାପଝିଅ ସ୍କୁବା ଡାଇଭିଂ କରି ଆଉ ଏକ ଅନନ୍ୟ ସଫଳତା ହାସଲ କରିଛନ୍ତି। ପ୍ରିୟଦର୍ଶୀ ପାଣିଗ୍ରାହୀ ଓ ତାଙ୍କର ୧୩ ବର୍ଷର ଝିଅ ତିସ୍ୟା ସ୍କୁବା ଡାଇଭିଂ କରି ଜୋର୍ଡାନ ନିକଟବର୍ତ୍ତୀ ଲୋହିତ ସାଗରର ୫୫ ଫୁଟ ତଳେ ଥିବା ହର୍କୁଲସ୍‌ ସି-୧୩୦ ବିମାନ ନିକଟରେ ପହଞ୍ଚତ୍ଥିଲେ। କୁନି ସମୁଦ୍ର ବୁଡ଼ାଳି ତିସ୍ୟା କକପିଟରେ ପଶି ଏହାର ନିୟନ୍ତ୍ରଣ କକ୍ଷରେ ବିଭିନ୍ନ ଉପକରଣ ସହ ଖେଳୁଥିବା ଦେଖିବାକୁ ମିଳିଛି ।ପ୍ରିୟଦର୍ଶୀ ଓ ତିସ୍ୟା ଦୁବାଇର […]

ଆଜିର ରାଶିଫଳ(୨୭ ଫେବ୍ରୁଆରୀ,୨୦୨୪)

*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।*   *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।*  *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ନବନିର୍ମିତ ସମ୍ମିଳନୀ କକ୍ଷରେ ପ୍ରଥମ ସାହିତ୍ୟ ସଭା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ପ୍ରାୟ ଦେଢ଼କୋଟି ବ୍ୟୟ ବରାଦରେ ନିର୍ମିତ ଏହି ଦୁଇଶହ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷରେ ନୟାଗଡ଼ ଅଞ୍ଚଳରେ ଥିବା ବିଭିନ୍ନ ସହିତ୍ୟନୁଷ୍ଠାନ ମାନଙ୍କୁ ନେଇ ଆଜି ପ୍ରଥମ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନୟାଗଡ଼ ବିଧାୟକ ଡ.ଅରୁଣ ସାହୁ ଯୋଗଦେଇ ସାହିତ୍ୟ ଜୀବନକୁ ସରସ ସୁନ୍ଦର ଓ ସାବଲୀଳ […]

ବରମୁଣ୍ଡା ବସ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୁଲିସ କର୍ମଚାରୀ

ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । 5T ଅଧ୍ୟକ୍ଷଙ୍କ କ୍ଷେତ୍ର ସମୀକ୍ଷା ବେଳେ ଏ ସମ୍ପର୍କରେ ହୋଇଥିଲା ଆଲୋଚନା । ଅବଗତ ହେବା ପରେ […]

ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି

ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ପଙ୍କଜ ଉଧାସଙ୍କ ପରଲୋକ ନେଇ ତାଙ୍କ ଝିଅ ନାୟାବ ଉଧାସ ସୂଚନା ଦେଇଛନ୍ତି । ପଙ୍କଜଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅନେକ ଶ୍ରୋତା ସୋସିଆଲ୍ ମିଡିଆ ଜରିଆରେ ଶୋକ ପ୍ରକାଶ କରିଛନ୍ତି ।ଗଜଲ ଜଗତରେ ପଙ୍କଜ ଉଧାସ […]

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡା ସୁରକ୍ଷା । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ । ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର । ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସଭାସ୍ଥଳରେ ପ୍ରୋଟକଲ ମୁତାବକ […]

ଆଜିର ରାଶିଫଳ(୨୬ ଫେବ୍ରୁଆରୀ,୨୦୨୪)

*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଶିଖରପୁରରେ ସି.ପି.ଆଇ.ଏମ୍ ର କର୍ମୀ ସମ୍ମିଳନୀ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଶରଣକୁଳ ଥାନା ଶିଖରପୁରଠାରେ ସି.ପି.ଆଇ.(ଏମ୍) ପକ୍ଷରୁ ଏକ ବଡ଼ ଧରଣର କର୍ମୀ ସମ୍ମିଳନୀରେ କେନ୍ଦ୍ରରେ କୃଷକ-ଶ୍ରମିକ ବିରୋଧୀ ବିଜେପି ମେଣ୍ଟ ସରକାରକୁ ଏବଂ ତାକୁ ସମର୍ଥନ କରୁଥିବା ଓଡିଶାର ବିଜେଡ଼ି ଦଳକୁ ଆଗାମୀ ସାଧାରଣ ନିର୍ବାଚନରେ ପରାସ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସି.ପି.ଆଇ.ଏମ୍ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଅଣ୍ଟା ଭିଡିବାକୁ ଶପଥ ନିଆଯାଇଛି। ପାର୍ଟିର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସଂପାଦକ ମଣ୍ଡଳୀ […]