ନୟାଗଡ଼,(ଓଡ଼ିଶା ଦର୍ପଣ):ରମଜାନ ମାସର ଶେଷଦିନରେ ଚାନ୍ଦ ଦର୍ଶନ ପରେ ଇସଲାମ ଧର୍ମର ବଡ଼ ପର୍ବ ଇଦୁଲ୍ ଫିତର୍ ନମାଜ୍ ସିନ୍ଦୁରିଆ ଇଦଗାହ୍ ଠାରେ ମୌଲାନା ଜଲାଲୁଦ୍ଦିନ୍ ଖାଁ ମିଫତାହିଙ୍କ ଦ୍ଵାରା ପାଠ କରାଯାଇଅଛି l ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ଶତାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ l ରମଜାନ ମାସ ଇସଲାମ ଧର୍ମର ପବିତ୍ର ମାସ ହୋଇଥିବା ବେଳେ ମାସର ପ୍ରଥମ ଚାନ୍ଦ ଦର୍ଶନ ପରେ ଏହି ପବିତ୍ର ମାସ ଆରମ୍ଭ ହୋଇଥାଏ l ଇସଲାମ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସମଗ୍ର ବିଶ୍ଵରେ ମଂଚ ନାଟକର ବ୍ୟାପ୍ତି ସହ ନିର୍ଦ୍ଦେଶକ, ନାଟ୍ୟକାର,କଳାକାର, ମଂଚ ସହଯୋଗୀ ମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ୧୯୬୨ ମସିହାରୁ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ଚଳିତ ବର୍ଷ ନୟାଗଡ଼ର ଦୁଇ ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଞ୍ଚାୟନ ଏବଂ ନାଟ୍ୟଧାରାର ମିଳିତ ସହଯୋଗରେ ସ୍ଥାନୀୟ ନ୍ୟୁ ଜନତା କଂପ୍ଲେକ୍ସ ପରିସରରେ ପାଳିତ ହୋଇଯାଇଛି ବିଶ୍ୱ ନାଟ୍ୟ ଦିବସ । ନାଟ୍ୟଧାରାର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଅନ୍ୟତମ ପୁରାତନ ବାମନ ଅବକାଶ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସୃଜନଶୀଳତାର ବିକାଶ ନିମନ୍ତେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଓ ସରୋଜ ସାହୁଙ୍କ ସଂଯୋଜନାକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଣ୍ଢେଇ କାରିଗର ବାସନ୍ତୀ ଦେଇ ତଥା ସରୋଜିନୀ ପଲେଇ କଣ୍ଢେଇ ପ୍ରସ୍ତୁତି ଶୈଳୀ ଏବଂ ଚିତ୍ରଶିଳ୍ପୀ ହରିବନ୍ଧୁ ଦାସ ମାଟି ଖେଳନା ପ୍ରସ୍ତୁତି ର ଶୈଳୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା ହୋଇ ରହୁଥିଲେ। ଏ ନେଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆଉ ଏକ ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ନୟାଗଡ଼ ଟାଉନ ଷ୍ଟେସନରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ସ୍ତରରେ ଅନୁଷ୍ଠିତ ୪ର୍ଥ ସର୍ବଭାରତୀୟ ମୁଟ କୋର୍ଟ ବା ଛାୟା ଅଦାଲତ ପ୍ରତିଯୋଗିତାରେ ନୟାଗଡ଼ ମାଟିର ପୁଅ ସତ୍ୟ ନାରାୟଣ ରଥ ବାଜିମାତ କରି ଚାମ୍ପିୟାନସ ଟ୍ରଫି ହାସଲ କରିଛନ୍ତି। ତାଙ୍କର ଏହି ବିରଳ କୃତିତ୍ୱରେ ସମଗ୍ର ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ସୂଚନା ଯୋଗ୍ୟ ଯେ ଶ୍ରୀମାନ ରଥ ବର୍ତ୍ତମାନ ଆଇଆଇଟି ଖାଡ଼ଗପୁର ଅଧିନସ୍ଥ ରାଜୀବ ଗାନ୍ଧୀ ସ୍କୁଲ ଅଫ ଇଣ୍ଟେଲେକଚୁଆଲ ଲ’ କଲେଜରେ ଆଇନ ବିଷୟରେ ଅଧ୍ୟୟନ କରୁଛନ୍ତି। […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପ୍ରେସରୁମ ଖୋଲିବା ଦାବି ନେଇ ଆଜି ପୂର୍ବାହ୍ନ ସାଢେ ୧୦ଟା ସମୟରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରତୀକ ଧାରଣା ଦିଆ ଯାଇଥିଲା। ପୂର୍ବାହ୍ନ ସାଢେ ୧୦ଟା ସମୟରୁ ଆନ୍ଦୋଳନ ଚାଲୁ ରହିଥିବା ବେଳେ ଅପରାହ୍ନ ୧ଘଟିକା ପର୍ଯ୍ୟନ୍ତ କୌଣସି ଅଧିକାରୀ ଓ ପଦାଧିକାରୀ ଆନ୍ଦୋଳନ ସ୍ଥଳକୁ ଆସିନଥିଲେ। ଅନ୍ୟପକ୍ଷେ ଜିଲାପାଳଙ୍କ କାର୍ଯ୍ୟଳୟକୁ ଜିଲାପାଳ ଏବଂ ଅତିରିକ୍ତ ଜିଲ୍ଲାପାଳ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଓଡ଼ିଶା ଜୀବିକା ମିଶନର ଜିଲ୍ଲା ମିଶନ ପରିଚାଳନା ଶାଖା ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ନୟାଗଡ଼ଙ୍କ ମିଳିତ ସହଯୋଗରେ ଜିଲ୍ଲାପରିଷଦ ନୟାଗଡ଼ଙ୍କ ଡିପିଆର୍ସି ଗୃହରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡ଼ନ ଅଧିନିୟମ-୨୦୧୩ ସମ୍ବନ୍ଧରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ ତାଲିମ ଶିବିର ଜିଲ୍ଲାର ବିଭିନ୍ନ ବିଭାଗର କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ତାଲିମ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବାବେଳେ ଓଡ଼ିଶା ଜୀବିକା ମିଶନର […]
ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଉଦୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ତଥା କବି ଗୋଦାବରୀଶ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ […]
ନୟାଗଡ଼,( ଓଡ଼ିଶା ଦର୍ପଣ ):ଭାରତର ଗଣତାନ୍ତ୍ରିକ ଯୁବ ଫେଡରେଶନ (DYFI) ପକ୍ଷରୁ ଦଶପଲ୍ଲା ବ୍ଲକ ଚଢ଼େୟା ପଲ୍ଲୀ ପଞ୍ଚାୟତ ଯୁରଗଣ୍ଡା ଗ୍ରାମ ଠାରେ ସହିଦ୍ ଭଗତ ସିଂହ ଙ୍କ ବଳିଦାନ ଦିବସ ତା.୨୩.୩.୨୫ ରିଖରେ ପାଳନ କରାଯାଇଅଛି।ପ୍ରଥମେ ସହିଦଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କଲାପରେ ଆଲୋଚନା ସଭା ଗୋପବନ୍ଧୁ ଜନୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ସଂଗଠନର ବ୍ଲକ କମିଟି ସଂପାଦକ ବିପିନ କୁମାର ବାଜୁ ସ୍ବାଗତ ଭାଷଣ ଦେଲାପରେ , ଆଦିବାସୀ ନେତା ଶ୍ରୀନିବାସ ଜାନି ସମ୍ମାନିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ୟୁନେସ୍କୋ ଦ୍ଵାରା ୧୯୯୯ ମସିହାରେ ମାର୍ଚ୍ଚ ୨୧ ତାରିଖକୁ ବିଶ୍ଵ କବିତା ଦିବସ ଭାବରେ ଘୋଷଣା କରାଯିବା ପରେ ବିଶ୍ଵ ତମାମ ଏହି ଦିବସଟିକୁ ବିଶ୍ଵ କବିତା ଦିବସ ଭାବରେ ପାଳିତ ହୋଇଆସୁଛି l ନୟାଗଡ଼ର ବିଭିନ୍ନ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସମୂହ ଏହି ଦିବସଟିକୁ ନୟାଗଡ଼ର ଖେଳପଡିଆ ମୁକ୍ତାକାଶ ତଳେ ପାଳନ କରୁଥିଲେ l ଦୁଇ ହଜାର ବାଇଶି ମସିହାରେ ଅସୁସ୍ଥ ଥିବା ବିଶିଷ୍ଟ ସାହିତ୍ୟିକ ତଥା ପ୍ରବଚକ ପଣ୍ଡିତ ଚନ୍ଦ୍ରମଣି ପ୍ରଧାନଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ରେ ପ୍ରତିଷ୍ଠିତ ପଠାଣି ସାମନ୍ତ ସଂସ୍କୃତି ଭବନ ଏହାର ଅବସ୍ଥିତି, ଆବଶ୍ୟକତା, ଆଧୁନିକୀକୃତ ଉତ୍କର୍ଷତା, ବିଶେଷ ଭାବରେ ମୁନିସିପାଲିଟିର ଏକ ମୂଲ୍ୟବାନ ସ୍ଥାୟୀ ସମ୍ପଦ ଭାବରେ ଅତ୍ୟନ୍ତ ଗୁରୁତ୍ବ ବହନ କରେ । ମାତ୍ର ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି ମୂଲ୍ୟବାନ ସମ୍ପତ୍ତି ଅଚିରେ ପତନୋମୁଖୀ ହେବାର ଆଶଙ୍କା ରହିଛି । ଏହି ଅଡିଟୋରିୟମକୁ ବିଦ୍ୟୁତ୍ ସଂଯୋଗ ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଏହାକୁ କାର୍ଯ୍ୟକାରୀ ନକରିବା, ଏହାର ଭଡ଼ାକୁ ଅହେତୁକ ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡର ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ସୃଜନିକାର ଦ୍ଵିତୀୟ ସ୍ଵନକ୍ଷତ୍ର ଉତ୍ସବ ଆଜି ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ସ୍ଥାନୀୟ କେ.ସି କ୍ଲବ୍ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଉତ୍ସବରେ ଅତିଥି ଭାବେ ଶଶଧର ପଣ୍ଡା ଓ ଗୋଦାବରୀ ବସନ୍ତିଆ , ସମାଜସେବୀ ପ୍ରମୋଦ ପଟ୍ଟନାୟକ , କେଶବଚନ୍ଦ୍ର ରାଉତ ଓ ସଂପଦ କୁମାର ରଥ ଯୋଗ ଦେଇଥିଲେ । ଅତିଥିମାନେ ଆଧୁନିକ କବିତାର ସ୍ଥିତି ସମ୍ପର୍କରେ ଆଲୋଚନା କରି କହିଥିଲେ ଯେ […]