ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି। ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ।ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ ସହ ହବିଷ୍ୟାଳି ମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ […]
ଚଳନ୍ତା ଟ୍ରେନରେ ଚଢିବା ବେଳେ ଘଟିଲା ଅଘଟଣ । ଟ୍ରେନ୍ରୁ ଖସି ପଡ଼ି ମା’ ଓ ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କ ହାତ ଓ ଗୋଡ଼ କଟିଯାଇଛି। ଏପରି ଏକ ହୃଦୟ ବିଦାରକ ଘଟଣା ଆଜି ସକାଳେ ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଘଟିଛି।ଉଭୟଙ୍କୁ ପ୍ରଥମେ ରେଳ ବିଭାଗ ପୋଲିସ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ବ୍ରହ୍ମପୁର କୁ ସ୍ଥାନାନ୍ତରିତ କରିଛନ୍ତି । ଏହି ଦୁର୍ଘଟଣାରେ ମା […]
ନ୍ୟାସନାଲ୍ ଟେଷ୍ଟିଙ୍ଗ ଏଜେନ୍ସି(ଏନଟିଏ) ପକ୍ଷରୁ ଗୁରୁବାର ୟୁଜିସି ନେଟ୍ ୨୦୨୪ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜେଏଆର୍ଏଫ୍, ଆସିଷ୍ଟାଣ୍ଟ ପ୍ରେଫସର ଏବଂ ପିଏଚଡି ପାଇଁ ମୋଟ୍ ୧୧ଲକ୍ଷ ୨୧ହଜାର ୨୨୫ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିଲେ। ପରୀକ୍ଷାଫଳ ସହିତ ବିଷୟ ଭିତ୍ତିକ କଟଅଫ ମାର୍କ ମଧ୍ୟ ପ୍ରକାଶ କରାଯାଇଛି। ୟୁଜିସି ନେଟ-୨୦୨୪ ପରୀଫାଳ ଅଫିସିଆଲ ୱେବସାଇଟ ugcnet.nta.ac.inରେ ଦେଖିପାରିବେ ଏବଂ ସ୍କୋରକାର୍ଡ ଡାଉନଲୋଡ କରିପାରିବେ। ୟୁଜିସି ନେଟ ଜୁନ ୨୦୨୪ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟମ୍ବର […]
ରାପୃଷ୍ଠରେ ଅବତରଣ ପରେ ଧୁମଧାମରେ ହେଲା ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା । ମାତ୍ର ଜାଗାକୁ ନେଇ ଦେଖାଦେଇଥିବା ବିବାଦ ଯୋଗୁ ଲାଗୁ ହୋଇଛି ୧୪୪ ଧାରା। ଫଳରେ ୪ ଦିନ ପରେ ବି ହୋଇ ପାରୁନି ବିସର୍ଜନ କି ପାଣିକୁ ଯାଇ ପାରୁ ନାହାନ୍ତି ମା’ ।ଏପରି ଏକ ଅଭାବନୀୟ ଘଟଣା ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ ଦେଖିବାକୁ ମିଳିଛି ।ମଣ୍ଡପ ଓ ଏହାର ପାଖ ଜାଗାକୁ ନେଇ ପୂଜା କମିଟି ଓ ଜମି ମାଲିକଙ୍କ […]
ଅକ୍ଟୋବର ମାସ ଆସିଲେ, ସାଧାରଣ ମନରେ ବାତ୍ୟା ଭୟ ସଂଚାର ହୁଏ। ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ମାତ୍ରେ ବାତ୍ୟା ଆଶଙ୍କା ସମସ୍ତଙ୍କୁ ବିଚଳିତ କରେ। ଏବେ ମଧ୍ୟ ସେମିତି କିଛି ଖବରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା। ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର […]
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ଆଗୁଆ ପଞ୍ଜିକରଣ ନିମନ୍ତେ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ଅକ୍ଟୋବର ୨୧ ଓ ୨୮ତାରିଖ ଦୁଇ ସୋମବାରରେ ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜନଅଭିଯୋଗର ଶୁଣାଣି କରିବେ ।ପଞ୍ଜୀକୃତ ହୋଇଥିବା ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କ ଅଭିଯୋଗ ଜଣାଇ ପାରିବେ। ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ୍ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ କାଗଜପତ୍ର […]
ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି। ତେବେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସଏସଏସସି)ଙ୍କ ଦ୍ୱାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା-୨୦୨୪ରେ ଅନିୟମିତତାର ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତି। ସମସ୍ତ ଅନିୟମିତତା ଅଭିଯୋଗକୁ ସରକାରଙ୍କ ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ […]
ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ କାହିଁକି ମିଳୁନଥିଲା ‘ଭାରତ ରତ୍ନ’? ଏଥିପାଇଁ କିଏ ସାଜିଥିଲେ ପ୍ରତିବନ୍ଧକ? ଏହାର ଉତ୍ତର ବୋଧହୁଏ ବିଜେଡି ନେତାଙ୍କ ପାଖରେ ନଥିବ। କିନ୍ତୁ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିବା ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନାଁରେ ବିସ୍ଫୋରକ ବୟାନ ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦିଆ ନ ଯାଉ ବୋଲି ପାଣ୍ଡିଆନ ଚାହୁଁଥିବା ସେ କହିଛନ୍ତି।ଓଟିଭି […]
ରାଉରକେଲା ଶିଳ୍ପାଞ୍ଚଳରେ ବିନା ଫୁଡ ଲାଇସେନ୍ସରେ ଚାଲିଥିବା ଆଇସ୍କ୍ରିମ କାରଖାନା ସିଲ୍ କରାଯାଇଛି। ପ୍ରାୟ ଦେଢ କ୍ୱିଣ୍ଟାଲ ଆଇସ୍କ୍ରିମ ରାଉରକେଲା ମହାନଗର ନିଗମ ଜବତ କରିଛି।ଏଠାରେ ନିମ୍ନମାନର ଆଇସକ୍ରିମ ସହ ଅତ୍ୟନ୍ତ ଅପରିଷ୍କାର ସ୍ଥାନରେ ଏହାକୁ ପ୍ରସ୍ତୁତ କରାଯାଉଥିବା ଦେଖିବାକୁ ମିଳିଥିଲା । ପୂର୍ବରୁ ମଧ୍ୟ ଫ୍ୟାକ୍ଟ୍ରିରେ ଆଇସକ୍ରିମ ଅତ୍ୟନ୍ତ ଅସ୍ୱାସ୍ଥ୍ୟକର ପରିବେଶରେ ପ୍ରସ୍ତୁତ ନେଇ ଅଭିଯୋଗ ହୋଇଥିଲା। ଏନେଇ ବାରମ୍ବାର କମ୍ପାନୀ ମାଲିକଙ୍କ ସହ ଦୃଷ୍ଟି ଆକର୍ଷଣ କରାଯିବା ସହିତ ଫୁଡ୍ ଲାଇସେନ୍ସର ନବୀକରଣ କରିବା […]
ପ୍ରେମ ପାଇଁ ଜୀବନ ହାରିଲେ ପ୍ରେମିକ । ପ୍ରେମିକାର ନିର୍ଯାତନା ସହି ନ ପାରି ଟ୍ରେନ୍ ଆଗକୁ ଡେଇଁଲେ ପ୍ରେମିକ ।ବୁଧବାର ବିଳମ୍ବିତ ରାତିରେ ଡୁମଡୁମା ଅଞ୍ଚଳର ୨୩ ବର୍ଷୀୟ ନିରଞ୍ଜନ ସାହୁ ଘରୁ ପଳେଇ ଆସିଥିଲେ । କାରଣ ବାନ୍ଧବୀଙ୍କ ପରିବାର ଲୋକ ଆସିଲେ ନିରଞ୍ଜନ ଘର ସାମ୍ନାରେ ଝଗଡ଼ା କରିଥିଲେ ଓ ମାରିଦେବାକୁ ଧମକ ଦେଇଥିଲେ। ସେଥିପାଇଁ ଘରୁ ରାତିରୁ ରାଗି ଯାଇ ଚାଲିଆସିଥିଲେ ନିରଞ୍ଜନ । ହେଲେ ସକାଳୁ ଟ୍ରେନ ଟ୍ରାକ୍ରୁ ମିଳିଛି […]
କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତ ରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି l ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର କିଛି ଗ୍ରାମବାସୀ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ ହେଲେ ହଠାତ ବାଘ ରଡି ଶୁଣିବାକୁ ପାଇଥିଲେ l ତା’ର କିଛି ସମୟ ପରେ ପାହାଡ଼ ଆରପଟେ ୪ […]
