ଅସ୍ତ୍ରୋପଚାର ପାଇଁ ଏଣିକି ଆଉ ସକାଳ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବନି। ରାତିରେ ହିଁ ଗୁରୁତର ରୋଗୀଙ୍କ ଅସ୍ତ୍ରୋପଚାର ଆରମ୍ଭ ହେବ।କ୍ୟାପିଟାଲ ହସ୍ପିଟାଲରୁ ଏହି ବ୍ୟବସ୍ଥା ଆରମ୍ଭ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ଅନ୍ୟ ପ୍ରମୁଖ ଡାକ୍ତରଖାନାରେ ରାତ୍ରକାଳୀନ ଅସ୍ତ୍ରୋପଚାର ବ୍ୟବସ୍ଥା ହେବ ବୋଲି ଜଣାପଡ଼ିଛି। ସାଧାରଣତଃ ଅତି ଜରୁରୀ ମାମଲାରେ ମେଡିକାଲ କଲେଜରେ ରାତିବେଳା ଅସ୍ତ୍ରୋପଚାର ହୋଇପାରୁଛି। କିନ୍ତୁ ଅନ୍ୟ ସ୍ଥାନରେ ଅସ୍ତ୍ରୋପଚାର ପାଇଁ ସକାଳ ହେବାକୁ ଅପେକ୍ଷା କରିବାକୁ ହେଉଛି। ଅଧିକାଂଶ […]
ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖ ଅର୍ଥାତ୍ ଆଜିର ଦିନକୁ ବିଶ୍ବ ଘରଚଟିଆ ଦିବସ ରୂପେ ପାଳନ କରାଯାଏ । ପ୍ରକୃତି ଓ ଜୈବ ବିବିଧତାର ଅନନ୍ୟ ସୃଷ୍ଟି ହେଉଛି ଘରଚଟିଆ। ଘରେ ରହିବାକୁ ପସନ୍ଦ କରୁଥିବା ଘରଚଟିଆ ଏବେ ନିଜ ଘର ଖୋଜୁଛି।ସହରର ଉଚ୍ଚ ଅଟ୍ଟାଳିକାଗୁଡ଼ିକ ମଧ୍ୟରେ ଆଉ ଶୁଭୁନି ଘରଚଟିଆମାନଙ୍କର କିଚିରିମିଚିରି ଶବ୍ଦ। ଦିନଥିଲା ଏହି ଛୋଟିଆ ପକ୍ଷୀଟି ଗାଁ, ସହରର ପ୍ରତ୍ୟେକ ଗଳିକନ୍ଦିରେ ଦେଖାଯାଉଥିଲେ। ସରଳ, ନିରୀହ ଏହି ପକ୍ଷୀଟି ସବୁବେଳେ ମଣିଷ ପାଖେପାଖେ […]
୨୦୧୩ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।କିଛି ଦିନ ତଳେ ତାଙ୍କୁ ହଠାତ୍ ପଦରୁ ହଟାଇ ଏକ ମାସ ଛୁଟି ଦିଆଯାଇଥିଲା । ତାଙ୍କ ସ୍ଥାନରେ ୨୦୦୫ ବ୍ୟାଚ୍ ଆଇଏଏସ୍ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ନୂଆ କମିଶନର ଭାବେ ନିଯୁକ୍ତି ଦିଆଯାଇଥିଲା।ଆଉ […]
ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ଏଥିପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ମଧ୍ୟମା ଏବଂ ଓପନ ସ୍କୁଲ ଖାତା ମୂଲ୍ୟାୟନ ହେବ। ୫୫ଟି କେନ୍ଦ୍ରରେ ମୂଲ୍ୟାୟନ ହେବାକୁ ଥିବାବେଳେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖାତା ଦେଖାରେ ୧୫ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ହେବେ। ପୂର୍ବ ନିଷ୍ପତି ଅନୁସାରେ […]
ପୂର୍ବରୁ ବିଜେଡି ସହ ଭାଜପାର ମେଣ୍ଟ ଚର୍ଚ୍ଚାକୁ ସିଧାସଳଖ ଖଣ୍ଡନ କରୁଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମେଣ୍ଟକୁ ନେଇ ସେ ସିଧାସଳଖ କିଛି କହି ନ ଥିଲେ ବି ବିଜେଡି ଓ ଭାଜପା ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି। ଓଡ଼ିଶା ଫେରିବା ପରେ ମେଣ୍ଟ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ସବୁ ଠିକ୍ ଚାଲିଛି, ସବୁ ବିଷୟରେ ବିଚାର ଆଲୋଚନା କରାଯାଉଛି । ଆମର […]
ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଜାନୁଆରୀ ୨୦୨୩ଠାରୁ ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ […]
ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ । ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ ।ଦରମା ବୃଦ୍ଧି ସହ ୨ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଥିଲେ କର୍ମଚାରୀ । ମଙ୍ଗଳବାର ମଧ୍ୟ ମେୟରଙ୍କ ସହ ବୈଠକ କରି ଆଲୋଚନା ହୋଇଥିଲା । ଆଲୋଚନା ସଫଳ ହୋଇଥିବା ମେୟର ସୁଲୋଚନା ଦାସ ସୂଚନା ଦେବା ସହ ସେମାନଙ୍କ ଦାବି ପୂରଣ ପାଇଁ ବିଏମସି ୩ଦିନ […]
ଏଣିକି ରାତିରେ ନାନ୍ଦନକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ। ପ୍ରତି ରବିବାର ସନ୍ଧ୍ୟା ସାଢ଼େ ୬ଟାରୁ ୮ଟା ପର୍ଯ୍ୟନ୍ତ ପ୍ରାଣୀ ଉଦ୍ୟାନରେ ନାଇଟ୍ ଆଉଟ୍ ନାମକ ଏକ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହା କେବଳ ଛୋଟ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଏକ ଶିକ୍ଷାଗତ […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି।ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର […]
ଶ୍ରୀମନ୍ଦିରରୁ ଖସିଛି ପଥର। ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି। ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି।ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି । ତେବେ ପଥରଟି ପ୍ରକୃତରେ କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର […]
ଆଜି ଜାଗର। ଓଁ ନମଃ ଶିବାୟ ଧ୍ୱନିରେ ପରିବେଶ ପ୍ରକମ୍ପିତ । ଚଳଚଞ୍ଚଳ ହୋଇଛି ପ୍ରମୁଖ ଶୈବପୀଠ । ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ, ଧବଳେଶ୍ୱର, ଲୋକନାଥ ଓ କପିଳାସରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ବାବା ଲିଙ୍ଗରାଜଙ୍କ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଭୋରରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି। ରାତି ୧୦ଟାରେ ମହାଦୀପ ଉଠିବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା […]
ସର୍ଭିସ୍ ପ୍ରୋଭାଇଡର ଏଜେନ୍ସିଙ୍କ ଦ୍ୱାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ଼ ଘୋଷଣା କରିଛନ୍ତି । ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ନେଇ ଘୋଷଣା କରାଯାଇଛି । ଅଭିଜ୍ଞତା ଥିବା କାର୍ମଚାରୀମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ । ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ […]
