ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ହୋଇଛି। ଶନିବାର ରାତିରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆସନ୍ତା ୬ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଜିଲାରେ ଘଡଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଝିପିଝିପି ବର୍ଷା ହେବା […]
ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ବିଏମସି । ଏଣିକି ଆଉ ରାଜଧାନୀର କାନ୍ଥ ବାଡ଼ରେ ଲାଗିବ ନାହିଁ କୌଣସି ଦଳର ପୋଷ୍ଟର, ବ୍ୟାନର ଓ ୱାଲ ପେଣ୍ଟିଂ। ଯେଉଁ ଦଳ ଗୁଡିକ ନିଜ ଦଳ ଓ ନେତାଙ୍କର ମାଇଲେଜ୍ ପାଇଁ ପୋଷ୍ଟର, ବ୍ୟାନର ଲଗାଇବା କିମ୍ବା ୱାଲ୍ ପେଣ୍ଟିଂ କରିଛନ୍ତି ସେଗୁଡିକ ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଛି ବିଏମସି ।କାନ୍ଥରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନକୁ ମଧ୍ୟ ହଟାଯିକୁ ବିଏମ୍ସି କମିଶନର କହିଛନ୍ତି। […]
ଭୁବନେଶ୍ବର ମହାନଗର ନିଗମ (ବଏମ୍ସି)ର କର୍ପୋରେଟରମାନଙ୍କର ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା୧୦ ହଜାର କରାଯାଇଛି। ପ୍ରତି କର୍ପୋରେଶନ ମିଟିଂ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ମିଳିବ।କର୍ପୋରେସନ ବୈଠକ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ରଖାଯାଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା।ଏହି କ୍ରମରେ ମେୟର ସୁଲୋଚନା ଦାସଙ୍କ ମିଟିଂ ଭତ୍ତା ମଧ୍ୟ ବଢ଼ିଛି। ଏନେଇ କର୍ପୋରେଶନ ବୈଠକରେ ନିଷ୍ପତ୍ତି ହୋଇଛି। ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ […]
ଭୁବନେଶ୍ବର,(ଓଡ଼ିଶା ଦର୍ପଣ): ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ୟୁନିଟ।ରାଜ୍ୟରେ ସ୍ଥାପନ ହେବ ପ୍ରଥମ ଟିଟାନିୟମ ଓ ଏରୋସ୍ପେସ କମ୍ପୋନେଣ୍ଟ ମାନୁଫାକ୍ଚରିଂ ୟୁନିଟ୍। ଏଥିଲାଗି ଆଜି ରାଜ୍ୟ ସରକାରଙ୍କ ସହ ଏମଓୟୁ ସ୍ବାକ୍ଷର କଲା କଲ୍ୟାଣୀ ଷ୍ଟିଲ ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ଉପସ୍ଥିତିରେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି । ସୂଚନାନୁଯାୟୀ, ଢେଙ୍କାନାଳ ଗଜମରାରେ ଏହି ସମନ୍ବିତ ପ୍ରକଳ୍ପ ହେବ। ଏଥିପାଇଁ ୧୧ ଶହ ଏକର ଜମି ଚିହ୍ନଟ ହୋଇଛି। ଆସନ୍ତା ସେପ୍ଟେମ୍ବରରୁ […]
ବେଲଗୁଣ୍ଠା ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ଫିଙ୍ଗିବାରୁ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ସଂପୃକ୍ତ ଯୁବକ ଜଣଙ୍କ କଂଗ୍ରେସ ଦଳର ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଅପରାହ୍ନରେ ୫ଟି ଅଧ୍ୟକ୍ଷ ପାଣ୍ଡିଆନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବେଲଗୁଣ୍ଠାରେ ଓହ୍ଲାଇଥିଲେ। ସେଠାରୁ କାର୍ଯ୍ୟକ୍ରମସ୍ଥଳକୁ ଯିବା ବେଳେ ହଠାତ୍ ଜଣେ ଯୁବକ ପଶି ଆସି ତାଙ୍କୁ ଟମାଟୋ ଫିଙ୍ଗିଥିଲେ। ଉପସ୍ଥିତ ସୁରକ୍ଷୀ କର୍ମୀ ଓ ପୋଲିସ ସଂପୃକ୍ତ […]
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି ଜରିଆରେ ଅନେକ ସଫଳତା ମିଳିଛି । ତେଣୁ ମାଟ୍ରିକ୍ ପରୀକ୍ଷା କେନ୍ଦ୍ରମାନଙ୍କରେ ଆଗକୁ ଆଉ ସେଭଳି ବିଭ୍ରାଟ ହେବନାହିଁ ବୋଲି ଆଶା ପ୍ରକଟ କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ ରୁମ୍ରେ ସିସିଟିଭି […]
ଭୁବନେଶ୍ବର(ଓଡ଼ିଶା ଦର୍ପଣ): ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା […]
ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାଥି । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାଥି ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ଣ୍ଣିଂ ଅଫିସର ।ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ […]
ରାଜ୍ୟରେ ଆରମ୍ଭ ହେଲା ଗ୍ରନ୍ଥାଗାର ଅଭିଯାନ। ସୋମବାର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଳୟକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏହି ରୂପାନ୍ତରଣ କାର୍ଯ୍ୟର ଶିଳାନ୍ୟାସ ତଥା ନୂତନ ରୂପେ ଭୁବନେଶ୍ବରସ୍ଥିତ […]
ପୁରୀ,(ଓଡ଼ିଶା ଦର୍ପଣ):ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ୩ ବର୍ଷ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହେବ । ଜମି ଅଧିଗ୍ରହଣ ପାଇଁ ପରିବେଶ ମଞ୍ଜୁରୀ ମିଳିଥିବା ବେଳେ ବିମାନ ଚଳାଚଳ କରିବା ପାଇଁ ଆବଶ୍ୟକ ପରିବେଶ ଆସେସେମେଣ୍ଟ କ୍ଲିୟରାନ୍ସ ଓ ସିଆରଜେଡ କ୍ଲିୟରାନ୍ସ ସହ ପ୍ରଦୂଷଣ କ୍ଲିୟରାନ୍ସ ସାର୍ଟିଫିକେଟର ଆବଶ୍ୟକତା ରହିଛି ବୋଲି କହିଛନ୍ତି ପରିବେଶବିତ। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ। ଏଥିପାଇଁ ୨୨୦୩ କୋଟି ଟଙ୍କାର ଟଙ୍କାର ଟେଣ୍ଡର ଆହ୍ୱାନ […]
ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସଂସ୍କାର ଓ ସୁଧାର ଆଣିବା ପାଇଁ ବୋର୍ଡ ପକ୍ଷରୁ ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟର ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇଛି। ଅଧିକ ସମ୍ବେଦନଶୀଳ କେନ୍ଦ୍ରଗୁଡକରେ ସିସିଟିଭି ଆର୍ଟିଫିସିଆଲ୍ ଇଣ୍ଟେଲିଜେନସି(ଏଆଇ) ମାଧ୍ୟମରେ ସ୍କୁଲରେ ବିଭିନ୍ନ ଗତିବିଧି ଉପରେ ନଜର ରଖାଯିବ। ନୋଡାଲ […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୩-୨୪ ଆର୍ଥୀକ ବର୍ଷରେ ୪୪୮ କୋଟିଟଙ୍କା କାର୍ଯ୍ୟକାରୀ ହେବ। ଯୋଜନାରେ ୧୧ ହଜାର ମହିଳା ଏସଏଜଜିଙ୍କ ସମେତ ୫୦ ହଜାର ମସ୍ୟଜୀବି ଉପକୃତ ହେବେ। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର […]
