ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ ଟେଷ୍ଟରେ ବିଫଳତା ଦେଖୁଛି। କ୍ୟାପ୍ଟେନ୍ସିରେ ତାଙ୍କର ଆଉ ସେହି ପୁରୁଣା ଚମକ ନାହିଁ। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଘରୋଇ ସିରିଜରେ ଫ୍ଲପ୍ ହେବା ପରେ ରୋହିତ ଶର୍ମା ବର୍ଡର-ଗାଭାସ୍କର ଟ୍ରଫିରେ ବି ଫେଲ୍ । ଫଳରେ ତାଙ୍କର […]
ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ କହିଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା । ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ସୁଖ, […]
ନୂଆବର୍ଷରେ ଆମିଷ ବଜାରର ଚାହିଦା। ଆମିଷ କିଣିବାକୁ ଲୋକଙ୍କର ପ୍ରବଳ ଗହଳି ଦେଖିବାକୁ ମିଳିଛି । ମାଂସ ଭଳି ମାଛର ବି ଚାହିଦା କିଛି କମ ନାହିଁ । ବିଭିନ୍ନ ପ୍ରକାର ମାଛ ଭିତରୁ ଗ୍ରାହକ ନିଜ ମନପସନ୍ଦର ମାଛ କିଣିବାକୁ ଆଗ୍ରହ ଦେଖାଉଛନ୍ତି । ଗ୍ରାହକଙ୍କ ଆଗ୍ରହକୁ ଦେଖି ମାଛ, ଚିକେନ୍ ଏବଂ ମଟନ ଦୋକାନୀ ମଧ୍ୟ ଦୋକାନରେ ମାଲ୍ ଗଦା କରି ରଖିଛନ୍ତି । ଆଖି ପିଛୁଳାକେ ଦୋକାନରୁ ଖାଲିହେବାରେ ଲାଗିଛି, ଜିନିଷ । […]
ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା ହୋଇଛି। ତେବେ ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଛି| ସୂଚନାଯୋଗ୍ୟ ଯେ, ତୈଳ ମାର୍କେଟିଂ କମ୍ପାନୀଗୁଡିକ କେବଳ ମାସର ପ୍ରଥମ ଦିନରେ ଏଲପିଜି ଗ୍ୟାସର ମୂଲ୍ୟ ସ୍ଥିର କରନ୍ତି। ସେହିଭଳି ୧ ଜାନୁଆରୀରୁ ପେନସନଧାରୀଙ୍କ ପାଇଁ ଇପିଏଫ୍ ନୂଆ ନିୟମ ଲାଗୁ […]
ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ସେହିଭଳି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ […]
ଆହୁରି ଥରାଇବ ଜାଡ଼ । କମିବ ପାରଦ, ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, କୋରାପୁଟ ଏବଂ ଅନୁଗୁଳ ଜିଲ୍ଲାରେ ସାମାନ୍ଯ କୁହୁଡ଼ି ଦେଖିବାକୁ ମିଳିବ। ସେହିପରି ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, […]
୨୦୨୪ ଅର୍ଥାତ୍ ଚଳିତ ବର୍ଷ ଥିଲା ବିଶ୍ବର ସବୁଠାରୁ ଉତ୍ତପ୍ତ ବର୍ଷ । ଜଳିଥିଲା ପୃଥିବୀ । ଆଉ ଜଳେଇଥିଲା ମଧ୍ୟ । ତାପମାତ୍ରା ପାରଦ ଡେଇଁବାରେ ରେକର୍ଡ ସୃଷ୍ଟି କରିଥିବା ବେଳେ ହାହାକାରରେ ଫାଟିଥିଲା ପୃଥିବୀ । ତେବେ ୨୦୨୪ କୁ କାଟିବ ୨୦୨୫ ଉତ୍ତାପ । ବିପଦ ଡାକିଆଣୁଛି ଜଳବାୟୁ ପରିବର୍ତ୍ତନ । ଚିନ୍ତା ବଢାଇଲା ବିଶ୍ୱ ପାଣିପାଗ ସଂଗଠନ ବା WMOର ରିପୋର୍ଟ । ଡବ୍ଲୁଏମଓ କହିଛି ଯେ ଗ୍ରୀନ୍ ହାଉସ୍ ଗ୍ୟାସର […]
ପୁଣି ଶିମିଳପାଳକୁ ଫେରିଲା ଜିନ୍ନତ । କୋଲକାତା ଆଲିପୁର ଚିଡ଼ିଆଖାନାର ପଶୁ ଚିକିତ୍ସାଳୟରୁ ଏକ ଭ୍ୟାନ ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଯାଇଛି । ଗ୍ରୀନ କରିଡ଼ର ମଧ୍ୟରେ ଜିନ୍ନତ ଓଡ଼ିଶା ଆସିଛି । ବାଘୁଣୀ ଜିନତ ରାତି ଗୋଟାଏ ୨୫ରେ ଆନ୍ତଃରାଜ୍ୟ ସୀମା ଜାମଶୋଳା ଦେଇ ଓଡିଶାକୁ ଆସିବା ପରେ ତାକୁ ଶିମିଳିପାଳ ନିଆଯାଇଛି । ୨୫ ଦିନ ଧରି ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଏକାଧିକ ଜଙ୍ଗଲରେ ଆତଙ୍କ ଖେଳାଇବା ପରେ ୨ ଦିନ ତଳେ ବାଂକୁଡ଼ା […]
ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ସମାରୋହର ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଓଡ଼ିଶାର ସମୃଦ୍ଧ କଳା,ସଂସ୍କୃତି ଓ […]
ନୂତନବର୍ଷ କିପରି ମଙ୍ଗଳମୟ ହେବ ସେଥିପାଇଁ ସଭିଙ୍କ ମନରେ ରହିଥାଏ ବହୁ ଆଶା ଓ ଆକାଂକ୍ଷା। ତେବେ ବାସ୍ତୁଶାସ୍ତ୍ର ଅନୂଯାୟୀ, କ’ଣ ସବୁ କଲେ ନୂଆବର୍ଷ ସୁଖମୟ ହେବ, ଘରକୁ ନେଇ ଆସନ୍ତୁ ଏହି ଜିନିଷ ବର୍ଷ ସାରା ଘରେ କେବେବି ଧନର ଅଭାବ ରହିବ ନାହିଁ। ତେବେ ପ୍ରଥମେ ଭଗବାନ ଗଣେଶଙ୍କୁ ବିଘ୍ନନାଶକ ବୋଲି କୁହାଯାଇଥାଏ। ତେଣୁ ନୂଆବର୍ଷ ଅବସରରେ ଘରକୁ ପ୍ରଭୁ ଗଣେଶଙ୍କର ନୂତନ ମୂର୍ତ୍ତୀଟିଏ ଆଣି ପୂଜାର୍ଚ୍ଚନା କଲେ ବର୍ଷସାରା ଗୃହରେ ସୁଖଶାନ୍ତି […]
ଓଲଟିଛି କ୍ୟାଲେଣ୍ଡର ପୃଷ୍ଠା । ବିଦାୟ ନେଇଛି ୨୦୨୪ । ଆସିଛି ନୂଆବର୍ଷ । ଧରାପୃଷ୍ଠରେ ଏବେ ୨୦୨୫ର ରାଜୁତି । ବିଦାୟୀ ବର୍ଷର ଘାତ ପ୍ରତିଘାତ, ଦୁଃଖ ଓ କଷ୍ଟକୁ ଭୁଲି ନୂଆବର୍ଷକୁ ଧୁମଧାମରେ କରାଯାଇଛି ସ୍ୱାଗତ । ରାଜ୍ୟ, ଦେଶ ଓ ବିଶ୍ବ ସାରା ସବୁଠି ଉତ୍ସବ ଏବଂ ଉଲ୍ଲାସର ମାହୋଲ । ପୂଜା ପ୍ରାର୍ଥନା ମନ୍ଦିରରେ ଦର୍ଶନ, ଆଉ କେଉଁଠି ବାଜା ବାଣର ଉତ୍ସବରେ ନୂଆ ବର୍ଷକୁ ସ୍ୱାଗତ । ଜିରୋ ନାଇଟରେ […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
