author

ଏକ ଘରୋଇ ସ୍କୁଲର ଦୁଇ ମହିଳା କର୍ମଚାରୀ ସ୍କୁଲର ଜଣେ ବରିଷ୍ଠ କର୍ମଚାରୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ଓଡ଼ିଶାର ଅନୁଗୁଳ ଜିଲ୍ଲାର ଏକ ଘରୋଇ ସ୍କୁଲର ଦୁଇ ମହିଳା କର୍ମଚାରୀ ସ୍କୁଲର ଜଣେ ବରିଷ୍ଠ କର୍ମଚାରୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ଏ ସମ୍ପର୍କରେ ପୋଲିସ ଅଭିଯୋଗରେ ଏକ ଅଭିଯୋଗ ଦାଖଲ କରାଯାଇଛି । ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲାର ପଞ୍ଚମହଲା ଅଞ୍ଚଳର ଏକ ଘରୋଇ ସ୍କୁଲର ଦୁଇଜଣ ମହିଳା କର୍ମଚାରୀ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି । ଏ ସମ୍ପର୍କରେ ଅନୁଗୁଳ ସଦର ଥାନାରେ ଏକ ଅଭିଯୋଗ ଦାଖଲ […]

ଯୁକ୍ତ ୨ ପରୀକ୍ଷା ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ।

ଯୁକ୍ତ ୨ ପରୀକ୍ଷା ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ଏହା ୨୭ ତାରିଖ ପଯ୍ୟନ୍ତ ଚାଲିବ । ଏନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ୩ ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେବେ । ଏଥିପାଇଁ ୧ ହଜାର ୨୭୬ କେନ୍ଦ୍ରରେ ପରୀକ୍ଷା ହେବ । ୨୨ଟି ସିଟିଂରେ ହେବ ପରୀକ୍ଷା । ସିସିଟିଭିଠୁ ଆରମ୍ଭ କରି ପିଲାଙ୍କ ପାଣି ପିଇବା ପଯ୍ୟନ୍ତ ସବୁ ବ୍ୟବସ୍ଥା କରାଯିବ । ପୂର୍ୱାହ୍ନ […]

କ୍ଲଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ବ୍ଲକ ଅନ୍ତର୍ଗତ ୧୫ଟି କ୍ଲଷ୍ଟରରେ କ୍ଲଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କାଳିକାପ୍ରସାଦ କ୍ଲଷ୍ଟର ନିପୁଣ ଓଡିଶା ମେଳା ଆଡଚେର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଅନୁଷ୍ଠିତ ହୋଉଥିବା ନିପୁଣ ଓଡ଼ିଶା ମେଳାରେ କଳିକା ପ୍ରସାଦ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର […]

ବିବାଦରେ ଓଡିଆ ଫିଲ୍ମ  ସନାତନୀ  – କର୍ମ ହିଁ ଧର୍ମ ।

ବିବାଦରେ ଓଡିଆ ଫିଲ୍ମ  ସନାତନୀ  – କର୍ମ ହିଁ ଧର୍ମ । ଓଡ଼ିଆ ଫିଲ୍ମ, ରିଲିଜ ହେବ ଓଡ଼ିଶାରେ। କିନ୍ତୁ ଫିଲ୍ମ ରିଲିଜ ପାଇଁ ସିନେ ସଂସ୍ଥା ଓଡ଼ିଶାରୁ ନୁହେଁ ମୁମ୍ୱାଇ ସେନସର ବୋର୍ଡଠୁ ଆଣିଛି ୟୁଏ ସାର୍ଟିଫିକେଟ। ଫିଲ୍ମରେ ଅଛି ଧର୍ମାନ୍ତରୀକରଣ ଓ ଧର୍ମାନ୍ତରିତଙ୍କ କାହାଣୀ। କନ୍ଧମାଳର ଖ୍ରୀଷ୍ଟିଆନ ସଂପ୍ରଦାୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଫିଲ୍ମ ରିଲିଜ ଉପରେ ରୋକ ଲଗାଇବାକୁ ଦାବି କରିଛନ୍ତି। ଏମିତି ଫିଲ୍ମ କରି ପ୍ରଯୋଜକ କଣ ପ୍ରମାଣିତ କରିବାକୁ ଚାହୁଁଛନ୍ତି […]

କ୍ୟାନରେ ମୁଣ୍ଡ ପୁରେଇ ଛଟପଟ ହେଉଥିଲା ଢମଣା, ନୂଆ ଜୀବନ ମିଳିଲା

ରାଜଧାନୀରେ ଚାଞ୍ଚଲ୍ୟ। ପ୍ରଶାନ୍ତି ବିହାର, ପଟିଆ ଅଞ୍ଚଳରେ ମଙ୍ଗଳା ମନ୍ଦିର ନିକଟରେ ଥିବା ଖାଲି ଜାଗାରେ ବଣ ବୁଦା ଭିତରେ ଏକ ପରିତ୍ୟକ୍ତ ବିୟର କ୍ୟାନ୍ ଭିତରେ ଏକ ୫ ଫୁଟ ଲମ୍ବର ଢମଣା ସାପ ମୁଣ୍ଡ ଭର୍ତ୍ତି କରି ଦେଇଥିଲା। ସ୍ଥାନୀୟ ବାଳକ ମାନେ ଗତକାଲି ସନ୍ଧ୍ୟାବେଳେ ଉକ୍ତ ସାପଟିକୁ ବୁଦା ଭିତରେ ଛଟପଟ ହେବା ଦେଖି ସ୍ନେକ୍ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କୁ ଉଦ୍ଧାର ପାଇଁ ଫୋନ୍ କରିଥିଲେ।ଖବର ପାଇ ସ୍ନେକ୍ […]

ବଢ଼ିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା । ବିଭିନ୍ନ ଭତ୍ତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର ।

ବଢ଼ିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା । ବିଭିନ୍ନ ଭତ୍ତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁ୍‌ଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି । ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦କୁ ବୃଦ୍ଧି, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ଉପକୃତ ହେବେ ୬ ହଜାର ୫୮ ଜଣ କର୍ମଚାରୀ ।ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ […]

ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି ବିରୋଧି ଦଳର ନେତା ନବୀନ ପଟ୍ଟନାୟକ ।

ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ବାସକ୍ରିୟା ଜନିତ ସମସ୍ୟାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ବରଗଡ଼ରୁ ଭୁବନେଶ୍ବର ଅଣାଯାଇଛି। ବିଜେଡିର ଅନ୍ୟ ବରିଷ୍ଠ ନେତା ମଧ୍ୟ ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି । ସୂଚନା ଥାଉକି, ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ଅବସ୍ଥା ଗୁରୁତର ହୋଇଛି । ଏହି ଅବସରରେ ସୁଶାନ୍ତ ସିଂଙ୍କୁ ଭେଟିଛନ୍ତି ବିରୋଧୀ ଦଳ ନେତା […]

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପୋଲିସ

ଲାଞ୍ଚ ନେଇ ଧରା ପଡିଲେ ପୁଲିସ୍ ବାବୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଏଏସଆଇ ବୁଦୁ ଭୋଇଙ୍କୁ ୬ ହଜାର ଟଙ୍କା ଲାଞ୍ଚ ଟଙ୍କା ଗ୍ରହଣ କରିବା ଅଭିଯୋଗରେ ଅଟକ ରଖିଛି ସମ୍ବଲପୁର ଭିଜିଲାନ୍ସ ଡିଭିଜନ୍ । ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ। ବର୍ତ୍ତମାନ ବୁଡୁ ଭୋଇଙ୍କ ସୁବର୍ଣ୍ଣପୁର ପଟାଭାଡ଼ି ସ୍ଥିତ ଘର ସହିତ ବୀରମହାରାଜପୁର ଥାନାରେ ଚଢାଉ ଜାରି ରଖିଛି ଭିଜିଲାନ୍ସ […]

ଆଜି ବିଶ୍ୱ କର୍କଟ ଦିବସ ।

ଆଜି ବିଶ୍ୱ କର୍କଟ ଦିବସ । ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଏ । କର୍କଟ ରୋଗର ଭୟାବହତା ଓ ଏହାକୁ ନେଇ ଲୋକଙ୍କୁ ସଚେତନ କରାଇବା ହେଉଛି ଏହି ଦିବସର ମୂଳ ଲକ୍ଷ୍ୟ । ଖାଲି ସେତିକି ନୁହେଁ ଏନେଇ ଲୋକମାନେ କିପରି ସଚେତନ ହେବା ସହ ତମାଖୁ ଠାରୁ ଦୂରରେ ରହିପାରିବେ ସେନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବିଭିନ୍ନ ରାଷ୍ଟ୍ର ମାନଙ୍କୁ ସଚେତନ କରିଆସୁଛି । ୨୦୨୨-୨୩ ଓ […]

କଟକ ଏସସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ।

କଟକ ଏସସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ।ଏହାଦ୍ବାରା ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ ପ୍ରତିଷ୍ଠା ହେବାକୁ ଥିବା ଟ୍ରମା ସେଣ୍ଟରକୁ କେନ୍ଦ୍ର ସରକାରଙ୍କ ଅନୁମତି ପରେ, ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।କଟକ SCB ରେ ଏହି […]

ଏଣିକି ଭିକ ମାଗିଲେ ଓ ଦେଲେ FIR

ଭୋପାଳରେ ଏଣିକି ଭିକ ମାଗିଲେ ଏବଂ ଦେଲେ ଉଭୟ ହିଁ ଅପରାଧ ହେବ । ଭିକ ନେଉଥିବା ଏବଂ ଦେଉଥିବା ବ୍ୟକ୍ତିଙ୍କ ଉପରେ ମାମଲା ରୁଜୁ କରାଯିବ । ଏହାକୁ ତଦାରଖ କରିବା ପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରାର ସହାୟତା ନେବ ।ବର୍ତ୍ତମାନ ନଗର ନିଗମକୁ ସହରର ଗୋଟିଏ ଆଶ୍ରୟସ୍ଥଳ ଚିହ୍ନଟ କରିବାକୁ କୁହାଯାଇଛି । ଏହାକୁ ଭିକ୍ଷୁ ଗୃହରେ ପରିଣତ କରାଯିବ । ସ୍ଥାନ ଚିହ୍ନଟ ହେବା ମାତ୍ରେ ଆଦେଶ ଜାରି […]

ଚଳିତ ମାସ ୫ରୁ ରାଜ୍ୟରେ ଆରମ୍ଭ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା।

ରାଜ୍ୟରେ ନୂତନ ସରକାର କ୍ଷମତାକୁ ଆସିବା ପରେ ଗ୍ରାମାଂଚଳରେ ଧିମେଇ ଯାଇଥିବା ଭିଭିତ୍ତିମି ବିକାଶ କାର୍ଯ୍ୟକୁ ପୁଣିଥରେ ତ୍ୱରାନ୍ୱିତ ପାଇଁ ପଦକ୍ଷେପ ନେଇଛନ୍ତି । ଚଳିତ ମାସ ୫ରୁ ରାଜ୍ୟରେ ଆରମ୍ଭ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା।ଖୋର୍ଦ୍ଧା ଜିଲା ଜଙ୍କିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଯୋଜନା ଶୁଭାରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ, ସାଂସଦ ପ୍ରମୁଖ ଯୋଗ ଦେବେ। ଏଣିକି ଗ୍ରାମସଭା ନିଷ୍ପତ୍ତି […]