ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏସଓପିକୁ ନେଇ ହୋଇଛି ବିସ୍ତୃତ ଆଲୋଚନା । ଏସଓପିକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯାଇଛି । ଗଣତି ମଣତି ପାଇଁ ୨ଟିମ ଗଠନ ପାଇଁ ନିଷ୍ପତ୍ତି ହୋଇଛି ।ଦୁଇଟି ଯାକ ଟିମକୁ ମୁଖ୍ୟ ପ୍ରଶାସକ ଲିଡ କରିବେ । ତତ୍ୱାବଧାରକ ଟିମ ଓ କାର୍ଯ୍ୟବାହୀ ଟିମ ଗଠନ କରାଯିବ । କେଉଁଦିନ […]
୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ।୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ନିଷ୍ପତ୍ତି ନିଆଯାଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ […]
ଥମୁନି ହାତୀ ମଣିଷ ଲଢେଇ।ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଲିଖିତ ତଥ୍ୟ ଅନୁଯାୟୀ, ଶିକାରୀଙ୍କ ଦ୍ଵାରା ୬ ଟି ହାତୀଙ୍କୁ ହତ୍ୟା କରାଯାଇଛି। ଲୋକଙ୍କ ପ୍ରତିଶୋଧ ପରାୟଣ ପାଇଁ ୩ଟି ହାତୀ ଓ ରେଳ ଦୁର୍ଘଟଣାରେ ୪ଟି ହାତୀଙ୍କ ମୃତ୍ୟୁ ହୋଇଛି। ସେହିପରି ପ୍ରାକୃତିକ କାରଣ ଯୋଗୁଁ ୧୭ଟି ହାତୀଙ୍କ ମୃତ୍ୟୁ ହୋଇଥିବା ବେଳେ ପାହାଡ଼ରୁ ପଡ଼ି, ନଦୀ ନାଳରେ ପଡ଼ି, ନିଜ ଭିତରେ କଳହ ହୋଇ ୧୩ଟି […]
ବିଜେଡି ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ। ଏ ସରକାର ସ୍ଲୋଗାନ ଦେଉଛି ଜୟ କିଷାନ, କିନ୍ତୁ କାମରେ ଭାଗୋ କିଷାନ। ସରକାର କାହାଣୀ ରେ ଚାଲେନି,କାମ ଦରକାର। ଲୋକ ସେବା ଚାହାଁନ୍ତି ନେତା ଙ୍କ ପ୍ରବଚନ ନୁହେଁ। ଚାଷୀ ଙ୍କ ସମସ୍ୟା ସମାଧାନ ନ କଲେ ବିଜେଡି,ଏ ସରକାର ର କୁମ୍ଭ କର୍ଣ୍ଣ ନିଦ ହଜେଇଦେବ ବୋଲି ନବୀନ ଏଭଳି କିଛି କହିଛନ୍ତି । ସେ ଆହୁରି କହିଛନ୍ତି ରାଜ୍ୟ ସରକାରଙ୍କୁ […]
ଆଜି ସୁନା ଦର ସାମାନ୍ୟ ବୃଦ୍ଧି ଘଟିଥିବାବେଳେ ରୂପା ଦର କମିଛି।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୩୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ଆଜି ରୂପା ଦର ହ୍ରାସ […]
ଆଜି ବି ବର୍ଷା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ସହ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ।ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି […]
୧୩ ଘଣ୍ଟା ହେଲା ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ ଉର୍ଦ୍ଧ୍ଵ ଦମକଳ ଗାଡି ନିଆଁ ଲିଭାଇବାରେ ଲାଗିଛନ୍ତି। ଆୟତ୍ତକୁ ଆସିନି ରାତିରୁ ଲାଗିଥିବା ନିଆଁ। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି ଅଗ୍ନିଶମ ବାହିନୀ। କ୍ରେନ୍ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଟା ଚଳାଇଛନ୍ତି ଅଗ୍ନିଶମ ଟିମତ। ଜଳିପୋଡି ପାଉଁଶ ହେଲାଣି ଲକ୍ଷାଧିକ ଟଙ୍କାର ସାମଗ୍ରୀ। ତେବେ ବିଦ୍ୟୁତ୍ ଶର୍ଟସର୍କିଟ୍ କିମ୍ବା ଅନ୍ୟ କୌଣସି ଅସାବଧାନତା […]
ବାପାକୁ ମାରିଲା ପୁଅ । ଖଣ୍ଡଖଣ୍ଡ କରି ଡ୍ରମ୍ ଭିତରେ ପୁରାଇଲା । ପାଠପଢାକୁ ନେଇ ପୁଅର ଜଘନ୍ୟ କାଣ୍ଡ । ଉତ୍ତରପ୍ରଦେଶର ଆସିଆନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଆତଙ୍କ ସୃଷ୍ଟି କରିଛି। ଜଣେ ନିଖୋଜ ପାଥୋଲୋଜି ଅପରେଟରଙ୍କ ମୃତଦେହ ତାଙ୍କ ଘର ଭିତରେ ଥିବା ଏକ ଡ୍ରମରୁ ଉଦ୍ଧାର କରାଯାଇଛି। ଏହି ହତ୍ୟା ମାମଲାର ପୋଲିସ ବଡ଼ ଖୁଲାସା କରିଛି । ତଦନ୍ତରେ ବ୍ୟବସାୟୀ ପିତା ଏବଂ ତାଙ୍କ […]
ବଲାଂଗୀରର ବର ହାତରୁ ନବ ବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା । ନବବଧୂକୁ ବନ୍ଧୁକ ମୁନରେ ଉଠାଇନେଇଥିବା ପ୍ରେମିକ ସଞ୍ଜୟ ସାହୁ ଗିରଫ । ପ୍ରେମିକା ରଶ୍ମି ସହ ସଞ୍ଜକୁ ସମ୍ବଲପୁର ବୁଢାରାଜା ସ୍ଥିତ ପ୍ରଫେସର କଲୋନୀରୁ ଗିରଫ କଲା ସମ୍ବଳପୁର ପୋଲିସ । ସମ୍ବଲପୁର ପୋଲିସ ଓ ସୁବର୍ଣ୍ଣପୁର ପୋଲିସ ମିଳିତ ଚଢାଉ କରି ଉଭୟଙ୍କୁ ଗିରଫ କରିଛନ୍ତି l ଗିରଫ ପରେ ଉଭୟଙ୍କୁ ସୁବର୍ଣ୍ଣପୁର ପୋଲିସକୁ ହସ୍ତାନ୍ତର କରାଯାଇଛି । ଜଣେ ସାଙ୍ଗ […]
ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି। ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ ସଂସ୍କୃତ ମଧ୍ୟମା ଖାତା ଦେଖା ପାଇଁ ୩୦ ଟି ଜିଲ୍ଲାରେ ସମୁଦାୟ ୫୦ ଟି ମୂଲ୍ୟାୟନ କେନ୍ଦ୍ର ହୋଇଛି। ଏଥିରୁ ୪୭ଟି ହାଇସ୍କୁଲ୍ରେ ମାଟ୍ରିକ୍ ଖାତା ଦେଖିବା ଲାଗି ବ୍ୟବସ୍ଥା ରହିଥିବା ବେଳେ […]
ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।ଏହି ସମାବେଶରେ ବରୋଧୀ ଦଳ ନେତା ନବୀନ ପଟନାୟକ ଯୋଗ ଦେଇ ଉଦବୋଧନ ଦେବେ । ଚାଷୀ ସମସ୍ୟା ନେଇ ବିଧାନସଭା ଅଚଳ ହୋଇପଡିଛି । ଚାଷୀଙ୍କ ସମସ୍ୟା ସମାଧାନ […]
ମେଷଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ […]
