ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ

ଓଡ଼ଗାଁ,୦୪/୦୨(ଓଡିଶା ଦର୍ପଣ):ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ […]

ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ସହିତ ବନ୍ଦେ ଉତ୍କଳ ଜନନୀ ଗାନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟ,ନୟାଗଡ଼ ପରିସରରେ ଭାଷା,ସାହିତ୍ୟ,ସୃଜନଶୀଳତା ଉତ୍ସବ ଏବଂ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଶପଥପାଠ କରାଯାଇଥିଲା। ପ୍ରଧାନଶିକ୍ଷୟିତ୍ରୀ ରସିଦା ଖାତୁନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ, ସୁଚିତ୍ରା ଦେବୀ,ରୋଜାଲୀନ ମିଶ୍ର, ଜ୍ୟୋତିର୍ମୟୀ ରଥ, ସ୍ୱାଗତିକା ଦଳେଇ, ଭବାନୀ ଆଚାର୍ଯ୍ୟ,ସୌଦାମିନୀ ପ୍ରଧାନ, କାଦମ୍ବିନୀ କରଣ,ଅନୁସାୟା […]

ନୟାଗଡ଼ ଜିଲ୍ଲାରେ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ଲାଇଭ୍ ଷ୍ଟ୍ରିମିଙ୍ଗ ମାଧ୍ୟମରେ ଏହାର ଦୃଶ୍ୟ ଶ୍ରାବ୍ୟ ପ୍ରଦର୍ଶନ

ନୟାଗଡ଼: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ […]

ଧନ୍ଦାମୂଳକ ଶିକ୍ଷାର୍ଥୀ ଙ୍କ ଶିଳ୍ପ ପରିଭ୍ରମଣ।

ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣ କୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀ ଛାତ୍ର ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।ଏହି ପରିଭ୍ରମଣ ରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ନବମ ଓ ଦଶମ ଶ୍ରେଣୀର ପରିଧାନ ବିଭାଗ ର ୬୮ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା […]

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର:ବାମନ ଅବକାଶ ସରକାରୀ ହାଇସ୍କୁଲ ହାତେଇଲା ୫ ପୁରସ୍କାର

ନୟାଗଡ଼(ଲକ୍ଷ୍ମୀଧର ସାହୁ): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ରାଜ୍ୟ ସରକାରଙ୍କ ଏକ ଅଭିନବ ପ୍ରୟାସ। ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବରେ ନୟାଗଡ ଜିଲ୍ଲା ସ୍ଥିତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ, ଇଟାମାଟିର ଗଣିତ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା, ଜିଲ୍ଲାସ୍ତରୀୟ ମାଧ୍ୟମିକ ଶିକ୍ଷକ ପୁରସ୍କାର ପାଇଥିବା ବେଳେ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଜିଲ୍ଲାର ଏକମାତ୍ର ସି. ଆର. ସି. ସି ଭାବେ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏଥି ସହିତ ବିଦ୍ୟାଳୟର ଚାରି […]

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ […]

ନୟାଗଡ଼ ଜିଲ୍ଲାପାଳଙ୍କ ପୁନଃ ନିଯୁକ୍ତି

ନୟାଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ ଆଗାମୀ ଜାନୁଆରୀ 31 ତାରିଖରେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ଇତି ମଧ୍ୟରେ ରାଜ୍ୟ ସରକାର ତାଙ୍କୁ ତା 01/02/2024 ରିଖ ଠାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଭାବେ ପୁନଃ ନିଯୁକ୍ତି ପ୍ରଦାନ କରିଛନ୍ତି। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ତା 29/01/2024 ରିଖରେ ପ୍ରକାଶ ପାଇଛି।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ

ଦେବୀପ୍ରସାଦ ହେଲେ ଭଏସ ଅଫ ନୟାଗଡ଼ ବିଜେତା

ନୟାଗଡ,(ଲକ୍ଷ୍ମୀଧର ସାହୁ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ଚତୁର୍ଥ ସିଜିନର ଫାଇନାଲ୍ ପ୍ରତିଯୋଗିତା ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଚୂଡ଼ାନ୍ତ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା […]

ନୟାଗଡ଼ରେ ମାର୍ଚ୍ଚ ୧ରୁ ୭ ଯାଏଁ ଚତୁର୍ଥ ରାଜ୍ୟସ୍ତରୀୟ ନାଟ୍ୟମେଳା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା’ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତିକୁ ଆଧାର କରି ଚଳିତ ବର୍ଷ ନାଟ୍ୟମେଳା ଆୟୋଜନ […]

କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୬ ତମ ଜୟନ୍ତୀ ପାଳିତ

ନୟାଗଡ଼,( ଲକ୍ଷ୍ମୀଧର ସାହୁ) :ସଦାନନ୍ଦ ସାହିତ୍ୟ ପରିଷଦ ଶରଣକୁଳ ପକ୍ଷରୁ ରୀତିଯୁଗୀୟ ମହାନ କବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୬ ତମ ଜୟନ୍ତୀ ଉତ୍ସବ ତାଙ୍କ ଜନ୍ମ ମାଟି ଭିକାରୀପଡା ସ୍ଥିତ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲ ପରିସରରେ ରବିବାର ପାଳିତ ହୋଇଯାଇଛି।ଏହି ଅବସରରେ ଏକ ଜିଲ୍ଲା ସ୍ତରୀୟ କବିତା ପାଠ ଉତ୍ସବ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା l ସାହିତ୍ୟ ପରିଷଦର କାର୍ଯ୍ୟକାରୀ ସଭାପତି କିଶୋର ଚନ୍ଦ୍ର କରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି […]

କବିସୂର୍ଯ୍ୟ ସଦାନନ୍ଦଙ୍କ ଜୟନ୍ତୀରେ ଶ୍ରଦ୍ଧାସୁମନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୬ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, […]

ଓଡ଼ଗାଁ କଲେଜରେ ଓଡ଼ିଆ ଭାଷା ସମ୍ପର୍କିତ ଆଲୋଚନା ଚକ୍ର

ଓଡ଼ଗାଁ, ୨୪|୦୧ (ନି. ପ୍ର):ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସାମ୍ପ୍ରତିକ ସମାଜରେ ଓଡ଼ିଆ ଭାଷାର ଉପଯୋଗିତାକୁ ନେଇ ଏକ ସାହିତ୍ୟ ଆଲୋଚନା ଚକ୍ର ବୁଧବାର ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜକିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥିରୂପେ କୈଳାସ ଗାଣ୍ଡ ଓ ମୁଖ୍ୟବକ୍ତାରୂପେ ଗୋଦାବରୀଶ ମିଶ୍ର ଯୋଗ ଦେଇ ଆଧୁନିକ ସମାଜରେ ଓଡ଼ିଆ ଭାଷାର ଉପଯୋଗିତା,କାର୍ଯ୍ୟକାରିତା ଓ ବାସ୍ତବତା ସମ୍ପର୍କରେ ଆଲୋକପାତ କରିଥିଲେ।ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ […]