author

୭୮ ବର୍ଷ ବୟସରେ ପଦାର୍ପଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି ।ଆଜି ନବୀନଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର ଆୟୋଜନ କରିବ । ୧୯୪୬ ଅକ୍ଟୋବର ୧୬ ତାରିଖରେ କଟକରେ ଜନ୍ମ ନେଇଥିଲେ ନବୀନ । ଜୀବନର ୫୦ ବର୍ଷରୁ ଊଦ୍ଧ୍ୱର୍ କାଳ ରାଜନୀତିରୁ ଦୂରେଇ ରହିଥିବା ନବୀନ ଆକସ୍ମିକ ଭାବେ ପିତା […]

ଆଜିର ରାଶିଫଳ(୧୬ ଅକ୍ଟୋବର,୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।  ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ବିନା ଅନୁମୋଦନରେ ୫ମହଲା କୋଠା ନିର୍ମାଣରାସ୍ତା ଉପରେ ପାର୍କିଂ ଯୋଗୁଁ ଉପୁଜୁଛି ଟ୍ରାଫିକ ସମସ୍ୟା

ରାୟଗଡ଼ା- ରାୟଗଡ଼ା ପୌରାଂଚଳରେ ଦିନକୁ ଦିନ ରାସ୍ତା ଜବରଦଖଲ ଓ ପାର୍କିଂକୁ ନେଇ ହରଡ଼ଘଣାରେ ପଡ଼ୁଛି ପୋଲିସ । ବିଶେଷ ଭାବେ ରାୟଗଡ଼ା ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ରହିଥିବା ଦୋକାନଗୁଡ଼ିକ ସମ୍ମୁଖରେ ରାସ୍ତା ଉପରେ ଗାଡ଼ି ପାର୍କିଂ, ଉଠା ଦୋକାନୀ କାରଣରୁ ମୁଖ୍ୟ ରାସ୍ତାରେ ଟ୍ରାଫିକ ସମସ୍ୟା ଲାଗି ରହୁଛି । ସେହିଭଳି ସହରର ଏସବିଆଇ(ଏଡିବି) ବ୍ରାଂଚ ଶାଖା ଗଳି, ଭାମସି କ୍ରିଷ୍ଣା ହୋଟେଲ ଗଳି, ଆଇଡିବିଆଇ ଓ ଏଚଡିଏଫସି ବ୍ୟାଙ୍କ […]

ଧାନ କିଣା ବେଳେ ସିଲ୍ ହେବ ସୀମା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏପରିକି ରାଜ୍ୟ ବାହାର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେ ନାହିଁ ବୋଲି ବୈଠକରେ କୁହାଯାଇଛି ।ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ରାଜ୍ୟର ସୀମାରେ ଚେକିଂ କଡାକଡି ହେବ । ବଡ କଥା ହେଲା […]

ଦଶହରାରୁ ନିଖୋଜ ଥିଲେ ଯୁବତୀ, ପୋଖରୀରୁ ମିଳିଲା ମୃତଦେହ

ଦଶହରାରୁ ନିଖୋଜ ଥିଲେ ଯୁବତୀ । ଏବେ ପୋଖରୀରୁ ମିଳିଲା ମୃତଦେହ । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମର ହେମନ୍ତ କରଙ୍କ ୨୩ ବର୍ଷ ବୟସ୍କା ଝିଅଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହୋଇଛି । ରବିବାର ଦିନ ସେ ନିଖୋଜ ଥିଲେ । ଦଶହରା ଥିବାରୁ ଝିଅ […]

କୃଷକମାନଙ୍କୁ ଅତ୍ୟାଧୁନିକ କୃଷି ନିମନ୍ତେ ସକ୍ଷମ କରିବା ଲକ୍ଷ୍ୟରେ ସୋଆ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍‌ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି ।ମଞ୍ଜି ବୁଣିବା ଠାରୁ ଆରମ୍ଭ କରି ଫସଲ ଅମଳ, ଫସଲର ପ୍ରକୃତ ସ୍ଥିତିର ତଦାରଖ ସହ ଜଳ ଓ ପୋଷଣର […]

ମଣ୍ଡିରେ ଧାନ କିଣାକୁ ସୁବ୍ୟବସ୍ଥିତ କରିବା ପାଇଁ ଦାୟିତ୍ୱରେ ରହିବେ ମନ୍ତ୍ରୀ

ଖରିଫ ଧାନ ଅମଳ ପୂର୍ବରୁ ରାଜ୍ୟ ସରକାର ମଙ୍ଗଳବାର ଧାନ କିଣାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଧୁନିକୀକରଣ ମାଧ୍ୟମରେ ଧାନ କିଣା ଯିବ ବୋଲି ଆଲୋଚନା ହୋଇଛି। ଏପରିକି ଚାଷୀଙ୍କ ଧାନ କିପରି ସୂଚାରୁ ରୂପେ କିଣାହେବ ସେନେଇ ବୈଠକରେ ଆଲୋଚନା କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ଧାନ କିଣିବା ସମୟ ସୀମା ବଢ଼ାଇ ପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।ମଣ୍ଡିଗୁଡିକୁ ଆଧୁନିକୀକରଣ […]

ଆଜିଠୁ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ

କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ହାଇବ୍ରିଡ଼ ଏବଂ ଅନଲାଇନରେ ପଞ୍ଜିକରଣ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ପଞ୍ଜିକରଣ ପ୍ରକ୍ରିୟା । ପଞ୍ଜିକରଣରେ ୧୦ଟି ଟିମ ନିୟୋଜିତ ରହିଛନ୍ତି । ୫ ହଜାର ଟଙ୍କା ଦେଇ ପଞ୍ଜିକରଣ କରିପାରିବେ ବ୍ୟବସାୟୀ । କଟକ ବାରବାଟୀ ପ୍ୟାଲେସରେ ଚାଲିଛି ପଞ୍ଜିକରଣ । ଅକ୍ଟୋବର ୨୭ରୁ […]

OPSC ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି।

ଓଡିଶା ଲୋକସେବା ଆୟୋଗ ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଓପିଏସ୍‌ସି ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଅକ୍ଟୋବର 27ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ। ପାଞ୍ଚଟି ଜୋନ୍- ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ କରାଯିବ।ସମୟ: ସକାଳ 10ରୁ 12ଟା (ଜେନେରାଲ୍ ଷ୍ଟଡିଜ୍ ପେପର 1)ସମୟ: ଦ୍ୱିପ୍ରହର 1:30ରୁ 3:30 […]

ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ

ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଜେଡିର ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା ପ୍ରସନ୍ନ ପଟ୍ଟଶାଣୀଙ୍କ ବଡ଼ ବୟାନ । ପ୍ରସନ୍ନ କହିଲେ, ମୁଁ ବିଜେଡି ଲୋକ, ମୋ ଜନ୍ମ ଜାତକରେ ମୋ ନା ପଢିବେ । ଦୁର୍ଭାଗ୍ୟ ଦଳ ଗଢିକି ଦଳ ଛାଡିଲା ବେଳେ ବଡ ଦୁଃଖ […]

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। 

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ଏହି ଅବସରରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ପରେ ୨୪ତାରିଖ ସକାଳ ୯ଟାରୁ ବାହାରି ପୁରୀ ଜିଲାସ୍ଥିତ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ କରିବେ। ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱରସ୍ଥିତ […]

ବାକି ଆବେଦନକାରୀଙ୍କୁ ଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନିଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପାଖାପାଖି ୨୫୦ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ଏହା ଗ୍ରହଣ କରି ସମସ୍ୟାର ସମାଧାନ […]