ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ବଡ଼ଦେଉଳର ନାଟମଣ୍ଡପରେ ଏଣିକି ସହଜ ହେବ ଜଗା ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ […]
ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୁଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୁଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ଶ୍ରୀ ଜେନା ବର୍ଷିଥିବା ବେଳେ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।ଗତକାଲି ପୌଷ ପୂର୍ଣ୍ଣମୀରେ ପ୍ରଭୁ ନୀଳମାଧବଙ୍କ ସୁନା ବେଶ ଦର୍ଶନ ଓ ଭଜନ ସନ୍ଧ୍ୟାକୁ ଉଦଘାଟନ କରିବାକୁ ଆସିଥିଲେ ଖଣିମନ୍ତ୍ରୀ ବିଭୁତି ଭୂଷଣ ଜେନା । କାର୍ଯ୍ୟକ୍ରମ ସାରି ମନ୍ତ୍ରୀ ଫେରୁଥିଲେ […]
କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୭ ଥର ମକରବୁଡ ପକାଇ ଥିଲେ। ଭୁବନେଶ୍ୱରରୁ ବିମାନରେ ଆସି ସକାଳ ୯ଟା ୪୦ ମିନିଟ୍ ରେ ରାଇସୁଆଁ ଏୟାର ଷ୍ଟ୍ରିପ୍ରେ ପହଞ୍ଚିଥିଲେ । ଏହାପରେ ସେଠାରୁ କେନ୍ଦୁଝର ଦେଇ ସଡ଼କ ପଥରେ ୧୦ ଟା ୪୦ ମିନିଟ୍ରେ […]
କେନ୍ଦ୍ରାପଡ଼ା ରାଜନଗର ଗହୀରମଥା ସମୁଦ୍ର ଗୁଳିକାଣ୍ଡ ଘଟଣା । ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ତାଳଚୁଆ ସାମୁଦ୍ରିକ ଥାନା ପୋଲିସ୍ । ଗିରଫ ପରେ ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଗତକାଲି ଗିରଫ ହୋଇଥିଲେ ଟ୍ରଲର ମାଲିକ । ଆଜି ଆଉ ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ପୋଲିସ । ଗତ ରବିବାର ଗହୀରମଥା ବାବୁବାଲି ଠାରେ ବେଆଇନ ଭାବେ ଟ୍ରଲରରେ ମାଛ ମାରୁଥିବା ବେଳେ ଟ୍ରଲର ସହିତ ୯ ଜଣ ମତ୍ସ୍ୟଜୀବୀଙ୍କୁ କାବୁ କରିଥିଲା […]
ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ୟୁଜିସି ନେଟ୍ ପରୀକ୍ଷା ସ୍ଥଗିତ ରଖିଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)। ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀ ଥିବା ଯୋଗୁ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ତେବେ ଜାନୁଆରୀ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହେବ।ପ୍ରାର୍ଥୀମାନଙ୍କୁ ଅଫିସିଆଲ ୱେବସାଇଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ଯାହା ଦ୍ୱାରା ସେମାନେ ପରୀକ୍ଷା ସମ୍ବନ୍ଧୀୟ କୌଣସି ନୂତନ ସୂଚନା ବିଷୟରେ ଅବଗତ […]
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ |ଇସ୍ରୋ ଅଧ୍ୟକ୍ଷ ହେବା ପୂର୍ବରୁ ସେ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରି ସାରିଛନ୍ତି। ଜିଏସଏଲଭି ଏମ୍ କେ-୩ ପାଇଁ […]
ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା।କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ କୁମ୍ଭୀର ଗଣନା କରିବେ। ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା […]
ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଏଥିରେ ପାଖାପାଖି ୩୮ କୋଟି ଟଙ୍କାର ବୟ ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି । […]
ପୁଣି ଲିଙ୍ଗରାଜଙ୍କ ନୀତି ବନ୍ଦ । ପବିତ୍ର ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ବନ୍ଦ ରହିଛି ନୀତି ।ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ। କିନ୍ତୁ ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ। ଯାହାକୁ ମାହାସୁଆର ନିଯୋଗ ବିରୋଧ କରିଥିଲେ। ଏହାକୁ ନେଇ ବିବାଦ […]
ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି । ବୀମା କମ୍ପାନୀମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ସୂଚାରୁ ରୂପେ ଜାରି ରହିଛି ।ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ପଞ୍ଜୀକୃତ ଚାଷୀ ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟରେ […]
ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ […]
ମେଷ -ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, […]
