ସେକେଣ୍ଡ ଲାଙ୍ଗୁଏଜ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ଖୁବ୍ ସତର୍କତା ଅବଲମ୍ବନ କରିବ।

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି ଜରିଆରେ ଅନେକ ସଫଳତା ମିଳିଛି । ତେଣୁ ମାଟ୍ରିକ୍ ପରୀକ୍ଷା କେନ୍ଦ୍ରମାନଙ୍କରେ ଆଗକୁ ଆଉ ସେଭଳି ବିଭ୍ରାଟ ହେବନାହିଁ ବୋଲି ଆଶା ପ୍ରକଟ କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ ରୁମ୍‌ରେ ସିସିଟିଭି […]

ଗ୍ରୀଷ୍ମ ପାଇଁ ଶିକ୍ଷା ଅନୁଷ୍ଠାନ, ଅଫିସ, ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ଜାରୀ କଲେ ଆଡଭାଇଜରି

ଭୁବନେଶ୍ବର(ଓଡ଼ିଶା ଦର୍ପଣ): ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା […]

ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାଥି । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାଥି ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ଣ୍ଣିଂ ଅଫିସର ।ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ […]

ହରେକୃଷ୍ଣ ମହତାବ ପାଠାଗାରର ହେବ ରୂପାନ୍ତରୀକରଣ

ରାଜ୍ୟରେ ଆରମ୍ଭ ହେଲା ଗ୍ରନ୍ଥାଗାର ଅଭିଯାନ। ସୋମବାର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଳୟକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏହି ରୂପାନ୍ତରଣ କାର୍ଯ୍ୟର ଶିଳାନ୍ୟାସ ତଥା ନୂତନ ରୂପେ ଭୁବନେଶ୍ବରସ୍ଥିତ […]

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର, ୩ବର୍ଷରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ

ପୁରୀ,(ଓଡ଼ିଶା ଦର୍ପଣ):ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ୩ ବର୍ଷ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହେବ । ଜମି ଅଧିଗ୍ରହଣ ପାଇଁ ପରିବେଶ ମଞ୍ଜୁରୀ ମିଳିଥିବା ବେଳେ ବିମାନ ଚଳାଚଳ କରିବା ପାଇଁ ଆବଶ୍ୟକ ପରିବେଶ ଆସେସେମେଣ୍ଟ କ୍ଲିୟରାନ୍ସ ଓ ସିଆରଜେଡ କ୍ଲିୟରାନ୍ସ ସହ ପ୍ରଦୂଷଣ କ୍ଲିୟରାନ୍ସ ସାର୍ଟିଫିକେଟର ଆବଶ୍ୟକତା ରହିଛି ବୋଲି କହିଛନ୍ତି ପରିବେଶବିତ। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ। ଏଥିପାଇଁ ୨୨୦୩ କୋଟି ଟଙ୍କାର ଟଙ୍କାର ଟେଣ୍ଡର ଆହ୍ୱାନ […]

୨୦ରୁ ମାଟ୍ରିକ ପରୀକ୍ଷା, ଏଆଇ ନଜରରେ ରହିବ ସମ୍ବେଦନଶୀଳ କେନ୍ଦ୍ର

ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସଂସ୍କାର ଓ ସୁଧାର ଆଣିବା ପାଇଁ ବୋର୍ଡ ପକ୍ଷରୁ ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟର ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇଛି। ଅଧିକ ସମ୍ବେଦନଶୀଳ କେନ୍ଦ୍ରଗୁଡକରେ ସିସିଟିଭି ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନସି(ଏଆଇ) ମାଧ୍ୟମରେ ସ୍କୁଲରେ ବିଭିନ୍ନ ଗତିବିଧି ଉପରେ ନଜର ରଖାଯିବ। ନୋଡାଲ […]

ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୩-୨୪ ଆର୍ଥୀକ ବର୍ଷରେ ୪୪୮ କୋଟିଟଙ୍କା କାର୍ଯ୍ୟକାରୀ ହେବ। ଯୋଜନାରେ ୧୧ ହଜାର ମହିଳା ଏସଏଜଜିଙ୍କ ସମେତ ୫୦ ହଜାର ମସ୍ୟଜୀବି ଉପକୃତ ହେବେ। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍‌ ମିଳିବ। ଏଥିରେ ରାଜ୍ୟର […]

ଏପ୍ରିଲ ୧୪ ରେ ପାଳନ ହେବ ପଣା ସଂକ୍ରାନ୍ତି

ଦୂର ହେଲା ପାଞ୍ଜି ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ଆଉ ଏହି ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି । ଏପ୍ରିଲ ୧୩ ନା ୧୪ ତାରିଖରେ ପଣା ସଂକ୍ରାନ୍ତି ହେବ ତାହାକୁ ନେଇ ସଂଶୟ ଉପୁଜିଥିଲା। ଯେଉଁଥିପାଇଁ ସୋମବାର ପୁରୀରେ ପାଞ୍ଜି ବୈଠକ ବସିଥିଲା। ବୈଠକରେ ମୁକ୍ତି ମଣ୍ଡପ ପଣ୍ଡିତ ୧୪ ତାରିଖରେ ମହାବିଷୁବ ପଣା […]

୫ ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ […]

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ବର୍ଦ୍ଧିତ ପେନସନ, ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ […]

ଓଡ଼ିଶାରେ JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ ।

ରାଜ୍ୟକୁ ଆସିବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଶିଳ୍ପ । ଓଡ଼ିଶାରେ ଜେଏସଡବ୍ଲ୍ୟୁ କରିବ ବିଦ୍ୟୁତ ଯାନ ନିର୍ମାଣ । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ୪୦ ହଜାର କୋଟି ପୁଞ୍ଜି ନିବେଶ କରିବ । ୧୧ ହଜାର ନିଯୁକ୍ତି ସୃଷ୍ଟି ହେବ । ୩ ବର୍ଷ ଭିତରେ ଏହା କାର୍ଯ୍ୟକ୍ଷମ ହେବ । ଅକ୍ଟୋବରରେ ଏହାର ଶିଳାନ୍ୟାସ ହେବ । ଯାତ୍ରୀବାହୀ ଏବଂ ବାଣିଜ୍ୟିକ ଯାନ ଉତ୍ପାଦନ ହେବ ।ରାଜ୍ୟ […]

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ

ଶନିବାର ବିଧିବଦ୍ଧ ଭାବେ ଅଭିନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତ ଥିଲେ। ହାତ ଧରିବା ପରେ ମନୋଜ କହିଛନ୍ତି ନେତା ହେବା ପାଇଁ ଆସିନାହିଁ, ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଅନେକ ସମସ୍ୟା ଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନାହାଁନ୍ତି । କଂଗ୍ରେସରେ ସାମିଲ ହୋଇ ଲୋକଙ୍କ […]