ନୟାଗଡ଼,(ଓଡିଶା ଦର୍ପଣ):ସଂଯୁକ୍ତ କିଷାନ ମୋର୍ଚ୍ଚା, ଓଡ଼ିଶା ରାଜ୍ୟ କମିଟିର ଆହ୍ଵାନ କ୍ରମେ ନୟାଗଡ଼ରେ କୃଷକ ଚେତାବନୀ ଦିବସ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ସହିତ ପାଳନ କରାଯାଇଛି ! କୃଷକ ପ୍ରତିନିଧି ମାନଙ୍କର ପଟୁଆର ପୂର୍ତ୍ତ ଡ଼ାକବଙ୍ଗଳାଠାରୁ ବାହାରି ନଷ୍ଟ ଧାନବିଡା ପ୍ରଦର୍ଶନ ସହିତ କ୍ଷତିପୂରଣ ପାଇଁ ନାରାବାଜି ପୂର୍ବକ ଜିଲ୍ଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ! ନଷ୍ଟ ଫସଲର ଉପଯୁକ୍ତ କ୍ଷତିପୂରଣ, ତୁରନ୍ତ ପର୍ଯ୍ୟାପ୍ତ ମଣ୍ଡିଖୋଲି ଟ୩୧୦୦ ରେ […]
ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ବିଭିନ୍ନ ଗ୍ୟାଲେରୀର ଷ୍ଟଲ ବୁଲି ଦେଖି ପାରିବେ ସାଧାରଣ ଲୋକ । ଶୁକ୍ରବାର ସନ୍ଧ୍ୟା ଠାରୁ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲି ଦେଖିପାରିବେ ସାଧାରଣ ଲୋକ । ଏ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ତାଙ୍କ ଘୋଷଣା ମୁତାବକ ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ବୁଲିବା ସହ ବିଭିନ୍ନ ଗ୍ୟାଲେରୀର […]
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଅନ୍ୟ ପିଆରଆଇ ମେମ୍ବରଙ୍କୁ ତୁରନ୍ତ ଛାଡ଼ । ଏନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ଅଟକ ରଖାଯାଇଛି । ସେମାନ ଅଟକ ଥିବା କାରଣରୁ ଅନାସ୍ଥା ଭୋଟ୍ ବାଧାପ୍ରାପ୍ତ ହୋଇଛି । କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଥିଲା […]
ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବର୍ଷାରେ ଧାନ ରଙ୍ଗ ପରିବର୍ତ୍ତନ ହେଲେ ବି ଆମେ ନେଇଯିବୁ । କିନ୍ତୁ ବେଶୀ ଖରାପ ହୋଇଥିଲେ ନେଇ ହେବନି । କ୍ଷତି […]
ଆସନ୍ତା ଫେବୃଆରୀରେ ଦୁଇ ଦିନ ବନଦ ରହିବ ବ୍ୟାଙ୍କ । ଫେବୃଆରୀ ୨୪ ଓ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ବନ୍ଦ ରହିବ । ସର୍ବ ଭାରତୀୟ ଅଫିସର ମହାସଂଘ (ଏଆଇବିଓସି) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରାଯିବ ।ନିକଟରେ ଆର୍ଥିକ ସେବା ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମାକୁ ମହାସଂଘ ସମାଲୋଚନା କରିଛି । ଏହି ନିର୍ଦ୍ଦେଶନାମା କର୍ମଚାରୀମାନଙ୍କ ନିଯୁକ୍ତି ସୁରକ୍ଷା ସହ ସାଲିସ କରୁଛି ଏବଂ […]
ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ବୌଦ୍ଧ ଜିଲ୍ଲା ସାତକୋଶିଆ ଗଣ୍ଡରେ କୁସଙ୍ଗ ରେଞ୍ଜ ପକ୍ଷରୁ ରେଞ୍ଜ ଅଧିକାରୀ ସଂସାର ବର୍ଗିଆଙ୍କ ନେତୃତ୍ୱରେ ଚଳିତ ବର୍ଷର କୁମ୍ଭୀର ଗଣନା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ କୁମ୍ଭୀର ଗଣନା ସରିଥିବା ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି । ତିନି ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ଶେଷ ହୋଇଛ । ସମୁଦାୟ ୧୯ଟି କୁମ୍ଭୀର ଗଣନା ହୋଇଥିବା ସୂଚନା ମିଳିଛି । ୧୧ଟି ଘଡିଆଳ ଓ ୮ଟି ମଗର ପ୍ରଜାତିର କୁମ୍ଭୀର […]
ପୁରୀ ବେଳାଭୂମିରେ ଗୁରୁବାର ମହୋଦଧି ଆଳତିର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ପୁରୀ ଜଗତଗୁରୁ ଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି, ଭାରତକୁ ହିନ୍ଦୁ ରାଷ୍ଟ୍ର ରାଷ୍ଟ୍ର ଘୋଷଣା କରାଯାଉ। ଏହାଦ୍ବାରା ଅନ୍ୟ ୨୩ ଦେଶ ହିନ୍ଦୁ ରାଷ୍ଟ୍ର ଘୋଷଣା ହୋଇପାରିବେ ।ଶଙ୍କରାଚାର୍ଯ୍ୟ କହିଛନ୍ତି ଯେ ଆମେ କେବଳ ଖାଇବା ପାଇଁ ନ ବଞ୍ଚି, ୨୪ ଘଣ୍ଟାରେ ଅତିକମ୍ରେ ୧୫ରୁ ୨୦ ମିନିଟ୍ ପର୍ଯ୍ୟନ୍ତ ପାଞ୍ଚ ଥର ମହାପ୍ରଭୁଙ୍କ ଭଜନ, କୀର୍ତ୍ତନ କରିବା […]
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ମଧ୍ୟ ଅଛନ୍ତି। ଟପ ମାଓ ନେତା CCM ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଆତ୍ମସମର୍ପଣ […]
ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ। ରାୟ ପୂର୍ବରୁ ଦମ୍ପତିଙ୍କ ମଧ୍ୟରୁ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ।ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ଧାରା ୧୩(ଖ)ରେ ସମ୍ମତିକ୍ରମେ ସ୍ବାମୀ-ସ୍ତ୍ରୀ ବିବାହ ବିଚ୍ଛେଦ ପାଇଁ ଆବେଦନ କରିବାର ବ୍ୟବସ୍ଥା ରହିଛି। ଯଦି ଏଭଳି ମାମଲା ବିଚାରାଧୀନ ଥିବା ବେଳେ ଦୁଇଜଣଙ୍କ ମଧ୍ୟରୁ ଜଣେ ସମ୍ମତି ପ୍ରତ୍ୟାହାର କରନ୍ତି, […]
ନକଲି ଜିନିଷର ହବ୍ ପାଲଟିଛି କଟକ। ଏହି ସହର ପାଲଟିଛି ନକଲି ସାମଗ୍ରୀର ଆସର। ନାମୀ ଦାମୀ ଷ୍ଟିକର ଲଗେଇ ବିକୁଛନ୍ତି ନକଲି ଜିନିଷ। ଜଗତପୁର ଇମାନଗର ଖଇରା ପୋଲ ନିକଟରୁ ଠାବ ହେଲା ଅସଲି ବ୍ରାଣ୍ଡ ନାଁରେ ନକଲି ଟାୟାର ଗୋଦାମ। ନାମୀଦାମୀ କମ୍ପାନୀ ନାମରେ ନକଲି ସାଇକେଲ ଓ ବାଇକ୍ ଟାୟାର ଦୀର୍ଘଦିନ ହେବ ବିକ୍ରି ହେଉଥିଲା।ସୂଚନା ଅନୁସାରେ ଏହି ଗୋଦାମରୁ ଟାୟାର ଏବଂ ଟ୍ୟୁବ୍ଗୁଡିକୁ ବିଭିନ୍ନ ଜିଲ୍ଲାର ଗ୍ରାମାଞ୍ଚଳକୁ ପଠାଯାଉଥିବା ନେଇ କଟକ […]
କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଛି । ରାଜଧାନୀ ଭୁବନେଶ୍ବର ଓ କଟକରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁ ଟ୍ବିନ ସିଟିରେ ଦୃଶ୍ୟମାନ ଦୂରତା କମିଯାଇଛି । ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ପାଣିପାଗ ବିଭାଗ ଆକଳନ କରୁଛି, ଶନିବାର ଯାଏ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ରବିବାରଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ । ଏହା […]
ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି […]
