ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ଫେବୃଆରୀ ୨୦ ତାରିଖରୁ ଏହା ଆରମ୍ଭ ହୋଇଥିଲା। ଶେଷ ଦିନରେ ଛାତ୍ରୀଛାତ୍ର ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ନିର୍ଦ୍ଧାରିତ ସମୟରେ ପରୀକ୍ଷା ସାରିବା ପରେ ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରରୁ ଖୁସିହୋଇ ବାହାରିଥିଲେ ।ଚଳିତବର୍ଷ ୨ ହଜାର ୯୯୧ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରୀଛାତ୍ର ଶୃଙ୍ଖଳାରସହ ପରୀକ୍ଷା ଦେଇଛନ୍ତି । ସେହିପରି ୭ ହଜାର ୮୩୧ ପରୀକ୍ଷାର୍ଥୀ […]
ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ୧୯ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ।ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି। ଏହି ଅବସରରେ […]
ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ […]
ରାଜ୍ୟରେ ସାମାନ୍ୟ ବଦଳିଛି ପାଗ, ତାତିରୁ ଆଶ୍ୱସ୍ତି ମିଳିଛି । ମଙ୍ଗଳବାର ସକାଳୁ ଅନେକ ସ୍ଥାନରେ ମେଘୁଆ ପାଗ ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା […]
ଆସନ୍ତା ପହିଲାରୁ ରାଜ୍ୟର ସମସ୍ତ ଅଭୟାରଣ୍ୟରେ ପ୍ଲାଷ୍ଟିକ ମନା । ରାଜ୍ୟର ସମସ୍ତ ଅଭୟାରଣ୍ୟ ଓ ଜାତୀୟ ଉଦ୍ୟାନ ଓ ଇକୋ ଟୁର୍ ଅଂଚଳରେ ପର୍ଯ୍ୟଟକ ଆଉ ବ୍ୟବହାର କରିବେ ନାହିଁ ପ୍ଲାଷ୍ଟିକ । ଏନେଇ ନିର୍ଦେଶ ଜାରି କରିଛି ରାଜ୍ୟ ବନ୍ୟପ୍ରାଣୀ କାର୍ଯ୍ୟାଳୟ ।. ପର୍ଯ୍ୟଟକମାନଙ୍କୁ ପିଏ ଏବଂ ଇକୋ ଟୁର୍ କ୍ୟାମ୍ପରେ ପର୍ଯ୍ୟଟକଙ୍କୁ ସୁବିଧାଜନକ କରିବା ପାଇଁ ବ୍ୟାପକ ପ୍ରଚାର ପ୍ରସାର ଦିଆଯିବ ଯେ, ୧.୦୪.୨୦୨୪ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ନିଷେଧ।ବନ୍ୟପ୍ରାଣୀ (ସୁରକ୍ଷା) ଅଧିନିୟମ, […]
କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ସୋମବାର ଶୁଭୋଜିତଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ତ୍ୟନଗର ଶ୍ମଶାନରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା, ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଓ ଉପ ଜିଲ୍ଲାପାଳଙ୍କ […]
ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିଥିବା ନେଇ ସୂଚନା ମିଳିବ ପରେ ସିଂହଦ୍ବାର ପୁଲିସ ସେମାନେ ରହୁଥିବା ହୋଟେଲ ଯାଞ୍ଚ କରୁଛି। ତେବେ ୪ଜଣ ମନ୍ଦିରକୁ ପ୍ରବେଶ କରିଥିବାବେଳେ ଆଉ ୫ଜଣ ବାହାରେ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରବେଶ କରିଥିବା ୪ଜଣ ଅଣହିନ୍ଦୁଙ୍କୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ କର୍ମୀ ସେମାନଙ୍କୁ ଧରି ସିଂହଦ୍ବାର ପୁଲିସ ଜିମାରେ ଦେଇଛନ୍ତି। ପୁଲିସ ସମସ୍ତ ୯ଜଣ ଅଣହିନ୍ଦୁଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଅଟକ ୯ଜଣଙ୍କ ମଧ୍ୟରୁ ବାଂଲାଦେଶ ପାସପୋର୍ଟ […]
ଭୁବନେଶ୍ଵର କଳ୍ପନା ଅଞ୍ଚଳର ଡାକ୍ତର ବିଶ୍ୱଜିତ ସାହୁଙ୍କ ପୁଅ ଦ୍ଵିତୀୟ ଶ୍ରେଣୀର ପାଠ ପଢୁଥିଲେ। ଏବେ ତାଙ୍କର ବାର୍ଷିକ ପରୀକ୍ଷା ହେଉଥିଲା। ଗତ ବୁଧବାର ଦିନ ପରୀକ୍ଷା ଦେବା ପାଇଁ ଶ୍ରେଣୀ ଗୃହରେ ଥିଲେ। ହେଲେ ହଠାତ୍ ସେ ଅସୁସ୍ଥ ହୋଇଗଲେ। ସୁବୋଜିତ ମସ୍ତିଷ୍କ ରୋଗରେ ପୀଡିତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପରୀକ୍ଷା ହଲ୍ରେ ଥିବା ମାଡ଼ାମ ଓ ଅନ୍ୟମାନେ ତାଙ୍କୁ ଉଦ୍ଧାର କରି ଶିଶୁ ଭବନରେ ଭର୍ତ୍ତି କରିଥିଲେ। ଏଥିସହ […]
ବାରବାଟି ଷ୍ଟାଡିୟମ, ଓଡ଼ିଶା ହାଇକୋର୍ଟ, କଟକ ତାରକସି କାମ, ରାଜ୍ୟ ବାହାରେ କଟକ ସହର ବିଷୟରେ ଅଧିକାଂଶ ଲୋକ ଏହି ତିନିଟି ବିଷୟରେ ବେଶୀ ଚର୍ଚ୍ଚା କରିଥାନ୍ତି । ବଂଶାନୁକ୍ରମିକ ଭାବେ ତାରକସି କାମକୁ ଆଦରି ନେଇଥିବା ଶହ ଶହ କାରିଗର ଏବଂ ବହୁ ଲୋକଙ୍କର ଦାବି ଥିଲା ରୁପା ତାରକସି ବା ଫିଲିଗ୍ରିକୁ ଜିଆଇ ଟ୍ୟାଗ ମିଳୁ । ଯାହା ଓଡ଼ିଶା ସମବାୟ ହସ୍ତକଳା ନିଗମ ପକ୍ଷରୁ ଏହି ଜିଆଇ ଟ୍ୟାଗ ପାଇଁ ୨୦୨୧ ଜୁଲାଇ […]
ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି […]
ଭୁବନେଶ୍ୱର,(ଓଡ଼ିଶା ଦର୍ପଣ) : ଜାଳିବ ଏପ୍ରିଲ, ମେ’ । ଆକାଶରୁ ନିଆଁ ବର୍ଷିବ । ଏ ବର୍ଷ ଗ୍ରୀଷ୍ମର ଲହରୀର ଅବଧି ଏତେ ଲମ୍ବିବ ଯେ ଛଟପଟ ହେବ ଜନଜୀବନ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ଚଳିତବର୍ଷ ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ (ତିନି ମାସିଆ) ପାଣିପାଗ ପୂର୍ବାନୁମାନ ଦେଖିଲେ ଡର ଲାଗୁଛି । ପୂର୍ବାନୁମାନ ଚିତ୍ରରେ ଜଳଜଳ ଦିଶୁଛି, ଏଥର ଡହଡହ ଖରାରେ ଟକଟକ ହୋଇ ଫୁଟିବ ଓଡ଼ିଶା । ଆଭ୍ୟନ୍ତରୀଣ କି ଉପକୂଳ, ସବୁଠି […]
ବରମୁଣ୍ଡା ବାବାସାହେବ ଭୀମରାଓ ଆମ୍ବେଦକର ବସ୍ଷ୍ଟାଣ୍ଡ (ବିଏସ୍ଏବିଟି) ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି । ଏୟାରପୋର୍ଟ ଟର୍ମିନାଲ ଭଳି ଅତ୍ୟାଧୁନିକ ସୁବିଧା ସୁଯୋଗ ପାଇବେ ଯାତ୍ରୀ ।ବରମୁଣ୍ଡା ବସ୍ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ […]