ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ କିନ୍ନର ମାନଙ୍କୁ ନେଇ ଏକ ସଚେତନତା ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରl ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ , ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତତ୍ଵାବଧାନରେ  ସେବା ଅନୁଷ୍ଠାନ, ନୟାଗଡ଼ ଠାରେ ଶତାଧିକ କିନ୍ନର ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଯାଇଛି l ପ୍ରାରମ୍ଭରେ, ଆଇନ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର୍ ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ  ଏହାକୁ ଆନୁଷ୍ଠାନିକ ଭାବେ ସଚିବ , ଅଞ୍ଜଳି ମଛଖଣ୍ଡ ଉଦଘାଟନ […]

କବିସୂର୍ଯ୍ୟ ସଦାନନ୍ଦଙ୍କ ଜନ୍ମ ଜୟନ୍ତୀରେ ପୁଷ୍ପମାଲ୍ୟ ଅର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୮ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ  ସାମଜସେବୀ ପ୍ରମୋଦ ପଟ୍ଟନାୟକ, […]

  “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ

ନୟାଗଡ, (ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଚାହାଳୀଙ୍କ ଆନୁକୁଲ୍ୟରେ  ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା ” ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଛାତ୍ର/ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ପାଇଁ ଏକ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଯାଇଛି ।ଅତିଥି ମାନଙ୍କୁ ଉପଢୌକନ ଓ ବୃକ୍ଷ ଦେଇ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଛାତ୍ରୀ ଅର୍ଚ୍ଚିତା ଆଚାର୍ଯ୍ୟ […]

ନୟାଗଡ଼ କଲେଜ ଅର୍ଥଶାସ୍ତ୍ର ବିଭାଗର ଆଲୋଚନାଚକ୍ର

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଅର୍ଥଶାସ୍ତ୍ର ବିଭାଗ ଆନୁକୂଲ୍ୟରେ, ‘ନବ-ପ୍ରବର୍ତ୍ତନ, ବୈଷୟିକ ସଂସ୍ଥାନ, ଏବଂ ଭାରତୀୟ ଅର୍ଥବ୍ୟବସ୍ଥା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ଭାବେ, ରାଜ୍ୟ ବିତ୍ତ ଆୟୋଗର ପ୍ରାକ୍ତନ ଅଧ୍ୟକ୍ଷ ତଥା ଉତ୍କଳ ବିଶ୍ୱବିଦ୍ୟାଳୟ ଅର୍ଥଶାସ୍ତ୍ର ବିଭାଗର ପୂର୍ବତନ ପ୍ରଫେସର ଏବଂ ମୁଖ୍ୟ ପ୍ରଫେସର ଡ. ସୁଧାକର ପଣ୍ଡା ଯୋଗଦେଇ ବୈଶ୍ୱିକ ସ୍ତରରେ ବ୍ୟାଙ୍କିଙ୍ଗ ବ୍ୟବସ୍ଥା, ମୁଦ୍ରା ନେଣ-ଦେଣ ତଥା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ନବପ୍ରବର୍ତ୍ତନ ସମ୍ବନ୍ଧରେ ଆଲୋଚନା କରିଥିଲେ […]

କୃଷକ ଶ୍ରମିକଙ୍କ ବିକ୍ଷୋଭ -ଫେବୃଆରୀ ୧୯ ସାଧାରଣ ଧର୍ମଘଟର ଆହ୍ଵାନ

ନୟାଗଡ଼,(ଓଡ଼ିଶା ଦର୍ପଣ):ସଂଯୁକ୍ତ କିଷାନ ମୋର୍ଚ୍ଚା, ଟ୍ରେଡୟୁନିଅନ ମାନଙ୍କ ମିଳିତ ମଞ୍ଚ ଓ କ୍ଷେତମଜଦୂର ୟୁନିଅନର ସର୍ବଭାରତୀୟ ଆହ୍ଵାନ କ୍ରମେ ଜାନୁଆରୀ ୧୮ରେ ନୟାଗଡ଼ରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ପୂର୍ବକ ଶ୍ରମିକ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ କରାଯାଇଛି। କର୍ମୀ ମାନେ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଏହି ସଭାରେ ସିଆଇଟିୟୁର ରାଜ୍ୟ ନେତା ଦୁଷ୍ମନ୍ତ କୁମାର ଦାସ ଉଦ୍ ବୋଧନ ଦେଇ କେନ୍ଦ୍ର ମୋଦି […]

ଗୃହ ସହାୟିକା ମାନଙ୍କୁ କମ୍ବଳବଣ୍ଟନ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ଆନୁକୂଲ୍ୟରେ ଗୃହ ମାନଙ୍କରେ କାର୍ଯ୍ୟରତ ଗୃହ ସହାୟିକା  ମାନଙ୍କୁ ପୁରୁଣା ସହର କରଣସାହି ରୋଟାରୀ ଭଵନ ଠାରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ କରାଯାଇଛି।  ସଭାପତି ପ୍ରମୋଦ ପଟ୍ଟନାୟକ ଓ ସମ୍ପାଦକ ସଂଗ୍ରାମ କେଶରୀ ଗୁମାନ ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଉପସ୍ଥିତିରେ ୨୦ଜଣ ଗୃହରେ କାର୍ଯ୍ୟରତ ଗୃହ ସହାୟିକା ସାମିଲ ହୋଇ କମ୍ବଳ ଗ୍ରହଣ କରିଥିଲେ।ରୋଟାରୀଆନ ଲକ୍ଷ୍ମୀଧର […]

ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ, ନୟାଗଡ଼ ତରଫରୁ ରକ୍ତଦାନ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ): ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪ ତମ ଜୟନ୍ତୀ ଉପଲକ୍ଷେ ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଶ୍ରମ ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ସକାଳ ୯ଟା ସମୟରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିର କୁ ନୟାଗଡ଼ ପୌରପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ରିବନ କାଟି ଉଦଘାଟନ କରିଥିଲେ।ସକାଳ ୧୦ଟାରେ ବରିଷ୍ଠ ଶିକ୍ଷାବିତ୍ ରାମଚନ୍ଦ୍ର ମହାପାତ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁ ଏବଂ […]

ପୂର୍ବ ଭାରତ ବିଜ୍ଞାନ ଏବଂ ଅଭିଯାନ୍ତ୍ରିକୀ ମେଳାରେ ନୟାଗଡ଼ ଜିଲ୍ଲାର ଲୋପାମୁଦ୍ରା

ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ଡିସେମ୍ବର ମାସରେ  ଡି.ଏନ.ହାଇସ୍କୁଲ,କେନ୍ଦୁଝର ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ନୟାଗଡ଼ ଜିଲ୍ଲା ତରଫରୁ  ଭାଗ ନେଇଥିବା ନୂଆଗାଁ ବ୍ଲକ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଲୋପାମୁଦ୍ରା ପ୍ରଧାନ ରାଜ୍ୟ ପ୍ରତିନିଧି ଭାବେ ମନୋନୀତ ହୋଇ  କୋଲକାତାର ବିର୍ଲା ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି ମିଉଜିଅମ ଠାରେ ଅନୁଷ୍ଠିତ ହେଉଥିବା ପୂର୍ବ ଭାରତ ବିଜ୍ଞାନ ଏବଂ ଅଭିଯାନ୍ତ୍ରିକ ମେଳା-୨୦୨୬ରେ ଯୋଗଦାନ କରିଛନ୍ତି। ଚଳିତ ମାସ ୧୩ ରୁ ୧୫ ତାରିଖ ତିନିଦିନ ବ୍ୟାପି ଅନୁଷ୍ଠିତ […]

ଖବର କାଗଜ ବିତରକ ମାନଙ୍କୁ କମ୍ବଳ ବଣ୍ଟନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖ ପ୍ରାଙ୍ଗଣରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ କରାଯାଇଛି। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିତରକ ସଂଘ ସଭାପତି ଶ୍ରୀକାନ୍ତ ପଟ୍ଟନାୟକ ନେତୃତ୍ୱରେ କାର୍ଯ୍ୟରତ ୨୦ ଜଣ ଖବର କାଗଜ ବିତରକ […]

ଭଜନ ‘ତୋ କଳାକାହ୍ନୁ କେଡ଼େ ନାଟୁଆ’ ଲୋକାର୍ପିତ

ନୟାଗଡ,(ଓଡ଼ିଶା ଦର୍ପଣ): ଭଜନ ସଙ୍ଗୀତ ‘ତୋ କଳାକାହ୍ନୁ କେଡ଼େ ନାଟୁଆ’ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ର ଠାରେ ଲୋକାର୍ପିତ ହୋଇଯାଇଛି । ଗୀତଟିରେ ଆଦ୍ୟା ଆଲିସା ଦାଶ କଣ୍ଠଦାନ କରିଥିବା ବେଳେ ଲୋକପ୍ରିୟ କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ରଚନା ଓ ସ୍ୱର ସଂଯୋଜନା କରିଛନ୍ତି । ଅଶୋକ କୁମାର ସାହୁ ସଂଗୀତ ପରିଚାଳନା କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ଭାବେ ନାଟ୍ୟକାର […]

ନୟାଗଡ଼ ବ୍ଲକ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମିକୁ ଗଲେ ୧୦

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୟାଗଡ଼ ବ୍ଲକ ଅଡିସନ ନୂଆରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରତିଯୋଗିତାକୁ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ,ଶିକ୍ଷାକେନ୍ଦ୍ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଶିକ୍ଷକ ନୀଳମାଧଵ ନନ୍ଦ ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ […]