ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ ଅଧିଷ୍ଠାତ୍ରୀ ଦେବୀ ମା’ଦକ୍ଷିଣ କାଳୀଙ୍କ ଠାରେ ପ୍ରତ୍ୟୁଷରୁ ଭୋଗ ଲାଗି ହେଉଥିବା ପହିଲି ପ୍ରସାଦ ସ୍ଥାନୀୟ ତପସ୍ୟା ଶିଶୁ ଗୃହରେ ପାଠ ପଢୁଥିବା ଅସହାୟ ଛାତ୍ର ଛାତ୍ରୀମାନଙ୍କୁ ରୋଟାରି କ୍ଳବ ଏକ୍ସିଲେନସି ପକ୍ଷରୁ ବଣ୍ଟନ କରାଯାଇଛି। ଶିଶୁ ଗୃହର ପରିଚାଳନା କମିଟି ସଭାପତି ଉଷା ପଟ୍ଟନାୟକ, ଶିକ୍ଷକ, ଶିକ୍ଷୟତ୍ରୀ,ତତ୍ୱାବଧାରକଙ୍କ ସମେତ ନୟାଗଡ଼ ଏକ୍ସିଲେନସି ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ସଂଗ୍ରାମ ଗୁମାନ ସିଂ, ଜିଲ୍ଲା ଓକିଲ ସଙ୍ଘ ସଭାପତି ଆଇନଜୀଵୀ ରଣଜିତ ଦାଶ ପ୍ରମୁଖ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ,ସୋଲପଟା ପରିସରରେ ଏକାଦଶ ତମ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦଘାଟିତ ହୋଇଯାଇଛି। ଉଦଘାଟନ ସଭାରେ ଓଡଗାଁ ତହସିଲଦାର ମାନସ ରଂଜନ ଭୋଇ ମୁଖ୍ଯ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଡେପୁଟି ଜିଲ୍ଲାପାଳ ତପତି ରାଜ ମୁଖ୍ଯବକ୍ତା ଭାବେ ଯୋଗଦାନ କରିଥିଲେ। ଜିଲ୍ଲା ଶିକ୍ଷା କାର୍ଯ୍ଯାଳୟ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଣୀ ସଂଧ୍ୟାରାଣୀ ରାଉତଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉଦଘାଟନୀ ସଭାରେ ଅନ୍ଯତମ ଅତିରିକ୍ତ ଜିଲ୍ଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ସିଜିନ-୩ ପ୍ରତିଯୋଗିତାର ବ୍ଳକସ୍ତରୀୟ ଅଡିସନ ନୟାଗଡ଼ରେ ଆସନ୍ତା ୧୧ ତାରିଖ ରବିବାର ଦିନ ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ପରିସରରେରେ ପୂର୍ବାହ୍ନରେ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ପ୍ରତିଯୋଗିତାରେ ଭାଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କେନ୍ଦ୍ର ମୋଦି ସରକାର ବିକଶିତ ଭାରତ ଜୀ ରାମଜୀ ଯୋଜନା ପ୍ରବର୍ତ୍ତନ ଆଳରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ କବର ଦେଇ ଉପା ସରକାରଙ୍କ ପ୍ରଣୀତ ଜନବାଦୀ କାର୍ଯ୍ୟକ୍ରମକୁ ହଟେଇ ଦେଇଛନ୍ତି, ଆଉ ଗଡସେପନ୍ଥୀ ପ୍ରତିକ୍ରିୟାଶୀଳ ନୀତିର ପୃଷ୍ଠପୋଷକତାରେ ଗାନ୍ଧିଜୀଙ୍କ ନାମକୁ ମୂଳପୋଛ କରିବାର ହୀନଚକ୍ରାନ୍ତ କରିଛନ୍ତି। ଏହାର ଆଜି ଦୃଢ଼ ବିରୋଧ କରି ସିପିଆଇ ଏମ୍ ପକ୍ଷରୁ ନୟାଗଡ଼ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କର୍ମୀମାନେ ମନରେଗା ଯୋଜନାର ପୁନଃ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ, ବରଗଡ଼, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ମେଳା ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅବସରପ୍ରାପ୍ତ ଅଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ ଉଦଘାଟକ ଭାବେ ଯୋଗଦାନ କରି ବିଧିବଦ୍ଧ ଭାବେ ବିଜ୍ଞାନ ମେଳାକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦାନ କରି ପିଲାମାନଙ୍କୁ ବିଜ୍ଞାନ ମନସ୍କ ହେବା ସହିତ ବିଜ୍ଞାନ ଯୋଗୁଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରେଳ ଷ୍ଟେସନ ପାର୍ଶ୍ଵସ୍ଥ ନୟାଗଡ଼-ଖଣ୍ଡପଡା ରାଜ୍ୟ ରାଜପଥ ଉପରେ ନିର୍ମିତ ରେଳ ଓଭରବ୍ରିଜର ଉଭୟ କଡରେ ମୁଖ୍ୟ ରାସ୍ତାରୁ ବାହାରି ରେଳ ଷ୍ଟେସନକୁ ଯାଇଥିବା ରାସ୍ତାରେ ଅଦ୍ୟାବଧି ଷ୍ଟ୍ରିଟ ଲାଇଟ ଲାଗିନାହିଁ। ଫଳରେ ରାତ୍ର ହେଲେ ଏହି ରାସ୍ତା କିଟି କିଟି ଅନ୍ଧାର ହୋଇଥାଏ। ଓଭରବ୍ରିଜ ତଳ ଏବଂ ଏହି ରାସ୍ତା ଦୁଇଟି ନିର୍ଜନ ଅଞ୍ଚଳ ହୋଇଥିବାରୁ ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅସାମାଜିକ ଲୋକମାନେ ଏଠାରେ ଗଂଜେଇ,ଅଫିମ, ବ୍ରାଉନ ସୁଗାର, ମଦ୍ୟପାନ ଆଦି […]
ନୟାଗଡ,(ଓଡ଼ିଶା ଦର୍ପଣ):ସଦାନନ୍ଦ ସାହିତ୍ୟ ପରିଷଦ ଓ ପୂଜ୍ୟ ପୂଜା କମିଟି ଶରଣକୁଳ ପକ୍ଷରୁ ରୀତି ଯୁଗୀୟ କାବ୍ୟ ସାହିତ୍ୟର ଅନନ୍ୟ ସ୍ରଷ୍ଟା ତଥା ଉତ୍କଳ ସାହିତ୍ୟ ଆକାଶର ପ୍ରଥମ କବିସୂର୍ଯ୍ୟ, ବୈଷ୍ଣବ କବି ” କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା “ଙ୍କ ୨୦୭ ତମ ଶ୍ରାଦ୍ଧ ବାର୍ଷିକୀ ଶରଣକୁଳ ଭିକାରିପଡା ସ୍ଥିତ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲ ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷାବିତ ପଣ୍ଡିତ କିଶୋର ଚନ୍ଦ୍ର କର, […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ପୁରୁଣା ସହରଦକ୍ଷିଣ କାଳୀ ପଡିଆ ପରିସରରେ ମା ଦକ୍ଷିଣ କାଳୀ ଭଲିକ୍ଳବ ପକ୍ଷରୁ ୬ଷ୍ଠ ଶୁଭମ ଭଲିଟୁର୍ନାମେଣ୍ଟ ଉଦଘାଟିତ ହୋଇଛି ଏହିଅବସରରେ ମୁଖ୍ୟ ଅତିଥି ରୂପେ ସମାଜ ସେବୀ ତଥା ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ ନାୟକ ଉପସ୍ଥିତ ହୋଇ,ଉଦଘାଟନିଖେଳ କୁ କର କମଳ ରେ ଉଦଘାଟନ କରିଥିଲେ,ଆଜିର ପ୍ରଥମ ଦିନ ରେଓ଼ଲ୍ଡ ଟାଉନ ଜୁନିଅର ବନାମ ଓଡ଼ଗାଁ ଭଲି କ୍ଳବ ମଧ୍ୟ ରେ ଅନୁଷ୍ଠିତ ହୋଇଥିଲା,ଉଦ୍ଘାଟନୀ ରଖେଳ କୁ ମୁଖ୍ୟ ରେଫରୀ ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ […]
ନୟାଗଡ଼, (ଓଡ଼ିଶା ଦର୍ପଣ ):ଗତ ସନ୍ଧ୍ୟା ରେ ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ମୁରାହରି ଶ୍ରୀ ରମଣ ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ମନ୍ଦିରକୁ ଆସି ପୂଜା ଅର୍ଚନା କରିବା ସହ ମା’ଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ, ମନ୍ଦିର ପରିସରରେ ମନ୍ଦିର ପରିଚାଳନା କମିଟିର ସଭାପତି ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ନ୍ୟାୟମୂର୍ତ୍ତିଙ୍କ ସହଧର୍ମିଣୀଙ୍କୁ ଉତ୍ତରୀୟ ଓ ମା’ଙ୍କ ଫଟୋ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।ଜିଲ୍ଲା ଦୌରାଜଜ ଆନନ୍ଦ ନାରାୟଣ ମହାରଣା ଓ ଅନ୍ୟlନ୍ୟ ବିଚାରପତିଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ) :ନୟାଗଡ଼ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରପଲ୍ଲୀର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ଆଚାର୍ଯ୍ୟଙ୍କୁ ରବିବାର ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପରିଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବକୁ ନୟାଗଡ଼ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ଉଦଘାଟନ କରିଥିବା ବେଳେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ କୁଳପତି ପ୍ରଫେସର ଶତ୍ରୁଘ୍ନ ପାଣିଗ୍ରାହୀ ମୁଖ୍ୟ ଅତିଥି, ପ୍ରାଧ୍ୟାପକ ସୁଧାକର ପଣ୍ଡା ମୁଖ୍ୟ […]
